Dhamnagar MLA - The Sakala

ପଞ୍ଚଭୂତରେ ବିଲୀନ ହେଲେ ବିଧାୟକ ବିଷ୍ଣୁ ସେଠୀ, ଜନ୍ମମାଟିରେ ଶୋକାକୂଳ ପରିବେଶରେ ଶେଷ ହେଲା ଅନ୍ତିମ ସଂସ୍କାର
ଭଦ୍ରକ: ପଞ୍ଚଭୂତରେ ବିଲୀନ ହେଲେ ବିରୋଧୀ ଦଳ ଉପନେତା ତଥା ଧାମନଗରର ବିଜେପି ବିଧାୟକ ବିଷ୍ଣୁ ସେଠୀ । ବିଳମ୍ବିତ ରାତିରେ ଜନ୍ମ ମାଟି ତିହିଡି ମଙ୍ଗରାଜପୁର ଗାଁରେ ଶୋକାକୂଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ସୂର୍ଯ୍ୟବଂଶୀ ସୁରଜ ମୁଖାଗ୍ନି ଦେଇଥିଲେ । ବିଷ୍ଣୁଙ୍କୁ ଶେଷ ଦର୍ଶନ କରିବା ପାଇଁ ହଜାର ହଜାର ଲୋକ ଏକାଠି ହୋଇଥିଲେ । ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ ।

ସୋମବାର ୬୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ବିଧାୟକ ବିଷ୍ଣୁ ସେଠୀଙ୍କ ଭୁବନେଶ୍ବର ଏମ୍ସରେ ଦେହାନ୍ତ ହୋଇଥିଲା । ଦେହାନ୍ତ ପରେ ଏମ୍ସରୁ ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ଅଣାଯାଇଥିଲା । ସେଠାରେ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଅଣା ଯାଇଥିବା ମରଶରୀର । ଏହାପରେ ଭୁବନେଶ୍ୱରରୁ ଏକ ଶୋଭାଯାତ୍ରାରେ ପାର୍ଥିବ ଶରୀରକୁ ଭଦ୍ରକ ନିଆଯାଇଥିଲା । । ଧାମନଗର ନିର୍ବାଚନ ମଣ୍ଡଳୀରେ ଶୋଭାଯାତ୍ରା ବେଳେ ବହୁ କର୍ମୀ, ରାଜନେତା ଓ ସମର୍ଥକ ଶେଷ ଦର୍ଶନ କରିଥିଲେ । ପରେ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଓ ଭଦ୍ରକ ସ୍ଥିତ ବାସଭବନକୁ ଅଣାଯାଇଥିଲା । ବରିଷ୍ଠ ବିଜେପି ନେତା ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ ଙ୍କ ସହ ବହୁ ବିଧାୟକ ଓ କର୍ମୀ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।

ଦଳ ମତ ନିର୍ବିଶେଷରେ ସମସ୍ତ ରାଜନୈତିକ ଦଳର ରାଜନେତା, ଜିଲ୍ଲାପାଳ, ଏସପିଙ୍କ ସମେତ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିତ୍ୱମାନେ ମଧ୍ୟ ଶେଷ ଦର୍ଶନ କରିଥିଲେ । ପ୍ରବଳ ବର୍ଷା ସତ୍ତ୍ୱେ ବିଷ୍ଣୁ ସେଠୀ ଆମର ରହେ ଧ୍ୱନିରେ କମ୍ପିଥିଲା ଭଦ୍ରକ । ପରେ ନିଜ ପୈତୃକ ଘର ତିହିଡ଼ି ସ୍ଥିତ ମଙ୍ଗରାଜପୁରକୁ ଶୋଭାଯାତ୍ରାରେ ବିଷ୍ଣୁ ସେଠୀଙ୍କ ପାର୍ଥିବ ଶରୀରକୁ ନିଆଯାଇଥିଲା । ସମସ୍ତଙ୍କୁ ଛାଡ଼ି ବିଷ୍ଣୁ ସେଠୀ ଆଜି ପଞ୍ଚ ଭୂତରେ ଲୀନ ହୋଇଯାଇଛନ୍ତି ।

ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ
ଭୁବନେଶ୍ବର : ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। କିଛି ଦିନ ହେବ କିଡନି ରୋଗରେ ପୀଡିତ ହୋଇ ସେ ଭୁବନେଶ୍ବର ଏମସ୍‌ରେ ଚିକିତ୍ସାଧୀନ ରହିଥିଲେ।

ଗତ ମାସେ ହେଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଫଳରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଫୁସଫୁସ ସଂକ୍ରମଣ ହୋଇଥିବା ଜଣାପଡ଼ିଥିବା ବେଳେ ବ୍ରେନ ଷ୍ଟ୍ରୋକ ହୋଇଥିଲା। ଫଳରେ ଅବସ୍ଥା ଗୁରୁତର ହେବାରୁ ପ୍ରାୟ ମାସେ ହେଲା ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ଆଜି ସକାଳୁ ଆଖି ବୁଜିଛନ୍ତି ବିଜେପିର ଏହି ପୁରୁଖା ନେତା। ଏନେଇ ଏମ୍ସର ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଭାସ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି।

ବିଷ୍ଣୁ ଚରଣ ସେଠୀ ଭଦ୍ରକ ଜିଲ୍ଲାର ଧାମନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଗତ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିଲେ। ଏହାପୂର୍ବରୁ ସେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଥରେ ନିର୍ବାଚିତ ହୋଇଥିଲେ। ବିଧାୟକ ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ବିଜେପିର ଜଣେ ବଡ଼ ନେତା ଏବଂ ସରକାରୀ ଦଳର ତୀବ୍ର ସମାଲୋଚକ ଭାବେ ପରିଚିତ ଥିଲେ ସେ। କେବଳ ଜଣେ ରାଜନେତା ନ ଥିଲେ, ବରଂ ସେ ଜଣେ ସାହିତ୍ୟିକ ଭାବେ ବି ବେଶ ପରିଚିତ। ଜଣେ ମେଳାପୀ ଓ ସାଲିସବିହୀନ ବ୍ୟକ୍ତି ଭାବେ ସେ ଖୁବ୍ ଜଣାଶୁଣା ଥିଲେ। ସେ ଘାସଫୁଲ ସାହିତ୍ୟପତ୍ରିକାର ସଂପାଦକ ବି ଥିଲେ।

ଯୁବାବସ୍ଥାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆରଏସଏସ) ସହ ଜଡ଼ିତ ହେବା ପରେ ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ରେ ବି ସକ୍ରିୟ ହୋଇଥିଲେ। ପରେ ସେ ବିଜେପିରେ ଯୋଗ ଦେଇ ରାଜନୀତି କ୍ଷେତ୍ରକୁ ଆସିଥିଲେ। ଓଏଏସ୍ ପାଇଥିଲେ ବି ଚାକିରୀରେ ଯୋଗ ନ ଦେଇ ସ୍ବର୍ଗତଃ ସେଠୀ ଜନସେବାରେ ବ୍ରତୀ ହୋଇଥିଲେ ଏବଂ ପରେ ‌ ସେ ରାଜନୀତିରେ ସକ୍ରିୟ ହୋଇଥିଲେ। ତାଙ୍କ ବିୟୋଗରେ ରାଜନୈତିକ ଓ ସାହିତ୍ୟିକ ମହଲରେ ଶୋକର ଛାୟ‌ା ଖେଳିଯାଇଛି।

ସ୍ବର୍ଗତଃ ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ରହିଥିଲେ ।୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।ବିଷ୍ଣୁ ଚରଣ ସେଠୀ ୧୯୬୧ ମସିହାର ଜୁନ ମାସ ୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ଗୟାଧର ସେଠୀ । ସେ ଉର୍ମିଳାରାଣୀ ପାଣିଗ୍ରାହୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଅଛି ।