Chief Minister Naveen - The Sakala

ଜନ ସମ୍ପର୍କ ପଦଯାତ୍ରାରୁ ‘ଜନ ବିରୋଧୀ’ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ, କହିଲେ- ଓଡ଼ିଶାର ବିକାଶ ଯାତ୍ରାରେ ବିରୋଧୀ ଖୁସି ନାହାନ୍ତି
ଭୁବନେଶ୍ବର : ଆଜି ଗାନ୍ଧୀ ଜୟନ୍ତୀରୁ ବିଜୁ ଜନତା ଦଳ ପକ୍ଷରୁ ଆରମ୍ଭ ହୋଇଛି ‘ଜନ ସମ୍ପର୍କ ପଦଯାତ୍ରା’। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୱାର୍ଡ ନଂ-୫୭ ସ୍ଥିତ ବରଗଡ଼ ବ୍ରିଟ୍‌‌ କଲୋନୀ ନେତାଜୀ ପଡ଼ିଆରୁ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି। ଅକ୍ଟୋବର ୨ ତାରିଖରୁ ଅକ୍ଟୋବର ୧୧ ତାରିଖ ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏଁ ପଦଯାତ୍ରା ଚାଲିବ। ଏହି ପଦଯାତ୍ରା ଅବସରରେ ଗାନ୍ଧୀ ଜୟନ୍ତୀ, ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ ସମେତ ୯ ତାରିଖରେ ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଳନ କରାଯିବ।

ବିଜେଡି ସଭାପତି ନବୀନ ପଟ୍ଟନାୟକ ‘ଜନ ସମ୍ପର୍କ ପଦଯାତ୍ରା’ ଶୁଭାରମ୍ଭ କରିବା ସହ ଜନସଭାକୁ ସମ୍ଭୋଧନ କରି କହିଥିଲେ ଆଜିଠୁ ବିଜେଡି ପଦଯାତ୍ରା ଆରମ୍ଭ ହେଲା। ଏହି ଅବସରରେ ବାପୁଜୀଙ୍କୁ ମୁଁ ଶ୍ରଦ୍ଧାଞ୍ଜଳି ଜଣାଉଛି। ବାପୁଜୀ ଆମ ସମସ୍ତଙ୍କ ପାଇଁ ପ୍ରେରଣା। ସବୁ ଲୋକଙ୍କ ସନ୍ତୋଷ ହିଁ ଗଣତନ୍ତ୍ରର ବଡ଼ ସଫଳତା। ସାଧାରଣ ଲୋକର ଖୁସି ଆମର ସବୁଠାରୁ ବଡ଼ ଖୁସି । ତେଣୁ ବିଜେଡି ଗରିବ, ମା, ଯୁବ, ଏସି,ଏସଟିଙ୍କ କଲ୍ୟାଣ ପାଇଁ କାମ କରୁଛି। ସେମାନଙ୍କୁ ସଶକ୍ତ କରିବା ପାଇଁ କାମ କରୁଛି। ମହିଳା ମାନଙ୍କୁ ସମାଜରେ ଅଗ୍ରାଧିକାର ଦେବା ସ୍ୱପ୍ନ ବିଜୁ ବାବୁଙ୍କ ସ୍ୱପ୍ନ ଥିଲା। ଯେଉଁଥି ପାଇଁ ଆମେ ପ୍ରୟାସ କରି ଆସୁଥିଲୁ। ଆଉ ଖୁସିର କଥା ମହିଳାମାନଙ୍କଚ ୩୩ ପ୍ରତିଶତ ସଂରକ୍ଷଣ ଆଇନ ଆସିଲା। ବିଜେଡିର ବହୁଦିନର ପ୍ରୟାସ ସଫଳ ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡ଼ିଶାର ବିକାଶ ଯାତ୍ରାରେ ବିରୋଧୀ ଖୁସି ନାହାନ୍ତି

‘ଜନ ସମ୍ପର୍କ ପଦଯାତ୍ରା’ ଶୁଭାରମ୍ଭ କରିବା ଅବସରରେ ଜନସଭାକୁ ସମ୍ଭୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ବିଜେଡି ସରକାରରେ ସାଧାରଣ ଲୋକଙ୍କ ଆତ୍ମ ବିଶ୍ୱାସ ବୃଦ୍ଧି ପାଇଛି ହୋଇଛି। ବ୍ୟବସ୍ଥା ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ହୋଇଛି। ଓଡ଼ିଶାର ରୂପାନ୍ତର ହେଉଛି, ସ୍ବାସ୍ଥ୍ୟ ସେବା ପାଇଁ BSKY ଗେମ୍‌ ଚେଞ୍ଜର ପାଲଟିଛି। ଲୋକମାନେ ମାଗଣାରେ ଉନ୍ନତ ସ୍ବାସ୍ଥ୍ୟ ସେବା ପାଉଛନ୍ତି। ସରକାରୀ ଓ ଘରୋଇ ସ୍କୁଲ ମଧ୍ୟରେ ଯେଉଁ ଭେଦଭାବ ଥିଲା,ତାହା ଆଜି ଦୂର ହୋଇଛି। ସରକାରୀ ସ୍କୁଲର ପିଲା ଉନ୍ନତ ଓ ଅତ୍ୟାଧୁନିକ ଶିକ୍ଷା ପାଇପାରୁଛନ୍ତି। ଖାଦ୍ୟ ସୁରକ୍ଷା, କ୍ରୀଡା, ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ସାରା ଦେଶରେ ଓଡ଼ିଶା ରୋଲ ମଡେଲ ପାଲଟିଛି। ଶିଳ୍ପର ବିକାଶ ହେବା ସହ ନିଯୁକ୍ତି କ୍ଷେତ୍ରରେ ଓଡ଼ିଶା ବହୁ ଆଗରେ ରହିଛି।

ଓଡ଼ିଶାର ନିରନ୍ତର ବିକାଶ ବିରୋଧି ଖୁସି ନାହାନ୍ତି। ଯେଉଁଥି ପାଇଁ ସେମାନେ ଲୋକଙ୍କୁ ଭୁଲ ଖବର ଦେଉଛନ୍ତି। ନିର୍ବାଚନ ଆସିଲେ ସେମାନେ ସବୁବେଳେ ଏମିତି କାମ କରିଥାନ୍ତି। ତେଣୁ ଜନତା ସେମାଙ୍କୁ ସବୁବେଳେ ପ୍ରତ୍ୟାଖାନ କରି ଆସୁଛନ୍ତି। ସେମାନଙ୍କ ଜନବିରୋଧୀ ଓ ବିକାଶ ବିରୋଧୀ ମନୋଭାବକୁ ଲୋକେ ଠିକ ବୁଝିଛନ୍ତି। ଲିଙ୍ଗରାଜ ଓ ଜଗନ୍ନାଥ ମନ୍ଦିର ବିକାଶ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି। ଲୋକେ ସେମାନଙ୍କୁ କ୍ଷମା ଦେବେନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୨୪ରେ ପୁଣି ନବୀନ ସରକାର,ରାଜନୀତିରେ ନବୀନ ଥିଲା ପର୍ଯ୍ୟନ୍ତ କେହି ତାଙ୍କୁ ସାମ୍ନା କରିପାରିବେ ନାହିଁ : ପ୍ରଭୁ ଚାୱଲା
ଭୁବନେଶ୍ବର : ୨୦୨୪ରେ ପୁଣି ଓଡ଼ିଶାରେ ହେବ ନବୀନ ପଟ୍ଟନାୟକଙ୍କ ସରକାର। ୨୬ବର୍ଷର ରାଜନୈତିକ ଜୀବନରେ ନବୀନ ପଟ୍ଟନାୟକଙ୍କ ସେବା, ସଂସ୍କାର ଓ ବିକାଶର ମନ୍ତ୍ର ପାଇଁ ସେ ଅପରାଜେୟ ଓ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ପରିଗଣିତ ହୋଇଆସୁଛନ୍ତି। ଗର୍ବ, ଅହଙ୍କାର, ଔଦ୍ଧତ୍ୟ, ହିଂସା, ଦ୍ୱେଷ ଆଦିରୁ ବ୍ୟକ୍ତିଗତ ଭାବେ ନିଜକୁ ଊର୍ଦ୍ଧ୍ବରେ ରଖି ଦଳ ଓ ସରକାରକୁ ନିଆରା ମାର୍ଗରେ ପରିଚାଳନା କରିଆସୁଥିବାରୁ ତାଙ୍କର ସମର୍ପିତ ସେବାକୁ ସାଧାରଣ ଲୋକେ ବାରମ୍ବାର ସ୍ୱୀକୃତି ଦେଇଆସୁଛନ୍ତି। ୨୦୨୪ ନିର୍ବାଚନ ପାଖେଇ ଆସୁଥିବା ବେଳେ ପୁଣି ଓଡ଼ିଶାରେ ନବୀନ ପଟ୍ଟନାୟକ ସରକାର କରିବା ସହ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି କହିଛନ୍ତି ଦେଶର ବରିଷ୍ଠ ସାମ୍ବାଦିକ ତଥା ଇଣ୍ଡିଆନ ଏକ୍ସପ୍ରେସର ମୁଖ୍ୟ ସଂପାଦକ ପ୍ରଭୁ ଚାଓ୍ବଲା।

ଭୁବନେଶ୍ବରରେ ଆୟୋଜିତ ଇଣ୍ଡିଆନ ଏକ୍ସପ୍ରେସର ” ଅ ” ଓଡିଶା ଲିଟେରାରୀ ଫେଷ୍ଟିଭାଲରେ ଯୋଗଦେବା ଅବସରରେ ଇଣ୍ଡିଆନ ଏକ୍ସପ୍ରେସର ମୁଖ୍ୟ ସଂପାଦକ ପ୍ରଭୁ ଚାଓ୍ବଲା କହିଛନ୍ତି ବର୍ତ୍ତମାନର ରାଜନୈତିକ ସ୍ଥିତିରେ ୨୦୨୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେହି ହରେଇ ପାରିବେ ନାହିଁ । କାରଣ ଓଡ଼ିଶାରେ ନବୀନଙ୍କ ବିକଳ୍ପ କେହି ନାହାନ୍ତି କିମ୍ବା ବିରୋଧୀ ବି ନାହାନ୍ତି। ନବୀନ ପଟ୍ଟନାୟକଙ୍କ ବିପକ୍ଷରେ ଲଢେଇ କରିବାକୁ କେହି ବିରୋଧୀ ଦଳ ନାହାନ୍ତି ।

ଓଡ଼ିଶାର ରାଜନୀତିରେ ନବୀନ ଥିଲା ପର୍ଯ୍ୟନ୍ତ କେହି ତାଙ୍କୁ ସାମ୍ନା କରିପାରିବେ ନାହିଁ । ନବୀନ ଜଣେ ଲମ୍ବା ନେତା ହେଲେ ବି ଛୋଟ ଗାଡ଼ି ଚଢନ୍ତି । ସେ ଖୁବ କମ କଥା କହିଥାନ୍ତି । ତାଙ୍କ କାମ ହିଁ କଥା କହେ । ତାଙ୍କ କାମ ହିଁ ଝଡ ସୃଷ୍ଟି କରେ । ୨୦୨୪ ରେ ଓଡ଼ିଶାରେ କୌଣସି ବଡ଼ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି। ସେପଟେ ବିରୋଧୀଙ୍କ ଚିରାଚରିତ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ପ୍ରଭୁ ଚାଓ୍ବଲା କହିଛନ୍ତି ନେତାଙ୍କ ବିନା ଅନୁମତିରେ କୌଣସି କାର୍ଯ୍ୟ ହୁଏ ନାହିଁ । ବିରୋଧୀ ଅସହିଷ୍ଣୁ ହୋଇ ବିଭିନ୍ନ ରାଜନୈତିକ ଅଭିଯୋଗ କରୁଛନ୍ତି । ଯେପରି ସମ୍ବାଦପତ୍ରରେ ସମ୍ପାଦକଙ୍କ ବିନା ଅନୁମତିରେ କୌଣସି ଖବର ଛପେ ନାହିଁ, ସେହିଭଳି ଶାସନରେ ଶାସନ ମୁଖ୍ୟଙ୍କ ବିନା ଅନୁମତିରେ କୌଣସି କାର୍ଯ୍ୟ ହୁଏ ନାହିଁ ବୋଲି ସେ କହିଛନ୍ତି ।

ଓଡ଼ିଶାରେ ଶିଳ୍ପ ବିକାଶର ଏକ ନୂଆ ଯୁଗ ସୃଷ୍ଟି କରିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜାପାନ ଗସ୍ତ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ଏକ ସପ୍ତାହ ବ୍ୟାପୀ ଜାପାନ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ଏକ ୪ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଗସ୍ତ କରିଛନ୍ତି । ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର, ଇପିକଲର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦର ପୁନିଆ ସାମିଲ ହୋଇଛନ୍ତି । ଏଥିସହ ୫ଟି ସଚିବ ଭି.କେ ପାଣ୍ଡିଆନ୍ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଜାପାନ ଗସ୍ତରେ ଅଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ୬ ଦିନିଆ ଗସ୍ତ ସମୟରେ ଟୋକିଓରେ ଆୟୋଜିତ ପୁଞ୍ଜି ନିବେଶକ ସମ୍ମେଳନରେ ଯୋଗଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ।ଜାପାନ ସରକାର କିପରି ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ କରିବେ ସେନେଇ ବି ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଏପରି ଏକ ସମୟରେ ଆସିଛି ଯେତେବେଳେ ଗତ କିଛି ବର୍ଷ ଧରି ରାଜ୍ୟରେ ଦ୍ରୁତ ଗତିରେ ପରିବର୍ତ୍ତନ ଆଣିଛି ଏବଂ ଶିଳ୍ପ ଅଭିବୃଦ୍ଧି ଭଲ ସ୍ଥିତିରେ ଅଛି।

ନବୀନ ପଟ୍ଟନାୟକଙ୍କ ଜାପାନ ଗସ୍ତ ଓଡିଶା ଏବଂ ପୂର୍ବ ଏସୀୟ ଦେଶ ମଧ୍ୟରେ ଥିବା ପୁରୁଣା ବନ୍ଧୁତ୍ବକୁ ତ୍ୱରାନ୍ୱିତ ଏବଂ ଦୃଢ କରିବ। ଏହି ଗସ୍ତ ଉଭୟ ଓଡ଼ିଶା ଓ ଜାପାନ ପାଇଁ ଏକ ବିଜୟ-ପ୍ରସ୍ତାବ ଭାବରେ ଦେଖାଯାଉଛି କାରଣ ଏହାଦ୍ବାରା ସହଯୋଗର ବ୍ୟାପକ ରାସ୍ତା ଖୋଲିବ। କାରଣ ଓଡ଼ିଶାରରେ ବିପୁଳ ପରିମାଣରେ ଧାତୁ ଏବଂ ଖଣିଜ ପଦାର୍ଥ ରହିଥିବା ବେଳେ ରାଜ୍ୟରେ କୁଶଳୀ ମାନବ ଶକ୍ତି ଓ ଭିତ୍ତିଭୂମି ରହିଛି। ଅପରପକ୍ଷେ ଜାପାନ ପାଖରେ ଉପଲବ୍ଧ ରହିଛି ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ ସମ୍ବଳ । ଯାହା ଉଭୟଙ୍କ ପାଇଁ ବେଶ ଲାଭଦାୟକ ହେବ। ଦୀର୍ଘ ଦିନ ଧରି ଜାପାନର ନିବେଶକମାନଙ୍କ ପାଇଁ ଓଡିଶା ଏକ ପସନ୍ଦଯୋଗ୍ୟ ଗନ୍ତବ୍ୟସ୍ଥଳ ହୋଇଆସୁଛି ଏବଂ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୫୦ରୁ ଅଧିକ ଜାପାନ କମ୍ପାନୀ କାର୍ଯ୍ୟ ମଧ୍ୟ କରୁଛନ୍ତି।

ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବିରତ ଉଦ୍ୟମ କରୁଥିବା ବେଳେ ବର୍ତ୍ତମାନ ଜାପାନକୁ ଯାଇଥିବା ଉଚ୍ଚ ସ୍ତରୀୟ ପ୍ରତିନିଧୀଙ୍କ ନେତୃତ୍ବରେ ରାଜ୍ୟରେ ଅଧିକ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ବିନିଯୋଗ ପାଇଁ ପଥ ପରିଷ୍କାର କରିବ।ଓଡିଶାର ବିସ୍ତୃତ ସମୁଦ୍ର ଉପକୂଳ, ଖଣିଜ ସମ୍ପଦ, ପର୍ଯ୍ୟଟନ ସମ୍ଭାବନା ଏବଂ କୁଶଳୀ ମାନବ ଶକ୍ତିର ଉପଲବ୍ଧତା ଜାପାନ କମ୍ପାନୀଗୁଡିକ ପାଇଁ ବେଶ ଉପଯୋଗୀ ହୋଇଥିବା ବେଳେ ଆମ ରାଜ୍ୟ ପାଇଁ ଏହା ଲାଭଦାୟକ ହେବ। କାରଣ ଓଡିଶାର ଯୁବପୀଢିଙ୍କ ପାଇଁ ନିଯୁକ୍ତି ସହ ରାଜ୍ୟ ଶିଳ୍ପ ସମୃଦ୍ଧ ହୋଇପାରିବ। ଅନ୍ୟପଟେ ରାଜ୍ୟର ସ୍ଥିର ସରକାର ଏବଂ ନୂଆ ଶିଳ୍ପନୀତି ଓ ଶିଳ୍ପାୟନ ପାଇଁ ରାଜ୍ୟ ସରକାର ଯୋଗାଇଥିବା ଓ୍ବାନ ପ୍ଲସ ସୁବିଧା ସହିତ ଓଡ଼ିଶାର ଶାନ୍ତିପୂର୍ଣ୍ଣ ପରିବେଶ ନିବେଶକମାନଙ୍କ ପାଇଁ ପସନ୍ଦଯୋଗ୍ୟ ରହିଆସିଛି।

ଏଥି ସହିତ ଦଶନ୍ଧି ଧରି ଜାପାନ ଓଡିଶା ସହିତ ଏକ ଆକର୍ଷଣୀୟ ସହଯୋଗ କରିଆସୁଛି। ୨୦୨୨ ଏବଂ ୨୦୧୮ରେ ମେକ୍ ଇନ୍ ଓଡିଶା କନକ୍ଲେଭ ପାଇଁ ଏହି ଦେଶ ସହଭାଗୀ ଥିଲା। ଆର୍ସେଲର ମିତ୍ତଲ, ନିପନ୍ ଷ୍ଟିଲ୍, ଟିଆରଏଲ୍ କ୍ରୋସାକି(TRL Krosaki), ଇଣ୍ଡୋ-ନିସିନ୍(Indo-Nissin) ଭଳି କମ୍ପାନୀ ଓଡିଶାକୁ ସେମାନଙ୍କ ଘର କରିପାରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଯାଇଥିବା ଉଚ୍ଚ ସ୍ତରୀୟ ପ୍ରତିନିଧୀ ଦଳ ରାଜ୍ୟରେ ଶିଳ୍ପ ପାଇଁ ଉପଲବ୍ଧ ଥିବା ସୁବିଧା ବାବଦରେ ନିବେଶକମାନଙ୍କୁ ଅବଗତ କରାଇବେ। ଜାପାନର ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଆଇଟି ସମେତ ବିଭିନ୍ନ କ୍ଷେତ୍ରରୁ ନିବେଶକମାନଙ୍କୁ ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଉତ୍ସାହିତ କରିବେ। ଓଡିଶା ଜାପାନ ସହିତ ଅଂଶୀଦାର କରୁଥିବା ସାଂସ୍କୃତିକ ସମ୍ପର୍କ ମଧ୍ୟ ଜାପାନକୁ ଓଡ଼ିଶାକୁ ପୁଞ୍ଜି ବିନିଯୋଗର ପସନ୍ଦଯୋଗ୍ୟ ସ୍ଥାନ ଭାବରେ ବାଛିବାରେ ସାହାଯ୍ୟ କରିବ। ଇସ୍ପାତ, ଆଲୁମିନିୟମ୍, ଟେକ୍ସଟାଇଲ୍, ଖାଦ୍ୟ, ଖାଦ୍ୟ ପ୍ରକ୍ରିୟାକରଣ, ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଗ୍ରୀନ୍ ଆମୋନିଆ କ୍ଷେତ୍ରରେ, ପେଟ୍ରୋକେମିକାଲ୍, ଇଲେକ୍ଟ୍ରୋନିକ୍ସ ଏବଂ ଅଟୋମୋବାଇଲ୍ ଉତ୍ପାଦନରେ ଜାପାନର ପୁଞ୍ଜି ବିନିଯୋଗ ପାଇଁ ଓଡିଶା ସର୍ବୋତ୍ତମ ସ୍ଥାନ ଅଟେ।

ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା ନୁହେଁ, ଏ ହେଉଛି ଜୀବନରେଖା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର/ବରଗଡ : ପଶ୍ଚିମ ଓଡ଼ିଶାର ବିକାଶ କାହାଣୀରେ ଯୋଡ଼ିହୋଇଛି ଆଉ ଏକ ଐତିହାସିକ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାର ୩ଟି ଜିଲ୍ଲା ଗସ୍ତ ଅବସରରେ ବିଜୁ ଏକ୍ସପ୍ରେସ ୱେକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ବରଗଡରେ ଜନସାଧାରଣଙ୍କୁ ସମ୍ବୋଧିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାବାସୀଙ୍କ ସେବାରେ ବିଜୁ ଏକ୍ସପ୍ରେସ ୱେ ଉତ୍ସର୍ଗୀକୃତ କରି ସେ ବହୁତ ଖୁସି । ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା ନୁହେଁ । ଏ ହେଉଛି ଏ ଅଞ୍ଚଳ ପାଇଁ ଜୀବନରେଖା । ଏ ରାସ୍ତା ବିକାଶର ନୂଆ ଇତିହାସ ଲେଖିବ । ଏ ରାସ୍ତା ଚାଷୀ ଭାଇଙ୍କ ପାଇଁ ସୁବିଧା ଆଣିବ । ସାଧାରଣ ଲୋକ ଏ ରାସ୍ତା ଦ୍ୱାରା ସୁବିଧା ପାଇବ । ସ୍ୱାସ୍ଥ୍ୟ ସେବାରେ ମଧ୍ୟ ଆହୁରି ଉନ୍ନତି ଆସିବ ବୋଲି କହିଛନ୍ତି ନବୀନ ।

ବିଜୁ ଏକ୍ସପ୍ରେସ ୱେ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ୧୦ଟି ଜିଲ୍ଲାର ଲୋକେ ଉପକୃତ ହେବେ।ଇକୋନୋମିକ କରିଡରରେ ପୁଞ୍ଚି ବିନିଯୋଗ ପାଇଁ ଅଧିକ ପ୍ରୋତ୍ସାହନ ଦିଆଯାଉଛି । ବିଜୁ ଏକ୍ସପ୍ରେସ ଓ୍ବେ ଆଉ ଏକ ମାଇଲଷ୍ଟୋନ୍ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ମୁଖ୍ୟମନ୍ତ୍ରୀ ବିଜୁ ଜୟନ୍ତୀରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ କହିଛନ୍ତି, “ଆଜି ଆମ ସମସ୍ତଙ୍କର ପ୍ରିୟ ନେତା ବିଜୁ ବାବୁଙ୍କ ଜନ୍ମଦିବସ। ଏହି ଅବସରରେ ମୁଁ ତାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ବିଜୁ ବାବୁ ଥିଲେ ଓଡ଼ିଶାବାସୀଙ୍କ ସବୁଠାରୁ ବଡ଼ ଭରସା । ଏ ମାଟି, ଏ ମାଟିର ମଣିଷର ସ୍ୱପ୍ନ ସହ ସେ ସବୁବେଳେ ଯୋଡ଼ି ହେଇ ରହିଥିଲେ। ଜଣେ ଓଡ଼ିଆ ଭାବରେ ସେ ଗର୍ବ କରୁଥିଲେ। ସେହି ମହାନାୟକଙ୍କ ଜନ୍ମଦିନରେ ଆଜି ଓଡ଼ିଶାବାସୀଙ୍କ ସେବାରେ ବିଜୁ ଏକ୍ସପ୍ରେସ ୱେ ଡେଡିକେଟ୍ କରି ମୁଁ ବହୁତ ଖୁସି।

ପଶ୍ଚିମରୁ ଦକ୍ଷିଣ ଓଡ଼ିଶାକୁ ଯୋଡୁଥିବା ଏହି ଏକ୍ସପ୍ରେସ ୱେକୁ ବିଜୁ ଅର୍ଥନୈତିକ କରିଡର ଭାବେ ନାମିତ କରାଯିବାକୁ ନିଷ୍ପତ୍ତି ହୋଇଛି। ପଶ୍ଚିମ ଓଡ଼ିଶାର ୬ ଓ ଦକ୍ଷିଣ ଓଡ଼ିଶାର ୩ ଜିଲ୍ଲା ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ସାମଗ୍ରିକ ବିକାଶକୁ ଦୃଷ୍ଟିରେ ରଖି ଏହି ଏକ୍ସପ୍ରେସ ୱେର ପରିକଳ୍ପନା କରାଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଅର୍ଥନୈତିକ-ସାମାଜିକ-ସାଂସ୍କୃତିକ ଅଭିବୃଦ୍ଧି କ୍ଷେତ୍ରରେ ଏହା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଦେବ। ଏହି ଏକ୍ସପ୍ରେସ ୱେ ଦ୍ୱାରା ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ ସହ ବ୍ୟବସାୟିକ ସମ୍ପର୍କ ବୃଦ୍ଧିରେ ମଧ୍ୟ ସହାୟକ ହେବ। ସମ୍ପ୍ରତି ସୁନ୍ଦରଗଡ଼ରୁ କଳାହାଣ୍ଡି ପର୍ଯ୍ୟନ୍ତ ୫୪୬ କିଲୋମିଟର ଲମ୍ୱା ଏହି ଏକ୍ସପ୍ରେସ ୱେ ପଶ୍ଚିମ ଓଡ଼ିଶାକୁ ଆଗାମୀ ଦିନରେ ସମୃଦ୍ଧି କ୍ଷେତ୍ରରେ ଏକ ନୂଆ ଉଚ୍ଚତା ପ୍ରଦାନ କରିବ।

ସୁନ୍ଦରଗଡ଼ ଜିଲ୍ଲାର ଶେଷମୁଣ୍ଡରେ ଥିବା ବୀରମିତ୍ରପୁର ଠାରୁ କଳାହାଣ୍ଡି ଜିଲ୍ଲାର ଆମ୍ୱପାଣିକୁ ସଂଯୋଗ କରୁଛି ଏହି ଏକ୍ସପ୍ରେସ ୱେ। ପ୍ରାୟ ୬୦୦ କୋଟି ଟଙ୍କା ବିନିମୟରେ ରାଜ୍ୟ ସରକାର ୪ ଲେନ୍‌‌ ବିଶିଷ୍ଟ ଏହି ଏକ୍ସପ୍ରେସ ୱେର ନିର୍ମାଣ କରିଛନ୍ତି। ଏକ୍ସପ୍ରେସ ୱେର ନିର୍ମାଣ ପଶ୍ଚିମ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି କ୍ଷେତ୍ରରେ ଏହାକୁ ବେଶ୍‌‌ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। ବିଜୁ ଏକ୍ସପ୍ରେସ ୱେର ଉଦଘାଟନ ସହ ପଶ୍ଚିମ ଓଡ଼ିଶାରେ ଏକ ନୂଆ ଯୁଗର ଅୟମାରମ୍ଭ ହୋଇଛି।

ଅନ୍ୟପକ୍ଷରେ ବରଗଡ଼-କଳାହାଣ୍ଡି-ନୂଆପଡ଼ାର ଗ୍ରୀନଫିଲ୍ଡ ଅଞ୍ଚଳରେ ଥିବା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଲୋକେ ମଧ୍ୟ ମୁଖ୍ୟସ୍ରୋତରେ ଯୋଡି ହେବେ। ପ୍ରାକୃତିକ ସମ୍ପଦର ସୁବିନିଯୋଗ ସାଙ୍ଗକୁ ବର୍ତ୍ତମାନର କାର୍ଯ୍ୟକ୍ଷମ ହୋଇଥିବା ଶିଳ୍ପ ପାଇଁ ଆନୁଷଙ୍ଗିକ ଶିଳ୍ପର ବିକାଶ ହୋଇପାରିବ। ଏଠାରେ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଇଛନ୍ତି। ବିଜୁ ଅର୍ଥନୈତିକ କରିଡରର ଦୁଇ ପାଖରେ ପ୍ରାୟ ୧୧ଟି ଶିଳ୍ପ ସଂସ୍ଥା ନିଜର ଉଦ୍ୟୋଗ ପ୍ରତିଷ୍ଠା କରିବେ।

ଏଥିପାଇଁ ଶିଳ୍ପନୀତି ୨୦୨୨ରେ ରାଜ୍ୟ ସରକାର ପର୍ଯ୍ୟାପ୍ତ ସୁବିଧା ସୁଯୋଗ ଯୋଗାଇ ଦେଉଥିବା ବେଳେ ଆଗାମୀ ଦିନରେ ଏହି ସଂଖ୍ୟାରେ ଆହୁରି ଦ୍ରୁତ ଅଭିବୃଦ୍ଧି ଘଟିବା ନେଇ ଆଶା କରାଯାଉଛି। ରାଜ୍ୟର ଭାତ ହାଣ୍ଡି ବୋଲି କୁହାଯାଉଥିବା ପଶ୍ଚିମ ଓଡ଼ିଶାରେ ଖାଦ୍ୟ ପ୍ରକ୍ରିୟାକରଣ ଓ କୃଷିଭିତ୍ତିକ ଶିଳ୍ପ ସହ ଅନ୍ୟ ଶିଳ୍ପାନୁଷ୍ଠାନ ଗୁଡ଼ିକ ନିଜର ଉଦ୍ୟୋଗ ପ୍ରତିଷ୍ଠା କରିବେ। ଯାହାଫଳରେ ଅର୍ଥନୈତିକ ଅଭିବୃଦ୍ଧି ସହ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସେହିପରି ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶ ସହ ବିଜୁ ଏକ୍ସପ୍ରେସ ୱେ ଯୋଡ଼ିହେବାକୁ ଥିବାରୁ ବ୍ୟାପକ ଢଙ୍ଗରେ ଓଡ଼ିଶା ଏହାର ଲାଭ ପାଇବ ବୋଲି ବିଶେଷଜ୍ଞ ମହଲରେ ମତପ୍ରକାଶ ପାଇଛି।

କାଲି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, G-20 ଅଧ୍ୟକ୍ଷତାକୁ ନେଇ ବସୁଥିବା ବୈଠକରେ ହେବେ ସାମିଲ
ଭୁବନେଶ୍ବର : ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । G-20 ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା କାର୍ଯ୍ୟକ୍ରମ ରହିଛି । କାଲି ବୈଠକରେ ଯୋଗ ଦେବା ପରେ ତା’ପର ଦିନ ଅର୍ଥାତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବନେଶ୍ବର ଫେରିବେ ।

ସୂଚନାଯୋଗ୍ୟ ନଭେମ୍ବର ୨୦୨୩ ଯାଏଁ ଭାରତ G-20 ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ରାଜସ୍ଥାନ ଉଦୟପୁରରେ ଆଜି ସଂଧ୍ୟାରେ ବସିବ ପ୍ରଥମ ବୈଠକ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି । ଗୁରୁତ୍ବପୂର୍ଣ୍ଣ କଥା ହେଲା, G-20ର ୫ଟି ପ୍ରମୁଖ ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ ।

ଯାହାଦ୍ବାରା ଭାରତର ଐତିହ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ । ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତ୍ତିରାଜି ନିକଟରେ ୫ଟି ବୈଠକ ଆୟୋଜିତ ହେବ । ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି, ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ । ୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ୨ଟି ଅନ୍ୟ ଐତିହ୍ୟ ସ୍ଥଳଗୁଡ଼ିକରେ ଗୋଟିଏ ଲେଖାଏଁ ବୈଠକ ହେବ ।

ମାଲକାନଗିରିର ୨୫ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ-ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ ।

ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ। ମୋର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ। ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’

ଆଜି ଉଦ୍ଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି – ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନ୍‌ରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ । ଏହା ଜିଲ୍ଲା ସହିତ ଛତିଶଗଡ ଓ ଅନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳା ଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ।

ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ମାଲକାନଗିରିବାସୀ ଆଜି ବିକାଶ ସହ ଯୋଡି ହୋଇ ରହିଛନ୍ତି। ବିକାଶ କାମରେ ଆପଣମାନଙ୍କ ସହଯୋଗ ସବୁବେଳେ ଆମକୁ ଉତ୍ସାହିତ କରି ଆସିଛି । ଜିଲ୍ଲାରେ ଶିକ୍ଷା ଓ ସଚେତନତା ପ୍ରସାର ଘଟିଛି । ଯୋଗାଯୋଗରେ ଉନ୍ନତି ଆସିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଠାରୁ ଆରମ୍ଭ କରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା । ମାଲକାନଗିରିର ସଫଳ ଚାଷୀ, ମିଶନଶକ୍ତିର ମା ମାନେ, ଛାତ୍ରଛାତ୍ରୀ, ଯୁବବର୍ଗ – ଏ ସମସ୍ତଙ୍କ ସଫଳତା ଆଜି ଜିଲ୍ଲା ପାଇଁ ନୂଆ ପରିଚୟ ଆଣିଛି ବୋଲି ସେ କହିଥିଲେ ।

ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ସୁଯୋଗ ଆଣିଥାଏ ଓ ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି । ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ  ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା  ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ୫-ଟି ସଚିବ  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

ଆରମ୍ଭ ହେଲା ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ, ସଚୋଟ୍ଟତା ନେଇ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜିଠୁ ଆରମ୍ଭ ହୋଇଛି ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ। ଏହା ସମଗ୍ର ଦେଶ ସମେତ ରାଜ୍ୟରେ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ଏକ ଉନ୍ନତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ ଗଠନ” ଚଳିତ ବର୍ଷର ବିଷୟବସ୍ତୁ ରହିଛି। ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ବେଳେ ଏହା ରାଜ୍ୟ ବ୍ୟାପୀ ପାଳନ କରାଯିବ। ସୋମବାର ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସଚୋଟ୍ଟତା ନେଇ ଶପଥ ପାଠ କରାଇଛନ୍ତି ।

ସୋମବାର ଦିନ ୧୧ ଟାରୁ ଏହି କାର୍ଯ୍ୟକ୍ରମ ଲୋକସେବା ଭବନର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଫିସ୍‌‌ରମାନଙ୍କୁ ଶପଥ ପାଠ କରାଇଛନ୍ତି। ଲାଇଭ ଟେଲିକାଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକ୍ରମକୁ ପରିଚାଳନ  କରାଯାଇଥିଲା। ଏଥିସହ ଏହି କାର୍ଯ୍ୟକ୍ରମରେ ୭୦ ଲକ୍ଷ ସ୍ୱୟଂ ସ୍ୱହାୟକ ମହିଳା ଗ୍ରୁପର ସଦସ୍ୟ ମଧ୍ୟ ଯୋଡ଼ି ହୋଇଥିଲେ। ସେହିଭଳି ଇଲେକ୍ଟ୍ରୋନିକ୍ସ , ଆଇଟି ବିଭାଗ ଏବଂ ଓଡ଼ିଶାର ସମସ୍ତ ଜିଲାର ଜିଲ୍ଲାପାଳ ଓ ବ୍ଲକ ଅଫିସରମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ସଚୋଟ୍ଟତା ନେଇ ଶପଥ ପାଠ କରିଛନ୍ତି।

ତେବେ ଏହି କାର୍ଯ୍ୟକ୍ରମରେ ସର୍ବୋତ୍ତମ ଭିଜିଲାନ୍ସ ଡିଭିଜନ୍‌‌, ଭିଜିଲାନ୍ସ ୟୁନିଟ୍‌‌, ଅନୁସନ୍ଧାନକାରୀ ଅଧିକାରୀ, ମହିଳା ଅନୁସନ୍ଧାନ ଅଧିକାରୀ ଏବଂ ସରକାରୀ ଓକିଲଙ୍କୁ ପୁରସ୍କୃତ କରାଯାଇଛି। ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ ଅବସରରେ ଜିଲ୍ଲା ଏବଂ ବ୍ଲକ ସ୍ତରରେ ସାଧାରଣ ସଭାର ଆୟୋଜନ କରାଯିବ। ଏଥିରେ ଛାତ୍ର, ଯୁବକ, ଶିକ୍ଷାବିତ,ସେବା ଏବଂ ଅବସରପ୍ରାପ୍ତ ସରକାରୀ ଅଧିକାରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ଏନଜିଓ ଏବଂ ନାଗରିକ ସମାଜର ସଦସ୍ୟମାନଙ୍କୁ ଦୁର୍ନିୀତି ବିରୋଧରେ ସଚେତନା କରାଯିବ। ବିଦ୍ୟାଳୟ ଏବଂ କଲେଜରେ ବିତର୍କ, କୁଇଜ୍‌‌, କାର୍ଟୁନ୍‌‌, ଦୁର୍ନୀତି ନିବାରଣ ପ୍ରସଙ୍ଗ ଉପରେ ସ୍ଲୋଗାନ, ପେଣ୍ଟିଂ, ରଙ୍ଗୋଲି ଏବଂ ପୋଷ୍ଟର ପ୍ରତିଯୋଗିତା କରାଯିବ। ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ସଦସ୍ୟମାନେ ଗ୍ରାମସଭାରେ ଏହି ଅଭିଯାନ ସମ୍ପର୍କରେ ସଚେତନ କରାଇବେ। ଅନ୍ୟପଟେ ଦୁର୍ନୀତି ନିବାରଣ ସଚେତନତା ସୃଷ୍ଟି ପାଇଁ ସୋସିଆଲ୍‌‌ ମିଡିଆ ପ୍ଲାଟଫର୍ମ, ହ୍ୱାଟସ୍‌‌ ଆପ୍‌‌, ଇମେଲ୍‌‌, ଇଲେକ୍ଟ୍ରୋନିକ୍‌‌ ଓ ପ୍ରିଣ୍ଟ ମିଡିଆର ବ୍ୟାପକ ବ୍ୟବହାର କରାଯିବାର ଲକ୍ଷ୍ୟ ରଖାଯାଇଛି। ଜନସାଧାରଣ ଭିଜିଲାନ୍ସ ଟୋଲ୍‌‌ ଫ୍ରି ନମ୍ବର ୧୦୬୪ ବିଶିଷ୍ଟ ନମ୍ବରରେ କଲ କିମ୍ବା ଏସଏମଏସ କରି ଅଭିଯୋଗ ଜଣାଇପାରିବେ।

ଉପାନ୍ତ ଜିଲ୍ଲାମାନଙ୍କ ପାଇଁ ବରଦାନ ସାଜିଛି ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା, ୩,୨୦୦ରୁ ଅଧିକ ରୋଗୀ ପାଇଲେଣି ସୁପର ସ୍ପେସାଲିଷ୍ଟ ଚିକିତ୍ସା
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଉପାନ୍ତ ଜିଲ୍ଲାମାନଙ୍କ ପାଇଁ ବରଦାନ ପାଲଟିଛି। ରାଜ୍ୟର ଦୁର୍ଗମ ଅଞ୍ଚଳର ରୋଗୀମାନେ ମଧ୍ୟ ସୁପର ସ୍ପେସାଲିଷ୍ଟ ଚିକିତ୍ସା ପାଇବାରେ ସକ୍ଷମ ହେଉଛନ୍ତି । ପ୍ରଥମ ପର୍ଯ୍ୟାୟରେ ହୃଦରୋଗ, କିଡନୀ ଓ ଗ୍ୟାଷ୍ଟ୍ରୋଲୋଜି ଭଳି ବିଭାଗର ବିଶେଷଜ୍ଞ ଡାକ୍ତରମାନେ ଉପାନ୍ତ ଅଞ୍ଚଳକୁ ଯାଇ ସ୍ବାସ୍ଥ୍ୟସେବା ଯୋଗାଇଦେଉଥିବା ବେଳେ ଏବେ ପ୍ରାୟ ସମସ୍ତ ବିଭାଗ ଡାକ୍ତର ଦୁର୍ଗମ ଜିଲ୍ଲାମାନଙ୍କୁ ଯାଇ ରୋଗୀମାନଙ୍କୁ ସୁପର ସ୍ପେସାଲିଷ୍ଟ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି। ଯାହା ଫଳରେ ସୁପର ସ୍ପେସାଲିଷ୍ଟ ଚିକିତ୍ସା ସେବା ପାଇବା ପାଇଁ ଉପାନ୍ତ ଜିଲ୍ଲାମାନଙ୍କର ରୋଗୀଙ୍କୁ ଆଉ ବଡ଼ ବଡ଼ ସହର ଉପରେ ନିର୍ଭର କରିବାକୁ ପଡୁନି। ନିଜ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟର ବଡ଼ ମେଡିକାଲ କଲେଜର ବିଶେଷଜ୍ଞ ଡାକ୍ତରମାନେ ସେଠାକୁ ଯାଇ ଉତ୍ତମ ଚିକିତ୍ସାସେବା ଯୋଗାଇ ଦେଉଛନ୍ତି।

ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ସମେତ କୋରାପୁଟ, ନବରଙ୍ଗପୁର, ନୁଆପଡା, କଳାହାଣ୍ଡିରୁ ଏହି ଏୟାର ହେଲଥ ସର୍ଭିସ ମିଳିଥିଲା। ଏହାପରେ  କଳାହାଣ୍ଡି, ମାଲକାନଗିରି, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଆରମ୍ଭ ହୋଇଥିଲା। ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ମାଧ୍ୟମରେ ଏପର୍ଯ୍ୟନ୍ତ ପ୍ରାୟ ୩ ହଜରେ ୨୦୦ ଶହରୁ ଅଧିକ ରୋଗୀଙ୍କୁ ସେମାନଙ୍କ ନିଜ ଜିଲ୍ଲାରେ ସୁପର ସ୍ପେସାଲିଷ୍ଟ ଚିକିତ୍ସା ମିଳିପାରିଛି।

State Nodal Officer Prof (Dr) Umakant Satapathy is coordinating the scheme. The experts are:Dr Siba Kar- Assoc Prof Surgery, SCB MCH Cuttack, Dr Aruna Acharya, Assoc Prof Nephrology, Dr Debasis Swain, Assoc Prof Anesthesiology, Dr Ranjan Ku Mohanty, Assistant Prof Cardiology.

— H & FW Dept Odisha (@HFWOdisha) October 21, 2022

ପ୍ରଥମ ପର୍ଯ୍ୟାୟରେ ଏହି ସେବା ମିଳିସାରିଥିବା ବେଳେ ଏବେ ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଜାରି ରହିଛି। ଅକ୍ଟୋବର ୧୭ରୁ ୨୩ ତାରିଖ ପର୍ଯ୍ୟନ୍ତ ଏହି ସେବା ମିଳୁଛି। ଏହିପାଇଁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ପଞ୍ଜିକରଣ କରାଯାଉଛି। ଜିଲ୍ଲାର ଗରିବ ରୋଗୀମାନେ ଏଠାକୁ ଆସି ମାଗଣାରେ ରାଜ୍ୟର ବିଶେଷଜ୍ଞ ଡାକ୍ତର ମାନଙ୍କଠାରୁ ଉନ୍ନତ ଚିକିତ୍ସା ପାଇପାରୁଛନ୍ତି। ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନାର ନୋଡାଲ ଅଫିସର ଡ.ଉମାକାନ୍ତ ଶତପଥିଙ୍କ ସହଯୋଗରେ ନବରଙ୍ଗପୁରରେ ବିଭିନ୍ନ ବିଭାଗର ବରିଷ୍ଠ ଡାକ୍ତରମାନେ ରୋଗୀମାନଙ୍କୁ ସୁପର ସ୍ପେସାଲିଷ୍ଟ ଚିକିତ୍ସା ଯୋଗାଇ ଦେଉଛନ୍ତି।

Dr Sambit Kumar Behera, Asst Prof Gastroenterology, Dr Ch Satyaranjan Samal, Asst Prof Anesthesiology SCB MCH Cuttack, Dr B Arun Kumar Radiology KIIMS, Dr Harishankar Nayak, Asst Prof Radiology, MKCG MCH, Bramhapur. #OdishaCares @CMO_Odisha

— H & FW Dept Odisha (@HFWOdisha) October 21, 2022

ପ୍ରଥମେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡରେ ହିତାଧିକାରୀଙ୍କୁ ମାଗଣାରେ ସ୍ୱାସ୍ଥ୍ୟସେବା ମିଳୁଥିବା ବେଳେ ୨୦୨୧ ଡିସେମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପାନ୍ତ ଜିଲ୍ଲାଗୁଡିକ ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଥିଲେ। ଏହି ଯୋଜନା ମାଧ୍ୟମରେ ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ଉପାନ୍ତ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ଏଥି ସହିତ ଗୁରୁତର ରୋଗୀଙ୍କ ପାଖରେ ଯଥାଶିଘ୍ର ସମସ୍ତ ସୁବିଧା ସହ ଉତ୍ତମ ଡାକ୍ତର ପହଞ୍ଚାଇବା ଏବଂ ଆବଶ୍ୟକ ସ୍ଥଳେ ଏୟାରଲିଫ୍ଟ କରି ବଡ ମେଡିକାଲରେ ଭର୍ତ୍ତି କରାଇବା ପାଇଁ ଏହି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା କାର୍ଯ୍ୟ କରୁଛି।

କାଲିଠୁ ହାଇଦ୍ରାବାଦରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌, ପ୍ରତିଷ୍ଠିତ ଶିଳ୍ପପତିଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ ନବୀନ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି। ରାଜ୍ୟ ସରକାର ଏବଂ ଫିକିର ମିଳିତ ଆନୁକୂଲ୍ୟରେ ସେଠାର ଚଳିତ ବର୍ଷର ଷଷ୍ଠ ନିବେଶକ ସମ୍ମିଳନୀ ଆୟୋଜିତ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ସିଧାସଳଖ ଭାବେ ଶିଳ୍ପପତିମାନଙ୍କ ସହ ଆଲୋଚନା କରିବେ। ଏହି ସମ୍ମିଳନୀରେ ମୁଖ୍ୟତଃ ହେଲ୍ଥ୍‌‌ ଏବଂ ଫାର୍ମା, ଆଇଟି, ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ, ଟେକ୍ସଟାଇଲ, ଫୁଡ ପ୍ରୋସେସିଂ, ମାଇନିଂ ମେସିନାରୀ ଏବଂ ନବୀକରଣ ଯୋଗ୍ୟ ଶକ୍ତି ଉତ୍ସ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ପ୍ରମୁଖ କମ୍ପାନୀଙ୍କର ମୁଖ୍ୟମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ ଯେ ଖ୍ୟାତାନାମା ଶିଳ୍ପଦ୍ୟୋଗୀଙ୍କୁ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆକୃଷ୍ଟ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଦୁବାଇରୁ ପ୍ରଥମ ନିବେଶକ ସମ୍ମିଳନୀ ଆରମ୍ଭ କରିବା ପରେ ଅହମ୍ମଦାବାଦ, ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁରେ ପରେ ହାଇଦ୍ରାବାଦ ଠାରେ ଷଷ୍ଠ ନିବେଶକ ସମ୍ମିଳନୀ କରିବାକୁ ଯାଉଛନ୍ତି।

ପୂର୍ବରୁ ଏହି ଉପରୋକ୍ତ ୬ ଟି ନିବେଶକ ସମ୍ମିଳନୀ ଦ୍ୱାରା ରାଜ୍ୟକୁ ବିଭିନ୍ନ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ପଥ ପରିଷ୍କାର ହୋଇଥିବା ବେଳେ ହାଇଦ୍ରାବାଦଠାରେ ହେବା ଯାଉଥିବା ସମ୍ମେଳନ ମଧ୍ୟ ରାଜ୍ୟରେ ଚାଲିଥିବା ଶିଳ୍ପାନୟନ କ୍ଷେତ୍ରରେ ପ୍ରମୁଖ ଅଂଶ ଗ୍ରହଣ କରିବ ବୋଲି ଆଶା କରାଯାଉଛି। ସବୁଠି ମୁଖ୍ୟମନ୍ତ୍ରୀ ନିଜେ ଶିଳ୍ପପତି, ନିବେଶକମାନଙ୍କ ସହ ଆଲୋଚନା କରୁଛନ୍ତି। ଏହା ଦ୍ୱାରା ସେମାନଙ୍କୁ ଏକ ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ମିଳୁଛି ଯାହାର ପରିଣାମ ମେକ୍‌‌ ଇନ୍‌‌ ଓଡ଼ିଶା କନକ୍ଲେଭ୍‌‌ ଏବଂ ପରବର୍ତ୍ତି ସମୟରେ ଦେଖିବାକୁ ମିଳିବ ବୋଲି କୁହାଯାଉଛି।

ନବୀନ ପଟ୍ଟନାୟକଙ୍କ ସଫଳତାର ‘୫-ସ’ ସୂତ୍ର
୧୯୯୭ ମସିହାରେ ଓଡ଼ିଶା ରାଜନୀତିରେ ପ୍ରଥମେ ପ୍ରବେଶ କରି ସାଂସଦ ରୂପେ ନିର୍ବାଚିତ ହୋଇଥିବା ନବୀନ ପଟ୍ଟନାୟକ, ୨୦୦୦ ମସିହାରୁ କ୍ରମାଗତ ଭାବେ ଓଡ଼ିଶାର ମୁ୍ଖ୍ୟମନ୍ତ୍ରୀ ଦାୟିତ୍ୱ ନିର୍ବାହ କରୁଆସୁଛନ୍ତି। ନବୀନଙ୍କ ଶାସନ ତତ୍ତ୍ୱକୁ ‘ନବୀନିଜମ୍’ ଓ ନବୀନଙ୍କ ଅର୍ଥ ପରିଚାଳନାକୁ ‘ନବୀନୋମିକ୍ସ ମଡେଲ୍’ ବୋଲି ବିବେଚନା କରାଯାଉଥିବାବେଳେ ତାଙ୍କର ସଫଳତା ପଛରେ ରହସ୍ୟ ହେଉଛି ‘୫-ସ’ ସୂତ୍ର।

‘୫-ସ’ ସୂତ୍ରର ପ୍ରଥମ ଉପାଦାନ ହେଲା ‘ସେବା’ ମନୋଭାବ। ଗତ ସେପ୍ଟେମ୍ବର ୩୦ ତାରିଖରେ, ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ପାଇଁ ଆୟୋଜିତ ଦୁଇଦିିନିଆ ପ୍ରସ୍ତୁତି ବୈଠକର ଉଦ୍ୟାପନୀ ଦିବସରେ ଉଦ୍ବୋଧନ ଦେଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଯେ ‘ଦଳପାଇଁ ଜନସେବା ହେଉଛି ମୁଖ୍ୟ ଓ ରାଜନୀତି ଏକ ମାଧ୍ୟମ।’ ଏହି ଜନସେବା ଆଦର୍ଶ ଯୋଗୁଁ ନବୀନ ସରଳ ଜୀବନ ଯାପନ କରିବା ଦେଖାଯାଏ। ଓଡ଼ିଶା ରାଜନୀତିକୁ ଆସିବା ପୂର୍ବରୁ ବୁଦ୍ଧିଜୀବୀ ତଥା ଲେଖକ ନବୀନ ପଟ୍ଟନାୟକ, ପୃଥିବୀର ବିଭିନ୍ନ ବୁଦ୍ଧୀଜୀବୀ ଗୋଷ୍ଠୀରେ ନିଜର ସମୟ ଅତିବାହିତ କରିଥିବା ବେଳେ ୨୦୦୦ରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରଠାରୁ ବାହାରକୁ ନ ଯାଇ ସବୁସମୟ ରାଜ୍ୟରେ କଟାଇବା ଦେଖାଯାଏ। ସେ ଓଡ଼ିଶାଲୋକଙ୍କୁ ନିଜର ପରିବାର ବୋଲି ସ୍ୱୀକାର କରିଛନ୍ତି। ନବୀନଙ୍କ ସେବା ମନୋଭାବର ସଦ୍ୟ ଉଦାହରଣ ମିଳିଥିଲା କୋଭିଡ୍-୧୯ ସମୟରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୧ ମାର୍ଚ୍ଚରୁ ଦୁଇମାସ ଭିତରେ ୨୮, ୦୦୦ ମେଟ୍ରିକ ଟନ୍ରୁ ଅଧିକ ତରଳ ଅମ୍ଳଜାନ ୧୭ଟି ରାଜ୍ୟକୁ ଯୋଗାଇ ଦେଇ ଦେଶରେ ଅନେକ ଅମୂଲ୍ୟ ଜୀବନ ରକ୍ଷା କରିପାରିଥିଲେ।

‘୫-ସ’ ସୂତ୍ରର ଦ୍ୱିତୀୟ ଉପାଦାନ ହେଲା ‘ସ୍ୱପ୍ନ’। ପ୍ରତ୍ୟେକ ଜନନେତା ଲୋକଙ୍କ ପାଇଁ ସ୍ୱପ୍ନ ଦେଖିବା ଆବଶ୍ୟକ। ୨୦୦୦ମସିହାରେ ନବୀନ ବାବୁ ରାଜ୍ୟକୁ ଏକ ବିକଶିତ ରାଜ୍ୟରେ ପରିବର୍ତ୍ତନ କରିବା ପାଇଁ ସ୍ୱପ୍ନ ଦେଖିଥିଲେ। ୧୯୯୯ ମହାବାତ୍ୟାରେ ରାଜ୍ୟର ପ୍ରାୟ ୧୦,୦୦୦ ଲୋକ ପ୍ରାଣ ହରାଇଥିଲେ। ଏହାକୁ ଦୃଷ୍ଟିରେ ରଖି ନବୀନ ବାବୁ ରାଜ୍ୟକୁ ଏକ ବାତ୍ୟା-ବନ୍ୟା ପ୍ରତିରୋଧ ରାଜ୍ୟ ଭାବେ ଗଢ଼ିବାକୁ ସଂକଳ୍ପ ନେଲେ। ଏହାର ସୁଫଳ୨୦୧୩ରେ ଫାଇଲିନ୍ ବାତ୍ୟା ବେଳେ ଦେଖିବାକୁ ମିଳିଥିଲା। ଏହାକୁ ବିଚାରକୁ ନେଇ ମିଳିତ ଜାତିସଂଘ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ଓଡ଼ିଶା ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ମଡେଲ୍କୁ ପ୍ରଶଂସା ଓ ପୁରସ୍କୃତ କଲେ। ଏବେ ଆମେ ବାହାର ରାଜ୍ୟକୁ ବିପର୍ଯ୍ୟୟ ବେଳେ ସାହାଯ୍ୟ କରିପାରୁଛୁ। ୧୯୯୯-୨୦୦୦ରେ ୨୧୭୬ କୋଟି ଟଙ୍କାର ରାଜସ୍ୱ ନିଅଣ୍ଟ ରାଜ୍ୟ ଓଡ଼ିଶା ୨୦୦୭-୨୦୦୮ ବେଳକୁ ୧୦୪୬ କୋଟିର ଆର୍ଥିିକ ବଳକା ରାଜ୍ୟରେ ପରିଣତ ହୋଇପାରିଲା। ୨୦୦୦ମସିହାରେ ୬୩% ଲୋକ ରାଜ୍ୟରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ବେଳେ ଏବେ ଏହା ୨୯%କୁ ଖସି ଆସିଛି। ସେହିପରି ୨୦୦୦ରେ ୩.୬ କୋଟି ଓଡ଼ିଶାବାସୀଙ୍କ ପାଇଁ ପ୍ରାୟ ୫୦ ଲକ୍ଷ ମେଟ୍ରିକ ଟନ୍ ଧାନ ରାଜ୍ୟରେ ଉତ୍ପାଦନ ହେଉ ଥିବା ବେଳେ ଏବେ ପ୍ରାୟ ୭୧ ଲକ୍ଷ ମେଟ୍ରିକ୍ ଟନ୍ ଧାନ ଉତ୍ପାଦନ ହେଉଛି ଏବଂ ଓଡ଼ିଶା ଏକ ବଳକା ଧାନ ରାଜ୍ୟରେ ପରିଣତ ହୋଇଛି। ଶିକ୍ଷା, ସ୍ୱାସ୍ଥ୍ୟସେବା, ଐତିହ୍ୟ ବିକାଶ, କ୍ରୀଡ଼ା କ୍ଷେତ୍ରରେ ରାଜ୍ୟରେ ଦେଶରେ ଏବଂ ବିଦେଶରେ ନିଜର ପରିଚୟ ସୃଷ୍ଟି କରିପାରିଛି।

ନବୀନଙ୍କ ସଫଳତାର ତୃତୀୟ ସୂତ୍ର ହେଲା ସର୍ବକାଳୀନ ‘ଶୃଙ୍ଖଳା’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୦୦ରେ ରାଜ୍ୟର ଶାସନ ଦାୟିତ୍ୱ ନେବାପରେ ସରକାରୀ କଳକୁ ଦୁର୍ନୀତିମୁକ୍ତ ଓ ଶୃଙ୍ଖଳିତ କରି ବିକାଶ କାର୍ଯ୍ୟରେ ନିୟୋଜିତ କରିଥିଲେ। ତାଙ୍କର ପଞ୍ଚମ ପାଳିରେ ପ୍ରଶାସନିକ ସଂସ୍କାରକୁ ଅଧିକ କ୍ରିୟାଶୀଳ କରି ‘୫-ଟି’ ଓ ‘ମୋ ସରକାର’ ପ୍ରକରଣ ପ୍ରଚଳନ କଲେ। ‘୫-ଟି’ ସଚିବ କ୍ଷେତ୍ର ପରିଦର୍ଶନ କରି ଏବଂ ବିଭିନ୍ନ ବିଭାଗର ‘୫-ଟି’ର ସମୀକ୍ଷାକରି ପ୍ରଶାସନକୁ ଅଧିକ ଶୃଙ୍ଖଳିତ କରି ପ୍ରଶଂସାର ପାତ୍ର ହେଉଛନ୍ତି। ଶୃଙ୍ଖଳାର ଦ୍ୱିତୀୟ କ୍ଷେତ୍ର ହେଲା ଦଳ। ବିଜୁ ଜନତା ଦଳର ଶୃଙ୍ଖଳାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ପ୍ରଶଂସା କରିଛନ୍ତି। ଜନବିରୋଧୀ ତଥା ଦୁର୍ନୀତିଗ୍ରସ୍ତ ନେତାମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରଥମରୁ ‘ଶୂନ୍ୟ ସହନଶୀଳତା’ ନୀତି ଅବଲମ୍ବନ କରିଆସୁଥିବାରୁ ଲୋକେ ବିଜେଡିକୁ ବିଶ୍ୱାସ କରୁଛନ୍ତି। ମନ୍ତ୍ରୀପଦ ତ୍ୟାଗକରି ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଏବେ ଦଳର ସାଂଗଠନିକ ସମ୍ପାଦକ ଦାୟିତ୍ୱରେ ଅଛନ୍ତି। ସେ ଲୋକମାନଙ୍କ ସେବା ପାଇଁ ଦଳକୁ ଜିଲ୍ଲା ଓ ବ୍ଲକ ସ୍ତରରେ ଦୃଢ଼ୀଭୂତ କରିବାରେ ଲାଗିଛନ୍ତି।

ନବୀନଙ୍କର ସଫଳତାର ଅନ୍ୟ ଏକ ବ୍ୟକ୍ତିଗତ ଦିଗହେଲା ‘ସହଭାଗିତା’ ମନୋଭାବ। ଧାନର ସହାୟକ ମୂଲ୍ୟ ବୃଦ୍ଧି, ପୁରୀର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରି ଅନେକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀଦଳଙ୍କୁ ସାଥିରେ ନେଇ ସର୍ବସମ୍ମତି ପଦକ୍ଷେପ ନେବାକୁ ଚେଷ୍ଟିତ ଥାଆନ୍ତି। ମାର୍ଚ୍ଚ ୨୦୨୧ରେ ଯେତେବେଳେ ବିଧାନ ସଭାର ବିରୋଧୀ ଦଳର ବିଜେପି ବିଧାୟକମାନେ ଧାରଣା ଦେବାକୁ ନବୀନ ନିବାସ ଗଲେ ସେତେବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ବାଟରେ ଅଟକାଇ ନଥିଲେ ଏବଂ ବିଧାୟକମାନେ ନବୀନ ନିବାସ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଯଥା ସମ୍ମାନ ଓ ଆତିଥ୍ୟ ପ୍ରଦାନ କରିବା ସହିତ ସେମାନଙ୍କର ଦାବି ଶୁଣିଥିଲେ।

ମୁ୍ଖ୍ୟମନ୍ତ୍ରୀଙ୍କର ଅନ୍ୟ ଏକ ସଫଳତାର ରହସ୍ୟ ହେଲା – ‘ସାମାଜିକ ନ୍ୟାୟ ପ୍ରତି ବିଶ୍ୱାସ’। ୧୯୯୯-୨୦୦୦ରେ ୫ ଲକ୍ଷ ଗରିବ ଲୋକ ବିଭିନ୍ନ ଭତ୍ତା ପାଉଥିବାବେଳେ ଆଜି ଏହା ୪୯ ଲକ୍ଷରେ ପହଞ୍ଚି ପାରିଛି। ପ୍ରାୟ ୨୫ ଲକ୍ଷ ଗରିବ ଲୋକ ରାଜ୍ୟ ସରକାରଙ୍କର ସ୍ୱତନ୍ତ୍ର ଖାଦ୍ୟ ସୁରକ୍ଷା ଯୋଜନାରେ ସହାୟତା ପାଉଛନ୍ତି। ୫୩ ଲକ୍ଷ ଗରିବ କୃଷକ ପ୍ରତିବର୍ଷ ‘କାଳିଆ’ ଯୋଜନାରେ ଉପକୃତ ହେଉଛନ୍ତି। ମହିଳା ସଶକ୍ତୀକରଣ ତଥା ଲିଙ୍ଗଗତ ନ୍ୟାୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କର କାର୍ଯ୍ୟ ଦେଶରେ ପ୍ରଶଂସିତ ହେଉଛି। ଆଜି ୭୦ ଲକ୍ଷରୁ ଉଦ୍ଧ୍ୱର୍ ମହିଳା ‘ମିଶନ ଶକ୍ତି’ କାର୍ଯ୍ୟକ୍ରମ ମାଧ୍ୟମରେ ସ୍ୱାବଲମ୍ବୀ ହୋଇପାରିଛନ୍ତି। ସ୍ୱାୟତ୍ତ ଶାସନ ବ୍ୟବସ୍ଥାରେ ମହିଳାମାନଙ୍କ ପାଇଁ ୫୦% ସ୍ଥାନ ସଂରକ୍ଷଣ କରାଯାଇଛି। ଏହାଦ୍ୱାରା ରାଜ୍ୟରେ ସାମାଜିକ ପରିବର୍ତ୍ତନର ଏକ ନିରବ ଧାରା ଆରମ୍ଭ ହୋଇଛି।

ରାଜ୍ୟରେ ନିୟମିତ ହେବେ ୫୭ ହଜାରରୁ ଅଧିକ କର୍ମଚାରୀ, ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ନବୀନଙ୍କ ବଡ଼ ଘୋଷଣା
ଭୁବନେଶ୍ବର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ମୁଖ୍ୟମନ୍ତ୍ରୀ କାଲି ୭୭ ବର୍ଷରେ ପାଦ ଦେବେ। ତେବେ ଜନ୍ମ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ଏକ  ବଡ଼ ଘୋଷଣା କରିଛନ୍ତି। ଯାହା ରାଜ୍ୟର ୫୭ ହଜାରୁ ଉର୍ଦ୍ଧ୍ବ ପରିବାରେ ଖୁସିର ଲହର ଖେଳାଇଦେଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବା ପରେ ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ରାଜ୍ୟ ତହବିଲରୁ ଏନେଇ ଖର୍ଚ୍ଚ ହେବ ୧୩ ଶହ କୋଟି ଟଙ୍କା।

ଆଜି ଅପରାହ୍ନ ୪.୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ନେଇ ନିଷ୍ପତ୍ତି ହୋଇଥିଲା। ଯାହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୬.୩୦ରେ ଘୋଷଣା କରିଥିଲେ। ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାବାସୀଙ୍କ ଆଶୀର୍ବାଦରେ ସେ ୨୦୦୦ ମସିହାରେ ଓଡିଶା ମା’ର ସେବାର ସୁଯୋଗ ପାଇଥିଲେ । ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ତାଙ୍କ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ସେତେବେଳେ ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତିଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ତେବେ ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା ।

ଆଜି ମୋ ପାଇଁ ସବୁଠୁ ବଡ଼ ଖୁସିର ଦିନ। ରାଜ୍ୟରେ କଣ୍ଟ୍ରାକଚୁଆଲ୍ ନିଯୁକ୍ତି ବ୍ୟବସ୍ଥା ସବୁଦିନ ପାଇଁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ବହୁତ ଦିନଧରି ମୁଁ ଏ ଦିନକୁ ଅପେକ୍ଷା କରିଥିଲି। ଓଡ଼ିଶାରେ କଣ୍ଟ୍ରାକଚୁଆଲ୍ ନିଯୁକ୍ତିର ଯୁଗ ଶେଷ ହୋଇଛି। ଆସନ୍ତୁ ଆମେ ସମସ୍ତେ ଆହୁରି ନିଷ୍ଠାପର ହୋଇ ଲୋକଙ୍କ ସେବାରେ ନିଜକୁ ନିୟୋଜିତ କରିବା। pic.twitter.com/4dcIUmlMpS

— Naveen Patnaik (@Naveen_Odisha) October 15, 2022

ଏହି ସମୟରେ ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା ବାତ୍ୟା ମରୁଡି ଲାଗି ରହିଥିଲା ଗରିବୀ ମଧ୍ୟ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

“ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ? ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ”, ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏଥିସହିତ ଆଜିଠୁ ରାଜ୍ୟରେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିସହିତ ସରକାରୀ କର୍ମଚାରୀମାନେ ସମସ୍ତେ ଭଲ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ନିଷ୍ଠାର ସହ ଲୋକଙ୍କ ସେବା କରିବାକୁ ନବୀନ ନିବେଦନ କରିଛନ୍ତି । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟ୍ରାନ୍ସପ୍ୟାରେନ୍ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ବୋଲି ନବୀନ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା। ଆଜି ଅପରାହ୍ନରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ବପୁର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଯାହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୬.୩୦ର ଘୋଷଣା କରିଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବା ପରେ ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ରାଜ୍ୟ ତହବିଲରୁ ଏନେଇ ଖର୍ଚ୍ଚ ହେବ ୧୩ ଶହ କୋଟି ଟଙ୍କା। ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେବାପରେ ୫-ଟି ଅନୁସାରେ କାମ କରିବା ପାଇଁ କର୍ମଚାରୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନାଯୋଗ୍ୟ ଆଜି ଅପରାହ୍ନ ୪.୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ଯେଉଁ ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିଛି। ଏହି ପ୍ରସ୍ତାବ ମଧ୍ୟରେ ସବୁଠୁ ବଡ଼ ଘୋଷଣା ହେଉଛି ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ। ଚୁକ୍ତି ଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଚୁକ୍ତି ଭିତ୍ତିକ ନିଯୁକ୍ତି ଯୁଗ ଶେଷ ହେଲା ବୋଲି ନବୀନ୍‌ କହିଛନ୍ତି । ଏଥିସହିତ ବର୍ତ୍ତମାନ ଚାକିରୀରେ ଥିବା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ଅଧିକ ୧୩ ଶହ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ଆସନ୍ତାକାଲି ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ ।

ଏଠାରେ ଉଲ୍ଲେଖଯୋଗ୍ୟ ଗତ ଗୁରୁବାର ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିବା ସହ ଖୁବ୍‌ ଶିଘ୍ର ସେମାନଙ୍କ ନେଇ ବଡ଼ ନିଷ୍ପତ୍ତି ନିଆଯିବ। ଯାହା ମାତ୍ର ଦୁଇ ଦିନ ମଧ୍ୟରେ ବିଚାର କରି ମୁଖ୍ୟମନ୍ତ୍ରୀ ଆଜି ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ତାଙ୍କର ୭୭ତମ ଜନ୍ମ ଦିନ ପୁର୍ବରୁ ରାଜ୍ୟର ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ ଏହି ଘୋଷଣା କରିବା ସହ ଦୀପାବଳି ଭେଟି ଦେଇଛନ୍ତି।