kalia yojana assistance - The Sakala

ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେଲେ ୪୩ ଲକ୍ଷରୁ ଅଧିକ ଚାଷୀ
ଭୁବନେଶ୍ୱର: ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆ ଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକ ମାନେ ଏହି ସହାୟତା ପାଇଛନ୍ତି। ୪୩ ଲକ୍ଷ ରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ଯାଙ୍କ ଖାତାକୁ ଦିଆ ଯାଇଛି। ଏହି ଅବସରରେ ଚାଷୀ ଭାଇ ମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀ ଙ୍କ କଲ୍ଯାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି ତେଣୁ ଆଜିର ପବିତ୍ର ଦିନ ରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ।

ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନ ରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀ ମାନଙ୍କୁ ଦେଇଥିଲେ। ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟ ମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଥିଲେ। ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀ ମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀ ମାନଙ୍କୁ ଫସଲ ବିବିଧ କରଣ ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ କାଳିଆ ଯୋଜନା ଚାଷୀ ମାନଙ୍କୁ ଆତ୍ମ ନିର୍ଭର କରିଛି। ଚାଷ ପାଇଁ ଧାର ଉଧାର ରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି। ଏହି ଅବସରରେ କେତେକ ଚାଷୀ- ମାଲକାନଗିରିର ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳି ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖି ଏହାଦ୍ବାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଥିଲେ।

ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକ ର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ଵାରା ସେ ଆଜି ବ୍ରହ୍ମପୁର MKCG Medical College ରେ ଡ଼ାକ୍ତରୀ ପାଠ ପଢିବା ପାଇଁ ସୁଯୋଗ ପାଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି କେ ପଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ କାଳିଆ ଯୋଜନାର ଉପଦେଷ୍ଟା ମାନେ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି : ୪୧ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଆସିବ ‘କାଳିଆ’ ସହାୟତା
ଭୁବନେଶ୍ବର : କୃଷିଭିତ୍ତିକ ଗଣପର୍ବ ନୂଆଁଖାଇରେ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭେଟି। ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ସହାୟତା। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ସମଗ୍ର ରାଜ୍ୟର ଚାଷୀଙ୍କୁ କାଳିଆ ଟଙ୍କା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଇବେ ରାଜ୍ୟ ସରକାର ।

ରାଜ୍ୟର ୪୧ ଲକ୍ଷ ଚାଷୀ ଏହି ସହାୟତା ପାଇବେ। ଏଥିପାଇଁ ମୋଟ ୮୬୯ କୋଟି ଟଙ୍କା ଦିଆଯିବ । କ୍ଷୁଦ୍ର ନାମମାତ୍ର ଭାଗଚାଷୀଙ୍କୁ ମଧ୍ୟ ମିଳିବ କାଳିଆ ସହାୟତା । ଚାଷୀଙ୍କ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ୨୦୧୯ ଜାନୁଆରୀରୁ ଆରମ୍ଭ ହୋଇଛି କାଳିଆ ଯୋଜନା । ଗରିବ ଚାଷୀଙ୍କୁ ଆର୍ଥିକ ସହାୟତା ବାବଦକୁ କାଳିଆ ଟଙ୍କା ଦେଇ ଆସୁଛନ୍ତି ସରକାର । ପୂର୍ବରୁ ୭ଥର କାଳିଆ ଟଙ୍କା ମିଳିଥିବା ବେଳେ ନୂଆଁଖାଇରେ ୮ମ ଥର ପାଇଁ କାଳିଆ ଟଙ୍କା ଦେବେ ରାଜ୍ୟ ସରକାର ।

ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ରେ ‘କାଳିଆ’ ଯୋଜନା ଆରମ୍ଭ ହୋଇଥିଲା। ପ୍ରଥମେ ଦୁଇଟି କିସ୍ତିରେ ୫ ହଜାର ଲେଖାଁଏ ବାର୍ଷିକ ୧୦ ହଜାର ଟଙ୍କା ଦିଆଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଏହାକୁ ଦୁଇଟି କିସ୍ତିରେ ୨ ହଜାର କରି ବାର୍ଷିକ ୪ ହଜାରକୁ ହ୍ରାସ କରାଯାଇଥିଲା। ଇତିମଧ୍ୟରେ ୭ଟି ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ୯ ହଜାରରୁ ଊର୍ଦ୍ଧ୍ବ କୋଟି ଟଙ୍କାର ସହାୟତା ରାଶି ବଣ୍ଟାଯାଇଛି। ଏବେ ଅଷ୍ଟମ ପର୍ଯ୍ୟାୟରେ ପ୍ରାୟ ୮୬୯ କୋଟି ଟଙ୍କା ବଣ୍ଟାଯିବ।

କୃଷି କ୍ଷେତ୍ରରେ ଅର୍ଥ ବିନିଯୋଗ ଏବଂ କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ୟ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ‘କାଳିଆ’ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନା ମାଧ୍ୟମରେ ଚାଷୀମାନଙ୍କ ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୁହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହା କୃଷି ଭିତ୍ତିକ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବ।

‘କାଳିଆ’ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କ ସଶକ୍ତିକାରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା। ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲବ୍ଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ।

ବାସ୍ତବ ଦୃଷ୍ଟିକୋଣ ଉପରେ ଆଧାରିତ ଏହି ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ମାଧ୍ୟମରେ ୧୦,୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ଵ ରାଶି ବିନିଯୋଗ କରାଯାଇଛି। ଏଥିରେ ରାଜ୍ୟର ଅସମର୍ଥ କୃଷି ପରିବାର, ଭୂମିହୀନ ଚାଷୀ ଏବଂ ନାମମାତ୍ର ଚାଷୀଙ୍କୁ ଋଣ ଯନ୍ତା ଏବଂ ଦାରିଦ୍ର୍ୟରୁ ମୁକ୍ତ କରିବା ଏହି ଯୋଜନାରେ ଲକ୍ଷ୍ୟ ରଖାଯାଇଛି। ‘କାଳିଆ’ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ୯୨ ପ୍ରତିଶତ ଚାଷୀ ଏବଂ ପ୍ରାୟ ସମସ୍ତ ଅଭାବଗ୍ରସ୍ତ ଭୂମିହୀନ ଚାଷୀ ମାନଙ୍କୁ ପରିସର ଭୁକ୍ତ କରିବା ପାଇଁ ବ୍ୟବସ୍ତା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ଏହି ସମସ୍ତ ହିତାଧିକାରୀ ବ୍ୟାଙ୍କ ଜମାଖାତାକୁ ସିଧାସଳଖ ସହାୟତା ରାଶି ପ୍ରେରଣ କରାଯିବାର ବ୍ୟବସ୍ଥା କରାଯାଇଛି।

କାଳିଆ ଯୋଜନାରେ ରାଜ୍ୟର ଚାଷୀଙ୍କୁ ମିଳୁଥିବା ସୁବିଧା..

ଚାଷକାର୍ଯ୍ୟ ପାଇଁ ସହାୟତା : ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କୁ ପ୍ରତି ରବି ଓ ଖରିଫ ଋତୁରେ ସହାୟତା ପ୍ରଦାନ କରାଯିବ। ଏହି ସହାୟତା ଚାଷକାର୍ଯ୍ୟ କରିବା ପାଇଁ ବିହନ, ସାର, କୀଟନାଶକ ଔଷଧ କିଣିବା ସହିତ ମଜୁରି ଓ ଆନୁଷଙ୍ଗିକ ଅନ୍ୟାନ୍ୟ କାର୍ଯ୍ୟ ନିମନ୍ତେ ଦିଆଯାଉଛି। ଏହି ଯୋଜନା ଚଳିତ ୨୦୧୮-୧୯ ରବି ଋତୁରୁ କାର୍ଯ୍ୟକାରୀ କରାଯାଉଛି।

ଜୀବିକା ପାଇଁ ସହାୟତା: ଗ୍ରାମାଞ୍ଚଳର ଭୂମିହୀନ ଚାଷୀ ପରିବାର ପାଇଁ କୃଷିଭିତ୍ତିକ ଆନୁଷଙ୍ଗିକ କାର୍ଯ୍ୟ ଯଥା- କ୍ଷୁଦ୍ର ଛେଳିପାଳନ ୟୁନିଟ୍, କ୍ଷୁଦ୍ର କୁକୁଡା ପାଳନ ୟୁନିଟ, ବତକ ପାଳନ ୟୁନିଟ୍, ମତ୍ସ୍ୟଜୀବୀମାନଙ୍କୁ ମାଛଧରା ଉପକରଣ, ଛତୁଚାଷ ଓ ମହୁଚାଷ ଇତ୍ୟାଦି ନିମନ୍ତେ ୧୨,୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବର ବ୍ୟବସ୍ଥା ଅଛି। ରାଜ୍ୟର ଅନୁସୂଚିତ ଜାତି ଓ ଜନଜାତି ବ୍ୟକ୍ତିମାନଙ୍କ ପାଇଁ ଏହି ଯୋଜନା ବିଶେଷ ଭାବେ ସହାୟ ହେବ।

ଅସମର୍ଥ କୃଷି ପରିବାର ଏବଂ ଭୂମିହୀନ ଶ୍ରମିକଙ୍କୁ ସହାୟତା: ଯେଉଁ କ୍ଷୁଦ୍ର, ନାମମାତ୍ର ତଥା ଭୂମିହୀନ କୃଷି ପରିବାର ଚାଷୀ ବର୍ଦ୍ଧକ୍ୟ, ଅକ୍ଷମତା କିମ୍ବା ରୋଗଦ୍ବାରା ଆକ୍ରାନ୍ତ ହୋଇ କୃଷି କାର୍ଯ୍ୟ ଓ ଜୀବିକା ଉପାର୍ଜନ କରିବା ନିମନ୍ତେ ଅସମର୍ଥ, ସେମାନଙ୍କ ପରିବାର ଜୀବିକା ନିର୍ବାହ କରିବା ପାଇଁ ଏକକାଳୀନ ୧୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ପ୍ରତିବର୍ଷ ୫ ଲକ୍ଷ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ।

କୃଷକ ଏବଂ ଭୂମିହୀନ ଶ୍ରମିକଙ୍କ ପାଇଁ ଜୀବନ ବୀମା ସୁବିଧା: ଚାଷୀ ଓ ଭୂମିହୀନ ଚାଷୀଙ୍କ ମୃତ୍ୟୁ ବା ଅକ୍ଷମତା ପରେ ତାଙ୍କର ପରିବାରର ସଦସ୍ୟମାନେ ସମ୍ମୁଖୀନ ହେଉଥିବା ଆର୍ଥିକ ଦୁରାବସ୍ଥା ତଥା ଅନିଶ୍ଚିତତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜୀବନ ବୀମା ସହାୟତାର ବ୍ୟବସ୍ଥା କରାଯାଇଛି। ୧୮ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ଜୀବନ ବୀମା ସୁବିଧା କରାଯାଇଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୧୬୫ ଟଙ୍କା ରାଜ୍ୟ ସରକାର ବହନ କରିବେ। ୧୮ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ବ୍ୟକ୍ତିଗତ ଦୁର୍ଘଟଣା ଜନିତ ବୀମାର ବ୍ୟବସ୍ଥା ଅଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ୧୨ ଟଙ୍କା ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୬ ଟଙ୍କା ଓ ୫୧ରୁ ୭୦ ବର୍ଷ ବୟସ୍କଙ୍କ ପାଇଁ ସମୁଦାୟ ୧୨ ଟଙ୍କା ରାଜ୍ୟ ସରକାର ବହନ କରିବେ।

ବିନା ସୁଧରେ ଫସଲ ଋଣ ଦେବାର ବ୍ୟବସ୍ଥା: ଖରିଫ ୨୦୧୯ ବର୍ଷ ଠାରୁ ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ବିନା ସୁଧରେ ପ୍ରଦାନ କରାଯିବ ପାଇଁ କାଳିଆ ଯୋଜନାରେ ବ୍ୟବସ୍ଥା କରାଯାଇଛି।