Heavy to very heavy rain - The Sakala

ରାଜ୍ୟର ୪ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ
ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ୍‌‌ ଲାଇନ୍‌‌ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ଆକଳନ ଜାରି କରାଯାଇଛି।

ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଯାତାୟତ କରୁଥିବାବେଳେ ରାସ୍ତାଗୁଡ଼ିକ କମ ଦୃଶ୍ୟମାନ ରହିବ। ରାସ୍ତା , ସେତୁଗୁଡିକର ଜଳମଗ୍ନତା ଏବଂ ନିମ୍ନମାନର ଅଞ୍ଚଳଗୁଡିକର ଜଳମଗ୍ନ ହେବାର ସମ୍ଭାବନା ରହିଛି। ଜଳ ନିଷ୍କାସନ, ଡ୍ରେନେଜ ଚ୍ୟାନେଲର କ୍ଲିୟରାନ୍ସ ଏବଂ ଆବଶ୍ୟକ ସ୍ଥଳେ ପମ୍ପ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିର ତୁରନ୍ତ ସମାଧାନ ପାଇଁ ସ୍ୱତନ୍ତ୍ର ରିଲିଫକମିସନର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନୁଗୁଳ, ବୌଦ୍ଧ, ସୋନପୁର, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖ ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳେ ଅବପାତର ରୂପ ନେବ ଲଘୁଚାପ: ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ବର : ଉତ୍ତର-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ଆଜି ସକାଳୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ସକ୍ରିୟ ରହିଛି। ଏହା ବର୍ତ୍ତମାନ ଅଧିକ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପରେ ପରିଣତ ହୋଇଥିବା ବେଳେ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତରେ ପରିଣତ ହେବା ସହ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ। କାଲି ଠାରୁ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ନିକଟରୁ ଉତ୍ତର ଓଡିଶା, ଝାଡଖଣ୍ଡ ହୋଇ ଛତିଶଗଡ ଆଡକୁ ମୁହାଁଇବ । ଏହାର ପ୍ରଭାବରେ ଆଜି ସନ୍ଧ୍ୟାଠୁ ଉତ୍ତର ଓଡିଶା ଜିଲ୍ଲା ଗୁଡିକରେ ବର୍ଷା ହେବାରେ ଲାଗିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି ।

ଆଗାମୀ ୨୪ଘଣ୍ଟା ସୁଦୃଶଃ-ଲଘୁଚାପ କ୍ଷେତ୍ର ପ୍ରଭାବରେ ଭଦ୍ରକ, ବାଲେଶ୍ୱର,ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, କେନ୍ଦ୍ରାପଡା, ମୟୁରଭଞ୍ଜ ଏବଂ କେନ୍ଦୁଝର ରେ ପ୍ରବଳ ବର୍ଷା ପାଇଁ ହଳଦିଆ ଚେତାବନୀ ଅଶାନ୍ତ ରୁ ଅତ୍ୟଧିକ ଅଶାନ୍ତ ସ୍ତିତି ପାଇଁ ୧୯ ଏବଂ ୨୦ ରେ ମତ୍ସ୍ୟଜୀବୀମାନଙ୍କୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳର ସମୁଦ୍ର ମନା pic.twitter.com/4E3Znwypg8

— Meteorological Centre, Bhubaneswar (@mcbbsr) August 18, 2022

ତେବେ ଆସନ୍ତାକାଲି ଅର୍ଥାତ ୧୯ ଅଗଷ୍ଟ ଶୁକ୍ରବାରରେ ରାଜ୍ୟ ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ପଡ଼ିବ ଏବଂ ଉପକୁଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଅରେଞ୍ଜ ଚେତାବନୀ ଜାରି କରାଯାଇଛି। ସେହିପରି ୨୦ ଅଗଷ୍ଟ ଶନିବାରରେ ପଶ୍ଚିମ ଓଡି଼ଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୨୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ୨୦ ତାରିଖ ସକାଳ ବେଳକୁ ଏହି ଅବପାତ ଝାଡଖଣ୍ଡ ନିକଟରେ ପହଁଚିବ। ଏହାର ପ୍ରଭାବ କେବଳ ଉତ୍ତର- ପଶ୍ଚିମ ଓଡିଶା ଉପରେ ଦେଖିବାକୁ ମିଳିବ । ତେଣୁ ଉତ୍ତର-ପଶ୍ଚିମ ଓଡିଶାରେ ୨୦ ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ର ରେ ପରିଣତ ହେଲା ଲଘୁଚାପ କ୍ଷେତ୍ର pic.twitter.com/AxVtZYUDql

— Meteorological Centre, Bhubaneswar (@mcbbsr) August 18, 2022

ଆସନ୍ତାକାଲି ଅର୍ଥାତ ୧୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହିସବୁ ଜିଲ୍ଲାକୁ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତା ସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

#Warning for Day-1 to Day-3
Day-4 & Day-5: No Warning pic.twitter.com/Y3fqjidXIj

— Meteorological Centre, Bhubaneswar (@mcbbsr) August 18, 2022

ଅନ୍ୟପଟେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଏହି ଦୁଇଟି ଜିଲ୍ଲାରେ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ସେପଟେ ୨୦ ତାରିଖ ଦିନ ପାଇଁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେଓଗଡ, ସୁନ୍ଦରଗଡ , ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ମୁତାବକ, ୧୯ ତାରିଖରେ ରାଜ୍ୟରେ ସବୁଠାରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି । ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡିଶା ଜିଲ୍ଲା ଗୁଡିକରେ ଆସନ୍ତା କାଲି ସବୁଠାରୁ ଅଧିକ ବର୍ଷା ହେବ । ଏଥିସହ ରାଜ୍ୟର ଉପକୂଳରେ ୧୯ରୁ ୨୦ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୫ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହି ସମୟ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ବଢ଼ିବ ସଂକଟ : ୧୯ରେ ଆଉ ଏକ ଲଘୁଚାପ, ୧୮ରୁ ପ୍ରବଳ ବର୍ଷା
ଭୁବନେଶ୍ବର :  ଜାରି ରହିଥିବା ଲଘୁଚାପର ପ୍ରଭାବ ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଧା ଓଡ଼ିଶା ବିର୍ତ୍ତମାନ ବନ୍ୟା ଯୋଗୁଁ ହନ୍ତସନ୍ତ ହେଉଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ପୂର୍ବରୁ ଆସିଥିବା ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ସ୍ଥିତି ବେହାଲ ହୋଇଯାଇଥିବା ବେଳେ ଆସୁଥିବା ଆଉ ଏକ ଲଘୁଚାପ ସ୍ଥିତି ସଙ୍ଗୀନ କରିଦେବ। ୧୯ ଅଗଷ୍ଟ ବେଳକୁ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୯ରେ ବଢିବ ବର୍ଷାର ପରିମାଣ, ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବର୍ତ୍ତମାନ ରାଜ୍ୟରେ ଯେଉଁ ଲଘୁଚାପ ଜାରି ରହିଛି ତାହା ସାମାନ୍ୟ ଦୁର୍ବଳ ହୋଇଛି। ଗତକାଲିର ଅବପାତ ଗତ ୩ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୩ କିମି ବେଗରେ ଗତିକରି ବର୍ତ୍ତମାନ ପୂର୍ବ ରାଜସ୍ଥାନ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ଏହି ଅବପାତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପର ରୂପ ନେବା ସହ, ବର୍ତ୍ତମାନ ଏହାର ଆଉ କୌଣସି ସିଧାସଳଖ ପ୍ରଭାବ ଓଡିଶା ଉପରେ ନାହିଁ। ବର୍ଷାର ପ୍ରକୋପ କମିଥିବା ବେଳେ ଆଜି ଏବଂ ଆସନ୍ତାକାଲି ବଡ଼ ବର୍ଷା ହେବା ସମ୍ଭାବନା କମ୍ ରହିଛି ।

ଅନ୍ୟପଟେ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ସଙ୍ଗୀନ ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ବଢିଚାଲିଛି। ଜଳସ୍ତର ବଢ଼ିବା କାରଣରୁ ହୀରାକୁଦ ଜଳଭଣ୍ଡାରରୁ ବର୍ତ୍ତମାନ ୩୬ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ବାମ ପାର୍ଶ୍ବରୁ ୨୮ଟି ଓ ଦକ୍ଷିଣ ପାର୍ଶ୍ବରୁ ୮ଟି ଗେଟ୍‌ ମାଧ୍ୟମରେ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ତେବେ ଆଜି ରାତି ୮ଟା ପରେ ପର୍ଯ୍ୟାୟ କ୍ରମେ ଆହୁରି ୪ ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେବ। ଜଳ ସଂପଦ ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଅର୍ଥାତ ଆଜି ସନ୍ଧ୍ୟା ୮ଟା ପରେ ୪୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେବ।

ଆଗକୁ ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୮ରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୯ ଏବଂ ୨୦ ତାରିଖରେ ରାଜ୍ୟରେ ପୁଣିଥରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଯାହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଝନକା ପଶିଛି। କାରଣ ବର୍ଷା ବଢିଲେ ବନ୍ୟା ସ୍ଥିତି ଆହୁରି ଗମ୍ଭୀର ହେବ।

ଆସନ୍ତା ୨୪ ଘଣ୍ଟାରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରି ହେଲା ସତର୍କ ସୂଚନା
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ରାଜ୍ୟର ୧୧ଟି ଜିଲ୍ଲାର ଅନେକ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୬ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଂଜାମ, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରପଡ଼ା ଓ ଭଦ୍ରକ ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୧ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

pic.twitter.com/6AtXnf9bsh

— Meteorological Centre, Bhubaneswar (@mcbbsr) August 5, 2022

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସହ କାଳବୈଶାଖୀ ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସହ କାଳବୈଶାଖୀ ହୋଇପାରେ।

ଅନ୍ୟପଟେ ଆସନ୍ତା ୭ ତାରିଖରେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୬ ତାରିଖରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇ ୭ ଓ ୮ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ଅତ୍ୟନ୍ତ ସକ୍ରିୟ ରହିବ। ଏହା ପ୍ରଭାବରେ ସମୁଦ୍ର ମଧ୍ୟରେ ପବନର ଗତି ବୃଦ୍ଧି ହେବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖଠାରୁ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଲଘୁଚାପ ଯୋଗୁଁ ୭ ଓ ୮ ଅଗଷ୍ଟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ମଧ୍ୟରେ ୪୫-୫୫ କିମି ବେଗରେ ପବନ ବହିବ। ଏଥିପାଇଁ ୭ ତାରିଖରୁ ପରବର୍ତ୍ତି ନିର୍ଦ୍ଦେଶନାମା ନ ଆସିବା ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‍ଆର୍‍ସିଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଜଳବନ୍ଦୀ ସମସ୍ୟା ଓ ଭୂସ୍ଖଳନ ଆଦିର ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷାଜନିତ କୌଣସି କ୍ଷୟକ୍ଷତି ଘଟିଲେ ତୁରନ୍ତ ଏହାର ରିପୋର୍ଟ ଦାଖଲ କରିବାକୁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ କହିଛି।

ଆସୁଛି ବଡ଼ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର : ବାଂଲାଦେଶ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

#Weather briefing (In #Hindi) by Scientist-C: Dr. Sanjeev Dwivedi for next five days, based on 0830 Hrs IST observation of #03rd July, 2022.https://t.co/u8cInY6Wau

— Meteorological Centre, Bhubaneswar (@mcbbsr) July 3, 2022

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୫ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୪ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

pic.twitter.com/B0YmF75QCO

— Meteorological Centre, Bhubaneswar (@mcbbsr) July 3, 2022

ସେହିପରି ଏହି ସମୟ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ନୂଆପଡା, କନ୍ଧମାଳ, ମାଲକାନଗିରି, କୋରାପୁଟ, ସୋନପୁର, ନବରଙ୍ଗପୁର, ଭଦ୍ରକ, ଯାଜପୁର, କଟକ, ଦେବଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, ଝାରସୁଗୁଡା, ବାଲେଶ୍ୱର ଓ ଅନୁଗୁଳ ପ୍ରଭୃତି ୧୭ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।