Mohd Moquim - The Sakala

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ, କହିଲେ -ମାଟିର ଝିଅଙ୍କୁ ଭୋଟ ଦେଲି
ଭୁବନେଶ୍ବର : ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । କଂଗ୍ରେସ ଦଳର ନିଷ୍ପତ୍ତି ହୋଇଥିଲା ମିଳିତ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ୍ ଦେବା ପାଇଁ ନିର୍ଦ୍ଦେଶ ଥିଲା କିନ୍ତୁ ଦଳର ନିଷ୍ପତ୍ତି ବିରୋଧରେ ଯାଇ ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି ବିଧାୟକ ମହମ୍ମଦ ମୋକିମ୍। ଦ୍ରୌପଦୀଙ୍କୁ ଭୋଟ ଦେବା ପରେ ବିଧାୟକ ମୋକିମଙ୍କ କହିଛନ୍ତି ମାଟିର ଝିଅଙ୍କୁ ଭୋଟ ଦେଲି। ନିଜ ବିବେକ ଅନୁସାରେ ଭୋଟ ଦେଇଛି, ଦଳ ଆଗକୁ କଣ ନିଷ୍ପତ୍ତି ନେବ ସେ କଥା ପରେ ବୁଝାଯିବ। ବାରବାଟୀ କଟକର କଂଗ୍ରେସ ବିଧାୟକ ହେଉଛନ୍ତି ମହମ୍ମଦ ମୋକିମ।

ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍‌ ଦେବା ପରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ସେ ଓଡ଼ିଶା ମାଟିର ଝିଅ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଇଛନ୍ତି। ଏହାସହ ମୋକିମ କହିଛନ୍ତି ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି । ଜଣେ ଓଡ଼ିଆ ଓ ଆଦିବାସୀ ମହିଳା ହୋଇଥିବାରୁ ମୁଁ ଦ୍ରୌପଦୀଙ୍କୁ ଭୋଟ ଦେଇଛି । ସମ୍ବିଧାନର ସର୍ବୋଚ୍ଚ ପଦରେ ଜଣେ ଓଡ଼ିଆ ବସିବାକୁ ଯାଉଥିବାରୁ ଓଡ଼ିଆଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଦ୍ରୌପଦୀଙ୍କୁ ଭୋଟ ଦେଇଛି । ଆଉ ଭାବୁଛି ଭୋଟ ଦେଇ ମୁଁ ଠିକ୍ କରିଛି । ବିବେକ ଅନୁଯାୟୀ ଭୋଟ ଦେଇଛି ।

ପୂର୍ବରୁ ପିସିସି ସଭାପତି ମିଳିତ ବିରୋଧୀ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ମୋକିମ କହିଛନ୍ତି ରାଷ୍ଟ୍ରପତି ନିର୍ବାଚନ ପାଇଁ କୌଣସି ହୁଇପ ନଥାଏ । ଜଣେ ଓଡ଼ିଆ ଭାବେ ମୁଁ ଅନୁଭବ କଲି ଦ୍ରୌପଦୀଙ୍କୁ ଭୋଟ ଦେଇଛି । ଏ ପ୍ରସଙ୍ଗରେ ଦଳୀୟ ଭିତ୍ତିରେ ଆଲୋଚନା କରିଛି । ମୁଁ କିନ୍ତୁ ବ୍ୟକ୍ତିଗତ ଭାବେ ଏଭଳି ନିଷ୍ପତ୍ତି ନେଇଛି ବୋଲି କହିଛନ୍ତି ବାରବାଟୀ କଟକର କଂଗ୍ରେସ ବିଧାୟକ ମହମ୍ମଦ ମୋକିମ।