Sarala Temple - The Sakala

ନୂଆ ରୂପରେ ଝଟକିବ ଝଙ୍କଡ ପୀଠ; ମାଆ ଶାରଳା ମନ୍ଦିରର ଉନ୍ନତି ପାଇଁ ୪୨ କୋଟିର ବଜେଟ, ବର୍ଷକ ମଧ୍ୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ନୂଆ ରୂପରେ ଝଲସିବ ସାରଳା ମନ୍ଦିର । ମନ୍ଦିରର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଶାରଳା ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୪୨ କୋଟିର ବଜେଟ ବ୍ୟବସ୍ଥା । ବର୍ଷକରେ ସରିବ କାମ । ଯାହାକୁ ନେଇ ସେବାୟତଙ୍କ ମଧ୍ୟରେ ଉତ୍ସାହ ଓ ଆନନ୍ଦ ଦେଖିବାକୁ ମିଳିଛି । ନିକଟରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଝଙ୍କଡ ପୀଠର ଉନ୍ନତି ପାଇଁ 5-ଟି ସଚିବ ଭି.କେ. ପାଣ୍ଡିଆନ ପୀଠ ପରିଦର୍ଶନ କରି ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରିଥିଲେ । ସବୁ ଦିଗକୁ ଦୃଷ୍ଟିରେ ରଖି ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ଏକ ବୈଠକରେ ଏହି ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପୂର୍ତ୍ତ ବିଭାଗ ସଂପର୍କରେ ଏକ ଉପସ୍ଥାପନା କରାଯାଇଥିଲା। ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୪୨ କୋଟି ଟଙ୍କା ଖର୍ଚ୍ଚ ହେବ । ବର୍ଷକ ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ।

ଏଥିରେ ମନ୍ଦିର ପରିସର ରେ ଥିବା ମନ୍ଦିର ମାନଙ୍କ ବିକାଶ ହେବ. ଏହା ସହିତ ପୁଷ୍କରଣୀର ବିକାଶ, ପୂର୍ବ ପଶ୍ଚିମ ଉତ୍ତର ଓ ଦକ୍ଷିଣ ଦ୍ୱାର ନିର୍ମାଣ ସହ ଐତିହ୍ୟ ପାଚେରୀ ନିର୍ମାଣ କରଯିବ । ଏତଦ୍‌ବ୍ୟତୀତ ମନ୍ଦିରର ରୋଷଘର, ଆନନ୍ଦ ବଜ଼ାର,ଗୋଦାମ ଘର, ଚନ୍ଦନ ପୋଖରୀର ବିକାଶ ଓ ଚଲାପଥ, ମୁଣ୍ଡନ ମଣ୍ଡପ, ନୂତନ ଦୋଳବେଦୀ ଓ ମହାବୀର ମନ୍ଦିରର ପୁନର୍ବିନ୍ୟାସ କରାଯିବ। ଯାତ୍ରୀ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଭୋଗ, ଦୀପ ମଣ୍ଡପ, ଜୋତା ଷ୍ଟାଣ୍ଡ, ପୋଲିସ କଣ୍ଟ୍ରୋଲ ରୁମ୍‌, ମନ୍ଦିର କାର୍ଯ୍ୟାଳୟ ଆଦି ନିର୍ମାଣ କରାଯିବ। ଯାତ୍ରୀଙ୍କ ରହଣୀ ପାଇଁ ଥିବା ବ୍ୟବସ୍ଥାର ପୁନରୁଦ୍ଧାର କରାଯିବ। ଏତଦ୍‌ବ୍ୟତୀତ ବିଶ୍ରାମ କକ୍ଷ ଓ ଶୌଚାଳୟ ମଧ୍ୟ ନିର୍ମାଣ କରାଯିବ।

ମନ୍ଦିର ପାଖରେ ବିଭିନ୍ନ ଦୋକାନ ଖୋଲିଥିବା ବ୍ୟବସାୟୀ ମାନଙ୍କୁ ଶୃଙ୍ଖଳିତ ଭାବରେ ଥଇଥାନ କରାଯିବ। ବର୍ତ୍ତମାନର ସପିଂ କମ୍ପ୍ଲେକ୍‌ସର ପୁନର୍ବିନ୍ୟାସ କରାଯାଇ ୭୨ ଜଣ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ସେଠାରେ ଗାଡି ମଟର ପାର୍କିଂ ସହିତ ଶୌଚାଳୟର ସୁବିଧା ମଧ୍ୟ ରହିବ । ଝଙ୍କଡ ପୀଠ ସହିତ ଓଡିଆ ସାହିତ୍ୟର ଉନ୍ମେଷ ଜଡିତ । ମାଙ୍କ କୃପାରୁ ସାରଳା ଦାସ ସିଦ୍ଧି ଲାଭ କରି ଓଡିଆ ଭାଷାରେ ମହାଭାରତ ରଚନା କରିଥିଲେ। ଓଡିଆ ସାହିତ୍ୟରେ ନୂଆ ଯୁଗର ଆରମ୍ଭ କରିଥିଲେ। ଆଦିକବିଙ୍କ ସ୍ମୃତିରେ ନଣ୍ଡା ଦେଉଳ ବରଗଛ ନିକଟରେ ସାରଳା ଦାସଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତୀ ନିର୍ମାଣ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଦ୍ଵିତୀୟ ପର୍ଯ୍ୟାୟରେ ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତା କୁ ମଧ୍ୟ ଚଉଡା କରାଯିବ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଆଲୋଚନାରେ ଭାଗ ନେଇଥିବା ସେବାୟତମାନେ ବିଭିନ୍ନ ପୀଠର ଉନ୍ନତି ପାଇଁ ସରକାରଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ ଓ ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ ଟି ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ । ଉପସ୍ଥାପନାରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ , ଜଗତସିଂହପୁର ଜିଲ୍ଲାପାଳ ଓ ସେବାୟତମାନେ ଯୋଗ ଦେଇଥିଲେ । ପୂର୍ତ୍ତ ସଚିବ ଓ OBCC ର MD presentation କରିଥିଲେ ।