Sunabesha - The Sakala

ଦଶହରାରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସୁନାବେଶ
ପୁରୀ: ଆଜି ପବିତ୍ର ଦଶହରା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି।

ସୁନାବେଶରେ ଶ୍ରୀଜିଉ; ସ୍ଵର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ରଥାରୁଢ଼ ତିନି ଠାକୁର
ପୁରୀ: ସୁନାବେଶରେ ଝଟକୁଛନ୍ତି ରଥାରୁଢ଼ ଠାକୁର । ମହଣ ମହଣ ସ୍ୱର୍ଣ୍ଣାଳଙ୍କାରରେ ସଜେଇ ହୋଇ ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା । ଆଉ ତିନିଠାକୁରଙ୍କ ଏହି ସୁନାବେଶକୁ ଦେଖିବାକୁ ଲୋକାରଣ୍ୟ ହୋଇପଡିଛି ଶ୍ରୀକ୍ଷେତ୍ର । ସୁନାବେଶରେ ଶ୍ରୀଜୀଉଙ୍କ ଟିକିଏ ଝଲକ ଦେଖିବାକୁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ । ଜୟ ଜଗନ୍ନାଥ ଧ୍ୱନୀରେ କମ୍ପୁଛି ବଡ଼ଦାଣ୍ଡ । ସୁନାବେଶ ଦେଖି ଆତ୍ମ ବିଭୋର ହେଉଛନ୍ତି ଭକ୍ତ ।

ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କର ସର୍ବମୋଟ ୫ଥର ସୁନାବେଶ ହୋଇଥାଏ । ବର୍ଷସାରା କରାଯାଉଥିବା ସୁନାବେଶ ମଧ୍ୟରୁ ରଥ ଉପରେ କରାଯାଉଥିବା ସୁନାବେଶ ସବୁଠୁ ବଡ଼ । ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ଶ୍ରୀବିଗ୍ରହମାନେ ମାଘପୂର୍ଣ୍ଣିମା, କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା ଏବଂ ଦଶହରା ଅବସରରେ ରାଜରାଜେଶ୍ବର ବେଶ ବା ସୁନାବେଶରେ ଦର୍ଶନ ଦେଇଥାନ୍ତି ଚତୁର୍ଦ୍ଧାମୂର୍ତ୍ତି । ତେବେ ଶ୍ରୀମନ୍ଦିର ଭିତରେ ଯେହେତୁ ସବୁବର୍ଗର ଭକ୍ତ ଦର୍ଶନ କରିପାରନ୍ତି ନାହିଁ ତେଣୁ ରଥଯାତ୍ରା ସମୟରେ ରଥ ଉପରେ ଶ୍ରୀଜିଉମାନଙ୍କର ଏହି ଦୁର୍ଲଭ ଓ ଆକର୍ଷଣୀୟ ସୁନାବେଶ କରାଯାଏ । ଯାହାକୁ ସମସ୍ତେ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି ।

ରଥ ଉପରେ ହେଉଥିବା ଏହି ବେଶକୁ ବଡ଼ତଡାଉ ବେଶ ମଧ୍ୟ କୁହାଯାଏ। ଗଜପତି ମହାରାଜା କପିଳେନ୍ଦ୍ର ଦେବଙ୍କ ସମୟରୁ ଏହି ବେଶ ହୋଇଆସୁଥିବା ଶୁଣିବାକୁ ମିଳେ। ତେବେ ଏହି ଅପୂର୍ବ ବେଶ ଲାଗି ଶ୍ରୀମନ୍ଦିର ଭଣ୍ଡାର ଘରୁ ମହଣ ମହଣ ସୁନା ଓ ରୁପା ଅଳଙ୍କାର ବାହାର କରାଯାଇଛି । ବହୁବିଧ ରତ୍ନଅଳଙ୍କାର ଲାଗି ହୋଇ ରଥ ଉପରେ ଝଲସୁଛନ୍ତି ଦାରୁଦିଅଁ।

ଆଜି ମହାପ୍ରଭୁଙ୍କ ସୁନାବେଶ, ମହଣ ମହଣ ସୁନାରେ ସଜେଇ ହେବେ ରଥାରୁଢ ଦାରୁବିଗ୍ରହ
ପୁରୀ: ରବିବାର ଆଷାଢ ଶୁକ୍ଳ ଏକାଦଶୀ। ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କ ସୁନାବେଶ ବା ବଡ଼ତଢାଉ ବେଶ ଅନୁଷ୍ଠିତ ହେବ । ଦୁଇବର୍ଷ ପରେ ରଥ ଉପରେ ବିଶ୍ୱନିୟନ୍ତାଙ୍କୁ ସୁନାବେଶରେ ଦେଖିବେ ଶ୍ରଦ୍ଧାଳୁ। ଅନ୍ୟପକ୍ଷରେ ସୁନାବେଶ ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ତେବେ ରଥ ଉପରେ ହେଉଥିବା ଏହି ବେଶକୁ ବଡ଼ତଢାଉ ବେଶ ମଧ୍ୟ କୁହାଯାଏ। ଗଜପତି ମହାରାଜା କପିଳେନ୍ଦ୍ର ଦେବଙ୍କ ସମୟରୁ ଏହି ବେଶ ହୋଇଆସୁଥିବା ଶୁଣିବାକୁ ମିଳେ। ତେବେ ଏହି ଅପୂର୍ବ ବେଶ ଲାଗି ଶ୍ରୀମନ୍ଦିର ଭଣ୍ଡାରଘରୁ ବାହାରିବ ମହଣ ମହଣ ସୁନା ଓ ରୁପା ଅଳଙ୍କାର। ବହୁବିଧ ରତ୍ନଅଳଙ୍କାର ଲାଗି ହୋଇ ରଥ ଉପରେ ଝଲସିବେ ଦାରୁଦିଅଁ।

ରବିବାର ପୂର୍ବାହ୍ନରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର (ବାହାର ଭଣ୍ଡାର) ଖୋଲାଯିବ। ସେଥିରୁ ସୁନାବେଶ ଲାଗି ଆବଶ୍ୟକ ଅଳଙ୍କାର ବାହାର କରାଯିବ। ଭଣ୍ଡାର ମେକାପ ଓ ବଣିଆଙ୍କ ଉପସ୍ଥିତିରେ ଅଳଙ୍କାରଗୁଡ଼ିକ ସଫା କରାଯିବ। ରଥ ଉପରେ ମହାପ୍ରଭୁଙ୍କ ମଇଲମ ଓ ମେକାପ ସର୍ବାଙ୍ଗ ନୀତି ବଢ଼ିବା ପରେ ସୁନାବେଶ ଆରମ୍ଭ ହେବ। ଯେ ହେତୁ ଦୁଇବର୍ଷ ପରେ ଭକ୍ତ ସୁନାବେଶ ଦର୍ଶନ କରିବା ପାଇଁ ସୁଯୋଗ ପାଇଛନ୍ତି ତେଣୁ ଅଧିକ ସମୟ ବେଶ ରହିବ।

ନିର୍ଘଣ୍ଟ ସମୟ ପୂର୍ବରୁ ଅର୍ଥାତ୍‍ ସଅଳ ନୀତିକାନ୍ତି ହେବ। ଦଇତାପତିଙ୍କ ସହ ଜିଲ୍ଲାପାଳଙ୍କ ଆଲୋଚନା ବେଳେ ନିଷ୍ପତ୍ତି ନିଆଯାଇଛି। ସୁନାବେଶରେ ୧୦ରୁ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହେବା ସମ୍ଭାବନା ଥିବାରୁ ସଅଳ ନୀତିକାନ୍ତି କରାଯାଇ ଅପରାହ୍ନ ୨ଟାରୁ ସୁନାବେଶରେ ବିଭୂଷିତ ହେବେ ଠାକୁର। ରାତି ୧ଟା କିମ୍ବା ୨ଟା ପର୍ଯ୍ୟନ୍ତ ସୁନାବେଶ ରଖିବା ପାଇଁ ଦଇତାପତି ନିଯୋଗ କହିଥିବା ବେଳେ ନୀତିକୁ ଦେଖି ଦର୍ଶନ ସମୟ ହେବ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ସେହିପରି ସୁନାବେଶ ସମୟରେ ରଥାରୁଢ ଠାକୁରଙ୍କ ସମ୍ମୁଖରେ କୌଣସି ସେବାୟତ ରହିବେ ନାହିଁ। ବାଧାମୁକ୍ତ ଦର୍ଶନ ପାଇଁ ତିନିରଥରେ ବିରାଜମାନ ବିଗ୍ରହଙ୍କ ଉଭୟ ପାର୍ଶ୍ବରେ ପାଇପ ଲଗାଯିବ। ଫଳରେ ଶ୍ରଦ୍ଧାଳୁମାନେ ସୁନ୍ଦର ଭାବେ ସୁନାବେଶ ଦର୍ଶନ କରିପାରିବେ। ରଥ ଉପରେ କୌଣସି ସେବାୟତ ଫଟୋ କିମ୍ବା ଭିଡ଼ିଓ ଉତ୍ତୋଳନ କରିପାରିବେ ନାହିଁ ବୋଲି ନିଷ୍ପତ୍ତି ହୋଇଛି।

ଅନ୍ୟପକ୍ଷରେ ସୁନାବେଶ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ରଥଯାତ୍ରାରେ ଯେଉଁଭଳି ଟ୍ରାଫିକ କଟକଣା ଥିଲା ସେହିଭଳି କଟକଣା ମଧ୍ୟ ରହିବ। ପର୍ଯ୍ୟାପ୍ତ ପରିମାଣର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଛି। ରଥଯାତ୍ରା, ବାହୁଡ଼ା ପରି ସୁନାବେଶ ମଧ୍ୟ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହେବ ବୋଲି କହିଛନ୍ତି ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ।