Herapanchami - The Sakala

ଆଜି ହେରାପଞ୍ଚମୀ; ନନ୍ଦିଘୋଷ ରଥ ଭାଙ୍ଗିବେ ମା’ ଲକ୍ଷ୍ମୀ ଠାକୁରାଣୀ
ପୁରୀ: ଆଜି ପବିତ୍ର ହେରା ପଞ୍ଚମୀ । ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିବେ ରାଗ ଜର୍ଜରିତ ମାଆ ମହାଲକ୍ଷ୍ମୀ । ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡି ଜଗନ୍ନାଥ ମହାପ୍ରଭୁ ଭାଇ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ନ ଆଣିଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଗୁଣ୍ଡିଚା ମନ୍ଦିର ଆସନ୍ତି ଶ୍ରୀଦେବୀ। ହେଲେ ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ଶ୍ରୀଦେବୀଙ୍କୁ କୁହନ୍ତି। ଏଥିରେ ରାଗିଯାଇ ଫେରିବା ବେଳେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗି ଦେଇଯାନ୍ତି। ଏହି ପରମ୍ପରାକୁ ହେରାପଞ୍ଚମୀ କୁହାଯାଏ। ମଙ୍ଗଳବାର ପାଳିତ ହେବ ଏହି ନୀତି।

ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ସନ୍ଧ୍ୟାଧୂପ ପୂଜା ବସିଥିବା ସମୟରେ ରଥ ନିକଟରେ ନୀତି ସାରି ଶ୍ରୀଦେବୀ ରାତି ୯ଟା ୩୦ରେ ଜଗମୋହନକୁ ବିଜେ କରିବେ। ଏହାପରେ ଶ୍ରୀଦେବୀଙ୍କୁ ଆଜ୍ଞାମାଳ ଲାଗି ହେବା ପରେ ସନ୍ଧ୍ୟାଧୂପ ଟେରା ପଡ଼ିବ। ରାତି ୯ଟା ୫୦ ସୁଦ୍ଧା ସନ୍ଧ୍ୟାଧୂପ ବଢ଼ିବ। ପରେ ମଇଲମ, ଚନ୍ଦନଲାଗି ଓ ବଡ଼ସିଂହାର ହୋଇ ରାତ୍ର ୧ଟା ସୁଦ୍ଧା ପହୁଡ଼ ହେବାକୁ ନୀତି ନିର୍ଘଣ୍ଟ କରାଯାଇଛି।