odisha rain - The Sakala

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା : ୩ ଦିନ ଢାଳିବ, ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ ପରାମର୍ଶ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରବିବାର ସକାଳୁ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ବର୍ଷାର ପରିମାଣ ବୃଦ୍ଧି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବାରୁ ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି। ଆସନ୍ତା ୩ ଦିନ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର ବଙ୍ଗୋପସାଗର ତତ୍‍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ୨୦ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ତଥା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାଦ୍ୱାରା ରବିବାରଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବା ବେଳେ ୧୯ରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରକୋପ ରହିବାର ସମ୍ଭାବନା ରହିଛି। ଲଘୁଚାପ ଦ୍ୱାରା ୨୦ ଓ ୨୧ରେ ସର୍ବାଧିକ ପ୍ରଭାବ ପଡ଼ିବ ବୋଲି ଜଣାପଡ଼ିଛି। ଏହି ଦୁଇ ଦିନ ବିକ୍ଷିପ୍ତ ବର୍ଷା ହେବ ଓ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ସୋମବାର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି ହେବା ସହିତ ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ୨୦ ଓ ୨୧ରେ ବର୍ଷା ହେବାକୁ ଥିବା ଜିଲ୍ଲା ସଂଖ୍ୟା ବଢ଼ିବା ସହ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।

ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଭୂସ୍ଖଳନ ସାଙ୍ଗକୁ ମାଟି କାନ୍ଥ ପଡ଼ିବା ଓ କଚ୍ଚା ଘର ନଷ୍ଟ ହେବାର ଆଶଙ୍କା ରହିଛି। ତଳୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ପ୍ରବଳ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାର ମଧ୍ୟ ଆଶଙ୍କା କରାଯାଇଛି। ବର୍ଷା ସମୟରେ ସହରାଞ୍ଚଳଗୁଡ଼ିକରେ ଡ୍ରେନେଜ ବ୍ୟବସ୍ଥା ପରିଚାଳନା ପାଇଁ ବ୍ୟବସ୍ଥା କରିବା ସହ ଚାଷ ଜମିରୁ ଜଳ ନିଷ୍କାସନ ବ୍ୟବସ୍ଥା କରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଅନ୍ୟପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ୨୦ ତାରିଖରୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ ପରାମର୍ଶ ଦେଇଛି। ବିଶେଷକରି ଯେଉଁ ଜିଲ୍ଲାଗୁଡ଼ିକ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି, ସେହି ଜିଲ୍ଲାର ଜିଲ୍ଲାପାଳମାନେ ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ କୁହାଯାଇଛି। ବର୍ଷା ସମ୍ପର୍କିତ ତଥ୍ୟ ଏସ୍‍ଆରସିଙ୍କ କାର୍ଯ୍ୟାଳୟକୁ ଜଣାଇବା ସହିତ ବର୍ଷା ଦ୍ୱାରା କୌଣସି କ୍ଷୟକ୍ଷତି ହେଲେ ତୁରନ୍ତ ଏହାର ସୂଚନା ଦେବାକୁ ପରାମର୍ଶ ଦିଆଯାଇଛି।ଅନ୍ୟପଟେ ଦେଶରେ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ରହିଛି। ଆସନ୍ତା ୩ ଦିନ ମଧ୍ୟରେ ଦେଶର ଉତ୍ତର ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ଅଧା ଓଡ଼ିଶାକୁ ଭିଜାଇବ ବର୍ଷା : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା, ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ
ଭୁବନେଶ୍ବର : ସେପ୍ଟେମ୍ବର ୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୯ ସେପ୍ଟେମ୍ବରରେ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

#୭ସେପ୍ଟେମ୍ବର ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ #ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ #୪୮ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ #ଲଘୁଚାପ କ୍ଷେତ୍ର ସମ୍ଭାବନା pic.twitter.com/5YurAbre9I

— Meteorological Centre, Bhubaneswar (@mcbbsr) September 5, 2022

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ଆଶଙ୍କା ଥିବା ବେଳେ ୮ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି । ୯ ତାରିଖରେ ଅଧା ଓଡ଼ିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷ କରି ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଦୁଇ ସପ୍ତାହ ମଧ୍ୟରେ ଦୁଇଟି ଲଘୁଚାପ ଆସୁଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୨୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି ଯାଇଛି।

#Warning for Day-1 to Day-5 pic.twitter.com/i7zgjFnA0m

— Meteorological Centre, Bhubaneswar (@mcbbsr) September 5, 2022

ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ପ୍ରଭୃତି ୨୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।