South West Monsoon - The Sakala

ରାଜ୍ଯର ସମସ୍ତ ଜିଲ୍ଲାକୁ ସ୍ପର୍ଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ବର: ରାଜ୍ୟର ସମସ୍ତ ଜିଲ୍ଲାକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁ ଥିଲା।

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରଗତି ସଂକ୍ରାନ୍ତରେ ଜାରି ବିବୃତିରେ ଆଜି ଭାରତୀୟ ପାଣିପାଗ ବିଭାଗ କହିଛି ଯେ , ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ଅଗ୍ରସର ହୋଇ ମଧ୍ୟପ୍ରଦେଶର ଅଧିକାଂଶ ଅଞ୍ଚଳ, ଛତିଶଗଡ଼ ଓ ଉତ୍ତରପଶ୍ଚିମ ବ‌େଙ୍ଗୋପସାଗରର ବାକି ଅଞ୍ଚଳ, ସମଗ୍ର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡର ଓ ବିହାର ଅଧିକାଂଶ ଅଞ୍ଚଳ ଓ ଦକ୍ଷିଣ-ପୂର୍ବ ଉତ୍ତର ପ୍ରଦେଶର କିଛି ଅଞ୍ଚଳକୁ ବ୍ୟାପି ଯାଇଛି।

ଗତକାଲି ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଥିଲା । କିଛି ସ୍ଥାନରେ ୭ ରୁ ୧୧ ସେମି ଓ ଆଉ କିଛି ସ୍ଥାନରେ ୧୧ ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି । ଏ ନେଇ ଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଥିଲା। ଆଜି ପାଇଁ ଅତି ପ୍ରବଳ ବର୍ଷା ନେଇ ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ମୟୁରଭଞ୍ଜକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା।

ସେହିପରି, ଆଗାମୀ  ପାଞ୍ଚଦିନ ଯାଏ ରାଜ୍ଯର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୧ ତାରିଖ ପାଇଁ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗସିଂହପୁର,  ଖେର୍ଦ୍ଧା ଓ  ଢେଙ୍କାନାଳ ଜଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ ।

୨୨ ତାରିଖ ପାଇଁ କୋରାପୁଟ, ମାଲକାନଗିରି, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ପୁରୀ ପାଇଁ ସତର୍କ ସୂଚନା ଜାରି କରାଯଇଛି।

୨୩ ତାରିଖ ପାଇଁ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ବରଗଡ଼, ସୋନପୁର, କନ୍ଧମାଳ ପାଇଁ ସତର୍କ ସୂଚନା ଜାରି କରାଯଇଥିବା ବେଳେ ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ। ୨୫ ତାରିଖ ପାଇଁ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼,ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କଟକ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରପଡ଼ା, ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।