Bishnu Sethi no more - The Sakala

ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ବିଷ୍ଣୁ ସେଠୀଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଭଦ୍ରକ ଜିଲ୍ଲା ଧାମନଗରର ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ଆଜି ସକାଳୁ ପରଲୋକ ହୋଇଛି। ମାତ୍ର ୬୧ ବର୍ଷ ବୟରେ ଆଖି ବୁଜିଛନ୍ତି ଏହି ଟାଣୁଆ ନେତା। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ବିଷ୍ଣୁ ସେଠୀଙ୍କ ନିଧନ ଖବର ମିଳିବା ପରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମୃତ୍ୟୁକୁ ନେଇ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତି କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୋକ ବ୍ୟକ୍ତ କରିଛନ୍ତି ।

ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

— Naveen Patnaik (@Naveen_Odisha) September 19, 2022

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ଟ୍ୱିଟ କରି ଲେଖିଛନ୍ତି ‘ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦାନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମାନ କରୁଛି ।’

ବିଧାୟକ ଵିଷ୍ଣୁ ଚରଣ ସେଠୀଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭାବରେ ବର୍ଣ୍ଣନା କରି ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି l 🙏

— Governor Odisha (@GovernorOdisha) September 19, 2022

ଅନ୍ୟପଟେ ରାଜ୍ୟ ବିରୋଧି ଦଳ ଉପ ନେତା ତଥା ଧାମନଗରର ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।  ଶୋକ ବାର୍ତ୍ତାରେ ବାଚସ୍ପତି ଶ୍ରୀ ଆରୁଖ କହିଛନ୍ତି ଯେ ଜଣେ ସ୍ପଷ୍ଟ ବାଦୀ ତଥା ଲୋକପ୍ରିୟ ରାଜ ନେତା ଭାବେ ଦଳ ମତ ନିର୍ବିଶେଷରେ ସମସ୍ତଙ୍କର ସେ ପ୍ରିୟଭାଜନ ଥିଲେ । ତାଙ୍କ ବିୟୋଗରେ ଓଡିଶା ରାଜନୈତିକ କ୍ଷେତ୍ରରେ ଅପୂରଣୀୟ କ୍ଷତି ଘଟିଛି ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରି ସ୍ଵର୍ଗତ ଅମର ଆତ୍ମାର ସଦ୍ ଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।

ଧାମନଗରର ମାନ୍ୟବର ବିଧାୟକ ତଥା ବିରୋଧୀ ଦଳର ଉପନେତା ଶ୍ରୀଯୁକ୍ତ ବିଷ୍ଣୁ ସେଠୀଙ୍କ ବିୟୋଗ ଖବର ପାଇ ମୁଁ ଦୁଃଖିତ। ଲୋକପ୍ରିୟ ରାଜନେତା ସହିତ ସେ ଜଣେ ଲେଖକ ଓ ସାହିତ୍ୟିକ ଭାବେ ମଧ୍ୟ ବେଶ୍‌ ପରିଚିତ ଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। pic.twitter.com/F6oEAIIul7

— Sanjay Kumar Das Burma (@BurmaSanjay) September 19, 2022

ସେହିପରି ପୂର୍ବତନ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଶୋକ ବ୍ୟକ୍ତ କରି କହିଛନ୍ତି ଧାମନଗରର  ବିଧାୟକ ତଥା ବିରୋଧୀ ଦଳର ଉପନେତା ଶ୍ରୀଯୁକ୍ତ ବିଷ୍ଣୁ ସେଠୀଙ୍କ ବିୟୋଗ ଖବର ପାଇ ମୁଁ ଦୁଃଖିତ। ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଲୋକପ୍ରିୟ ରାଜନେତା ସହିତ ସେ ଜଣେ ଲେଖକ ଓ ସାହିତ୍ୟିକ ଭାବେ ମଧ୍ୟ ବେଶ୍‌ ପରିଚିତ ଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Deeply Anguished to know about the passing away of Senior Leader and Dhamnagar MLA Shri Bishnu Charan Sethi.

It’s a big loss for the Assembly as well as the State, which lost a Writer, Poet and Social Worker.

My deep condolences to the bereaved family. Om Shanti. 🙏 pic.twitter.com/uWF3ecXrfS

— Manas Mangaraj (@manasrmangaraj) September 19, 2022

ସେହିପରି ବିଜେଡି ସାଂସଦ ମାନସ ମଙ୍ଗରାଜ ମଧ୍ୟ ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କ ପରଲୋକରେ ଶୋକ ବ୍ୟକ୍ତ କରିବା ସହ ତାଙ୍କ ଅମର ଆତ୍ମାର ସଦ୍ ଗତି କାମନା କରିଛନ୍ତି। ଶ୍ରୀଯୁକ୍ତ ମଙ୍ଗରାଜ ଟ୍ବିଟ କରି ଲେଖିଛନ୍ତି ବରିଷ୍ଠ ନେତା ତଥା ଧାମନଗର ବିଧାୟକ ଶ୍ରୀ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ଗଭୀର ଦୁଃଖ ପ୍ରକାଶ କରୁଛି। ବିଧାନସଭା ତଥା ରାଜ୍ୟ ପାଇଁ ଏହା ଏକ ବଡ କ୍ଷତି, ରାଜ୍ୟ ଜଣେ ଲେଖକ, କବି ଏବଂ ସାମାଜିକ କର୍ମୀଙ୍କୁ ହରାଇଲା ।ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ
ଭୁବନେଶ୍ବର : ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। କିଛି ଦିନ ହେବ କିଡନି ରୋଗରେ ପୀଡିତ ହୋଇ ସେ ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ରହିଥିଲେ।

ଗତ ମାସେ ହେଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଫଳରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଫୁସଫୁସ ସଂକ୍ରମଣ ହୋଇଥିବା ଜଣାପଡ଼ିଥିବା ବେଳେ ବ୍ରେନ ଷ୍ଟ୍ରୋକ ହୋଇଥିଲା। ଫଳରେ ଅବସ୍ଥା ଗୁରୁତର ହେବାରୁ ପ୍ରାୟ ମାସେ ହେଲା ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ଆଜି ସକାଳୁ ଆଖି ବୁଜିଛନ୍ତି ବିଜେପିର ଏହି ପୁରୁଖା ନେତା। ଏନେଇ ଏମ୍ସର ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଭାସ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି।

ବିଷ୍ଣୁ ଚରଣ ସେଠୀ ଭଦ୍ରକ ଜିଲ୍ଲାର ଧାମନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଗତ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିଲେ। ଏହାପୂର୍ବରୁ ସେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଥରେ ନିର୍ବାଚିତ ହୋଇଥିଲେ। ବିଧାୟକ ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ବିଜେପିର ଜଣେ ବଡ଼ ନେତା ଏବଂ ସରକାରୀ ଦଳର ତୀବ୍ର ସମାଲୋଚକ ଭାବେ ପରିଚିତ ଥିଲେ ସେ। କେବଳ ଜଣେ ରାଜନେତା ନ ଥିଲେ, ବରଂ ସେ ଜଣେ ସାହିତ୍ୟିକ ଭାବେ ବି ବେଶ ପରିଚିତ। ଜଣେ ମେଳାପୀ ଓ ସାଲିସବିହୀନ ବ୍ୟକ୍ତି ଭାବେ ସେ ଖୁବ୍ ଜଣାଶୁଣା ଥିଲେ। ସେ ଘାସଫୁଲ ସାହିତ୍ୟପତ୍ରିକାର ସଂପାଦକ ବି ଥିଲେ।

ଯୁବାବସ୍ଥାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆରଏସଏସ) ସହ ଜଡ଼ିତ ହେବା ପରେ ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ରେ ବି ସକ୍ରିୟ ହୋଇଥିଲେ। ପରେ ସେ ବିଜେପିରେ ଯୋଗ ଦେଇ ରାଜନୀତି କ୍ଷେତ୍ରକୁ ଆସିଥିଲେ। ଓଏଏସ୍ ପାଇଥିଲେ ବି ଚାକିରୀରେ ଯୋଗ ନ ଦେଇ ସ୍ବର୍ଗତଃ ସେଠୀ ଜନସେବାରେ ବ୍ରତୀ ହୋଇଥିଲେ ଏବଂ ପରେ ‌ ସେ ରାଜନୀତିରେ ସକ୍ରିୟ ହୋଇଥିଲେ। ତାଙ୍କ ବିୟୋଗରେ ରାଜନୈତିକ ଓ ସାହିତ୍ୟିକ ମହଲରେ ଶୋକର ଛାୟ‌ା ଖେଳିଯାଇଛି।

ସ୍ବର୍ଗତଃ ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ରହିଥିଲେ ।୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।ବିଷ୍ଣୁ ଚରଣ ସେଠୀ ୧୯୬୧ ମସିହାର ଜୁନ ମାସ ୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ଗୟାଧର ସେଠୀ । ସେ ଉର୍ମିଳାରାଣୀ ପାଣିଗ୍ରାହୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଅଛି ।