heavy rainfall in Odisha - The Sakala

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।  କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସହ ରାସ୍ତା ବୁଡ଼ିବ ଏବଂ ପାହାଡ଼ ଧସିବା ଆଶଙ୍କା କରାଯାଉଛି । ସମୁଦ୍ର ଅଶାନ୍ତ ହେଉଥିବାରୁ ୨୨ ତାରିଖ ଯାଏ ମତ୍ସଜୀବୀଙ୍କୁ ସମୁଦ୍ର ମନା ହୋଇଛି ।

ଗତ କାଲିର ଘୂର୍ଣ୍ଣି ବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର | ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ, ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା pic.twitter.com/HT3LyAhujn

— Meteorological Centre, Bhubaneswar (@mcbbsr) July 20, 2023

ଏହାଦ୍ୱାରା ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଟକ, ବୌଦ୍ଧ ସୋନପୁର, ବଲାଙ୍ଗିର, ବରଗଡ଼ ଆଦିରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଆଦି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି। ସେହିପରି ମାଟି ରାସ୍ତା ଓ ମାଟି କାନ୍ଥ ବର୍ଷା ଦ୍ୱାରା ପ୍ରଭାବିତ ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ବ୍ଲକରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ମଧ୍ୟ ଆକଳନ କରିଛି। ଅନ୍ୟପଟେ ସମ୍ଭାବ୍ୟ ବର୍ଷା ଏହାଜନିତ ଉପୁଜିବାକୁ ଥିବା ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏନେଇ ସମସ୍ତ ପ୍ରକାର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : କାଲିଠୁ ୩ ଦିନ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

ସୃଷ୍ଟି ହେଲା ଘୁର୍ଣ୍ଣିବଳୟ !!!
୨୦ବେଳକୁ ଲଘୁଚାପ !! pic.twitter.com/UfMEc0fLN7

— Meteorological Centre, Bhubaneswar (@mcbbsr) September 17, 2022

ପାଣିପାଗ ବିଭାଗର ସୂଚନା ମୁତାବକ, ଆସନ୍ତା ୧୯ ଓ ୨୦ତାରିଖର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

#Warning for Day-1 to Day-5 pic.twitter.com/p2FqIyg2v3

— Meteorological Centre, Bhubaneswar (@mcbbsr) September 17, 2022

୧୮ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷିବ । ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସୃଷ୍ଟି ହେଲା ଘୁର୍ଣ୍ଣିବଳୟ !!!
୨୦ବେଳକୁ #ଲଘୁଚାପ !!

ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି, ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା pic.twitter.com/eCWhZ2euxt

— Meteorological Centre, Bhubaneswar (@mcbbsr) September 17, 2022

୨୦ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ସୋନପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିସହ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟା‌ଗଡ଼, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ରାୟଗଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ସୃଷ୍ଟି ହେଲା ଲଘୁଚାପ : ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଲଘୁଚାପଟି ଆହୁରି ଘନୀଭୂତ ହେବାକୁ ଥିବାରୁ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ଜଣାପଡ଼ିଛି। ବିଶେଷ କରି ୧୦ ଓ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଏଥିପାଇଁ ଏହି ଦୁଇ ଦିନ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର l ଆଗାମୀ 36 ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି l

— Meteorological Centre, Bhubaneswar (@mcbbsr) September 9, 2022

୧୦ ତାରିଖରେ ୧୧ ଜିଲ୍ଲା, ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଲଘୁଚାପଟି ସନ୍ଧ୍ୟା ସୁଦ୍ଧା ଆନ୍ଧ୍ରଉପକୂଳ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି। କ୍ରମଶଃ ଏହା ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳକୁ ଆସିବ। ୧୧ ତାରିଖ ସକାଳ ଓଳି ଦକ୍ଷିଣ ଓଡ଼ିଶା ଉପକୂଳ କିମ୍ବା ସଂଲଗ୍ନ ଉତ୍ତର ଆନ୍ଧ୍ର ଉପକୂଳ ହୋଇ ଆଭ୍ୟନ୍ତର ଓଡ଼ିଶାକୁ ଯିବ। ଏହାର ପ୍ରଭାବରେ ୯ସନ୍ଧ୍ୟା ପର୍ଯ୍ୟନ୍ତ ଉପକୂଳ ଜିଲ୍ଲା ଓ ସଂଲଗ୍ନ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଶୁକ୍ରବାର ରାତିଠାରୁ ବର୍ଷାର ପ୍ରଭାବ ବଢ଼଼ିବ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆଜି ଲଘୁଚାପ ପ୍ରଭାବରେ ୪ ଜିଲ୍ଲା, କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ କଳାହାଣ୍ଡି, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

୧୦ ତାରିଖରେ ୧୧ ଜିଲ୍ଲା, ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେବା ସମ୍ଭାବନା pic.twitter.com/6a8U8pWqkp

— PIB in Odisha (@PIBBhubaneswar) September 8, 2022

୧୦ରେ ଉପକୂଳରେ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ବାଲେଶ୍ୱରରେ ମଧ୍ୟମରୁ ଭାରି ବର୍ଷା ହେବ। ୧୧ରେ ଗଞ୍ଜାମ ଓ ନୟାଗଡ଼ରେ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ପୁରୀ ଓ ଖୋର୍ଦ୍ଧାରେ ପ୍ରାୟତଃ ପ୍ରବଳ ଏବଂ ଅନ୍ୟାନ୍ୟ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ମଧ୍ୟମ ବର୍ଷା ହେବ। ୧୧ ସନ୍ଧ୍ୟା ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଓ ସ୍ଥାନେ ସ୍ଥାନେ ଭାରି ବର୍ଷା ସହ ୧୨ରେ ଉତ୍ତର-ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣରେ ବର୍ଷା ଲାଗି ରହିପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।

ପର ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ହୋଇଛି। ଯାହାଦ୍ୱାରା ରାଜ୍ୟରେ ଅନ୍ତତଃ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।