Brahmagiri - The Sakala

ପୁଣି ଅସୁରକ୍ଷିତ ପର୍ଯ୍ୟଟନସ୍ଥଳୀ; ବାଲିହରଚଣ୍ଡୀ ବୁଲିବାକୁ ଆସିଥିଲେ; ପ୍ରେମିକକୁ ଗଛରେ ବାନ୍ଧି ପ୍ରେମିକାକୁ ଗଣଦୁଷ୍କର୍ମ !
ବ୍ରହ୍ମଗିରି: ପ୍ରେମିକକୁ ଗଛରେ ବାନ୍ଧି ପ୍ରେମିକାକୁ ଗଣଦୁଷ୍କର୍ମ। ବ୍ରହ୍ମଗିରି ପ୍ରସିଦ୍ଧ ଶକ୍ତିପୀଠ ମା’ ବାଲିହରିଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ଏହି ଲଜ୍ଜାଜନକ ଘଟଣା ଘଟିଛି। ତେବେ ଏ ସଂପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନଥିବା ବେଳେ ପୁଲିସ ବି ମୁହଁ ଖୋଲୁନି। ତେବେ ବ୍ରହ୍ମଗିରି ଏବଂ ସଦର ଥାନା ପୁଲିସ ଏହି ଘଟଣାରେ ୩ଜଣଙ୍କୁ ଥାନାରେ ଅଟକ ରଖିଥିବା ବେଳେ ଆଉ ଜଣେ ଫେରାର୍‌ ଥିବା ସୂଚନା ମିଳିଛି।

ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ଗତ ଶନିବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ପ୍ରେମୀଯୁଗଳ ବାଲିହରଚଣ୍ଡୀ ବୁଲିବାକୁ ଆସିଥିଲେ। ସେମାନେ ମା’ଙ୍କୁ ଦର୍ଶନ କରିସାରିବା ପରେ ସମୁଦ୍ର କୂଳକୁ ବୁଲିବାକୁ ଯାଇଥିଲେ। ଏହି ସମୟ‌ରେ ୪ଜଣ ଦୁର୍ବୃତ୍ତ ସେମାନଙ୍କୁ ପିଛା କରିଥିଲେ। ସମୁଦ୍ର କୂଳକୁ ଯିବାକୁ ହେଲେ ଏକ ନଦୀ ପାର୍‌ ହେବାକୁ ପଡ଼ିଥାଏ। ସମ୍ପୃକ୍ତ ଯୁବକମାନେ ଉଭୟଙ୍କୁ ଡଙ୍ଗାରେ ନଦୀ ପାର୍‌ କରାଇଥିଲେ। କିନ୍ତୁ ନଦୀ ଅପରପାର୍ଶ୍ବରେ ପହଞ୍ଚିବା ପରେ ଯୁବକମାନଙ୍କ ସ୍ୱଭାବ ବଦଳି ଯାଇଥିଲା। ସେମାନେ ପ୍ରେମିକୁ ଏକ ଗଛରେ ବାନ୍ଧି ତାଙ୍କ ସାମ୍ନାରେ ପ୍ରେମିକାକୁ ଗଣଦୁଷ୍କର୍ମ କରିଥିଲେ। ପ୍ରେମୀଯୁଗଳ ଯେତେ କାକୁତିମିନତି ହୋଇଥିଲେ ମଧ୍ୟ ସେମାନେ କିଛି ଶୁଣି ନ ଥିଲେ। ପ୍ରାୟ ଅଧଘଣ୍ଟା ଧରି ୪ ଯୁବକ ପାଶବିକ ଅତ୍ୟାଚାର କରିଥିଲେ। ଏହାପରେ ଯୁବକମାନେ ସେଠାରୁ ପଳାଇ ଯାଇଥିଲେ। ପରେ ପ୍ରେମୀଯୁଗଳ ବାଲିହରଚଣ୍ଡୀ ପୀଠକୁ ଆସି ଏ ବାବଦରେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ଖବର ପାଇ ସଦର ଏସ୍‌ଡିପିଓ ରବିନାରାୟଣ ଭଞ୍ଜ, ସ୍ପେଶାଲ ସ୍କ୍ୱାଡ୍‌, ବ୍ରହ୍ମଗିରି ଓ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରିଥିଲେ। ଅଭିଯୁକ୍ତଙ୍କ ମଧ୍ୟରୁ ପୁଲିସ ୩ଜଣଙ୍କୁ କାବୁ କରିଥିବା ବେଳେ ଅନ୍ୟ ଜଣେ ଯୁବକ ଫେରାର୍‌ ହୋଇଯାଇଛି। ତେବେ ଲୋକଲଜ୍ଜା ଭୟରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଶୁଣିବାକୁ ମିଳୁଛି। ପୁଲିସ ମଧ୍ୟ ଯଥାସମ୍ଭବ ଏହାକୁ ଚାପିଦେବାକୁ ଉଦ୍ୟମ କରୁଛି। ଗଣମାଧ୍ୟମକୁ ଏ ସଂପର୍କରେ କୌଣସି ସୂଚନା ଦିଆଯାଉନାହିଁ।

ଅପରପକ୍ଷେ, ସୋମବାର ଗଣମାଧ୍ୟମ ପ୍ରତିନିଧିମାନେ ପୀଡ଼ିତାଙ୍କ ଘରକୁ ଯାଇଥିଲେ। କିନ୍ତୁ ତାଙ୍କ ଘର ତାଲା ପଡ଼ିଥିବା ଦେଖିବାକୁ ପାଇଥିଲେ। ସେହିପରି ଅତିରିକ୍ତ ଏସ୍‌ପି ସୁଶୀଲ କୁମାର ମିଶ୍ର ଏବଂ ସଦର ଏସ୍‌ଡିପିଓ ପ୍ରାୟ ୨ ଘଣ୍ଟା ଧରି ବ୍ରହ୍ମଗିରି ଥାନା ଭିତରେ ରୁଦ୍ଧଦ୍ୱାର ଆଲୋଚନା କରିଥିଲେ। ବାହାରେ ଗଣମାଧ୍ୟମ ପ୍ରତିନିଧିମାନେ ଜଗି ରହିଥିଲେ। ବୈଠକ ପରେ ଉଭୟଙ୍କୁ ପ୍ରଶ୍ନ କରିବାରୁ ସେମିତି କିଛି ଅଭିଯୋଗ ହୋଇନାହିଁ କହି ପ୍ରସଙ୍ଗକୁ ଏଡ଼ାଇ ଦେବାକୁ ଚେଷ୍ଟା କରିଥିଲେ।

ସ୍ୱାମୀକୁ ମଦ ପିଆଇ ମାଡ଼ମାରିବା ପରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ
ବ୍ରହ୍ମଗିରି: ବ୍ରହ୍ମଗିରି ଅଞ୍ଚଳରେ ଲଜ୍ଜ୍ୟା । ସ୍ୱାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ । ଅରଖକୁଦା ମିରାଇନ୍ ଥାନା ଅଂଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ ଥାନା ଏକ ଦୁଷ୍କର୍ମ ମାମଲା ରୁଜୁକରି ଜଣେ ଦୁଷ୍କର୍ମକରୀକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି ।

ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ
ପୁରୀ: ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି।

ସେ ଜନତା ଦଳ ଟିକେଟରେ ଦୁଇ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ଅଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

୧୯୪୩ ମସିହା ଜୁଲାଇ ୨୭ ତାରିଖରେ ସେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ତିତିପ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଅଜୟ କୁମାର ଜେନା ୧୯୭୭ ମସିହାରେ ବ୍ରହ୍ମଗିରି ବିଧାନସଭା ଆସନରେ ଜନତା ଦଳରୁ ପ୍ରଥମେ ସପ୍ତମ ଓଡ଼ିଶା ବିଧାନସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ ମସିହାରେ ଦ୍ୱିତୀୟ ଥର ପାଇଁ ଦଶମ ଓଡ଼ିଶା ବିଧାନସଭା ସଦସ୍ୟ ଭାବରେ ବ୍ରହ୍ମଗିରି ବିଧାନସଭା ଆସନରୁ ଜନତା ଦଳ ତରଫରୁ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ। ଏଥର ତାଙ୍କୁ ସରକାରୀ ଦଳର ମୁଖ୍ୟ ସଚେତକ ଦାୟିତ୍ବ ଦିଆଯାଇଥିଲା।

ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍, ଡ୍ରାଇଭର ସମେତ ୨ ମୃତ
ବ୍ରହ୍ମଗିରି: ଗତକାଲି ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ଫଳରେ ଡ୍ରାଇଭର୍ ସମେତ ୨ ଜଣ ମୃତ୍ୟୁବରଣ କରିଥିବା ନେଇ ସୂଚନା ମିଳିଛି । ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ପୁରୀ ସାତପଡ଼ା ଜାତୀୟ ରାଜପଥରେ । ମୃତକ ଦ୍ୱୟ ହେଲେ ଅରଖକୁଦା ମେରାଇନ୍‌ ଥାନା ସହଦେବପୁର ଗାଁର ଧୀରେନ୍ଦ୍ର ପଲାଇ ଓ ଡ୍ରାଇଭର ଭଗବାନପୁର ଗାଁ ର ନବାବ ଖାଁ । ଖବର ପାଇ ବ୍ରହ୍ମଗିରି ଦମକଳ ବାହୀନୀ ପହଞ୍ଚି କାରରୁ ମୃତଦେହ ଉଦ୍ଧାର କରିଛନ୍ତି । ଘଟଣାସ୍ଥଳରେ ପୁରୀ ସଦର ପୋଲିସର ତଦନ୍ତ ଜାରି ।

ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ପୁରୀ – ସାତପଡ଼ା ରାଜପଥର ନାଗା ଛକଠାରେ ଏକ କାର୍ ଭାରସାମ୍ୟ ହରାଇ ଗଛକୁ ପିଟିଥିଲା। କାରଟି ଗଛରେ ଚାପି ହୋଇ ରହିଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଯାଇଛି।