Cuttack Chandi temple - The Sakala

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଖର୍ଚ୍ଚ ହେବ ୭୦ କୋଟି, ଏକ ବର୍ଷରେ ସରିବ କାମ
ଭୁବନେଶ୍ବର :  କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ । ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। କାମ ଏକ ବର୍ଷରେ ଶେଷ ହେବ। ୫-ଟି ଉପକ୍ରମ ଅଧୀନରେ ଏହି କାର୍ଯ୍ୟ କରାଯିବ। କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିର ର କୟାକଳ୍ପ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକ ବାସୀଙ୍କ ସକ୍ରିୟ ସହଯୋଗ କାମନା କରିଛନ୍ତି।

ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଏହି ଯୋଜନା ଵିଷୟରେ ଏକ ପ୍ରେଜେଣ୍ଟେସନ୍ କରାଯାଇଥିଲା। ଓବିସିସିସ ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ । ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ ଲ୍ୟାଣ୍ଡସ୍କେପିଙ୍ଗ ମଧ୍ୟ ବିକାଶ କରାଯିବ ।

ଓବିସିସିସ ଜରିଆରେ ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି । ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରୀଯାନ ଚଳାଚଳ, ଯାତ୍ରୀମାନଙ୍କ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ ଅନ୍ୟ ଦିଗ ଦେଇ ନିଆଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ। ବର୍ଷ ସାରା ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି । ଦୁର୍ଗାପୂଜା ସମୟରେ ମାଙ୍କ ଷୋଡଶ ଦିନାତ୍ମକ ପୂଜାରେ ମାଙ୍କ ବିଭିନ୍ନ ବେଶ ତେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ମା’ଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ । ଆଜିର କାର୍ଯ୍ୟକ୍ରମରେ  ମୁଖ୍ୟ ଶାସନ ସଚିବଙ୍କ ସମତେ ବରିଷ୍ଠ ଅଧିକାରୀଗଣ ଓ କଟକ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ। ବୈଠକରେ ଯୋଗ ଦେଇଥିବା ମନ୍ଦିର ଟ୍ରଷ୍ଟବୋର୍ଡ ସଦସ୍ୟ ଓ ସେବାୟତଙ୍କ ପ୍ରତିନଧିମାନେ ଯୋଜନାର ଉଚ୍ଚ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।