covid-war - The Sakala

ଅପରାହ୍ନ ୪ଟା ୩୦ରେ ବଡ ଘୋଷଣା କରିବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ଆଜି ଅପରାହ୍ନ ୪ଟା ୩୦ରେ ଅତିରିକ୍ତ ମୁଖ୍ୟ. ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କିଛି ବଡ ଘୋଷଣା କରିବେ ବୋଲି ସୂଚନା ମିଳିଛି ।

ସାରା ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣଙ୍କ ଜୀବନ ଯାଇଛି ବେଳେ ୮୦୦୦ରୁ ଅଧିକ ପଜିଟିଭ୍ କେସ୍ ସାମ୍ନାକୁ ଆସିଛି । ରାଜ୍ୟରେ ସଂକ୍ରମଣ ବିପଦ ଦିନକୁ ଦିନ ବଢୁଥିବା ସତ୍ତ୍ୱେ ଅନେକ ବ୍ୟକ୍ତି ଓ ବ୍ୟବସାୟୀକ ପ୍ରତିଷ୍ଠାନ ନିୟମ ମାନୁ ନାହାଁନ୍ତି । ଗାଇଡଲାଇନ୍ ପାଳନ କରୁନାହାଁନ୍ତି । ଫଳରେ ସଂକ୍ରମଣ ବ୍ୟାପୁଥିବା ଦେଖିବାକୁ ମିଳିଛି ।

କିଛି ଦିନ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସବୁଠାରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୧୪୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ସ୍ତିତିକୁ ନଜର ରଖି ଅତିରିକ୍ତ ମୁଖ୍ୟ ଶାସନ ସଚିବ କିଛି ବଡ ନିଷ୍ପତ୍ତି ନେଇପାରନ୍ତି ବୋଲି ସୂଚନା ମିଳିଛି ।

ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ : କୋଭିଡ ଗାଇଡଲାଇନ ମାନିବାକୁ ଦେଲେ ଆହ୍ୱାନ
ଭୁବନେଶ୍ବର : ବିଧାନସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୃହରେ ବିବୃତି ରଖିଛନ୍ତି। ମହାରାଷ୍ଟ୍ର ସମେତ ଅନ୍ୟ କିଛି ରାଜ୍ୟରେ କୋଭିଡର ପ୍ରଭାବ ପୁଣିଥରେ ଦେଖିବାକୁ ମିଳିଥବାରୁ ରାଜ୍ୟବାସୀଙ୍କୁ କରୋନା କଟକଣା ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏଥିସହ ମାସ୍କ ପିନ୍ଧିବା, ସାମାଜିକ ଦୂରତା ମାନିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋଭିଡ ମହାମାରୀ ପ୍ରତି ଗାଁର ପ୍ରତି ବ୍ୟକ୍ତିକୁ ପ୍ରଭାବିତ କରିଛି। ଆମେ ଦୃଢ଼ତାର ସହ ଏହାର ମୁକାବିଲା କରିଛୁ। ଓଡ଼ିଶା କୋଭିଡକୁ ପ୍ରଥମ ରାଜ୍ୟ ଭାବେ ବିପର୍ୟ୍ୟୟ ଘୋଷଣା କରିଥିଲା। ରାଜ୍ୟରେ ଲକଡାଉନ ଘୋଷଣା କରିଥିଲା। କୋଭିଡ ସମୟରେ ସରପଞ୍ଚ, ଆଶାକର୍ମୀ ଓ ଅନ୍ୟମାନେ ଭଲ କାମ କରିଛନ୍ତି। କୋଭିଡ ମୁକାବିଲା ପାଇଁ ଓଡିଶା ପ୍ରଶଂସିତ ହୋଇଛି।

ପ୍ରଥମ ରାଜ୍ୟ ଭାବେ ଓଡିଶା କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିଥିଲା। ଲକଡାଉନ୍ ଘୋଷଣା କରିଥିଲୁ । କୋଭିଡରେ ସରପଞ୍ଚ, ଆଶାକର୍ମୀ ଓ ଅନ୍ୟମାନେ ଭଲ କାମ କରିଛନ୍ତି । କୋଭିଡ୍ ମୁକାବିଲା ପାଇଁ ପ୍ରଶଂସିତ ହୋଇଛି ଓଡ଼ିଶା । ଏଥି ସହିତ କୋଭିଡ୍ ସତ୍ତ୍ୱେ ମଧ୍ୟ ଗତବର୍ଷ ତୁଳନାରେ ରାଜସ୍ୱ ସଂଗ୍ରହ ୭.୩ ପ୍ରତିଶତ ବଢ଼ିଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତ୍ତିରେ କହିଛନ୍ତି।

ରାଜ୍ୟ ସରକାର କରୋନା ମହାମାରୀ ସତ୍ତ୍ବେ ପୁରୀ, ଏକାମ୍ର କ୍ଷେତ୍ର, ସମଲେଶ୍ୱରୀ, ହରିଶଙ୍କର, ନୃସିଂହ ନାଥ, କୋଣାର୍କ ଓ ତାରାତାରିଣୀର ବିକାଶ ପାଇଁ କାମ କରୁଛନ୍ତି। ଏତିହ୍ୟ ସୁରକ୍ଷା ଓ ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ଆଜି ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ରଖିବା ବେଳେ ଅସନ୍ତୋଷ ପ୍ରକାଶ କରି ବିରୋଧୀ କଂଗ୍ରେସ ଓ ବିଜେପିର ନେତାମାନେ କକ୍ଷତ୍ୟାଗ କରିଥିଲେ। ବାଚସ୍ପତି ଗୃହକୁ ଆସନ୍ତା ସୋମବାର ୧୦ଟା ୩୦ ଯାଏ ମୁଲତବୀ ରଖିଛନ୍ତି।