low pressures - The Sakala

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୬ ଘଣ୍ଟାରେ ନେଇପାରେ ଅବପାତର ରୂପ
ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୩୬ ଘଣ୍ଟାରେ ଏହା ଅବପାତର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ରୁ ୭ ଦିନ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଉପକୂଳ ୧୦ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର !
ଭୁବନେଶ୍ବର: ଓଡ଼ିଶାକୁ ଆଗାମୀ ଦୁଇ ଦିନ ଅରେଞ୍ଜ ୱାର୍ଣ୍ଣିଂ ଜାରି। ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିିଛି। ଏ ନେଇ ଆଇଏମ୍‌ଡି DG ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଏହାରି ପ୍ରଭାବରେ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଓଡ଼ିଶାରେ ଜୁନ୍‌ରେ ନିଅଣ୍ଟିଆ ବର୍ଷା, ଜୁଲାଇରେ ଦକ୍ଷିଣ ଓଡ଼ିଶା ଏବଂ କେନ୍ଦ୍ରୀୟ ଓଡ଼ିଶାରେ ବର୍ଷା ହୋଇଛି ।ଉତ୍ତର ଓଡ଼ିଶାରେ ବର୍ତ୍ତମାନ ପର୍ଯ୍ୟନ୍ତ ବର୍ଷା ହୋଇନାହିଁ  କିନ୍ତୁ ଅଗଷ୍ଟ ସେପ୍ଟେମ୍ବରରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି।

ସେହିପରି ଦିଲ୍ଲୀ, ହିମାଚଳ, ଉତ୍ତରାଖଣ୍ଡ ରେ ବାଦଲଫାଟ ବର୍ଷାକୁ ଖଣ୍ଡନ କରିଛନ୍ତି ଆଇଏମଡି ଡିଜି ମୃତୁଞ୍ଜୟ ମହାପାତ୍ର ।

IMD ତଥ୍ୟ ଅନୁଯାୟୀ, ଦିଲ୍ଲୀରେ ଇଣ୍ଟେନ୍ସ ସ୍ପେଲର ପ୍ରବଳ ବର୍ଷା ରେକର୍ଡ ହୋଇଥିବା କହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୫ରୁ ୭ ସେଣ୍ଟି ମିଟର ବର୍ଷା ହୋଇଛି । ସେହିପରି ହିମାଚଳ ଏବଂ ଉତ୍ତରାଖଣ୍ଡର ତଥ୍ୟ ଅନୁସାରେ ସେଠାରେ ପ୍ରବଳରୁ ଅତିପ୍ରବଳ ହୋଇଛି।

ଯେତେବେଳେ ବର୍ଷାର ୧୦ ସେମି କିମ୍ବା ତାହାଠାରୁ ରୁ ଅଧିକ ହୁଏ ତାହାକୁ ବାଦଲ ଫଟା ବର୍ଷା କୁହାଯାଏ । ଏହା ନିଶ୍ଚିତ ଯେ ଦିଲ୍ଲୀ, ହିମାଚଳ, ଉତ୍ତରାଖଣ୍ଡ ବାଦଲଫଟା ବର୍ଷା ହୋଇନାହିଁ ବୋଲି ଆଇଏମ୍‌ଡି DG ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୨୭ରେ ଲଘୁଚାପ
ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏ ସଂପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ପାଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ୨୯ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ।

ଅନ୍ୟପକ୍ଷରେ, କେନ୍ଦ୍ର ପକ୍ଷରୁ ଜାରୀ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୬ ଓ ୨୭ ତାରିଖରେ ରାଜ୍ୟବ୍ୟାପୀ ପାଗ ଶୁଖିଲା ରହିବ। ୨୮ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୨୮ତାରିଖ ବେଳକୁ ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡ. କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୨୯ତାରିଖ ପରଠାରୁ ରାଜ୍ୟବ୍ୟାପୀ ପାଗ ପୂର୍ବବତ୍‌‌ ଶୁଖିଲା ରହିବ ବୋଲି ଆକଳନ କରାଯାଇଛି।

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୬ରୁ ବୃଦ୍ଧି ପାଇବ ବର୍ଷାର ପ୍ରକୋପ
ଭୁବନେଶ୍ବର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ସୁଦ୍ଧା ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ ତାରିଖ ଅପରାହ୍ଣରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୧୬ ତାରିଖରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାର ଆଶଙ୍କା କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୧୬ରେ ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଆଦି ୬ ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବା ସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୫୦-୬୦ କିମି ବେଗରେ ପ୍ରବାହିତ ହେବ। ୧୬ ଓ ୧୭ରେ ଏହି ସ୍ଥିତି ଯୋଗୁଁ ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ଆସନ୍ତା ୧୬ ତାରିଖରୁ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କ ୧୫ ତାରିଖ ରାତି ସୁଦ୍ଧା କୂଳକୁ ଫେରି ଆସିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ପାଣିପାଗ କେନ୍ଦ୍ରର ପରାମର୍ଶ ଆଧାରରେ ରାଜ୍ୟର ୬ ଟି ଉପକୂଳବର୍ତ୍ତୀ ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ମତ୍ସ୍ୟଜୀବୀଙ୍କୁ ସତର୍କ କରାଇବା ପାଇଁ ଏସ୍‌‌ଆର୍‌‌ସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି। ମତ୍ସ୍ୟ ବିଭାଗ ପକ୍ଷରୁ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଦ୍ୱାରା ମତ୍ସ୍ୟଜୀବୀଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୬ରୁ ପୁଣି ଭିଜିବ ଓଡ଼ିଶା
ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୬ ତାରିଖରୁ ପୁଣି ଭିଜିବ ଓଡ଼ିଶା । ୧୩ ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣୀବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ଏହାରି ପ୍ରଭାବରେ ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷିବ । ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ

ଉପକୂଳ ଓଡିଶାରେ ବି ହାଲୁକା ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ହାଲୁକା ବର୍ଷା ସମ୍ଭାବନା ରହିଛି।

ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ସମ୍ଭାବନା ।  ପୂର୍ବ- କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ୧୯-୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଏହି ସମୟରେ ମଧ୍ୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ନୟାଗଡ଼, ରାୟଗଡ଼ା, କୋରାପଟ, ମାଲକାନଗିରି ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ଆଜି ପାଇଁ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି
ଭୁବନେଶ୍ବର: ଘନୀଭୁତ ହେଉଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ ।  ପରେ ଘନୀଭୁତ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୁତ ।

ଏହାରି ପ୍ରଭାବରେ ଆଜି ଅତିଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଛିି। କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରିକୁ ରେଡ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଭୀଷଣ ବର୍ଷା ସମ୍ଭାବନା ରହିଥିବା ବେଳେ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ବୌଦ୍ଧ, ସୋନପୁର, ନୂଆପଡାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି।

ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ସତର୍କତା ଜାରି ହୋଇଛି।  ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନ ରହିଛି।

୧୪ ତାରିଖରେ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହେଇଛି।  କଟକ, ଢେଙ୍କାନାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, ସୋନପୁର, କନ୍ଧମାଳ, ଗଞ୍ଜାମରେ ଭୀଷଣ ବର୍ଷିବ॥  ସେହପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।  ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବରଗଡ଼, ସମ୍ବଲପୁରକୁ ସତର୍କତା ସୂଚନା ଜାରି କରାଯାଇଛି।

ଏହି ବର୍ଷା ଦ୍ବାରା  କଚ୍ଚା ଘର ଓ କଚ୍ଚା ରାସ୍ତା ପ୍ରଭାବିତ ହେବାର ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇପାରେ ।  ଦୃଶ୍ୟମାନ କ୍ଷମତା କମିବାସହ ସୃଷ୍ଟି ହେବ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇପାରେ।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ସୃଷ୍ଚି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି।  ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ। ବର୍ଷାର ପରିମାଣ ବଢିବ।

ସୂଚନା ଅନୁଯାୟୀ, ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ତୀବ୍ର-ବୃଷ୍ଟିପାତ ଲାଗିରହିବ। ଅପରପକ୍ଷେ ୫ ତାରିଖ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର,ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର ଏବଂ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୧୨ଘଣ୍ଟାରେ ଲଘୁଚାପର ରୂପନେବ ଘୁର୍ଣ୍ଣିବଳୟ, ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର: ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ । ଦୁଇ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପନେବ ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ଆଉ କାଲି ରାଜ୍ୟରେ ପ୍ରବଳ ବର୍ଷା ଦେଖିବାକୁ ମିଳିବ । ଅନେକ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି । କନ୍ଧମାଳ, କଲାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ତେବେ ଲାଗୁଚପକୁ ନଜରରେ ରଖି ସମୁଦ୍ରମଧ୍ୟକୁ ମାତ୍ସଜୀବିଙ୍କୁ ଯିବାକୁ ବାରଣ କରାଯାଇଛି । କୌଣସି ବନ୍ଦରକୁ ବିପଦ ସଂକେତ ଦିଆଯାଇନାହିଁ । ଶନିବାର ଠାରୁ ବର୍ଷା ପରିମାଣ କମିବା ସହ କିଛି ସ୍ଥାନରେ ବର୍ଷା ହେବ । ଲଘୁଚାପ ପ୍ରଭାବରେ ଆଜି ଆଉ ଆସନ୍ତା କାଲି ଭୁବନେଶ୍ୱରରେ ବର୍ଷା ହେବ ।

ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି, ମୟୁରଭଞ୍ଜରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

ମୌସୁମୀକୁ ସକ୍ରିୟ କରିବ ଲଘୁଚାପ, ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଜି ସୁଦ୍ଧା ଏକ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ସହିତ ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ରବିବାର ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ବଲାଙ୍ଗିର, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ସମ୍ବଲପୁର, ସୋନପୁର ଓ ବୌଦ୍ଧର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୋମବାର ଅନେକ ସ୍ଥାନରେ ସମାନ ସ୍ଥିତି ସୃଷ୍ଟି ହେବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର କହିଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଓ ଏହା ମୌସୁମୀକୁ ସକ୍ରିୟ କରି ୨୭ ପର୍ଯ୍ୟନ୍ତ ବର୍ଷା କରାଇବ। ଏହି ଲଘୁଚାପଟି କ୍ରମଶଃ ଘନୀଭୂତ ହୋଇ ଉତ୍ତର ଭାରତକୁ ଗତି କରି ସେଠାରେ ମୌସୁମୀ ବର୍ଷା କରାଇବ। ୨୭ ତାରିଖ ସୁଦ୍ଧା ରାଜ୍ୟରେ ହାରାହାରି ୪୦-୬୦ ମିମି ବର୍ଷା ହୋଇପାରେ। ୨୫ରେ ଆଭ୍ୟନ୍ତରୀଣ ଦକ୍ଷିଣରେ ମଧ୍ୟମରୁ ଭାରି ବର୍ଷାର ସମ୍ଭାବନା ଥିବା ବେଳେ କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର ଓ ବରଗଡ଼ରେ ୨୫-୨୭ ମଧ୍ୟରେ ଭଲ ବର୍ଷା ହୋଇପାରେ।

ଜିଏଫ୍‌‌ଏସ୍‌‌ ମଡେଲ୍‌‌ କହୁଛି ଯେ ୨୮ ତାରିଖରୁ ୫ ଦିନ ପର୍ଯ୍ୟନ୍ତ ବିକ୍ଷିପ୍ତ ସ୍ୱଳ୍ପ ବର୍ଷା ହେବ ଓ ତାପମାତ୍ରା ପ୍ରାୟ ୩ ଡିଗ୍ରୀ ବଢ଼଼ିବ। ତେବେ ଇସିଏମଡବ୍ଲୁଏଫ୍‌‌ ମଡେଲ୍‌‌ କହୁଛି ଯେ ୨୮-୩୦ ଭିତରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ି ସାରା ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ଥିବା ନେଇ ପ୍ରଫେସର ପଶୁପାଳକ କହିଛନ୍ତି।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା
ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୮ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ସାମୁଦ୍ରିକ ଝଡର ରୂପ ନେବ । ପରବର୍ତ୍ତୀ ସମୟରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ରହିଛି । ଏନେଇ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ ।

ତେବେ ଏବେ ସୁଦ୍ଧା ଏହାର ଗତିପଥ ସ୍ପଷ୍ଟ ହୋଇନାହିଁ । ଲଘୁଚାପ ସୃଷ୍ଟି ହେଲେ ଗତିପଥ ସ୍ପଷ୍ଟ ହେବ । ବର୍ତ୍ତମାନ କୌଣସି ଉପକୂଳ ପାଇଁ କୌଣସି ଚେତାବନୀ ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଯାଇ ଏହି ସାମୁଦ୍ରିକ ବାତ୍ୟା ଗତିପଥ ଓ ତୀବ୍ରତା ସଂକ୍ରାନ୍ତ ସବିଶେଷ ତଥ୍ୟ ଜଣାଇ ଦିଆଯିବ ବୋଲି ପାଣିପାଗ ବିଭାଗ କହିଛି।

ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ସାଙ୍ଗକୁ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି।

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ: ୨୧ରୁ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା
ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶକ୍ତିଶାଳୀ ହେବାରେ ଲାଗିଛି। ଏହି ଲଘୁଚାପ କ୍ଷେତ୍ର ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି। ଏହି ଲଘୁଚାପଟି ଏଧିକ ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଅବପାତର ରୂପ ନେବ। ପରବର୍ତ୍ତୀ ୩ ଦିନ ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡ଼ୁ ପୁଡ଼ୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ। ଏହାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ରହିଲେ ମଧ୍ୟ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୧ରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ମୁଖ୍ୟତଃ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦିରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ। ୨୨ରେ ମଧ୍ୟ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ବର୍ଷା ଓ ଲଘୁଚାପ ଯୋଗୁଁ ରାଜ୍ୟକୁ ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ହେବ। ଏହାଦ୍ୱାରା ରାଜ୍ୟରେ ରାତିର ତାପମାତ୍ରା ବୃଦ୍ଧି ହେବ ଓ ଶୀତ କମିବ। ଆଗାମୀ ୨ ରୁ ୩ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନ ଥିବାବେଳେ ପରବର୍ତ୍ତୀ ସମୟରେ ରାତ୍ରି ତାପମାତ୍ରାରେ ୨ ଡିଗ୍ରୀ ଯାଏଁ ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ଶେମିଳିଗୁଡ଼ାରେ ୭.୯ ଡିଗ୍ରୀ ରେକର୍ଡ କରାଯାଇଛି। ଜି.ଉଦୟଗିରି ୮.୬ ଡ଼ିଗ୍ରୀ କୋରାପୁଟ ୧୦.୫ ଡ଼ିଗ୍ରୀ ଫୁଲବାଣୀ ୧୦.୫ ଡ଼ିଗ୍ରୀ ଦାରିଙ୍ଗବାଡି ୧୧.୫ଡ଼ିଗ୍ରୀ ଭବାନୀପାଟଣା ତାପମାତ୍ରା ୧୧.୮ ଡ଼ିଗ୍ରୀ ରହିଛି।