Bikram K. Arukha - The Sakala

ହଟିଲା କୋଭିଡ କଟକଣା: ସ୍ୱାଭାବିକ ଭାବେ ଚାଲିବ ବିଧାନସଭା ଶୀତ ଅଧିବେଶନ, ପ୍ରେସ ଗ୍ୟାଲେରୀକୁ ସାମ୍ବାଦିକଙ୍କୁ ମିଳିବ ଅନୁମତି
ଭୁବନେଶ୍ବର: ବିଧାନସଭା ଶୀତ ଅଧିବେଶନ ସୁପରିଚାଳନା ନେଇ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ବସିଥିଲା।  ଏଥର ସ୍ୱାଭାବିକ ଭାବେ ଚାଲିବ ବିଧାନସଭା। ବିଧାନସଭାରୁ କୋଭିଡ କଟକଣାକୁ ହଟାଇ ଦିଆଯାଇଛି। ପୂର୍ବପରି ଚାଲିବ ବିଧାନସଭା। ଆସନ୍ତା ୨୪ରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୩୧ ତାରିଖ ପର୍ଯ୍ଯନ୍ତ ଚାଲିବ।  ବିଧାୟକ ମାନେ ନିଜ ନିଜ ଆସନରେ ବସିବେ। ପ୍ରେସ ଗ୍ୟାଲେରୀରେ ମିଡିଆଙ୍କୁ ଅନୁମତି ମିଳିବ। ଲିଖିତ ଭାବେ ଜଣାଇଲେ ସେମାନଙ୍କୁ ଭିଡିଓ କନଫରେନ୍ସି ମାଧ୍ୟମରେ ବିଧାନସଭାରେ ଯୋଗ ଦେଇପାରିବେ। ୨ଟି ସେସନରେ ବିଧାନସଭା ଚାଲିବ। ସକାଳ ସାଢେ ୧୦ରୁ ୧ଟା ୩୦ ଏବଂ ଅପରାହ୍ନ ଅଧିବେଶନରେ ୪ଟା ରୁ ୭ ପର୍ଯ୍ଯନ୍ତ ବିଧାନସଭା ଚାଲିବ। ଏ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ସୂଚନା ଦେଇଛନ୍ତି।

ବୈଠକରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

ଷୋଡଶ ବିଧାନସଭାର ୧୧ ତମ ଅଧିବେଶନରେ ମୋଟ ୩୩ଟି କାର୍ଯ୍ଯଦିବସ ରହିଥିବା ବେଳେ ନଭେମ୍ବର ୨୪ ତାରିଖରେ ଅର୍ଥ ମନ୍ତ୍ରୀ ଆଗତ କରିବେ ୨୦୨୨-୨୩ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍। ଏହାପରେ ନଭେମ୍ବର ୩୦ ତାରିଖରେ ବିଧାନସଭାରେ ଖର୍ଚ୍ଚ ଦାବି ଆଲୋଚନା ହେବ। ଏଥି ସହିତ ଡିସେମ୍ବର ୨ ତାରିଖରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ।

ବିଧାନସଭାର ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ
ଭୁବନେଶ୍ବର: ବିଧାନସଭା ବାଚସ୍ପତି ଭାବେ ବିକ୍ରମ କେଶରୀ ଆରୁଖ  ନିର୍ବାଚିତ ହୋଇଛନ୍ତି। ସ୍ୱତନ୍ତ୍ର ଭାବେ ବିଧାନସଭାର ଦିନିକିଆ ଅଧିବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ। ସେ  ୨୪ତମ ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପ୍ରସ୍ତାବକୁ ସମର୍ଥନ ଦେଇଥିଲେ ସଂସଦୀୟ ବ୍ଯାପାର ମନ୍ତ୍ରୀ। ବିକ୍ରମ ଆରୁଖଙ୍କୁ ମୁଖ୍ଯମନ୍ତ୍ରୀଙ୍କ ସମେତ ବିରୋଧୀ ଓ ଶାସକ ଦଳର ନେତାମାନେ ଅଭିନନ୍ଦନ ଜାଣାଇଛନ୍ତି। ଗୃହର ମର୍ଯ୍ଯାଦା ରକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ବିକ୍ରମ ଆରୁଖ।

ସୂଚନା ଅନୁଯାଯୀ, ୧୯୯୫ ମସିହାରୁ ଲଗାତର ଭାବେ ଭଞ୍ଜନଗରରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଛନ୍ତି ବିକ୍ରମ କେଶରୀ ଆରୁଖ । ୨୦୦୮ ମସିହାରେ ସରକାରୀ ଦଳ ମୁଖ୍ୟ ସଚେତକ ଓ ୨୦୦୯ ମସିହାରୁ ୧୩ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ଆଇନ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ସଂସଦୀୟ ବ୍ୟାପାର ପରି ବହୁ ଗୁରୁତ୍ବ ପୂର୍ଣ୍ଣ ବିଭାଗର ମନ୍ତ୍ରୀ ଦାୟିତ୍ବ ତୁଲାଇ ସାରିଛନ୍ତି ।

ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବିକ୍ରମ କେଶରୀ ଆରୁଖ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ । ବିଧିବଦ୍ଧ ଭାବେ ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଧାୟକ ବିକ୍ରମ କେଶରୀ ଆରୁଖ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ଯବାଦ ଜଣାଇଛନ୍ତି। ଆରୁଖ କହିଛନ୍ତି ଯେ, ବିଧାନସଭାର ଗାରିମା ମୁଁ ରକ୍ଷା କରିବ । ଗୃହ ପରିଚାଳନା ପାଇଁ ଆରୁଖ ମସସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି । ଆରୁଖଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେଡି ସାଙ୍ଗଠାନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଅନେକ ବରିଷ୍ଠ ବିଧାୟକ ଓ‌ ଅଧିକାରୀ ଉପସ୍ଥିତ ରହିଥିଲେ।

ସୂଚନା ଅନୁଯାୟୀ, ଆସନ୍ତା ୧୩ ତାରିଖରେ ବସୁଛି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ । ଏହି ଦିନ ଗୃହରେ ବାଚସ୍ପତି ନିର୍ବାଚନ କରାଯିବ । ଏହାପୂର୍ବରୁ ଆଜି ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଛି । ଜୁନ ୪ ତାରିଖରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ଯ ନାରାୟଣ ପାତ୍ର । ଏଥିପାଇଁ ବାଚସ୍ପତି ଆସନ ଖାଲି ରହିଥିଲା । ଜୁଲାଇ ପ୍ରଥମ ସପ୍ତାହରେ ବିଧାନସଭା ଅଧିବେଶନ ବସିବ।