Diarrhea Situation - The Sakala

ରାଜ୍ୟରେ ଝାଡାବାନ୍ତି ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ, ସ୍ଥିତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖାଦେଇଥିବା ଡାଇରିଆ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । ଗତ ଦୁଇ ଦିନରେ ୬ ଜିଲ୍ଲାରେ ଝାଡ଼ାବାନ୍ତିରେ କେହି ସଂକ୍ରମିତ ହୋଇନାହାନ୍ତି। ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମୀକ୍ଷା ପରେ ଏହି ସୂଚନା ମିଳିଛି । ରୋଗୀମାନଙ୍କୁ ତୁରନ୍ତ ହସ୍ପିଟାଲ୍ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି ।ସୂଚନା ପ୍ରସାରଣ ଓ ହସ୍ପିଟାଲ ସ୍ଥାନାନ୍ତର ବ୍ୟବସ୍ଥାରେ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ, ଓ୍ୱାର୍ଡ ମେମ୍ବର, ସରପଞ୍ଚ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ସ୍କୁଲଗୁଡ଼ିକୁ ସାମିଲ କରିବା ନିମନ୍ତେ ମଧ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସମସ୍ତ ପାନୀୟଜଳ ଉତ୍ସକୁ ନିୟମିତ ବିଶୋଧନ କରାଯିବା ସହ ଲୋକେ ଯେପରି ଝରଣା ପାଣି ନ ପିଅନ୍ତି ତା’ଉପରେ ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳଙ୍କୁ କୁହାଯାଇଛି । ସଚେତନତା କାର୍ଯ୍ୟକ୍ରମକୁ ଅଧିକ ସକ୍ରିୟ କରିବାକୁ କୁହାଯାଇଛି । ସଂକ୍ରମିତ ଅଞ୍ଚଳରେ ଜଳ ବିଶୋଧନ ପାଇଁ ‘ରିଭର୍ସ ଅସମୋସିସ୍ ଯନ୍ତ୍ର’ ଲାଗିଥିବା ଗାଡ଼ି ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରୋଗ ନିରୀକ୍ଷଣ ଓ ଅନୁଧ୍ୟାନ ବ୍ୟବସ୍ଥାକୁ ଅଧିକ ବ୍ୟାପକ କରାଯିବ । ବର୍ଷାଋତୁ ଶେଷ ପର୍ଯ୍ୟନ୍ତ ଡାଇରିଆ ନିରାକରଣ ବ୍ୟବସ୍ଥାକୁ ପୂର୍ଣ୍ଣ ସକ୍ରିୟ ରଖିବା ସହ ସମ୍ପୂର୍ଣ୍ଣ ସଜାଗ ଓ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ଏବଂ କ୍ଷେତ୍ରସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର, ନୂଆପଡ଼ା, ଗଜପତି, ଝାରସୁଗୁଡ଼ା ଜିଲ୍ଲାରେ ଏ ଯାଏଁ ମୋଟ ୬୮୦ ଲୋକ ସଂକ୍ରମିତ ହୋଇଥିବା ବେଳେ ୬୧୦ ଜଣ ସୁସ୍ଥ ହୋଇଛନ୍ତି । ୫୩ ଜଣ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି ଏବଂ ୧୭ ଜଣ ହସ୍ପିଟାଲ୍ ଆସିବାରେ ଡେରି କରିଥିବାରୁ ସେମାନଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।