janmastami - The Sakala

ଜନ୍ମାଷ୍ଟମୀ ଉତ୍ସବରେ ଅଘଟଣ: ମଥୁରାର ବାଙ୍କେ ବିହାରୀ ମନ୍ଦିରରେ ପ୍ରବଳ ଭିଡ଼ ଯୋଗୁଁ ଶ୍ୱାସରୁଦ୍ଧ ହୋଇ ୨ ମୃତ
ମଥୁରା: ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ଅବସରରେ ମଥୁରା ମନ୍ଦିରରେ ଅଘଟଣ। ମଙ୍ଗଳ ଆଳତି ଅବସରରେ ମଥୁରା ବାଙ୍କେ ବିହାରୀ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଯୋଗୁଁ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଗତକାଲି ବାଙ୍କ ବିହାରୀ ମନ୍ଦିରରେ ମଙ୍ଗଳା ଆରତୀ ସମୟରେ ଜଣେ ଭକ୍ତ ମନ୍ଦିର ଦ୍ୱାରରେ ଅଚେତ ହୋଇ ପଡ଼ିଥିଲେ। ଫଳରେ ମନ୍ଦିର ପ୍ରବେଶ ଓ ପ୍ରସ୍ଥାନକୁ ବହୁ ସମୟଧରି ବନ୍ଦ ରଖାଯାଇଥିଲା। ହେଲେ ଜନ୍ମାଷ୍ଟମୀ ଅବସରେ ପ୍ରବଳ ଗହଳି ଥିବାରୁ ଠେଲାପେଲା ପରିସ୍ଥିତି ଉପୁଜିଥିଲା। ଯାହା ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା। ବହୁ ସଂଖ୍ୟାରେ ଜନସମାଗମ ହେତୁ ମନ୍ଦିର ଭିତରେ ଅନେକ ଭକ୍ତ ରହିଯାଇଥିଲେ। ଫଳରେ ମନ୍ଦିର ପରିସରରେ ପ୍ରବଳ ଭିଡ଼ ମଧ୍ୟରେ ଶ୍ୱାସରୁଦ୍ଧ ହୋଇ ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଥିଲା। ଏଥି ସହିତ ଅନେକ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡ଼ିଥିଲା ।

ଏହି ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଆହତ ଲୋକଙ୍କ ଚିକିତ୍ସା ପାଇଁ ସବୁପ୍ରକାର ପ୍ରଶାସନକି ସହାୟତା ପାଇଁ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ଦିନରେ ଭିଡ଼ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ଗୃହ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆଜି ଜନ୍ମାଷ୍ଟମୀ : ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ
ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। କୃଷ୍ଣଙ୍କ ଜନ୍ମ ଉତ୍ସବକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ସମଗ୍ର ଭାରତ ସହିତ ଓଡ଼ିଶାର ପୁରପଲ୍ଲୀରେ ଏହା ମହାସମାରୋହରେ ପାଳିତ ହୁଏ। ପୌରାଣିକ କଥା ଅନୁସାରେ, ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଧରାବତରଣ କରିଥିଲେ ଭଗବାନ ଶ୍ରୀକୃଷ୍ଣ। ମଥୁରା ନଗରୀର ରାଜା କଂସର ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଥିଲା। ଦିନେ ଦୈବବାଣୀ ହେଲା ଯେ, ଭଉଣୀ ଦେବକୀର ଅଷ୍ଟମ ସନ୍ତାନ କଂସର ବଧ କରିବ । ଏହାପରେ ଭଉଣୀ ଦେବକୀ ଓ ଭିଣୋଇ ବସୁଦେବଙ୍କୁ କଂସ କାରାଗାରରେ ବନ୍ଦୀ କରି ରଖିଲା । କଂସ ଦେଵକୀଙ୍କର ପ୍ରଥମ ଛଅଟି ସନ୍ତାନଙ୍କ ହତ୍ୟା କରିଥିଲା ।

ଅନ୍ୟ ସନ୍ତାନ ଜଣକ ଉଭେଇ ଗଲେ। ଧର୍ମର ରକ୍ଷା ପାଇଁ ଅଧର୍ମର ବିନାଶ ପାଇଁ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିର ମଧ୍ୟ ରାତ୍ରିରେ ଦେବକୀଙ୍କ ଗର୍ଭରୁ ଜନ୍ମ ନେଇଥିଲେ ଗୋଲକବିହାରୀ । ଅତ୍ୟାଚାରୀ ମାମୁଁ କଂସର ଭୟରେ ପିତା ବସୁଦେବ ନବଜାତ ଶିଶୁକୁ ନିଜ ବନ୍ଧୁ ଗୋପପୁରର ନନ୍ଦ-ଯଶୋଦାଙ୍କ ପାଖରେ ଛାଡ଼ି ଦେଇ ଆସିଥିଲେ । ଗୋପପୁରର ରାଜା ନନ୍ଦବାବା ଓ ରାଣୀ ଯଶୋଦା ମାତା ଶ୍ରୀକୃଷ୍ଣଙ୍କୁ ପାଇ ଖୁସିରେ ବିଭୋର ହୋଇଯାଇଥିଲେ । ଆଉ ସେହି ଦିନରୁ ଜନ୍ମାଷ୍ଟମୀ ପର୍ବ ମହାଉଲ୍ଲାସ ମଧ୍ୟରେ ପାଳନ କରାଯାଉଛି। ଏହି ତିଥିର ରାତ୍ରିରେ କୃଷ୍ଣଙ୍କୁ ଧ୍ୟାନ କଲେ, ତାଙ୍କ ନାମ ନେଇ ମନ୍ତ୍ର ଜପ କଲେ, ସାଂସାରିକ ମୋହମାୟା ଜନିତ ଆସକ୍ତି ଦୂର ହୋଇଥାଏ । ତେଣୁ ଏହାକୁ ମୋହରାତ୍ରି ମଧ୍ୟ କୁହାଯାଏ । ସାରା ବିଶ୍ୱର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ ।

ଶ୍ରୀମନ୍ଦିରରେ ମଧ୍ୟ ପାରମ୍ପରିକ ରୀତିନୀତି ଅନୁଯାୟୀ, ପାଳନ ହୋଇଥାଏ ଶ୍ରୀକୃଷ୍ଣଙ୍କ ଜନ୍ମନୀତି। ପରମ୍ପରା ଅନୁଯାୟୀ,ସଂଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ପଞ୍ଚବର୍ଣ୍ଣ ମୁରୁଜରେ ମଣ୍ଡଳ କଟାଯାଇ ଜନ୍ମନୀତି କରାଯାଇଥାଏ। କୃଷ୍ଣ ଜନ୍ମ ପରେ ସର, ଲବଣି ଭୋଗ କରାଯାଇଥାଏ। ତା’ ସହ ରାମକୃଷ୍ଣ ଓ ମଦନମୋହନଙ୍କୁ ଜଗମୋହନରେ ଥିବା ଦୋଳିରେ ଝୁଲାଇଥାନ୍ତି।  ଉତ୍ତର ଭାରତର ବ୍ରଜ ମଣ୍ଡଳର ଏହା ସବୁଠାରୁ ମହତ୍ତ୍ବପୂର୍ଣ୍ଣ ଧାର୍ମିକ ଉତ୍ସବ। କୃଷ୍ଣଙ୍କ ଜନ୍ମସ୍ଥାନ ମଥୁରା ଏବଂ ସେ ବଢ଼ିଥିବା ସ୍ଥାନ ବୃନ୍ଦାବନରେ ଏହି ଦିନରେ ପ୍ରବଳ ଜନସମାଗମ ହୁଏ। ଏହି ଉପଲକ୍ଷେ କୃଷ୍ଣଲୀଳା ଅନୁଷ୍ଠିତ ହୁଏ। ମହାରାଷ୍ଟ୍ରରେ ଏହି ପର୍ବ ଅବସରରେ ‘ଦହି ହାଣ୍ଡି’ ଭଙ୍ଗାଯାଏ। ଓଡ଼ିଶାରେ ପୁରପଲ୍ଲୀରେ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳନ କରାଯାଏ ।

ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି । ଏହିଦିନ ଲୋକେ ଉପବାସ ରଖିଥାନ୍ତି ଓ ମଧ୍ୟ ରାତ୍ରୀରେ କୃଷ୍ଣଜନ୍ମ ଉତ୍ସବ ପାଳନ ପରେ ଉପବାସ ଭଙ୍ଗ କରିଥାନ୍ତି । ଏହିଦିନ ଗାଁର ଭାଗବତ ଙ୍ଗିମାନଙ୍କରେ ଅଥବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ । ହରିବଂଶ ପୁରାଣ ଅତି ଦୀର୍ଘ ହୋଇଥିବାରୁ କେଉଁଠି କେଉଁଠି ଖଣ୍ଡିକିଆ ହରିବଂଶ ପଢ଼ାଯାଇଥାଏ। ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜା ଓ ଯଶୋଦା ରାଣୀଙ୍କ ଆନନ୍ଦକୁ ମନେ ପକାଇବା ପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରି ବହୁବିଧ ଭୋଗ ଅର୍ପଣ କରିଥାନ୍ତି।