SUDAM MARNDI - The Sakala

୪୧୬୬ ମାଧ୍ୟମିକ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି, ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହା ସହିତ ଆମର ମହାନ ଦେଶ, ମହାନ ଜାତି ଓ ମହାନ ସଂସ୍କୃତିକୁ ଭଲ ପାଇବା ସହିତ ଏଥିପାଇଁ ଗର୍ବ ଅନୁଭବ କରିବାକୁ ପିଲାମାନଙ୍କୁ ପ୍ରେରଣା ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି।

ଛାତ୍ରଛାତ୍ରୀ ଯେପରି ବଡ ସ୍ୱପ୍ନ ଦେଖିବେ ଓ ନିଜର ଲକ୍ଷ୍ୟ ହାସଲ କରିବାରେ ସଫଳ ହେବେ ସେଥିପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ। ଏକ ବିଂଶ ଶତାବ୍ଦୀରେ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନରେ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି ସେ କହିଥିଲେ।

ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣଙ୍କ ସଫଳତା ପଛରେ ଆପଣଙ୍କ ପରିବାରର ସ୍ୱତନ୍ତ୍ର ଅବଦାନ ରହିଛି। ସେଥିପାଇଁ ସେ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଇଥିଲେ।

ଶିକ୍ଷା ପିଲାମାନଙ୍କ ମଧ୍ୟରେ ମୌଳିକ ଜ୍ଞାନ ଓ ଦକ୍ଷତା ସୃଷ୍ଟି କରେ। ସେମାନଙ୍କ ମଧ୍ୟରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ସହିତ ସେମାନଙ୍କୁ ରୂପାନ୍ତରିତ ନାଗରିକରେ ପରିଣତ କରିବାରେ ସାହାଯ୍ୟ କରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଶିକ୍ଷକମାନଙ୍କ ଲକ୍ଷ୍ୟ କେବଳ ଭଲ ଛାତ୍ର ସୃଷ୍ଟି କରିବା ନୁହେଁ, ଭଲ ଛାତ୍ର ସହିତ ଭଲ ମଣିଷ ମଧ୍ୟ ସୃଷ୍ଟି କରିବା ସେମାନଙ୍କର ଲକ୍ଷ୍ୟ ହେବା ଆବଶ୍ୟକ। ଶିକ୍ଷାଦାନ କେବଳ ଏକ ବୃତ୍ତି ନୁହେଁ ବରଂ ଭବିଷ୍ୟତ ପାଇଁ ଓଡିଶାକୁ ପ୍ରସ୍ତୁତ କରିବାର ଏକ ମିଶନ ବୋଲି ସେ କହିଥିଲେ।

ଶିକ୍ଷା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱାରୋପ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୫ଟି ଉପକ୍ରମରେ ୬୮୮୩ଟି ହାଇସ୍କୁଲର ରୂପାନ୍ତରଣ କରାଯାଇଛି। ଏହା ଦ୍ୱାରା ସ୍କୁଲର ଭିତ୍ତିଭୂମି ଓ ସାମଗ୍ରୀକ ବାତାବରଣରେ ବିରାଟ ପରିବର୍ତ୍ତନ ଆସିଛି। ଏହା ଦ୍ୱାରା ରାଜ୍ୟର ଶିକ୍ଷା ଦୃଶ୍ୟପଟ୍ଟରେ ରୂପାନ୍ତର ଆସିଛି। ଏଥିପାଇଁ ସରକାରୀ ସ୍କୁଲଗୁଡିକରେ ନାମଲେଖା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି।

ଶିକ୍ଷା କ୍ଷେତ୍ରରେ ପ୍ରୋତ୍ସାହନ ପାଇଁ ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଯୋଜନା ଆରମ୍ଭ କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏଥିରେ ଶିକ୍ଷା ପରିବ୍ୟବସ୍ଥାରେ ଜଡିତ ସମସ୍ତଙ୍କୁ ପୁରସ୍କାର ଦେବାର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ବର୍ଷକୁ ୧୩୮ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ। ଏହି ପୁରସ୍କାର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ସରକାରୀ ସ୍କୁଲ, ଗ୍ରାମ ପଞ୍ଚାୟତ, ସ୍କୁଲ ପରିଚାଳନା କମିଟି, ପ୍ରାକ୍ତନ ଛାତ୍ରଛାତ୍ରୀ ଓ ଜିଲ୍ଲା ଏବଂ ବ୍ଲକସ୍ତରୀୟ ଶିକ୍ଷା ଅଧିକାରୀମାନଙ୍କୁ ଦିଆଯିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ଆଜି ରାଜ୍ୟରେ ଆମ ମୁଖ୍ୟମନ୍ତ୍ରୀଙ୍କ ୫ଟି ରୂପାନ୍ତରଣର ପର୍ବ ଜାରି ରହିଛି। ସବୁ କ୍ଷେତ୍ରରେ ରୂପାନ୍ତରଣକରି ଏକ ସଶକ୍ତ ଓଡିଶା ଗଠନ କରିବା ଆମ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଶକ୍ତ ଓଡିଶା ସ୍ୱପ୍ନକୁ ସାକାର କରିବା ପାଇଁ ନିଷ୍ଠାର ସହ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଦାନ କରିବାପାଇଁ ସେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହ ମତ ବିନିମୟ କରି କହିଥିଲେ ଯେ ରାଜ୍ୟରେ ପିଲାମାନଙ୍କର ଉଜ୍ଜଳ ଭବିଷ୍ୟତ ଗଠନ ଦାୟିତ୍ୱ ଆପଣମାନଙ୍କର। ପିଲାମାନଙ୍କୁ ଭଲ ପାଠ ପଢାଇ ସେମାନଙ୍କ ବାପା ମା’ମାନଙ୍କ ମନରେ ଖୁସି ଆଣିବା ପାଇଁ ସେ ପରାମର୍ଶ ଦେବା ସହିତ ବାପା ମା’ଙ୍କ ପରେ ଶିକ୍ଷକ ହେଉଛନ୍ତି ପିଲାଙ୍କ ରୋଲ୍‌ ମଡେଲ ବୋଲି କହି ସେ ପିଲାମାନଙ୍କ ପାଇଁ ସମସ୍ତ କ୍ଷେତ୍ରରେ ପ୍ରେରଣାଦାୟୀ ହୋଇ କାର୍ଯ୍ୟ କରିବା ପାଇଁ କହିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣ ଆଣିଛନ୍ତି। ଆମ ଶିକ୍ଷା ବ୍ୟବସ୍ଥାକୁ ସଶକ୍ତ କରିବା ପାଇଁ ଉଦ୍ୟମ କରିବାକୁ ସେ ସେମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ କୋରାପୁଟର ନବନିଯୁକ୍ତ ଶିକ୍ଷୟତ୍ରୀ ସ୍ରୋତସ୍ୱିନୀ ଲେଙ୍କା ନିଯୁକ୍ତି ସମ୍ପର୍କରେ ତାଙ୍କର ଅନୁଭୂତି ବର୍ଣ୍ଣନା କରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ୫ଟି ନୀତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟା ସମାପନ କରି ଖୁବ ଶୀଘ୍ର ନିଯୁକ୍ତି ମିଳିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ତ୍ୱରିତ୍ୱ ପଦକ୍ଷେପ ଯୁବ ସମାଜ ପାଇଁ ବେଶ ଉତ୍ସାହଜନକ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱଥି. ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ଦୁଇ ବର୍ଷରେ ସାପ କାମୁଡାରେ ୧୩୩୬, ବଜ୍ରାଘାତରେ ୪୨୪, କୁମ୍ଭୀର ଆକ୍ରମଣରେ ୧୧ ଓ ହାତୀ ଆକ୍ରମଣରେ ୨୫୯ ଜଣଙ୍କର ମୃତ୍ୟୁ ଘଟିଛି
ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ୫ମ ଦିନ । ତେବେ ଆଜି ସ୍ୱାଭାବିକ ଭାବେ ଚାଲିଛି ଗୃହ କାର୍ଯ୍ୟ। ବିଧାୟକ ନିତ୍ୟାନନ୍ଦ ଗଣ୍ଡ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କୁ ଏକ ପ୍ରଶ୍ନ କରିଥିଲ। ରାଜ୍ୟରେ ସାପକାମୁଡାରେ, ବଜ୍ରପାତରେ, ବାଘ ଓ କୁମ୍ଭୀର ଖାଇ ମାରିଦେବା, ହାତୀ ଆକ୍ରମଣରେ କେତେ ଜଣ ଗତ ୨ ବର୍ଷ ମଧ୍ୟରେ ମୃତ୍ୟୁବରଣ କରିଛନ୍ତି । ସେବାବଦକୁ ସରକାର କ୍ଷତିପୂରଣ ଓ ଅନୁକମ୍ପାମୂଳକ ସହାୟତା ରାଶି କେତେ ଜଣଙ୍କୁ କେତେ ଟଙ୍କା ଲେଖାଏଁ ଅନୁଦାନ ଦେଇଛନ୍ତି।

ଏହାର ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡିକହିଥିଲେ ଯେ, ବିଗତ ୨ ବର୍ଷ ମଧ୍ୟରେ (୨୦୨୧- ୨୨ ରୁ ୨୦୨୨-୨୩) ରାଜ୍ୟରେ ସାପ କାମୁଡାରେ ୧୩୩୬ ଜଣ ମୃତ୍ୟୁବରଣ କରିଥିବା ବେଳେ ୪୨୪ ଜଣ ବଜ୍ରପାତରେ ମୃତ୍ୟୁବରଣ କରିଛନ୍ତି । ବିପର୍ଯ୍ୟୟ ପରିଚାଳନା ପାଣ୍ଡିରୁ କ୍ଷତିଗ୍ରସ୍ତ ପରିବାରକୁ ଜଣଙ୍କ ପିଛା ୪ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଇଅଛି ।

ପାଣିରେ ବୁଡି ମୃତ୍ୟୁବରଣ କଲେ ସରକାର ଜଣଙ୍କ ପିଛା ୪ ଲକ୍ଷ ଟଙ୍କା ଲେଖାଏଁ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରୁଛନ୍ତି । ଆତ୍ମହତ୍ୟା କରିବା ପାଇଁ ନଦୀକୁ ଡେଇଁବା ଜନିତ ମୃତ୍ୟୁ ଏବଂ ବିଷଖାଇ ମୃତ୍ୟୁବରଣ କଲେ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ କୌଣସି ସହାୟତା ରାଶି ପ୍ରଦାନ କରାଯାଇ ନ ଥାଏ ।

ବିଗତ ୨ ବର୍ଷ ମଧ୍ୟରେ (୨୦୨୧-୨୨ ରୁ ୨୦୨୨-୨୩) ବାଘ ଆକ୍ରମଣରେ କେହି ମୃତାହତ ହୋଇନଥିବା ବେଳେ, କୁମ୍ଭୀର ଆକ୍ରମଣରେ ୧୧ ଜଣ ଓ ହାତୀ ଆକ୍ରମଣରେ ୨୫୯ ଜଣ ମୃତ୍ୟୁବରଣ କରିଛନ୍ତି । ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ପ୍ରତ୍ୟେକ ମୃତ ବ୍ୟକ୍ତିପିଛା ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଇଅଛି । ଚଳିତ ବର୍ଷ ‘ମଇ’୨୨ ଠାରୁ ଅନୁକମ୍ପାମୂଳକ ସହାୟତା ରାଶି ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଅଛି ।

ପ୍ରମିଳା ମଲ୍ଲିକଙ୍କ ଇସ୍ତଫା, ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି। ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି।

ସୂଚନାଥାଉ କି, ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ, ଆସନ୍ତାକାଲି ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳାଙ୍କୁ ଗତକାଲି ଦଳ ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣଶ କରାଯାଇଥିଲା । ନାମାଙ୍କନ ପତ୍ର ଭରିବା ପୂର୍ବରୁ ପ୍ରମିଳା ତାଙ୍କ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ: ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବୃଦ୍ଧି ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ
ଭୁବନେଶ୍ୱର: ୧୬ଟି ଜିଲ୍ଲାର ପ୍ରାଥମିକ ସ୍କୁଲ୍ ର ପରିବେଶ ବଦଳିବ । ଛାତ୍ରଛାତ୍ରୀଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବ୍ୟାପକ ବ୍ୟବସ୍ଥା କରିଛି । ଶ୍ରେଣୀଗୃହ ପରିବେଶକୁ ଆକର୍ଷଣୀୟ କରିବା ଉଦ୍ଦେଶ୍ୟରେ ମୌଳିକ ଭିତ୍ତିଭୂମିର ରକ୍ଷଣାବେକ୍ଷଣ ଏବଂ ମରାମତି ସୁବିଧା ଯୋଗାଇ ଦେବାକୁ ଆବଶ୍ୟକ ପାଣ୍ଠି ଯୋଗାଇ ଦେଇଛି ।

ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନେ ପଢ଼ିବା, ଲେଖିବା, ଆବଶ୍ୟକୀୟ ଶିକ୍ଷଣ ଦକ୍ଷତା ହାସଲ କରିବା ଲକ୍ଷ୍ୟରେ ଶ୍ରେଣୀଗୃହ ପରିବେଶକୁ ଅନୁକୂଳ କରିବାର ପଦକ୍ଷେପ ନିଆଯାଉଛି । ଶ୍ରେଣୀଗୃହକୁ ଶିଶୁ ସୁଲଭ, ଆକର୍ଷଣୀୟ, ଆନନ୍ଦମୟ କରିବା ପାଇଁ ବିଭିନ୍ନ କାନ୍ଥଚିତ୍ର, ବିଭିନ୍ନ ଆକୃତିର ଡେକ୍ସ, ଆଲମାରୀ/ଥାକ, ଗ୍ରୀନ୍ ବୋର୍ଡ, ପ୍ରଦର୍ଶନ ବୋର୍ଡ, ଶୈକ୍ଷିକ ଉପକରଣ ଝୁଲାଇବା ପାଇଁ ହୁକ, ବସିବା ପାଇଁ ଦରି, ଶ୍ରେଣୀଗୃହର ଆବଶ୍ୟକ ମରାମତି, ବିଦ୍ୟୁତିକରଣ ଓ ଆଲୋକୀକରଣ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନର ବ୍ୟବସ୍ଥା ଆଦି କରାଯିବ । ଏହା ପ୍ରାଥମିକ ଛାତ୍ରଛାତ୍ରୀଙ୍କର ଶୈକ୍ଷିକ ବିକାଶରେ ଅତ୍ୟନ୍ତ ସହାୟକ ହେବ ।

ଶିକ୍ଷାର ମୂଳଦୁଆ ହେଉଛି ପ୍ରାଥମିକ ଶିକ୍ଷା । ଏହି ମୂଳଦୁଆ ଉପରେ ଭବିଷ୍ୟତର ଉଚ୍ଚ ଶିକ୍ଷା ଗଢ଼ି ଉଠିଥାଏ । ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ପ୍ରଚଳନର ଉଦ୍ଦେଶ୍ୟ ହେଉଛି ଏହି ମୂଳଦୁଆକୁ ମଜଭୁତ କରିବା । ପ୍ରତ୍ୟେକ ଛାତ୍ରଛାତ୍ରୀ ଯେପରି ଭାଷା ଓ ଗାଣିତିକ ଜ୍ଞାନରେ ପାରଦର୍ଶୀ ହୋଇପାରିବେ ସେଥୁପ୍ରତି ଲକ୍ଷ୍ୟ ସ୍ଥିର ହୋଇଛି । ଲକ୍ଷ୍ୟ ହାସଲ ପାଇଁ ସ୍ଵତନ୍ତ୍ର ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତି, ଚିତ୍ତାକର୍ଷକ ଶିକ୍ଷଣ ସାମଗ୍ରୀ (ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ), ଶିକ୍ଷକ ଦକ୍ଷତା ବିକାଶ, ମୂଲ୍ୟାଙ୍କନ ଶୈଳୀ ଇତ୍ୟାଦି ପର୍ଯ୍ୟାୟକ୍ରମ ବିକାଶ କରାଯାଇଛି ।

ଜିଲ୍ଲାରେ ଛାତ୍ରଛାତ୍ରୀ ଅନୁକୂଳ ଶ୍ରେଣୀଗୃହ ନିର୍ମାଣ ପୂର୍ବରୁ ପାଇଲଟ୍‌ ପ୍ରକଳ୍ପ ଭାବେ ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗ୍ରହଣ କରାଯାଇଥିଲା । ଏହି ପ୍ରାଥମିକ ବିଦ୍ୟାଳୟରେ ବିକାଶିତ ହୋଇଥିବା ଶ୍ରେଣୀଗୃହକୁ ସମସ୍ତ ବୈଷୟିକ ଶିକ୍ଷକ ଓ ବରିଷ୍ଠ ଶିକ୍ଷକ ପରିଦର୍ଶନ କରି ତାଲିମ ନେଇଛନ୍ତି । ଏହି ବିଦ୍ୟାଳୟରେ ସମସ୍ତ ସୁବିଧା ସୁଯୋଗ କରିବା ପରେ ଛାତ୍ରଛାତ୍ରୀଙ୍କ ଭିତରେ ଆକାଂକ୍ଷିତ ଶୈକ୍ଷିକ ବିକାଶ ହେଉଥିବା ଲକ୍ଷ୍ୟ କରାଯାଇଛି । ପରେ ସମାନ ଢାଞ୍ଚାରେ ଶ୍ରେଣୀଗୃହ ପ୍ରସ୍ତୁତି କରିବା ପାଇଁ ପଦକ୍ଷେପ ନିଆଯାଇଛି । ସମସ୍ତ ୧୬ଟି ଜିଲ୍ଲାରେ ବିଦ୍ୟାଳୟ ସ୍ତରରେ ଏସ୍ଏଲ୍‌ଏନ୍ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ସମସ୍ତ ବରିଷ୍ଠ ବୈଷୟିକ ପରାମର୍ଶଦାତାଙ୍କ ସହ ବିଭାଗୀୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି ।

ରାଜ୍ୟରେ ପ୍ରଥମ ଏଜୁକେସନାଲ୍ ଇ-ଷ୍ଟୁଡିଓ, ପ୍ରଥମ ପର୍ଯ୍ୟାୟରେ ଯୋଡିହେଲା ମୟୂରଭଞ୍ଜ ଜିଲ୍ଲାର ୫୮୧ ସ୍କୁଲ
ବାରିପଦା: ଆଜି ବାରିପଦା ସ୍ଥିତ ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଛି ଜିଲ୍ଲା ତଥା ରାଜ୍ୟର ପ୍ରଥମ ଏଜୁକେସନାଲ୍ ଇ-ଷ୍ଟୁଡିଓ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଏହାକୁ ଉଦଘାଟନ କରି ସିଧାସଳଖ ବିଭିନ୍ନ ସ୍କୁଲର ଶିକ୍ଷକ ଓ ପିଲାଙ୍କ ସହିତ ଭାବବିନିମୟ କରିଛନ୍ତି। ଜିଲ୍ଲା ପ୍ରଶାସନ ଓ ସମଗ୍ର ଶିକ୍ଷା ଅଭିଯାନର ଏହି ମିଳିତ ଅଭିନବ ପ୍ରୟାସ ଦ୍ୱାରା ୫ଟି ରୂପାନ୍ତରିତ ଜିଲ୍ଲାର ୫୮୧ ହାଇସ୍କୁଲ ସହିତ ୨୬ ଟି ଆଦର୍ଶ ବିଦ୍ୟାଳୟ ମିଶି ୧୭୫୫ଟି ସ୍ମାର୍ଟ କ୍ଲାସରୁମ ମାଧ୍ୟମରେ ପ୍ରାୟ ୮୦ହଜାର ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରି ପାରିବେ।

ପ୍ରାଥମିକ ସ୍ତରରେ ପରେପରେ ଜିଲ୍ଲାର ୨୬ଟି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ସହିତ ୧୪୧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ୩୪୯ ଅଙ୍ଗନବାଡି କେନ୍ଦ୍ରକୁ ଏହି ସେବା ସମ୍ପ୍ରସାରିତ କରାଯିବ। ଯାହାଲାଗି ରାଜ୍ୟ ସରକାର ୫୯୦ଟି ଟେଲିଭିଜନ ସେଟ୍ ଯୋଗାଇ ସାରିଲେଣି। ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲ୍ଲାରେ ନିରବଛିନ୍ନ ଶିକ୍ଷାର ପ୍ରାଚାର ଓ ପ୍ରସାର ଲାଗି ସହାୟ ହେବ ସହିତ ଏହା ଏକ ଯୁଗପଯୋଗୀ ପଦକ୍ଷେପ ବୋଲି ପ୍ରମାଣ ହୋଇ ପାରିବ। ଗଣଶିକ୍ଷା ମନ୍ତ୍ରୀ ଏହାକୁ ଉଦଘାଟନ କରିବା ଅବସରରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ ସହିତ ସିଧାସଳଖ କଥାବାର୍ତ୍ତା କରିଛନ୍ତି। ଏହି ଷ୍ଟୁଡିଓ ର ସମସ୍ତ କାର୍ଯ୍ୟକ୍ରମ Samagra Sikhya Mayurbhanj ନାମକ Youtube Portal ରେ ପ୍ରସାରଣ ହେବାସହିତ ସବୁଦିନ ଲାଗି ରେକର୍ଡ ହୋଇ ରହିବ। ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ଏହି ଅଭିନବ ପଦକ୍ଷେପରେ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ସାରା ରାଜ୍ୟରେ ଏଭଳି ଇ-ଷ୍ଟୁଡିଓ ପ୍ରସ୍ତୁତ କରିବାର ପଦକ୍ଷେପ ନବା ଲାଗି ସରକାରଙ୍କୁ ପ୍ରସ୍ତାବ ଦେବେ ବୋଲି କହିଛନ୍ତି।

ସୂଚନା ଥାଉ କି , ଓମ୍ବାଡସି ପାଣ୍ଠି ଅନୁଦାନରେ ୭୮ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହି ଇ-ଷ୍ଟୁଡିଓ ନିର୍ମାଣ କରାଯାଇଛି । କାର୍ଯ୍ୟକ୍ରମରେ ଜିଲ୍ଲା ପାଳ ବିନୀତ ଭରଦ୍ବାଜ, ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୌଲତ ଚନ୍ଦ୍ରକାର, ସମଗ୍ର ଶିକ୍ଷା ଅଭିଯାନ ପ୍ରକଳ୍ପ ଅଧିକାରୀ ତଥା ଜିଲ୍ଲା ଶିକ୍ଷାଧିକାରୀ ନବ ଚରଣ ଗିରି ଓ ଅନ୍ୟାନ୍ୟ ଅଧିକାରୀ ଯୋଗଦେଇଥିଲେ ।

ରାଜସ୍ୱମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ସ୍ୱାସ୍ଥ୍ୟ ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜସ୍ୱମନ୍ତ୍ରୀଙ୍କ ସ୍ବାସ୍ଥାବସ୍ଥା ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ୍ରି ହସ୍ପିଟାଲରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ଚିକିତ୍ସିତ ହେଉଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ ହୋଇଛନ୍ତି । ଏହା ସହ ହସ୍ପିଟାଲ ନିର୍ଦ୍ଦେଶକଙ୍କ ସହ କଥା ହୋଇଛନ୍ତି ।

ସୁଦାମ ମାରାଣ୍ଡିଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଗଠନ ହୋଇଥିବା ଟିମକୁ ମଧ୍ୟ ସ୍ୱାସ୍ଥ୍ୟରେ ସୁଧାର ଆଣିବାକୁ କହିଥିଲେ ମୁଖ୍ୟମନ୍ତ୍ରୀ । ଖୁବ ଶୀଘ୍ର ସେ ସୁସ୍ଥ ହୋଇ ଫେରନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ମେଡିକାଲ ମଧ୍ୟ ବିଶେଷ ଧ୍ୟାନ ଦେବାକୁ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ ।

କୋଭିଟ କଟକଣାକୁ ବର୍ଷେ ପୂରିଲା; କରୋନା ଯାଇନି, ସତର୍କ ରୁହନ୍ତୁ
ଭୁବନେଶ୍ବର: ଆଜି କୋଭିଡ କଟକଣା ଘୋଷଣାକୁ ବର୍ଷେ ପୁରୁଛି। ଠିକ୍ ବର୍ଷକ ତଳେ ଆଜିର ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନକୁ ବିପର୍ଯ୍ଯୟ ବୋଲି ଘୋଷଣା କରିଥିଲେ । ଦେଶର କୌଣସି ରାଜ୍ୟ କରୋନାର ଭୟାବହତାକୁ ବୁଝିବା ପୂର୍ବରୁ ଆଗୁଆ ସତର୍କତା ମୁଳକ ପଦକ୍ଷେପ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକ ଏହାକୁ ବିପର୍ଯ୍ଯୟ ଭାବେ ଘୋଷଣା କରିଥିଲେ ।

ଆଗକୁ ଲକଡାଉନ ହେବ କି ନାହିଁ, ସେ ନେଇ ଅନୁଧ୍ୟାନ ଚାଲିଛି। ସ୍ଥିତି ଦେଖି ପଦକ୍ଷେପ ନିଆଯିବ। ସମସ୍ତେ କୋଭିଡ଼ ନିୟମ ମାନି ଚାଲିବା ଆବଶ୍ୟକ। କୋଭିଡ ପରିଚାଳନାରେ ଅନ୍ୟ ରାଜ୍ୟ ତୁଳନାରେ ସୁସ୍ଥାତା ହାର ଭଲ ରହିଛି। ପ୍ରାକ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଜନଜୀବନ ବଞ୍ଚାଇ ପାରିଛି। ମୁଖ୍ୟମନ୍ତ୍ରୀ ଓ ଜନସାଧାରଣଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି।  ଏ ଯାଏ କୋଭିଡ ଯାଇ ନାହିଁ। ସମସ୍ତେ ସତର୍କତା ଅବଲମ୍ବନ କରନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନା ଅନୁଯାୟୀ, ମାର୍ଚ୍ଚ ୧୩, ୨୦୨୦ରେ ରାଜ୍ୟର ସମସ୍ତ ସିନେମା ହଲ,ସୁଇମିଂ ପୁଲ ଓ ଜିମ୍ ତଥା ସ୍କୁଲକୁ ବନ୍ଦ କରିବାକୁ ଆଦେଶ ଦେଇଥିଲେ ସରକାର । ଏହାପରେ ଆସିଥିଲା ଲକଡାଉନ୍ । ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ଲକଡାଉନ୍ ଘୋଷଣା ହୋଇଥିଲା । ଯାହାକୁ ପରେ କେନ୍ଦ୍ର ସରକାର ଅନୁସରଣ କରିଥିଲେ । ଦେଶବ୍ୟାପୀ ଲକଡାଉନ୍ ଘୋଷଣା ପୂର୍ବରୁ ଓଡ଼ିଶାର ୫ଟି ଜିଲ୍ଲାରେ ଲାଗୁ ହୋଇଥିଲା ଲକଡାଉନ୍ । ୫ ଜିଲ୍ଲା ସହିତ ରାଜ୍ୟର ୮ ବଡ ସହରରେ ମଧ୍ୟ ଲକଡାଉନ୍ ଲାଗୁ ହୋଇଥିଲା । ଏହି ଲକଡାଉନ୍ କାଳରେ ସାଧାରଣ ପରିବହନ ସେବା,ଦୋକାନ ବଜାର,ଅଫିସ,କାରଖାନା ବନ୍ଦ ରହିଥିଲା ।

ଦେଶବ୍ୟାପି ଲକଡାଉନ୍ କାଳରେ ଓଡ଼ିଶାରେ ଲକଡାଉନକୁ ପୁଣିଥରେ ବଢା ଯାଇଥିଲା । ମାର୍ଚ୍ଚ ୨୪ ତାରିଖରେ ରାଜ୍ୟ ସରକାର ଲକଡାଉନକୁ ମାର୍ଚ୍ଚ ୨୯ ପର୍ୟ୍ୟନ୍ତ ବୃଦ୍ଧି କରିଥିଲେ । ସେତେବଳେ ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଥିଲା । ମାର୍ଚ୍ଚ ୨୫ ତାରିଖରୁ ଏପ୍ରିଲ ୧୪ ପର୍ୟ୍ୟନ୍ତ ପୂରା ଦେଶ ତାଲବନ୍ଦ ଥିଲା । କିନ୍ତୁ କରୋନା ବେକାବୁ ଥିଲା । ଯାହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମେ ୩ ପର୍ୟ୍ୟନ୍ତ ଲକଡାଉନ୍ ବଢାଇଥିଲେ । କିନ୍ତୁ ଏହାପୂର୍ବରୁ ହିଁ ରାଜ୍ୟ ସରକାର ଏପ୍ରିଲ ୧୪ରେ ଲକଡାଉନ୍ ଉଠିବ ନାହିଁ ବୋଲି ଘୋଷଣା କରି ସାରିଥିଲେ । ରାଜ୍ୟ ସରକାର ଲକଡାଉନ ଅବଧିକୁ ଏପ୍ରିଲ ୩୦ ପର୍ୟ୍ୟନ୍ତ ବଢାଇ ଦେଇଥିଲେ ।

ଏହି ସମୟରେ ବିଦେଶରୁ ଆସୁଥିବା ଲୋକ ରାଜ୍ୟ ସରକାରଙ୍କ ପାଇଁ ବଡ ଚିନ୍ତା ଥିଲେ । ବିଦେଶରୁ ଆସୁଥିବା ବ୍ୟକ୍ତି କୋଭିଡ୍ ପୋର୍ଟାଲରେ ୨୪ ଘଣ୍ଟାରେ ନିଜ ନାମ ପଂଜିକରଣ କରିବାକୁ କୁହାଯାଇଥିଲା । ସେମାନଙ୍କୁ ୧୪ ଦିନ ପର୍ଯ୍ଯନ୍ତ ହୋମ୍ କ୍ୱାରେଣ୍ଟାଇନରେ ରହିବାକୁ ମଧ୍ୟ କୁହାଯାଇଥିଲା । ନାମ ପଂଜିକରଣ ଓ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ ସରକାର ୧୫ ହଜାର ଟଙ୍କାର ଇନସେଣ୍ଟିଭ୍ ମଧ୍ୟ ଦେଇଥିଲେ ।