Southwest monsoon - The Sakala

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଏଥର ସଅଳ ଆସିଲା ମୌସୁମୀ
ଭୁବନେଶ୍ୱର: ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ । ସଅଳ ଆସିଲା ମୌସୁମୀ । ଆସନ୍ତା 26 ସୁଦ୍ଧା ମୌସୁମୀ କେରଳ ଛୁଇଁବା ନେଇ ଆକଳନ କରିଛି ଆଇଏମଡି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଅଳ ଛୁଇଁଲା । ମୌସୁମୀ ବର୍ତମାନ ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ବାୟୁ ପ୍ରବେଶ କରିଛି । ଏହାର ଠିକ 10ରୁ 12 ଦିନ ମଧ୍ୟରେ ଅର୍ଥାତ 26 ସୁଦ୍ଧା କେରଳ ଛୁଇଁବ ଓ ଏହା ପରେ ଜୁନ ଦ୍ଵିତୀୟ ସପ୍ତାହ ରେ ମୌସୁମୀ ଓଡିଶା ଛୁଇଁବା ନେଇ ଆକଳନ କରିଛି ଆଇ ଏମ ଡି l

ଅନ୍ୟପଟେ ରାଜ୍ୟରେ ପୁଣି ବଢିଲା ତାତି । ବଢୁଛି ଦିନ ତାପମାତ୍ରା, 40 ଡିଗ୍ରୀ ଉପରେ ଟପିଲା ପାରଦ । ଆସନ୍ତା ୨ରୁ ୩ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୫ ଡିଗ୍ରୀ ବଢ଼ିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ ସର୍ବାଧିକ ତାପମାତ୍ରା ଅନୁଗୁଳରେ 40.1 ଡିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ପାରଳାଖେମୁଣ୍ଡି ରେ 19.5 ଡିଗ୍ରୀ ରେକର୍ଡ ହୋଇଛି l ସେହିପରି ବଲାଙ୍ଗୀର ଜିଲ୍ଲା ତୁରେଇକେଲା ସର୍ବାଧିକ ବର୍ଷା 11 ମିଲିମିଟର ରେକର୍ଡ କରାଯାଇଛି। ଆଗାମୀ 18 ତାରିଖ ପର୍ଯ୍ୟନ୍ତ ବର୍ଷା ରହିବ। ଆଗାମୀ ୨୪ ଘଣ୍ଟା ପାଇଁ 12 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର l ବିଶେଷକରି ଉତ୍ତର,ଦକ୍ଷିଣ ଓ ପଶ୍ଚିମ ଓଡିଶାର  12 ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ରହୁଥିବା ବେଳେ ଏହି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି l ଏହି ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ,ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ l ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ପବନର ବେଗ ୪୦ ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ରହିଥିବ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଦକ୍ଷିଣ ଓଡ଼ିଶାରେ ବର୍ଷା
ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ମୌସୁମୀ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟକୁ ଛୁଇଁଛି ମୌସୁମୀ । କୋରାପୁଟରେ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଯାଜପୁର କୋରେଇରେ ସର୍ବାଧିକ ୧୨୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ ହୋଇଛି ।

ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ୫୦ ପ୍ରତିଶତରୁ ଅଧିକ ଅଞ୍ଚଳରେ ବର୍ଷା ହେବା ସମ୍ଭାବନା ରହିଛି । ଓଡ଼ିଶା, ଗୁଜରାଟ, ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର, ସମ୍ପୂର୍ଣ୍ଣ ତେଲେଙ୍ଗାନା, ବିଦର୍ଭ, ଦକ୍ଷିଣ ଛତିଶଗଡ଼ର କିଛି ଅଞ୍ଚଳ, ଆନ୍ଧ୍ରପ୍ରଦେଶ ଉପକୂଳ, ପୂର୍ବ କେନ୍ଦ୍ରୀୟ ଓ ଉତ୍ତର ପୂର୍ବ ବଙ୍ଗୋସାଗରକୁ ମୌସୁମୀ ଛୁଇଁଛି ।

ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🌧️⛈️🌧️⛈️#Monsoon2022 #monsoon pic.twitter.com/Jsxy5Gc4d1

— Meteorological Centre, Bhubaneswar (@mcbbsr) June 16, 2022

ଚାଷୀଙ୍କ ପାଇଁ ଖୁସି ଖବର: ମେ ୨୭ରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ସାରା ଦେଶରେ ହେବ ଭଲ ବର୍ଷା
ଭୁବନେଶ୍ବର : ଚାଷୀଙ୍କ ପାଇଁ ଖୁସି ଖବର । ପୂର୍ବବର୍ଷ ଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ । ଚଳିତବର୍ଷ ମେ’ ୨୭ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ବର୍ତ୍ତମାନର ସ୍ଥିତିକୁ ଦେଖି ପାଣିପାଗ ବିଭାଗ ଏହି ଆକଳନ କରିଛି । ଯାହାକି ପୁର୍ବରୁ କରାଯାଇଥିବା ଆକଳନର ୪ ଦିନ ଆଗରୁ ମୌସୁମୀ କେରଳ ଛୁଇଁବ ବୋଲି କୁହାଯାଇଛି । ଯଦିଓ ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେକଥା କୁହାଯାଇନି। ହେଲେ ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିିଛି।

ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି।ବିଭାଗ କହିଛି ଯେ ସାଧାରଣତଃ ମୌସୁମୀ ଜୁନ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବାର ରହିଛି। ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଏଥର ଏହା ସ୍ୱାଭାବିକ ରହିବ।

ସାଧାରଣତଃ ମୌସୁମୀ ବାୟୁ କେରଳ ଛୁଇଁବା ପରେ ପରେ ଧିରେ ଧିରେ ଅନ୍ୟ ଅଞ୍ଚଳକୁ ସଂପ୍ରସାରିତ ହୋଇଥାଏ । ଯଦି ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁସାରେ କେରଳରେ ମେ ୨୭ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପହଞ୍ଚେ ତେବେ ତେବେ ଓଡିଶାରେ ମୌସୁମୀ ବାୟୁ ଜୁନ ୪ରୁ ୧୦ ମଧ୍ୟରେ ଅନୁଭୂତ ହେବା ଆଶା କରାଯାଉଛି ।  ସେହିପରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ କରିଛି ଯେ ଚଳିତ ବର୍ଷ ମେ’ ୨୭ରେ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି। ଏହି ଆକଳନରେ ମଡେଲ ଜନିତ ତ୍ରୁଟି ୪ ଦିନ ଆଗ/ପଛ ହେବାର ସମ୍ଭାବନା ରହିଥିବର କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ଚଳିତ ବର୍ଷ ଦେଶରେ ମୌସୁମୀ ସ୍ୱାଭାବିକ ରହିବ। କାଁ ଭାଁ ରାଜ୍ୟକୁ ଛାଡ଼ି ଦେଲେ ସାରା ଦେଶରେ ଭଲ ବର୍ଷା ହେବ। ଦ୍ୱିତୀୟାର୍ଦ୍ଧ ଅପେକ୍ଷା ମୌସୁମୀର ପ୍ରଥମାର୍ଦ୍ଧରେ ଭଲ ବର୍ଷା ଥିବାରୁ ଚାଷ କାମ ପାଇଁ ଏହା ବିଶେଷ ସହାୟକ ହେବ। ଘରୋଇ ପାଣିପାଗ ସଂସ୍ଥା ‘ସ୍କାଏମେଟ’ ପକ୍ଷରୁ ମୌସୁମୀ ସ୍ଥିତି ସମ୍ପର୍କରେ ଆକଳନ କରାଯାଇ ମଧ୍ୟ କୁହାଯାଇଛି ଯେ ଚଳିତ ମୌସୁମୀ ବର୍ଷରେ ୯୮ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ୍‍ରୁ ସେପ୍ଟମ୍ବର ମାସ ପର୍ଯ୍ୟନ୍ତ ୮୮୦.୬ ପ୍ରତିଶତ ବର୍ଷା ସମ୍ଭାବନା ରହିଥିବା ସ୍କାଏମେଟ୍‍ କହିଛି। ସଂସ୍ଥା ପକ୍ଷରୁ କୁହାଯାଇଛି ଯେ ଚଳିତ ବର୍ଷ ରାଜସ୍ଥାନରେ କମ୍‍ ବର୍ଷାର ଆଶଙ୍କା ରହିଛି। ଏହା ସହିତ ଗୁଜୁରାଟ, ନାଗାଲାଣ୍ଡ, ମଣିପୁର, ମିଜୋରାମ ଓ ତ୍ରିପୁରାରେ ମଧ୍ୟ ବର୍ଷାର ପରିମାଣ କମିପାରେ। ଅନ୍ୟପଟେ ଉତ୍ତରପ୍ରଦେଶ, ପଞ୍ଜାବ ଓ ମଧ୍ୟପ୍ରଦେଶରେ ଅନ୍ୟ ରାଜ୍ୟ ତୁଳନାରେ ଅପେକ୍ଷାକୃତ ଅଧିକ ବର୍ଷାର ସମ୍ଭାବନା ରହିଛି।