Vice President Election - The Sakala

ଆଜି ଉପରାଷ୍ଟ୍ରପତି ନିର୍ବାଚନ, ୧୦ଟାରୁ ଭୋଟ ଗ୍ରହଣ
ନୂଆଦିଲ୍ଲୀ: ଆଜି ଦେଶର ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ସଂସଦ ଭବନ ମଧ୍ୟରେ ଭୋଟ୍ ଗ୍ରହଣ ହେବ । ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଉପରାଷ୍ଟ୍ରପତି ପଦ ପାଇଁ ଏନଡିଏରୁ ଜଗଦୀପ ଧନଖଡ଼ ପ୍ରାର୍ଥୀ ହୋଇଥିବା ବେଳେ ମାର୍ଗାରେଟ୍ ଆଲଭା ବିରୋଧୀ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି । ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ । ସଂସଦର ଉଭୟ ଗୃହର ସାଂସଦମାନେ ଉପରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିଥାନ୍ତି । ସଂସଦର ମୋଟ୍ ସଦସ୍ୟ ସଂଖ୍ୟା ୭୮୮ । ସେମାନଙ୍କ ମଧ୍ୟରେ ୫୪୩ ଜଣ ଲୋକସଭା ସଦସ୍ୟ ଥିବା ବେଳେ ୨୩୩ ଜଣ ରାଜ୍ୟସଭା ସଦସ୍ୟ ଅଛନ୍ତି । ଏହା ବ୍ୟତୀତ ୧୨ ଜଣ ମନୋନୀତ ସଦସ୍ୟ ମଧ୍ୟ ଅଛନ୍ତି ।

ଆଜି ଭୋଟ୍ ଗ୍ରହଣ ଶେଷ ହେବା ପରେ ସଂସଦ ଭବନରେ ଭୋଟ୍ ଗଣତି ହେବ । ଆସନ୍ତା ୧୦ ତାରିଖରେ ଶେଷ ହେଉଛି ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ । ଏହା ପୂର୍ବରୁ ନୂତନ ଉପରାଷ୍ଟ୍ରପତି ନିର୍ବାଚନ ହେବା ଜରୁରୀ । ଉପରାଷ୍ଟ୍ରପତି ଦେଶର ତିନି ସେନାର ଡେପୁଟି ସୁପ୍ରିମୋ କମାଣ୍ଡୋ ଦାୟିତ୍ବ ସମ୍ଭାଳିଥାନ୍ତି । ଏହା ସହ ରାଜ୍ୟସଭା ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ତୁଲାଇଥାନ୍ତି ଉପରାଷ୍ଟ୍ରପତି । ଏହା ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ମମତା ଏହା ପୂର୍ବରୁ ଉପରାଷ୍ଟ୍ରପତି ନିର୍ବାଚନରେ ଟିଏମସି ଦୂରତା ବଜାୟ ରଖିବା ନେଇ ଘୋଷଣା କରିଥିଲେ  ।

ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ, ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସଂସଦ ପରିସରରେ ହେବ ଭୋଟ୍‍ ଗ୍ରହଣ
ନୂଆଦିଲ୍ଲୀ : ଆସନ୍ତାକାଲି ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ସଂସଦ ଭବନ ମଧ୍ୟରେ ଭୋଟ୍‍ ଗ୍ରହଣ ହେବ। ଏହି ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଥିବା ସୂଚନା ମିଳିଛି। ଉପରାଷ୍ଟ୍ରପତି ପଦ ପାଇଁ ଏନ୍‍ଡିଏ ପକ୍ଷରୁ ଜଗଦୀପ ଧନଖର ପ୍ରାର୍ଥୀ ହୋଇଥିବା ବେଳେ ବିରୋଧୀ ଦଳ ପକ୍ଷରୁ ମାର୍ଗାରେଟ୍‍ ଆଲ୍‍ଭା ପ୍ରାର୍ଥୀ ହୋଇଛନ୍ତି।

ଏହି ନିର୍ବାଚନରେ ସଂସଦର ଉଭୟ ଗୃହର ସାଂସଦମାନେ ଉପରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିଥାନ୍ତି। ସଂସଦର ମୋଟ୍‍ ସଦସ୍ୟ ସଂଖ୍ୟା ୭୮୮। ସେମାନଙ୍କ ମଧ୍ୟରେ ୫୪୩ ଜଣ ଲୋକସଭା ସଦସ୍ୟ ଥିବା ବେଳେ ୨୩୩ ଜଣ ରାଜ୍ୟସଭା ସଦସ୍ୟ ଅଛନ୍ତି। ଏହା ବ୍ୟତୀତ ୧୨ ଜଣ ମନୋନୀତ ସଦସ୍ୟ ମଧ୍ୟ ଅଛନ୍ତି। ଆସନ୍ତାକାଲି ଭୋଟ୍‍ ଗ୍ରହଣ ଶେଷ ହେବା ପରେ ସଂସଦ ଭବନରେ ଭୋଟ୍‍ ଗଣତି ହେବ। ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ୧୦ ତାରିଖରେ ଶେଷ ହେବ। ଏହାପରେ ଆସନ୍ତା ୧୧ ତାରିଖରେ ଦେଶର ନୂଆ ଉପରାଷ୍ଟ୍ରପତି ଶପଥ ଗ୍ରହଣ କରିବେ।

ଅନ୍ୟପଟେ ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ଭୋଟ୍‌ରେ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସର (ଏନ୍‍ଡିଏ) ପ୍ରାର୍ଥୀ ଜଗଦୀପ ଧନଖରଙ୍କ ବିଜୟ ନିଶ୍ଚିତ ମନେହୁଏ । ଉପ-ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିରୋଧୀ ଦଳଗୁଡିକରେ ମଧ୍ୟ ମତଭେଦ ସାମ୍ନାକୁ ଆସିଛି, କାରଣ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ ଏହି ନିର୍ବାଚନର ମତଦାନ ପ୍ରକ୍ରିୟାରୁ ନିବୃତ୍ତ ରହିବାକୁ ଘୋଷଣା କରିଛି। ଯାହା ଫଳରେ ବିରୋଧୀଙ୍କ ପ୍ରାର୍ଥୀ ମାର୍ଗାରେଟ୍‍ ଆଲ୍‍ଭା ଭୋଟ୍‌ ସଂଖ୍ୟା କମିଯିବ। ସଂସଦର ବର୍ତ୍ତମାନର ଶକ୍ତି ହେଉଛି ୭୮୮, ଯେଉଁଥିରୁ କେବଳ ବିଜେପିରେ ୩୯୪ ସାଂସଦ ଅଛନ୍ତି । ଜିତିବା ପାଇଁ ୩୯୦ ରୁ ଅଧିକ ଭୋଟ୍ ଆବଶ୍ୟକ।ତେଣୁ ଏନ୍‍ଡିଏ ପ୍ରାର୍ଥୀ ଜଗଦୀପ ଧନ୍‌ଖରଙ୍କ ବିଜୟ ସୁନିଶ୍ଚିତ।

ଏକକ ସ୍ଥାନାନ୍ତରିତ ଭୋଟ୍ ମାଧ୍ୟମରେ ଆନୁପାତିକ ପ୍ରତିନିଧିତ୍ୱ ପ୍ରଣାଳୀ ଅନୁଯାୟୀ ନିର୍ବାଚନ ଅନୁଷ୍ଠିତ ହେବ ଓ ନିର୍ବାଚନ ଗୁପ୍ତ ଭୋଟ୍ ମାଧ୍ୟମରେ ହେବ । ୧୯୭୪ ମସିହାର ନିୟମରେ ଧାର୍ଯ୍ୟ ହୋଇଥିବା ଭୋଟ୍ ପ୍ରକ୍ରିୟାରେ, ଏକ ବ୍ୟବସ୍ଥା ଅଛି ଯେ ମତଦାନ ପ୍ରକୋଷ୍ଠରେ ଭୋଟ୍ ଚିହ୍ନଟ କରିବା ପରେ ଭୋଟରଙ୍କୁ ବାଲାଟ ପେପରକୁ ଭାଙ୍ଗି ବାଲାଟ ବକ୍ସରେ ରଖିବାକୁ ପଡିବ। ଭୋଟିଂ ପ୍ରଣାଳୀର ଯେକୌଣସି ପ୍ରକାର ଉଲ୍ଲଂଘନ ହେଲେ ପ୍ରିଜାଇଡିଂ ଅଫିସରଙ୍କ ଦ୍ୱାରା ବାଲାଟ ପେପରକୁ ବାତିଲ କରିଦିଆଯିବ ।

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ହୋଇପାରନ୍ତି ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ: ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇପାରନ୍ତି କ୍ୟାପଟେନ ଅମରିନ୍ଦର ସିଂ । ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କୁ ଏନଡିଏ ତରଫରୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରିବା ନେଇ ରାଜନୈତିକ ମହଲାରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ରାଷ୍ଟ୍ରପତି ନିର୍ବାଚନ ପରେ ଏବେ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ପ୍ରାର୍ଥୀ ବାଛିବାକୁ ଏନଡିଏ ଏବଂ ବିରୋଧୀ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ରାଷ୍ଟ୍ରପତି ନିର୍ବାଚନ ଆଗାମୀ ୧୮ ତାରିଖରେ ହେବ । ଏନଡିଏ ପକ୍ଷରୁ ଆଦିବାସୀ ନେତ୍ରୀ ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ହୋଇଥିବା ବେଳେ ବିରୋଧୀଙ୍କ ପକ୍ଷରୁ ପୂର୍ବତନ କେନ୍ଦ୍ରୀୟ ମନ୍ତ୍ରୀ ଯଶୱନ୍ତ ସିହ୍ନା ପ୍ରାର୍ଥୀ ହୋଇଛନ୍ତି । ଏବେ ଉପରାଷ୍ଟ୍ରପତି ପ୍ରାର୍ଥୀ କାହାକୁ କରାଯିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସବୁଠୁ ଆଗରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦରଙ୍କ ନାଁ ରହିଛି ।

ଅମିରନ୍ଦର ଗତ ବର୍ଷ କଂଗ୍ରେସ ଛାଡ଼ିବା ପରେ ନିଜର ଏକ ନୂଆ ଦଳ ପଂଜାବ ଲୋକ କଂଗ୍ରେସ ସ୍ଥାପନ କରିଥିଲେ । ଏହି ଦଳ ବିଜେପି ସହ ମିଶି ପଂଜାବର ବିଧାନସଭା ନିର୍ବାଚନ ଲଢିଥିଲେ ବି ବିଶେଷ ସଫଳତା ପାଇପାରିନଥିଲା । କ୍ୟାପ୍ଟେନ ନିଜ ଦଳ ଲୋକ କଂଗ୍ରେସକୁ ବିଜେପିରେ ମିଶାଇବାକୁ ପ୍ରସ୍ତୁତି କରିବା ପରେ ତାଙ୍କ ନାଁକୁ ନେଇ ଚର୍ଚ୍ଚା ଜୋର ଧରିଛି । କ୍ୟାପ୍ଟେନ ଅମରିନ୍ଦରଙ୍କର ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ଭଲ ସମ୍ପର୍କ ଅଛି । କୁହାଯାଉଛି ଯେ, ଦଳ ମିଶାଇବା ସହ ତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯିବ । ସୂଚନାନୁସାରେ, କ୍ୟାପଟେନ ଏବେ ଲଣ୍ଡନରେ ଚିକିତ୍ସିତ ହେଉଛନ୍ତି । ସେ ଚଳିତମାସ ଦ୍ୱିତୀୟ ସପ୍ତାହରେ ପଞ୍ଜାବ ଫେରିବେ ବୋଲି କୁହାଯାଉଛି ।

ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା ଭେଙ୍କୟା ନାୟୁଡୁଙ୍କ କାର୍ଯ୍ୟକାଳ ୧୧ ଅଗଷ୍ଟରେ ସମାପ୍ତ ହେବ । ଏହା ପୂର୍ବରୁ ୬ ଅଗଷ୍ଟରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ଏଥିପାଇଁ ୫ ଜୁଲାଇରେ ବିଜ୍ଞପ୍ତି ଜାରି ହେବା ପରେ ୧୯ ଜୁଲାଇରେ ନାମାଙ୍କନ ଦାଖଲ ହେବ । ବିଜେପି କ୍ୟାପ୍ଟେନଙ୍କ ସାହାରାରେ ପଞ୍ଜାବରେ ଆଧିପତ୍ୟ ବିସ୍ତାର କରିବାକୁ ଯୋଜନା କରିଛି । କୃଷି ଆଇନକୁ ନେଇ ଶିଖ୍ ଗୋଷ୍ଠୀ କେନ୍ଦ୍ର ସରକାରଙ୍କ ପ୍ରତି କଠୋର ଆଭିମୁଖ୍ୟ ରଖିଛନ୍ତି । ଶିଖ୍ ସମୁଦାୟଙ୍କ ସମର୍ଥନ ପାଇବା ପାଇଁ କ୍ୟାପ୍ଟେନ ଅମରିନ୍ଦରଙ୍କୁ ଚେହେରା କରୁଛି ବିଜେପି । ତେବେ ଯଦି କ୍ୟାପ୍ଟେନ ପ୍ରାର୍ଥୀ ହୁଅନ୍ତି ତେବେ ନିର୍ଦ୍ୱନ୍ଦରେ ବିଜୟୀ ହେବେ । କାରଣ ଉପରାଷ୍ଟ୍ରପ୍ରତି ନିର୍ବାଚନରେ ରାଜ୍ୟସଭା ଏବଂ ଲୋକସଭା ସାଂସଦ ଭୋଟ ଦିଅନ୍ତି ଏବଂ ବିଜେପି ନେତୃତ୍ୱଧୀନ ଏନଡିଏ ପାଖରେ ଅଧିକ ସାଂସଦ ରହିଛନ୍ତି ।

ଅଗଷ୍ଟ ୬ରେ ଉପ ରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୫ରେ ପ୍ରକାଶ ପାଇବ ବିଜ୍ଞପ୍ତି
ନୂଆଦିଲ୍ଲୀ : ଆସନ୍ତା ଅଗଷ୍ଟ ମାସ ୬ ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ। ରାଷ୍ଟ୍ରପତି ନିର୍ବାଚନ ପରେ ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ଅଗଷ୍ଟ ୬ ତାରିଖରେ ଦେଶରେ ଉପ ରାଷ୍ଟ୍ରପତି ନିର୍ବାଚନ ହେବ । ଏନେଇ ଆଜି ନିର୍ବାଚନ କମିସନ ତାରିଖ ଘୋଷଣା କରିଛନ୍ତି । ଅଗଷ୍ଟ ୧୦ ତାରିଖରେ ବର୍ତ୍ତମାନର ଉପ-ରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି । ତେଣୁ ତାଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ଦେଶରେ ଉପରାଷ୍ଟ୍ରପତି ଉପ ନିର୍ବାଚନ ସାରିବାକୁ ନିର୍ବାଚନ କମିସନ ଲକ୍ଷ୍ୟ ରଖିଛନ୍ତି ।

ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୧ରେ ଶେଷ ହେବ। ଏଭଳି ପରିସ୍ଥିତିରେ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ କରିବା ପାଇଁ କୁହାଯାଇଥିବା ବେଳେ ନିର୍ବାଚନ ଆୟୋଗ ଅଗଷ୍ଟ ୬ ତାରିଖ ଧାର୍ଯ୍ୟ କରିଛନ୍ତି। ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି ଯେ ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁଲାଇ ୫ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଯଦି ଭାରତର ପରବର୍ତ୍ତୀ ଉପ ରାଷ୍ଟ୍ରପତି ଚୟନ ପାଇଁ ନିର୍ବାଚନର ଆବଶ୍ୟକ ପଡ଼େ, ତା’ହେଲେ ଏହା ଅଗଷ୍ଟ ୬ରେ ଅନୁଷ୍ଠିତ ହେବ। ଅଗଷ୍ଟ ୬ରେ ଭୋଟ ଗ୍ରହଣ ସହ ଗଣତି ହେବ। ଗଣତି ପରେ ସେହିଦିନ ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। ଉପ ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ହେଉଛି ଜୁଲାଇ ୧୯। ଜୁଲାଇ ୨୦ ତାରିଖରେ ନାମାଙ୍କ ଯାଞ୍ଚ ଓ ୨୨ ତାରିଖ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ।ଅଗଷ୍ଟ ୬ ତାରିଖ ଦିନ ୧୦ଟାରୁ ସନ୍ଧ୍ୟା ୫ଟା ଯାଏ ଭୋଟ ଗ୍ରହଣ ହେବ। ଏହାପରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ କରାଯିବ ବୋଲି କମିଶନ ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ଜୁଲାଇ ୧୮ରେ ଦେଶରେ ରାଷ୍ଟ୍ରପତି ନିର୍ବାଚନ ହେବ। ଜୁଲାଇ ୨୧ରେ ଭୋଟ ଗଣତି ପରେ ଜୁଲାଇ ୨୪ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ ହେବ ଓ ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି । ରାଷ୍ଟ୍ରପତି ପଦ ପାଇଁ ବିଜେପି ନେତୃତ୍ୱାଧୀନ ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଥିବା ବେଳେ ଯଶୱନ୍ତ ସିହ୍ନା ବିରୋଧୀ ମେଣ୍ଟର ପ୍ରାର୍ଥୀ ହୋଇଛନ୍ତି।