Lifetime Achievement Award - The Sakala

‘ଜୀବନବ୍ୟାପୀ ସାଧନା ସମ୍ମାନ’ନେଇ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ: ଜନସମୁଦ୍ର ମଧ୍ୟରେ ନବୀନଙ୍କୁ ଦିଆଗଲା ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ ଭୁବନେଶ୍ବର ଫେରିଛନ୍ତି। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଦିଆଯାଇଛି ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା। ବିମାନ ବନ୍ଦରରୁ ନବୀନ ନିବାସ ଯାଏଁ ଜନସମୁଦ୍ର ମିଳିଛି। ଏକ ବିରାଟ ପଟୁଆରରେ ବିମାନବନ୍ଦରରୁ ନବୀନ ନିବାସ ଯାଏ ମୁଖ୍ୟମନ୍ତ୍ରୀଙ୍କୁ ହଜାର ହଜାର ଦଳୀୟ କର୍ମୀ ପାଛୋଟି ନେଇଛନ୍ତି।

ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଦଳର ବହୁ କର୍ମୀ, ଦଳୀୟ କର୍ମକର୍ତ୍ତା ଓ ବୁଦ୍ଧିଜୀବ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି। ନାଚ, ଗୀତ, ପାରମ୍ପାରିକ ବାଦ୍ୟରେ ପରିବେଶ କମ୍ପୁଛି। ମୁଖ୍ୟମନ୍ତ୍ରୀ ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରଛକରେ ଥିବା ବିଜୁ ପଟ୍ଟନାୟକଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅପର୍ଣ କରିବା ପରେ ନବୀନ ନିବାସ ଅଭିମୂଖେ ଆସିଛନ୍ତି।  ସମ୍ବର୍ଦ୍ଧନା ପରେ ଏକ ବିଶାଳ ଶୋଭାଯାତ୍ରାରେ ତାଙ୍କୁ ନବୀନ ନିବାସ ପର୍ଯ୍ୟନ୍ତ ପାଛୋଟି ନିଆଯାଉଛି । ଦଳର ରଜତ ଜୟନ୍ତୀ ବର୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନ ଦଳୀୟ କର୍ମୀ ଓ କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିଛି । ଦଳ ମଧ୍ୟରେ ଏକ ଉତ୍ସବ ପରି ପରିବେଶ ସୃଷ୍ଟି ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ରାଜ୍ୟର କୋଣ ଅନୁକୋଣରୁ ବହୁ କର୍ମୀ ଆସିଛନ୍ତି। ଏକାଧିକ ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତପୂର୍ବକ ଗୋଟିପୁଅ, ଯୋଡ଼ିଶଙ୍ଖ, ଢେମେସା, ସମ୍ୱଲପୁରୀ ଏବଂ ପାରମ୍ପରିକ ବାଜା ଓ ସଙ୍ଗୀତ ପରିବେଷଣ କରାଯାଉଛି।

ସେପଟେ ଟ୍ରାଫିକ୍ ବ୍ୟବସ୍ଥା ସହ ନିରାପତ୍ତା ବ୍ୟବସ୍ଥାକୁ ପୁରା କଡ଼ାକଡ଼ି କରାଯାଇଛି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଦୁଇଟି ରାସ୍ତାରୁ ଗୋଟେ ରାସ୍ତାରେ ଜନସାଧାରଣଙ୍କ ପାଇଁ ଖୋଲା ରଖାଯାଇଥିବା ବେଳେ.ଆଉ ଗୋଟେ ରାସ୍ତା କର୍ମୀମାନଙ୍କ ପାଇଁ ରହିଛି। ଏଥିଲାଗି ରାଜଧାନୀରେ ୪୦ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ସୁରକ୍ଷା ଓ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୫୦ ଜଣ ପୁଲିସ୍ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି। ଏଥିରେ ୮ ଅତିରିକ୍ତ ଡିସିପି, ୧୬ ଏସିପି, ୨୫ ଆଇଆଇସି, ୯୦ ଏସ୍ଆଇଙ୍କ ସମେତ ୪୦ପ୍ଲାଟୁନ୍ ପୁଲିସ ଫୋର୍ସ ପୂରା ସହର ଉପରେ ନଜର ରଖିଛନ୍ତି।

ଆଜି ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣୀୟ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ସମ୍ମାନିତ କରାଯାଇଛି। ଏହିକ୍ରମରେ ନୂଆଦିଲ୍ଲୀସ୍ଥିତ କ୍ୟାପିଟାଲ ଫାଉଣ୍ଡସେନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଆଜି ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯିବ।  ଦିଲ୍ଲୀସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍‌ ସେଣ୍ଟର ଅଡିଟୋରିୟମରେ ସକାଳ ୧୦ଟାରେ ଆରମ୍ଭ ହେବ କାର୍ଯ୍ୟକ୍ରମ । ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କ ଠାରୁ ସମ୍ମାନଜନକ ପୁରସ୍କାର ଗ୍ରହଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଗର୍ବ ଓ ଗୌରବର ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବାକୁ ମେଗା ପ୍ଲାନ କରିଛି ବିଜୁ ଜନତା ଦଳ । ନୂଆଦିଲ୍ଲୀରେ ଶକ୍ତି ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ଛାତ୍ର ଓ ଯୁବ ବିଜେଡି କର୍ମକର୍ତ୍ତା ନୂଆ ଦିଲ୍ଲୀରେ ଉପସ୍ଥିତ ଅଛନ୍ତି। ଏହି ପରିପେକ୍ଷୀରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ତତ୍ୱାବଧାନରେ ତଥା ବିଜୁଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ବା ଯୁବ ଓ ଛାତ୍ର ବ୍ୟାପାର ଅଧକ୍ଷ ପ୍ରଣବ ବଳବନ୍ତରାୟଙ୍କ ପରିଚାଳନା କ୍ରମେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀରଞ୍ଜନ ତ୍ରିପାଠୀ ଓ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ବ୍ୟୋମକେଶ ରାୟଙ୍କ ନେତୃତ୍ୱରେ ଯୁବ ବିଜେଡିର କର୍ମକର୍ତ୍ତାମାନେ ଏହି ସମ୍ବର୍ଦ୍ଧନ ସଭାରେ ସାମିଲ ହେବେ ।

ଦିଲ୍ଲୀକୁ ଦୁଲୁକାଇବେ ପ୍ରବାସୀ ଓଡ଼ିଆ ଓ ବିଜେଡି ନେତା ଓ କର୍ମୀ । ପ୍ରବାସୀ ଓଡ଼ିଆ ଓ ବିଜେଡି ନେତା ମୁଖ୍ୟମନ୍ତ୍ରୀଙ୍କୁ ଦେବେ ଭବ୍ୟ ସମ୍ବର୍ଦ୍ଧନା । ମନେ ରଖିବା ଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏପିଜେ ଅବଦୁଲ୍‌ କଲାମ ରୋଡ୍‌ ସ୍ଥିତ ନବୀନ ପଟ୍ଟନାୟକଙ୍କ ବାସଭବନ ଆଗରେ ମଧ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ଯୋଜନା ପ୍ରସ୍ତୁତ କରାଯଇଛି। ମଙ୍ଗଳବାର ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ନବୀନ ।