Skilled in Odisha - The Sakala

ଓଡ଼ିଶା ସ୍କିଲ୍ସ’ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ିଙ୍କ ଭିତରେ ଥିବା ଦକ୍ଷତାକୁ ବିଶ୍ୱସ୍ତରୀୟ କରିବା ପାଇଁ ପ୍ରତିବର୍ଷ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା ଆୟୋଜନ କରାଯାଉଛି। ଏହି କ୍ରମରେ ୨୦୨୩-୨୪ ବର୍ଷ ପାଇଁ ପୂର୍ବରୁ ଆୟୋଜିତ ବିଭିନ୍ନ ଦକ୍ଷତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଆଜି ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପଦକ ଓ ସାର୍ଟିଫିକେଟ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଛି।

ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ (ଓଏସଡିଏ) ପକ୍ଷରୁ ଏହି କାର୍ଯ୍ୟକ୍ରମ କରାଯାଇଥିଲା। ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଶୁକ୍ରବାର ଅପରାହ୍ଣରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ‘୫-ଟି ଓ ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଯୋଗଦେଇ ‘ଓଡ଼ିଶା ସ୍କିଲ୍ସ’ର ପ୍ରତିଯୋଗୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି ଅବସରରେ ସେ ପ୍ରତିଯୋଗୀ ଛାତ୍ରଛାତ୍ରୀଙ୍କ ସହିତ କଥା ହେବା ସହ ବିଭିନ୍ନ ଦକ୍ଷତା କ୍ଷେତ୍ରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ୧୦ ଜଣ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରିଥିଲେ।

‘‘ସ୍କିଲ୍ଡ ଇନ୍ ଓଡ଼ିଶା କାର୍ଯ୍ୟକ୍ରମକୁ ବିଶ୍ୱସ୍ତରୀୟ କରିବା ସହିତ ଆଗାମୀ ଦିନରେ ଓଡ଼ିଶାକୁ ‘ସ୍କିଲ୍ କ୍ୟାପିଟାଲ’ରେ ପରିଣତ କରିବା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଲକ୍ଷ୍ୟ। ଏହାକୁ ପୂରଣ କରିବା ଦିଗରେ ରାଜ୍ୟର ଦକ୍ଷତା ବିକାଶ ଛାତ୍ରଛାତ୍ରୀମାନେ ‘ଆମ୍ବାସଡର’ ଭୂମିକା ଗ୍ରହଣ କରିବେ। ସେମାନେ ଦେଶ ବିଦେଶରେ କାମ କରି ଓଡ଼ିଶା ପାଇଁ ସୁନାମ ଆଣିବେ’’, କହିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍।

ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରର କେତେକ ଛାତ୍ରଛାତ୍ରୀ ସେମାନଙ୍କ ଦକ୍ଷତା ବିକାଶ ଯାତ୍ରାର ଅନୁଭୂତି ବିଷୟରେ ବର୍ଣ୍ଣନା କରିଥିଲେ। ବିଶେଷକରି ଓଡ଼ିଶା ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର କିଭଳି ସେମାନଙ୍କ ସ୍ୱପ୍ନ ଓ ଜୀବନକୁ ଏକ ନୂଆ ରୂପ ଦେଇଛି ସେ ବିଷୟରେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଓଏସଡିଏ ଅଧ୍ୟକ୍ଷା ଶ୍ରୀମତୀ ଅଳକା ମିଶ୍ର, ବିଭାଗୀୟ ସଚିବ ଶ୍ରୀମତୀ ଊଷା ପାଢ଼ୀ, କ୍ରୀଡ଼ା ଓ ଯୁବସେବା ବିଭାଗର ସଚିବ ଆର୍ ଭିନିଲକ୍ରିଷ୍ଣା, ଓଏସଡିଏ ସିଇଓ ଶ୍ରୀଯୁକ୍ତ ରେଘୁ ଜି ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ।

ଏହା ପରେ ପରେ ସନ୍ଧ୍ୟାରେ ଆୟୋଜିତ ଏକ ବିସ୍ତୃତ କାର୍ଯ୍ୟକ୍ରମରେ ‘ଓଡ଼ିଶା ସ୍କିଲ୍ସ’ର ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସର ଉତ୍ସବମୁଖର ହୋଇ ଉଠିଥିଲା। ‘ଓଡ଼ିଶା ସ୍କିଲ୍ସ’ରେ ୪୫ଟି ଦକ୍ଷତାକୁ ନେଇ ହୋଇଥିବା ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପଦକ ଓ ସାର୍ଟିଫିକେଟ ଦିଆଯାଇଥିଲା। ସେମାନଙ୍କ ମଧ୍ୟରେ ୫୧ ଜଣଙ୍କୁ ସ୍ୱର୍ଣ୍ଣ, ୪୪ ଜଣଙ୍କୁ ରୌପ୍ୟ ଏବଂ ୪୭ ଜଣଙ୍କୁ ବ୍ରୋଞ୍ଜ ପଦକ ପ୍ରଦାନ କରାଯାଇଥିଲା।

‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ସରକାରୀ ଓ ଘରୋଇ ଆଇଟିଆଇ, ପଲିଟେକନିକ୍ ଏବଂ ବିଭିନ୍ନ ଦକ୍ଷତା ବିକାଶ ତାଲିମ ଅନୁଷ୍ଠାନରୁ ଆସିଥିବା ୮୦୦ରୁ ଅଧିକ ଛାତ୍ରଛାତ୍ରୀ ୬ଟି କ୍ଷେତ୍ରରେ ହୋଇଥିବା ୪୫ଟି ଦକ୍ଷତାରେ ସେମାନଙ୍କ ପ୍ରତିଭା ଦେଖାଇଥିଲେ। ପ୍ରତିଯୋଗୀମାନଙ୍କ ଦକ୍ଷତାକୁ ପରଖିବା ପାଇଁ ପ୍ରତ୍ୟେକ କେନ୍ଦ୍ରରେ ସ୍ୱତନ୍ତ୍ର ବିଚାରକମାନେ ନିୟୋଜିତ ହୋଇଥିଲେ। ଏହା ସହିତ ‘ଇଣ୍ଡିଆ ସ୍କିଲ୍ସ’ ବିଶେଷଜ୍ଞମାନେ ମଧ୍ୟ ବିଭିନ୍ନ କେନ୍ଦ୍ରରେ ଉପସ୍ଥିତ ରହି ପ୍ରତିଯୋଗିତାର ଗୁଣାତ୍ମକ ଦିଗକୁ ସୁନିଶ୍ଚିତ କରିଥିଲେ।

‘ଓଡ଼ିଶା ସ୍କିଲ୍ସ’ରେ ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀମାନେ ଆସନ୍ତା ଏପ୍ରିଲରେ ଜାତୀୟ ସ୍ତରରେ ହେବାକୁ ଥିବା ‘ଇଣ୍ଡିଆ ସ୍କିଲ୍ସ’ ଏବଂ ସେଠାରୁ ଉତ୍ତୀର୍ଣ୍ଣ ହୋଇ ସେପ୍ଟେମ୍ବର ମାସରେ ଫ୍ରାନ୍ସରେ ହେବାକୁ ଥିବା ‘ୱାର୍ଲ୍ଡ ସ୍କିଲ୍ସ’ରେ ନିଜର ଦକ୍ଷତା ଦେଖାଇବାର ସୁଯୋଗ ପାଇବେ।

ପୁରସ୍କାର ପ୍ରଦାନ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଥାମ୍ବିରାଜ ଟି ଓ ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ ତଥା ଦକ୍ଷତା ବିକାଶ କ୍ଷେତ୍ରର ଅଧିକାରୀ ଓ ପ୍ରଶିକ୍ଷକମାନେ ଯୋଗ ଦେଇଥିଲେ। ‘ଓଡ଼ିଶା ସ୍କିଲ୍ସ’ ଚଳିତ ସଂସ୍କରଣ ଉପରେ ପ୍ରସ୍ତୁତ ଏକ ଭିଡିଓ ସେଠାରେ ପ୍ରଦର୍ଶନ କରାଯାଇଥିଲା।

ରାଜ୍ୟସ୍ତରୀୟ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା: ୮ ସ୍ଥାନରେ ୪୫ ବିଷୟକୁ ନେଇ ଦକ୍ଷତା ପ୍ରଦର୍ଶନ
ଭୁବନେଶ୍ବର: ଓଡ଼ିଶାର ଯୁବପିଢ଼ିଙ୍କ ଭିତରେ ରହିଛି ଅନନ୍ୟ ଦକ୍ଷତା। ଏହାକୁ ପ୍ରଦର୍ଶନ କରିବା ସହ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତାରେ ସୁଯୋଗ ଦେବା ପାଇଁ ପ୍ରତିବର୍ଷ କରାଯାଉଛି ‘ଓଡ଼ିଶା ସ୍କିଲ୍ସ’ କାର୍ଯ୍ୟକ୍ରମ। ମଙ୍ଗଳବାରଠାରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସମେତ ୮ଟି ସ୍ଥାନରେ ଏହି ପ୍ରତିଯୋଗିତାର ଆୟୋଜନ କରାଯାଇଛି। ଏଥିରେ ୪୫ଟି ବିଷୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଛି। ଯେଉଁଥିରେ ୭ ଶହରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଆସନ୍ତା ୧୪ ତାରିଖରେ ହେବ ଚୂଡନ୍ତା ପର୍ଯ୍ୟାୟ ପ୍ରତିଯୋଗିତା ।

ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା କରାଯାଉଛି । ଏଥିରେ ୬ଟି ପ୍ରମୁଖ କ୍ଷେତ୍ରରେ ମୋଟ ୪୫ଟି ସ୍କିଲକୁ ନେଇ ଚଳିତବର୍ଷ ରାଜ୍ୟସ୍ତରୀୟ ପ୍ରତିଯୋଗିତା ହେଉଛି। ମଙ୍ଗଳବାର ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ସରକାରୀ ଓ ଘରୋଇ ଆଇଟିଆଇ, ପଲିଟେକ୍ନିକ ତଥା ବିଭିନ୍ନ ଦକ୍ଷତା ବିକାଶ ତାଲିମ ଅନୁଷ୍ଠାନରୁ ଆସିଥିବା ୭୦୦ରୁ ଅଧିକ ଛାତ୍ରଛାତ୍ରୀ ସେମାନଙ୍କ ପାରଦର୍ଶିତା ଦେଖାଇଥିଲେ ।

ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ୧୬ଟି ସ୍କିଲକୁ ନେଇ ପ୍ରତିଯୋଗିତା କରାଯାଉଛି । ସେହିପରି ସିଭି ରମଣ ଗ୍ଲୋବାଲ ୟୁନିଭର୍ସିଟିରେ ୫ଟି, ଇନଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟରେ ୫ଟି, ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟରେ ୨ଟି, ସିଟିଟିସିରେ ୬ଟି ଓ ଏନଆଇଏଫଟିରେ ୨ଟି ବିଷୟରେ ପ୍ରତିଯୋଗିତା କରାଯାଉଛି । କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇରେ ୫ଟି ଓ ଭୁବନାନନ୍ଦ ଓଡ଼ିଶା ସ୍କୁଲ ଅଫ୍ ଇଞ୍ଜିନିୟରିଂରେ ୨ଟି ବିଷୟରେ ମଧ୍ୟ ଏହି ପ୍ରତିଯୋଗିତା କରାଯାଉଛି ।

ଦକ୍ଷତା ବିକାଶ କାର୍ଯ୍ୟକ୍ରମ କ୍ଷେତ୍ରରେ ଆଜି ଆସିଛି ବ୍ୟାପକ ପରିବର୍ତ୍ତନ। ଆଧୁନିକ ଓ ବ୍ୟବହାରିକ ବିଷୟ ସହ ଅତ୍ୟାଧୁନିକ କମ୍ପ୍ୟୁଟର ଓ ମୋବାଇଲ ଟେକ୍ନୋଲୋଜି ଆଦିର ପ୍ରୟୋଗକୁ ନେଇ ଯୁବପିଢ଼ିଙ୍କ ଲାଗି ରାଜ୍ୟରେ ନୂଆ ଢାଞ୍ଚାରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ପରିଚାଳନା କରାଯାଉଛି। କନଷ୍ଟ୍ରକ୍ସନ ଆଣ୍ଡ ବିଲ୍ଡିଂ ଟେକ୍ନୋଲୋଜି, କ୍ରିଏଟିଭ୍ ଆର୍ଟ୍ସ ଆଣ୍ଡ ଫ୍ୟାସନ, ଇନଫରମେସନ ଆଣ୍ଡ କମ୍ୟୁନିକେସନ ଟେକ୍ନୋଲୋଜି, ମାନୁଫାକ୍ଚରିଂ ଆଣ୍ଡ ଇଞ୍ଜିନିୟରିଂ ଟେକ୍ନୋଲୋଜି, ସୋସିଆଲ ଆଣ୍ଡ ପର୍ସନାଲ ସର୍ଭିସେସ୍ ଓ ଟ୍ରାନ୍ସପୋଟ୍ରେସନ ଆଣ୍ଡ ଲଜିଷ୍ଟିକ୍ସ ଆଦି ୬ଟି କ୍ଷେତ୍ରରେ ୪୫ଟି ଦକ୍ଷତା ବିକାଶ ବିଷୟକୁ ନେଇ ‘ଓଡ଼ିଶା ସ୍କିଲ୍ସ’ ପରିକଳ୍ପନା କରାଯାଇଛି ।

‘ଓଡ଼ିଶା ସ୍କିଲ୍ସ’ରେ ଭାଗ ନେଇଥିବା ଯୁବ ପ୍ରତିଯୋଗୀଙ୍କୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ଯୁବପିଢ଼ି ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।

୧୪ ତାରିଖ ଦିନ ଓଡ଼ିଶା ସ୍କିଲ୍ସର ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତା ହେବାକୁ ଯାଉଛି। ଏହା କଟକ ଓ ଭୁବନେଶ୍ୱରର ସେହି ୮ଟି କେନ୍ଦ୍ରରେ ଅନୁଷ୍ଠିତ ହେବ । ପ୍ରତ୍ୟେକ ବିଷୟରେ ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀମାନଙ୍କୁ ୧୫ ତାରିଖରେ ହେବାକୁ ଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପୁରସ୍କୃତ କରାଯିବ।

ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରୁ ଶ୍ରେଷ୍ଠ ବିବେଚିତ ପ୍ରାର୍ଥୀମାନେ ପରବର୍ତ୍ତୀ ସମୟରେ ଜାତୀୟ ସ୍ତରରେ  ‘ଇଣ୍ଡିଆ ସ୍କିଲ୍ସ’ରେ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ସେହିପରି ଅନ୍ତର୍ଜାତୀୟ ସ୍ତରରେ ‘ୱାର୍ଲ୍ଡ ସ୍କିଲ୍ସ’ ପ୍ରତିଯୋଗିତାରେ ଭାଗନେଇ ଓଡ଼ିଶାର ପିଲାମାନେ କିପରି ମେଡାଲ ଜିତିପାରିବେ ସେଥିପାଇଁ ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ତାଲିମ ଅନୁଷ୍ଠାନ ସ୍ତରରୁ ସେମାନଙ୍କୁ ପ୍ରୋତ୍ସାହିତ କରୁଛନ୍ତି।

ମୁଖ୍ଯମନ୍ତ୍ରୀଙ୍କ ବଡ଼ ଘୋଷଣା: ପାଟଣାଗଡ ଓ କୁଚିଣ୍ଡାରେ ଖୋଲାଯିବ ନୂଆ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ
ଭୁବନେଶ୍ବର: ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ। କୁଚିଣ୍ଡାରେ ନୂଆ ସରକାରୀ ITI ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ। ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ।

ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠିତ ITI Iରେ ମଧ୍ୟ ୪ ଗୋଟି tradeରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍‌ର ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ।

ସୂଚନାଯୋଗ୍ୟ ଯେ ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକ୍‌ର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ରହିଛି । ସେହିପରି ୫୮ଟି ସବ୍‌ଡିଭିଜନ ମଧ୍ୟରୁ ୪୮ଟିରେ ITI ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ITI ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ।

ସୂଚନାଯୋଗ୍ୟ ଯେ Skilled in Odisha କାର୍ଯ୍ୟକ୍ରମ ଜରିଆରେ ଆମର ଯୁବକ ଯୁବତୀ ମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ World Skill Centre ଆମର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି।