Teacher Appointed - The Sakala

୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ନିଯୁକ୍ତି ପର୍ବରେ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଚଳିତ ଶିକ୍ଷାବର୍ଷରେ ମାଧ୍ୟମିକସ୍ତରରେ ରାଜ୍ୟ ସରକାର ୪୭୪୨ ଜଣ ଶିକ୍ଷକଙ୍କୁ ନିଯୁକ୍ତ କରିଛନ୍ତି। #5T ସ୍କୁଲ ରୂପାନ୍ତରଣ ଅଧୀନରେ ବିଦ୍ୟାଳୟ ଭିତ୍ତିଭୂମିରେ ବ୍ୟାପକ ପରିବର୍ତ୍ତନ ଆସିଛି। ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ। ଛାତ୍ରଛାତ୍ରୀଙ୍କୁ ବଡ଼ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ ବୋଲି ଉଲ୍ଲେଖ କରି… pic.twitter.com/LHvE1P6AvN

— CMO Odisha (@CMO_Odisha) February 22, 2024

ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ । ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ । ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪ ହଜାର ୬୦୫ଟି ନୂଆ କ୍ଲାସରୁମ୍, ୧୬ ହଜାର ୯୨୦ଟି ସ୍ମାର୍ଟ କ୍ଲାସରୁମ, ୭ ହଜାର ୮୬୩ଟି ଆଧୁନିକ ଲାବୋରେଟୋରୀ, ୭ ହଜାର ୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି । ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪ ହଜାର ୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି । 5T ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି । କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ଉପସ୍ଥିତ ଥିଲେ ।

ଶିକ୍ଷା ରୂପାନ୍ତରଣରେ ଯୋଡ଼ିହେଲା ଆଉ ଏକ ନୂଆ ଫର୍ଦ୍ଦ; ନବ ନିଯୁକ୍ତ ଶିକ୍ଷକଙ୍କୁ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କଲେ ନବୀନ
ଭୁବନେଶ୍ୱର: ଶିକ୍ଷା ରୂପାନ୍ତରଣରେ ଯୋଡି ହେଲା ନୂଆ ଏକ ଫର୍ଦ୍ଦ । କଳିଙ୍ଗ ଷ୍ଟାଡିୟମରେ ହୋଇଛି ବିଭିନ୍ନ ମାଧ୍ୟମିକ ସ୍କୁଲର ନବ ନିଯୁକ୍ତ ଶିକ୍ଷକଙ୍କ ଓରିଏଣ୍ଟସନ କାର୍ଯ୍ୟକ୍ରମ । ଏଥିରେ ନିଯୁକ୍ତ ପାଇଥିବା ୬ ହଜାର ୮୯୧ ଜଣ ଶିକ୍ଷକ ଅଂଶଗ୍ରହଣ କରିଛନ୍ତି । ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସମେତ ବିଭାଗୀୟ ସଚିବ ଓ ଅଧୀକାରୀମାନେ ଯୋଗ ଦେଇଛନ୍ତି ।

ନବ ନିଯୁକ୍ତ ଶିକ୍ଷକଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଟୁକୁନି ସାହୁ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଉପସ୍ଥିତ ରହିଥିଲେ । ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକଙ୍କଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଷ୍ଟାଡିୟମକୁ ପ୍ରବେଶ ବେଳେ ଶିକ୍ଷକମାନେ କେବଳ ମୋବାଇଲ, ଆଧାର କାର୍ଡ, ପର୍ସ ଓ ପରିଚୟ ପତ୍ର ସାଙ୍ଗରେ ନେଇପାରିବେ । ହାଇସ୍କୁଲ ରୂପାନ୍ତରଣ ଭିତ୍ତିଭୂମିର ବିକାଶ ପରେ ଏବେ ଶିକ୍ଷକଙ୍କ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।

ହାଇସ୍କୁଲ ରୂପାନ୍ତରଣରେ ଭିତ୍ତିଭୂମିର ବିକାଶ ପରେ ଏବେ ଶିକ୍ଷକ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ବିଦ୍ୟାଳୟ ରୂପାନ୍ତରଣ ଭଳି ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ମଧ୍ୟ ରାଜ୍ୟ ସରକାର ବ୍ୟାପକ ପରିବର୍ତ୍ତନ ଓ ସ୍ୱଚ୍ଛ ପଦ୍ଧତି ଅବଲମ୍ବନ କରିଛନ୍ତି। ରାଜ୍ୟରେ ୧୧୪୦୩ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସିବିଟି ମାଧ୍ୟମରେ ଶିକ୍ଷକଙ୍କ ଦକ୍ଷତା ଅନୁଯାୟୀ ଶିକ୍ଷକଙ୍କୁ ଚୟନ କରାଯାଇଥିବାବେଳେ ତିନି ପର୍ଯ୍ୟାୟରେ ସେମାନଙ୍କ ଡକ୍ୟୁମେଣ୍ଟ ଯାଞ୍ଚ କରାଯାଇଛି। ନିଯୁକ୍ତି ପାଇଁ ଚୟନ ହୋଇଥିବା ୬୮୯୧ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି ।