havy rain in odisha - The Sakala

ରାଜ୍ୟରେ ୧୩ ତାରିଖ ଯାଏଁ ଲାଗି ରହିବ ବର୍ଷା, ଆସନ୍ତା ୨ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର : ରାଜ୍ୟରେ ଲାଗାଣ ବର୍ଷା ଫଳରେ ଦୁଇ ବର୍ଷ କରୋନା ପରେ ଚଳିତ ଥର ଦଶହରା ମଉଜ ଫିକା ପଡିଥିବା ବେଳେ କୁମାର ପୁର୍ଣ୍ଣିମା (ଗଜଲକ୍ଷ୍ମୀ ପୂଜା) ମଧ୍ୟ ଫିକା ପଡିବ। କାରଣ ରାଜ୍ୟର ପିଛା ଛାଡୁନି ବର୍ଷା। ଅକ୍ଟୋବର ମାସ ୨ୟ ସପ୍ତାହ ଆରମ୍ଭ ହୋଇଯାଇଥିଲେ ବି ରାଜ୍ୟରେ ବର୍ଷା ଶେଷ ହେବାର ନାଁ ଧରୁ ନାହିଁ । ବାରମ୍ବାର ଘୂର୍ଣ୍ଣିବଳୟ ଯୋଗୁଁ ଏବେ ବି ସକ୍ରିୟ ରହିଛି ମୌସୁମୀ । ଏଣୁ ରାଜ୍ୟରେ ଲାଗି ରହିଛି ବର୍ଷା । ଆଗକୁ ଏମିତି କେତେ ଦିନ ପର୍ୟ୍ୟନ୍ତ ଏପରି ବର୍ଷା ଲାଗି ରହିବ, କେବେ ମୌସୁମୀ ଫେରିବ, ସେ ନେଇ ପାଣିପାଗ ବିଭାଗ ବି ଠିକ ଭାବେ ଆକଳନ କରିପାରୁନାହିଁ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ମଧ୍ୟାହ୍ନ ବୁଲେଟିନ ଅନୁସାରେ ଆହୁରି ୫ ଦିନ ଅର୍ଥାତ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । କିନ୍ତୁ, ଏହା ନୁହେଁ ଯେ ୫ ଦିନ ପରେ ବର୍ଷା ଛାଡ଼ିଯିବ, ୫ ଦିନ ପରେ ବି ସ୍ଥିତିରେ କୌଣସି ପରିବର୍ତ୍ତନ ଆସିବ ନାହିଁ ବୋଲି ପାଣିପାଗ ବିଭାଗ କହିଛି । ଆଗାମୀ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେସବୁ ଜିଲ୍ଲା ହେଉଛନ୍ତି ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା ଜାରି ହୋଇଛି । ତେବେ ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଅନ୍ୟପଟେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଭାଙ୍ଗରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବର ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିିଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ୯ ଓ ୧୦ ତାରିଖ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ଆସନ୍ତାକାଲି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଦା, ନୟାଗଡ, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ରାୟଗଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୦ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗର ସ୍ଥିତିକୁ ଦେଖି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଦା, ନୟାଗଡ, ଗଂଜାମ, ଗଜପତି, ମାଲକାନଗିରି, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ ଅକ୍ଟୋବର ୧ରୁ ୭ ତାରିଖ ଭିତରେ ରାଜ୍ୟରେ ପ୍ରାୟ ୭୦ ମିଲିମିଟର ବର୍ଷା ହୋଇଛି । ଏହି ସମୟ ଭିତରେ ସ୍ୱାଭାବିକ ଭାବେ ୪୦ମିମି ବର୍ଷା ହେବା କଥା । କିନ୍ତୁ ଘୂର୍ଣ୍ଣିବଳୟ ପ୍ରଭାବରୁ ସ୍ୱାଭାବିକଠାରୁ ଅଧିକ ବର୍ଷିଛି । ଏହି ସମୟ ଭିତରେ ଭଦ୍ରକରେ ସର୍ବାଧିକ ୨୦୯% ଅଧିକ ବର୍ଷା ହୋଇଛି । ପୁରୀରେ ୨୦୭%, କଟକରେ ୧୯୪%, ଗଞ୍ଜାମରେ ୧୬୭%, ବାଲେଶ୍ୱରରେ ୧୬୪%, ଦେବଗଡ଼ରେ ୧୪୯%, କେନ୍ଦ୍ରାପଡ଼ାରେ ୧୫୩%, ଜଗତସିଂହପୁରରେ ୧୩୬%, ମୟୂରଭଞ୍ଜରେ ୧୩୦%, ସମ୍ବଲପୁରରେ ୧୦୪% ଅଧିକ ବର୍ଷା ହୋଇଛି । ନୂଆପଡ଼ାରେ ଅକ୍ଟୋବର ପ୍ରଥମ ସପ୍ତାହରେ ସ୍ୱାଭାବିକଠାରୁ ସବୁଠୁ କମ୍‌ ବର୍ଷା ହୋଇଛି । ଏଠାରେ ୬୦% କମ୍‌ ବର୍ଷା ହୋଇଛି । ନବରଙ୍ଗପୁରରେ ୫୫%, ମାଲକାନଗିରିରେ ୪୧% ଓ କଳାହାଣ୍ଡିରେ ୩୩% କମ୍‌ ବର୍ଷିଛି । କୋରାପୁଟ ଓ ବଲାଙ୍ଗୀରରେ ସ୍ୱାଭାବିକ ବର୍ଷା ହୋଇଛି । ତେବେ ଶୁକ୍ରବାର ଟିଟିଲାଗଡ଼ରେ ୩୧ ମିମି, ଢେଙ୍କାନାଳରେ ୧୨, ଦାରିଙ୍ଗିବାଡ଼ିରେ ୧୨, ହୀରାକୁଦ ଓ ତାଳଚେରରେ ୧୨ ମିମି ବର୍ଷା ହୋଇଛି ।

ସମୁଦ୍ର ମଧ୍ୟରେ ମିଶିଗଲେ ଦୁଇ ଘୂର୍ଣ୍ଣିବଳୟ : ୩ ଦିନ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ଜାରି କଲା ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବର୍ତ୍ତମାନ ସକ୍ରିୟ ଥିବାବେଳେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ଆଉ ଏହି ଘୂର୍ଣ୍ଣିବଳୟଟି ଆଜି ପ୍ରଥମ ଘୂର୍ଣ୍ଣିବଳୟ ସାଙ୍ଗରେ ମିଶିଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାଫଳରେ ୩ ତାରିଖଠାରୁ ୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ।

ମିଶିଗଲେ ଦୁଇ ଘୁର୍ଣ୍ଣିବଳୟ!!!

ଗତ କାଲିର ଦୁଇ ଘୁର୍ଣ୍ଣିବଳୟ ଆଜି ମିଶିଯିବା ସହ, ଘୁର୍ଣ୍ଣିବଳୟ ଭାବେ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଏବଂ ବାୟୁମଣ୍ଡଳର 5.8କିମି ଯାଏଁ ବ୍ୟାପିଛି pic.twitter.com/rw8Gqu27fN

— Meteorological Centre, Bhubaneswar (@mcbbsr) October 3, 2022

ଗତ ଦୁଇ ବର୍ଷ କରୋନା କାରଣରୁ ମା ଦୁର୍ଗାଙ୍କ ପୂଜା ଜାକଜକମରେ ହୋଇପାରିନଥିଲା। ଚଳିତ ବର୍ଷ ଭଲ ଭାବେ ପୂଜା ହେଉଥିବାରୁ ଲୋକମାନେ ବେଶ ଭଲ ଭାବେ ବୁଲାବୁଲି କରିବାକୁ ଯୋଜନା କରିଥିଲେ। କିନ୍ତୁ ବର୍ଷ ଏବେ ପୂଜା ମଉଜରେ ଫିକା ପକାଇବାକୁ ମାଡିଆସିଛି। ଏଥର କଟକଣାମୁକ୍ତ ପୂଜା ପାଇଁ ଅନୁମତି ମିଳିଥିଲେ ବି ପୂଜା ମଉଜ ଫିକା ପଡ଼ିବ। ଘୂର୍ଣ୍ଣିବଳୟ ପ୍ରଭାବରେ ଅଷ୍ଟମୀ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

#PressRelease on Increase in rainfall activity with isolated heavy to very heavy rainfall over Odisha during 02nd to 06th October, 2022 pic.twitter.com/Dy0lYWPgVK

— Meteorological Centre, Bhubaneswar (@mcbbsr) October 2, 2022

ପାଣିପାଗ କେନ୍ଦ୍ରର ପକ୍ଷରୁ ଜାରି ବୁଲେଟିନ୍‌‌ ଅନୁଯାୟୀ ସୋମବାର ରାଜ୍ୟର ୧୭ ଜିଲ୍ଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ ଓ ଢେଙ୍କନାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪ ତାରିଖରେ ବର୍ଷାର ପରିମାଣ ଅପେକ୍ଷାକୃତ ବୃଦ୍ଧି ପାଇବା ସହ ପ୍ରାୟ ୪ଟି ଜିଲ୍ଲାରେ ଏହା ପ୍ରବଳରୁ ଅତିପ୍ରବଳ ମାତ୍ରାରେ ବର୍ଷିବ। ଗଞ୍ଜାମ, ଗଜପତି, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଥିବା ବେଳେ ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ନୟାଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସକ୍ରିୟ ଘୁର୍ଣ୍ଣିବଳୟ ର ବର୍ତ୍ତମାନ ସ୍ଥିତି!! pic.twitter.com/cxbq6GVT7X

— Meteorological Centre, Bhubaneswar (@mcbbsr) October 3, 2022

ସେହିପରି ୫ ଓ ୬ ତାରିଖରେ ମଧ୍ୟ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ଥିବାବେଳେ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୫ ତାରିଖ ବା ବୁଧବାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା : ୩ ଦିନ ଢାଳିବ, ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ ପରାମର୍ଶ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରବିବାର ସକାଳୁ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ବର୍ଷାର ପରିମାଣ ବୃଦ୍ଧି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବାରୁ ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି। ଆସନ୍ତା ୩ ଦିନ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର ବଙ୍ଗୋପସାଗର ତତ୍‍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ୨୦ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ତଥା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାଦ୍ୱାରା ରବିବାରଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବା ବେଳେ ୧୯ରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରକୋପ ରହିବାର ସମ୍ଭାବନା ରହିଛି। ଲଘୁଚାପ ଦ୍ୱାରା ୨୦ ଓ ୨୧ରେ ସର୍ବାଧିକ ପ୍ରଭାବ ପଡ଼ିବ ବୋଲି ଜଣାପଡ଼ିଛି। ଏହି ଦୁଇ ଦିନ ବିକ୍ଷିପ୍ତ ବର୍ଷା ହେବ ଓ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ସୋମବାର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି ହେବା ସହିତ ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ୨୦ ଓ ୨୧ରେ ବର୍ଷା ହେବାକୁ ଥିବା ଜିଲ୍ଲା ସଂଖ୍ୟା ବଢ଼ିବା ସହ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।

ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଭୂସ୍ଖଳନ ସାଙ୍ଗକୁ ମାଟି କାନ୍ଥ ପଡ଼ିବା ଓ କଚ୍ଚା ଘର ନଷ୍ଟ ହେବାର ଆଶଙ୍କା ରହିଛି। ତଳୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ପ୍ରବଳ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାର ମଧ୍ୟ ଆଶଙ୍କା କରାଯାଇଛି। ବର୍ଷା ସମୟରେ ସହରାଞ୍ଚଳଗୁଡ଼ିକରେ ଡ୍ରେନେଜ ବ୍ୟବସ୍ଥା ପରିଚାଳନା ପାଇଁ ବ୍ୟବସ୍ଥା କରିବା ସହ ଚାଷ ଜମିରୁ ଜଳ ନିଷ୍କାସନ ବ୍ୟବସ୍ଥା କରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଅନ୍ୟପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ୨୦ ତାରିଖରୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ ପରାମର୍ଶ ଦେଇଛି। ବିଶେଷକରି ଯେଉଁ ଜିଲ୍ଲାଗୁଡ଼ିକ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି, ସେହି ଜିଲ୍ଲାର ଜିଲ୍ଲାପାଳମାନେ ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ କୁହାଯାଇଛି। ବର୍ଷା ସମ୍ପର୍କିତ ତଥ୍ୟ ଏସ୍‍ଆରସିଙ୍କ କାର୍ଯ୍ୟାଳୟକୁ ଜଣାଇବା ସହିତ ବର୍ଷା ଦ୍ୱାରା କୌଣସି କ୍ଷୟକ୍ଷତି ହେଲେ ତୁରନ୍ତ ଏହାର ସୂଚନା ଦେବାକୁ ପରାମର୍ଶ ଦିଆଯାଇଛି।ଅନ୍ୟପଟେ ଦେଶରେ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ରହିଛି। ଆସନ୍ତା ୩ ଦିନ ମଧ୍ୟରେ ଦେଶର ଉତ୍ତର ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।