cm naveens foreign trip - The Sakala

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ : ୨୦ରୁ ଗସ୍ତ କରିବେ ଇଟାଲୀ ଓ ଦୁବାଇ, ଜାଣନ୍ତୁ କ’ଣ ରହିଛି କାର୍ଯ୍ୟସୂଚୀ
ଭୁବନେଶ୍ବର : ଆସନ୍ତା ୨୦ ତାରିଖରୁ ୧୦ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ  ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀରୁ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ  ଇଟାଲୀ ଓ ଦୁବାଇ ଗସ୍ତ କରିବେ। ଆଜି ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗସ୍ତ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗୋଟିଏ ଟିମ୍ ଇଟାଲୀ ଓ ଦୁବାଇ ଯିବେ। ମୁଖ୍ୟମନ୍ତ୍ରୀ ସହ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭି.କେ ପାଣ୍ଡିଆନ, ଯୋଗାଣ ସଚିବ ଭି.ଭି ଯାଦବ, ଶିଳ୍ପ ସଚିବ ହେମନ୍ତ ଶର୍ମା ଓ ଦିଲ୍ଲୀସ୍ଥିତ ଆବାସିକ କମିଶନର ରବି କାନ୍ତ ବିଦେଶ ଗସ୍ତରେ ଯିବେ।

ଆଜି ଦିଲ୍‌ଲୀରେ ପହଞ୍ଚିଥିବା ମୁଖ୍ୟମନ୍ତ୍ରୀ ୨୦ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ୍ ଅଭିମୁଖେ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀ ରୋମସ୍ଥିତ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମ(ୱାଲର୍ଡ ଫୁଡ୍ ପ୍ରୋଗ୍ରାମ)ରେ ଓଡ଼ିଶାର ସଫଳତା କାହାଣୀ ସମ୍ପର୍କରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ। ୱାର୍ଲଡ଼ ଫୁଡ ପ୍ରୋଗ୍ରାମର ମୁଖ୍ୟାଳୟରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଖାଦ୍ୟ ସୁରକ୍ଷା ଓ ବିପର୍ଯ୍ୟୟ ମୁକାବିଲା ରଣନୀତି ସମ୍ପର୍କରେ ନିଜର ଅନୁଭୁତି ଓ ସଫଳତାର ଚିତ୍ର ଉପସ୍ଥାପନା କରିବେ ମୁଖ୍ୟମନ୍ତ୍ରୀ । ଗୋଟେ ସମୟରେ ଖାଦ୍ୟ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ବେଳେ ଏବେ ଓଡ଼ିଶା ଖାଦ୍ୟ ଉତ୍ପାଦନରେ ବଳକା ରାଜ୍ୟ। ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଖାଦ୍ୟଶସ୍ୟ ଯୋଗାଉଛି ଓଡିଶା। ୧୯୯୯ ମହାବାତ୍ୟା ଓଡିଶାର ଚିତ୍ର ବଦଳାଇଦେଇଥିଲା କିନ୍ତୁ ଏବେ କିନ୍ତୁ ଓଡିଶା ବିପର୍ଯ୍ୟୟ ମୁକାବିଲାରେ ଏକ ମଡେଲ ରାଜ୍ୟ ହୋଇଛି। ଏହାପୁର୍ବରୁ ମଧ୍ୟ ଓଡିଶାର ବିପର୍ଯ୍ୟୟ ମୁକାବିଲା କାର୍ଯ୍ୟକ୍ରମକୁ ଜାତିସଂଘ ମଧ୍ୟ ପ୍ରଶଂସା କରିଛି ।

ରୋମରେ ମୁଖ୍ୟମନ୍ତ୍ରୀ ୱାର୍ଲଡ ଫୁଡ ପ୍ରୋଗ୍ରାମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡେଭିଡ ବେସଲି ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଭେଟିବେ। ୱାର୍ଲଡ ଫୁଡ ପ୍ରୋଗ୍ରାମ ସହ ସହଭାଗିତାରେ ନୂଆ କାର୍ଯ୍ୟକ୍ରମ ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ରୋମରେ ରହଣୀ ସମୟରେ ମୁଖ୍ୟମନ୍ତ୍ରୀ ଖ୍ରୀଷ୍ଟିଆନ ଧର୍ମଗୁରୁ ପୋପ ଫ୍ରାନସିସ୍ଙଙ୍କୁ ଭାଟିକାନରେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ୟୁରୋପରେ ରହୁଥିବା ପ୍ରବାସୀ ଓଡିଆଙ୍କୁ ମଧ୍ୟ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟର ସାଂସ୍କୃତି ଓ କଳାର ବିକାଶ ନେଇ ଆଲୋଚନା କରିବେ । ରାଜ୍ୟରେ କଳା ବିକାଶ ନେଇ ଆରମ୍ଭ ହୋଇଥିବା ରୂପାନ୍ତରଣ ପ୍ରକ୍ରିୟାରେ ପ୍ରବାସୀ ଓଡିଆମାନେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ଆଲୋଚନା କରିବେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୬ତାରିଖ ଅପରାହ୍ନ ୩ଟା ୨୫ରେ ରୋମରୁ ଦୁବାଇ ଅଭିମୁଖେ ଗସ୍ତ କରିବେ । ଦୁବାଇରେ ୨୯ତାରିଖରେ ଭାରତ ସରକାର ଓ ଫିକ୍କି ଦ୍ୱାରା ଆୟୋଜିତ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ । ଦୁବାଇରେ ମିଡିଲ ଇଷ୍ଟ ପୁଂଜିନିବେଶକାରୀଙ୍କ ସହ ରାଜ୍ୟରେ ପୁଂଜିନିବେଶ ନେଇ ଚର୍ଚ୍ଚା କରିବେ ମୁଖ୍ୟମନ୍ତ୍ରୀ । ଓଡିଶା ଏବେ ପୁଂଜିନିବେଶ ପାଇଁ ଉପଯୁକ୍ତ ବାତାବରଣ ସୃଷ୍ଟି କରିଥିବା ବେଳେ ଶିଳ୍ପ ପାଇଁ ସବୁ ପ୍ରକାର ସହଯୋଗ ଯୋଗାଇଦେଉଛନ୍ତି ରାଜ୍ୟ ସରକାର । ଓଡିଶାରେ ବୈଦେଶିକ ପୁଂଜିନିବେଶ ନେଇ ଶିଳ୍ପ ବିଭାଗର ଏକ ପ୍ରତିନିଧି ଦଳ ପୁଂଜିନିବେଶକାରୀଙ୍କ ସହ ଆଲୋଚନା କରିବେ । ରାଜ୍ୟରେ ଗତ ଦୁଇ ଦଶନ୍ଧୀ ଧରି ଚାଲିଥିବା ରୂପାନ୍ତରଣ ପ୍ରକ୍ରିୟାରେ ଅଂଶୀଦାର ହେବାକୁ ମୁଖ୍ୟମନ୍ତ୍ରୀ ମିଡିଲ ଇଷ୍ଟରେ ରହୁଥିବା ପ୍ରବାସୀ ଓଡିଶାଙ୍କୁ ଆମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ।ଏହାପରେ ମୁଖ୍ୟମନ୍ତ୍ରୀ ୩୦ ତାରିଖ ଅପରାହ୍ନରେ ୩ଟା ୨୫ ମିନିଟରେ ଦୁବାଇ ଛାଡ଼ିବେ ଓ ରାତି ୮ଟା ୨୦ରେ ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ରାତି ୯ଟା ୩୦ମିନିଟରେ ଭୁବନେଶ୍ୱର ଅଭିମୁଖେ ଆସିବେ ଓ ସାଢ଼େ ୧୧ଟାରେ ପହଂଚିବେ ବୋଲି କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି ।