Heavy to very heavy rainfall - The Sakala

ଆସନ୍ତାକାଲି ସକାଳେ ଅବପାତର ରୂପ ନେବ ଲଘୁଚାପ: ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ବର : ଉତ୍ତର-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ଆଜି ସକାଳୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ସକ୍ରିୟ ରହିଛି। ଏହା ବର୍ତ୍ତମାନ ଅଧିକ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପରେ ପରିଣତ ହୋଇଥିବା ବେଳେ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତରେ ପରିଣତ ହେବା ସହ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ। କାଲି ଠାରୁ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ନିକଟରୁ ଉତ୍ତର ଓଡିଶା, ଝାଡଖଣ୍ଡ ହୋଇ ଛତିଶଗଡ ଆଡକୁ ମୁହାଁଇବ । ଏହାର ପ୍ରଭାବରେ ଆଜି ସନ୍ଧ୍ୟାଠୁ ଉତ୍ତର ଓଡିଶା ଜିଲ୍ଲା ଗୁଡିକରେ ବର୍ଷା ହେବାରେ ଲାଗିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି ।

ଆଗାମୀ ୨୪ଘଣ୍ଟା ସୁଦୃଶଃ-ଲଘୁଚାପ କ୍ଷେତ୍ର ପ୍ରଭାବରେ ଭଦ୍ରକ, ବାଲେଶ୍ୱର,ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, କେନ୍ଦ୍ରାପଡା, ମୟୁରଭଞ୍ଜ ଏବଂ କେନ୍ଦୁଝର ରେ ପ୍ରବଳ ବର୍ଷା ପାଇଁ ହଳଦିଆ ଚେତାବନୀ ଅଶାନ୍ତ ରୁ ଅତ୍ୟଧିକ ଅଶାନ୍ତ ସ୍ତିତି ପାଇଁ ୧୯ ଏବଂ ୨୦ ରେ ମତ୍ସ୍ୟଜୀବୀମାନଙ୍କୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳର ସମୁଦ୍ର ମନା pic.twitter.com/4E3Znwypg8

— Meteorological Centre, Bhubaneswar (@mcbbsr) August 18, 2022

ତେବେ ଆସନ୍ତାକାଲି ଅର୍ଥାତ ୧୯ ଅଗଷ୍ଟ ଶୁକ୍ରବାରରେ ରାଜ୍ୟ ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ପଡ଼ିବ ଏବଂ ଉପକୁଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଅରେଞ୍ଜ ଚେତାବନୀ ଜାରି କରାଯାଇଛି। ସେହିପରି ୨୦ ଅଗଷ୍ଟ ଶନିବାରରେ ପଶ୍ଚିମ ଓଡି଼ଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୨୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ୨୦ ତାରିଖ ସକାଳ ବେଳକୁ ଏହି ଅବପାତ ଝାଡଖଣ୍ଡ ନିକଟରେ ପହଁଚିବ। ଏହାର ପ୍ରଭାବ କେବଳ ଉତ୍ତର- ପଶ୍ଚିମ ଓଡିଶା ଉପରେ ଦେଖିବାକୁ ମିଳିବ । ତେଣୁ ଉତ୍ତର-ପଶ୍ଚିମ ଓଡିଶାରେ ୨୦ ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ର ରେ ପରିଣତ ହେଲା ଲଘୁଚାପ କ୍ଷେତ୍ର pic.twitter.com/AxVtZYUDql

— Meteorological Centre, Bhubaneswar (@mcbbsr) August 18, 2022

ଆସନ୍ତାକାଲି ଅର୍ଥାତ ୧୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହିସବୁ ଜିଲ୍ଲାକୁ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତା ସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

#Warning for Day-1 to Day-3
Day-4 & Day-5: No Warning pic.twitter.com/Y3fqjidXIj

— Meteorological Centre, Bhubaneswar (@mcbbsr) August 18, 2022

ଅନ୍ୟପଟେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଏହି ଦୁଇଟି ଜିଲ୍ଲାରେ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ସେପଟେ ୨୦ ତାରିଖ ଦିନ ପାଇଁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେଓଗଡ, ସୁନ୍ଦରଗଡ , ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ମୁତାବକ, ୧୯ ତାରିଖରେ ରାଜ୍ୟରେ ସବୁଠାରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି । ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡିଶା ଜିଲ୍ଲା ଗୁଡିକରେ ଆସନ୍ତା କାଲି ସବୁଠାରୁ ଅଧିକ ବର୍ଷା ହେବ । ଏଥିସହ ରାଜ୍ୟର ଉପକୂଳରେ ୧୯ରୁ ୨୦ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୫ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହି ସମୟ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ : ୩ ଜିଲ୍ଲାକୁ ‘ରେଡ୍‌’ ଓ୍ଵାର୍ଣ୍ଣିଂ ସମେତ ୨୩ ଜିଲ୍ଲାକୁ ଆଲର୍ଟ, ୧୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ହୋଇଛି। ରବିବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଆଜି ସୋମବାର ସକାଳେ ମଧ୍ୟ ପ୍ରବଳ ବର୍ଷା ପ୍ରଭାବ ଦେଖିବାକୁ ମିଳିଛି। ବର୍ତ୍ତମାନର ସଦୃଶ୍ୟ ଲଘୁଚାପଟି ଆହୁରି ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ। ଲଘୁଚାପଟି  ଅବପାତରେ ପରିଣତ ହୋଇ ସମଗ୍ର ଓଡିଶାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଘନୀଭୂତ ହେବ ସୁଦୃଶଃ ଲଘୁଚାପ କ୍ଷେତ୍ର, ୨୪ ଘଣ୍ଟା ମଧ୍ୟରେ ଅବପାତ ର ରୂପ ନେବ, ୩ ଜିଲ୍ଲାକୁ ରେଡ -ଚେତାବନୀ , ୧୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା pic.twitter.com/LFP5zuQQk0

— Meteorological Centre, Bhubaneswar (@mcbbsr) August 8, 2022

ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ହେଉଛି। ଏହାସହିତ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ହେଉଛି। ତେଣୁ ହୀରାକୁଦରେ ଜଳସ୍ତର ବଢ଼ୁଥିବାରୁ ରବିବାରଠାରୁ ପୁଣି ହୀରାକୁଦରୁ ୨ ଟି ଗେଟ୍‍ ଖୋଲାଯାଇଛି। ଯାହାପରେ ରାଜ୍ୟର ଅଧିକାଂଶ ନଦୀ ଫୁଲିବାର ଆଶଙ୍କା ସୃଷ୍ଟି ହୋଇଛି। ଅନ୍ୟପଟେ ଲଘୁଚାପର ପ୍ରଭାବକୁ ଦେଖି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରିଖ ମଙ୍ଗଳବାର ସୁଦ୍ଧା ଓଡିଶାର ଗଜପତି, ଗଂଜାମ ଓ କନ୍ଧମାଳ ପ୍ରଭୃତି ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ତିନି ଜିଲ୍ଲାକୁ ‘ରେଡ୍‌’ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

pic.twitter.com/1qN3jiefhF

— Meteorological Centre, Bhubaneswar (@mcbbsr) August 8, 2022

ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’  ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଲ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ଏହି ସମସ୍ତ ୧୨ଟି ଜିଲ୍ଲା ପାଇଁ ‘ୟେଲୋ’ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୧୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ।ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଉଥିବାରୁ ସମୁଦ୍ର ଅଶାନ୍ତ ରହିବ। ଏଣୁ ୧୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

୧୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା : ୬ଜିଲ୍ଲାକୁ ଅରେଞ୍ଜ, ୯ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଯୋଗୁଁ ଏବେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି। ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି।ସକ୍ରିୟ ମୌସୁମୀ ଏବଂ ଏବଂ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ରେ ରାଜ୍ୟରେ ୩୭.୩ ମିମି ବର୍ଷା ରେକାର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୧୧.୮ ମିମି ତୁଳନାରେ ୨୧୫% ଅଧିକ ରହିଛି । ୨୪ ଘଣ୍ଟା ମଧ୍ୟରେ ଗଜପତି ଜିଲ୍ଲାରେ ୧୪୨୪ % ଅଧିକ ବର୍ଷା ରେକର୍ଡ କରାଯାଇଛି ।

ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଉତ୍ତର-ପୂର୍ବ ଆରବ ସାଗର କେନ୍ଦ୍ର ଉପରେ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି ଏବଂ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

#Warning for Day-1, Day-2 & Day-5
Day-3 & Day-4: No warning pic.twitter.com/ziOYt92WCV

— Meteorological Centre, Bhubaneswar (@mcbbsr) July 17, 2022

ଅପରପକ୍ଷେ  ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୮ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୬ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ଗଜପତି, ଗଂଜାମ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

#PressRelease : Low pressure area over north Odisha and neighbourhood and heavy rainfall activity. pic.twitter.com/ABIdwvylc8

— Meteorological Centre, Bhubaneswar (@mcbbsr) July 17, 2022

ଅନ୍ୟପଟେ  ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ବରଗଡ଼ ଜିଲ୍ଲାରେ ସର୍ବାଧିକ ୧୦୩.୦୨ ମିଲିମିଟର ବର୍ଷା ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୪୯.୧ ମିଲିମିଟର ବର୍ଷା ହୋଇଛି। ଜୁଲାଇ ୧ରୁ ଜୁଲାଇ ୧୬ ତାରିଖ ଭିତରେ ରାଜ୍ୟରେ ୩୭୪.୭ ମିଲିମିଟର ବର୍ଷା ହୋଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ ୧ ପ୍ରତିଶତ ଅଧିକ। ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। ୫ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଓ ୪ଟି ଜିଲ୍ଲାରେ କମ୍‍ ବର୍ଷା ହୋଇଛି। ଆସନ୍ତା ୧୭ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳ ସଂଲଗ୍ନ ଜିଲ୍ଲା ଯଥା ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ କମ୍‍ ରହିବ। ତେବେ ଆଜି ପରଠାରୁ ରାଜ୍ୟରେ ବର୍ଷା କମିବ। ଓଡ଼ିଶା ଉପରେ ଲଘୁଚାପର ପ୍ରଭାବ ୧୭ ତାରିଖ ପର୍ଯ୍ୟନ୍ତ ରହିଛି। ଏହାପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଭାରତ ଆଡକୁ ମୁହାଁଇବ। ଜୁଲାଇ ୧୮ରୁ ୨୦ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ସ୍ଥାନେ ସ୍ଥାନେ ମଧ୍ୟମ ବର୍ଷା ହେବାର ସମ୍ଭବାନା ରହିଛି। ୨୧ରୁ ଆଭ୍ୟନ୍ତରୀଣ ଓଡ଼ିଶା ଓ ୨୩ରୁ ଭୁବନେଶ୍ୱର ସମତେ ଉପକୂଳ ଓଡ଼ିଶାରେ ବର୍ଷା ବଢ଼଼ିବ।