ODISHA Disaster management - The Sakala

ଭେନେଜୁଏଲା ଭୂକମ୍ପ ପୀଡ଼ିତଙ୍କୁ ଭେଟିବା ସହ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ନେଇ ଆଲୋଚନା କଲେ ଭି.କେ. ପାଣ୍ଡିଆନ
ଭୁବନେଶ୍ୱର: ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଭି.କେ. ପାଣ୍ଡିଆନ୍ ଭେନେଜୁଏଲାର ଭୂମିକମ୍ପ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ସେଠାରେ ସେ ଉଦ୍ଧାର ଏବଂ ପୁନର୍ଗଠନ କାର୍ଯ୍ୟର ସମୀକ୍ଷା କରିବା ସହ ଉଦ୍ଧାରକାରୀ ଦଳ ଏବଂ ପ୍ରଭାବିତ ଲୋକଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ।

ଶ୍ରୀ ପାଣ୍ଡିଆନ୍ ସ୍ଥିତିର ପ୍ରତ୍ୟକ୍ଷ ସମୀକ୍ଷା କରିବା ସହ ବିପନ୍ନମାନଙ୍କ ତୁରନ୍ତ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। କଠିନ ପରିସ୍ଥିତିରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଜରୁରୀକାଳୀନ ପ୍ରତିକ୍ରିୟା ଦଳର ପ୍ରତିବଦ୍ଧତା ଏବଂ ନିଷ୍ଠାକୁ ସେ ଉଚ୍ଚ ପ୍ରଶଂସା କରିଥିଲେ। ଏଭଳି ବିପର୍ଯ୍ୟୟ ସମୟରେ ଉଦ୍ଧାରକାରୀମାନଙ୍କ ଅକ୍ଳାନ୍ତ ପରିଶ୍ରମ ତାଙ୍କୁ ଗଭୀର ଭାବେ ପ୍ରଭାବିତ କରିଥିଲା।

ଏହି ଗସ୍ତ ସମୟରେ ଭି.କେ. ପାଣ୍ଡିଆନ୍ ଭେନେଜୁଏଲା ରାଷ୍ଟ୍ରପତି ଡେଲସି ରୋଡ୍ରିଗୁଏଜ୍ ଙ୍କୁ ଭେଟିଥିଲେ। ଉଭୟ ନେତା ବିପର୍ଯ୍ୟୟ ମୁକାବିଲା ରଣନୀତି ଉପରେ ବିସ୍ତୃତ ମତ ବିନିମୟ କରିଥିଲେ। ଭାରତ ତଥା ବିଶେଷ କରି ଓଡ଼ିଶାର ସଫଳ ବିପର୍ଯ୍ୟୟ ପରିଚାଳନା, ଉଦ୍ଧାର, ଥଇଥାନ ଏବଂ ଦୀର୍ଘକାଳୀନ ବିପର୍ଯ୍ୟୟ ପ୍ରଶମନ ମଡେଲ ସମ୍ପର୍କରେ ପାଣ୍ଡିଆନ୍ ତାଙ୍କୁ ଅବଗତ କରାଇଥିଲେ। ପ୍ରାକୃତିକ ବିପର୍ଯ୍ୟୟ ପରେ କିପରି ସୁଦୃଢ଼ ଭାବେ ସମାଜର ପୁନର୍ଗଠନ କରାଯାଇପାରିବ, ସେ ନେଇ ସେ ବ୍ୟବହାରିକ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ ଯାହାକୁ ରାଷ୍ଟ୍ରପତି ରୋଡ୍ରିଗୁଏଜ୍ ଧ୍ୟାନ ସହକାରେ ଶୁଣିଥିଲେ।

ଏହି ବୈଠକରେ ଭାରତ ଏବଂ ଭେନେଜୁଏଲା ମଧ୍ୟରେ ଥିବା ସାଂସ୍କୃତିକ ଓ ଆଧ୍ୟାତ୍ମିକ ସମ୍ପର୍କ ଉପରେ ମଧ୍ୟ ଚର୍ଚ୍ଚା ହୋଇଥିଲା। ବିଶେଷ କରି ସତ୍ୟ ସାଇ ବାବାଙ୍କ ପ୍ରତି ଉଭୟ ଦେଶର ଲୋକଙ୍କ ଆସ୍ଥା କିପରି ଏକ ଆଧ୍ୟାତ୍ମିକ ସେତୁ ସୃଷ୍ଟି କରିଛି, ତାହା ଉପରେ ଉଭୟ ନେତା ଗୁରୁତ୍ୱାରୋପ କରିଥିଲେ। ସଙ୍କଟ ସମୟରେ ବିଶ୍ୱାସ ଏବଂ ସାମୁହିକ ଭାବନା କିପରି ପ୍ରଭାବିତ ଅଞ୍ଚଳରେ ପୁନର୍ଗଠନରେ ବଡ଼ ସହାୟକ ହୋଇଥାଏ, ତାହା ପାଣ୍ଡିଆନ୍ ଦର୍ଶାଇଥିଲେ।

ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା ପ୍ରଣାଳୀକୁ ମିଳିତ ଜାତିସଙ୍ଘର ଉଚ୍ଚ ପ୍ରଶଂସା
ଭୁବନେଶ୍ୱର: ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା କରିବା ପ୍ରଣାଳୀକୁ ମିଳିତ ଜାତିସଙ୍ଘ ଉଚ୍ଚ ପ୍ରଶଂସା କରିଛନ୍ତି । ଆସନ୍ନ ବାତ୍ୟା ପୂର୍ବରୁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ବ୍ୟାପକ ସ୍ଥାନାନ୍ତର କରିବା ତଥା ଶୂନ୍ୟ ପ୍ରାଣହାନି ସହିତ ସରକାରୀ ବିଭାଗ ଗୁଡିକ ମଧ୍ୟରେ ସମନ୍ଵୟ ରକ୍ଷାକରି ସଫଳତାର ସହ ବିପର୍ଯ୍ୟୟ ପରିଚାଳନା କରିବା ପ୍ରଣାଳୀକୁ ମିଳିତ ଜାତିସଂଘ ଉଚ୍ଚ ପ୍ରଶଂସା କରିଛନ୍ତି । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦନ ପାଇଁ କେନ୍ଦ୍ର ସରକାରଙ୍କଠାରୁ ଆମ ରାଜ୍ୟ ସମ୍ମାନଜନକ ” ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ” ୨୦୨୩ ପୁରସ୍କାର ପାଇଛି । ନାଗରିକମାନଙ୍କୁ ବିପର୍ଯ୍ୟୟ ଗୁଡିକ ବିଷୟରେ ଆଗରୁ ସଜାଗ କରିବା ତଥା SMS ଦ୍ବାରା ସତର୍କ ବାର୍ତ୍ତା ପଠାଇବା ପାଇଁ ଉପକୂଳବର୍ତୀ ୧୨୨ ଟି ସ୍ଥାନରେ ଆଲର୍ଟ ସାଇରନ୍ ଟାୱାର ଗୁଡିକ ସ୍ଥାପିତ ହୋଇଛି । ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟ ଙ୍କୁ ଦିଆଯାଉଥିବା ଅନୁକମ୍ପାମୂଳକ ସହାୟତା ରାଶିକୁ DAMPS ପୋର୍ଟାଲ ଦ୍ବାରା DBT ମାଧ୍ୟମରେ ଖୁବଶୀଘ୍ର ପ୍ରଦାନ କରାଯାଇପାରୁଛି । ଅଦ୍ୟାବଧୂ ଏହା ମାଧ୍ୟମରେ ୯ , ୮୧୬ ପରିବାରଙ୍କୁ ୩୮୭ କୋଟି ୧୬ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।

ଓଡ଼ିଶା ବିପର୍ଯ୍ୟୟ ପୁନରୁଦ୍ଧାର ପ୍ରକଳ୍ପ ( ODRP ) ଅଧୀନରେ ଗଞ୍ଜାମ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରେ ୧୬,୪୪୨ ବିପର୍ଯ୍ୟୟ ପ୍ରତିରୋଧୀ ଗୃହ ନିର୍ମାଣ କରାଯାଇଛି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଏବଂ CSR ପାଣ୍ଠି ଅଧୀନରେ ୫୯ଟି ନୂତନ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି । ସାତଭାୟା ( ରାଜନଗର ତହସିଲ ) ଅଞ୍ଚଳର ବିସ୍ଥାପିତ ୫୭୧ ପରିବାରଙ୍କୁ ବଗାପାଟିଆ ଗ୍ରାମଠାରେ ଥଇଥାନ ନିମନ୍ତେ ୩୩ କୋଟି ୮୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଅତ୍ୟାଧୁନିକ ଯନ୍ତ୍ରପାତି ଏବଂ ଗୃହ ସହିତ ୨୦ ଟି ODRAF ୟୁନିଟକୁ ସଶକ୍ତ କରାଯାଇଛି । ସନ୍ଧାନ ଓ ଉଦ୍ଧାର ଏବଂ ପ୍ରାଥମିକ ଚିକିତ୍ସାରେ ସହାୟତା ପାଇଁ ୩୨, ୬୩୩ ସଂଖ୍ୟକ ସ୍ଵେଚ୍ଛାସେବୀ ତାଲିମପ୍ରାପ୍ତ ହୋଇଛନ୍ତି । ବିପର୍ଯ୍ୟୟ ସମ୍ବନ୍ଧୀୟ ସତର୍କତା ପାଇଁ ‘ SATARK ‘ ମୋବାଇଲ୍ ଆପ୍ ବିକଶିତ ହୋଇଛି । ୧୦,୦୦୦ ଗ୍ରାମରେ ଗୋଷ୍ଠୀ ନେତୃତ୍ବାଧୀନ ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରସ୍ତୁତ କରାଯାଇଛି । ବିପର୍ଯ୍ୟୟ ପରିଚାଳନାକୁ ଶିକ୍ଷା ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇଛି । ବିପର୍ଯ୍ୟୟ ପରିଚାଳନାରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଗୁଡ଼ିକୁ ତାଲିମ ଦେବା ଏବଂ ଅନ୍ତର୍ଭୁକ୍ତ କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ‘ ସ୍ବୟଂସିଦ୍ଧା ‘ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି । ମିଶନ୍ ଶକ୍ତି ବିଭାଗର ସହଯୋଗରେ ଏହା ଅନ୍ୟ ଜିଲ୍ଲାମାନଙ୍କରେ କାର୍ଯ୍ୟକାରୀ କରାଯିବ ।

ଅଧିକ ଦୃଢ଼ୀଭୂତ ହେବ ବିପର୍ଯ୍ୟୟ ପରିଚାଳନା ଦକ୍ଷତା, ବିନିଯୋଗ ହେବ ୪୦୦ କୋଟି ଟଙ୍କା
ଭୁବନେଶ୍ୱର : ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏ ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନିଆଯାଇଛି ।

ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ଦୃତ ପରିବର୍ତ୍ତନଶୀଳ ଜଳବାୟୁ ପରିପ୍ରେକ୍ଷୀରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ ଓ ଶାଣିତ କରିବା ନିମନ୍ତେ ବୈଠକରେ ସ୍ଥିର ହୋଇଥିଲା । ଏଥି ପାଇଁ ଓଡ଼୍ରାଫ୍, ଅଗ୍ନିଶ୍ରମ ସେବା ୟୁନିଟ୍, ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ୟୁନିଟ୍ ଗୁଡିକୁ ଅତ୍ୟାଧୂନିକ ଯନ୍ତ୍ରପାତି ଓ ଉପକରଣ ଯୋଗାଇ ଦିଆଯିବ । ନିୟମିତ ବ୍ୟବଧାନରେ ତାଲିମ ଦିଆଯାଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ ।

ସମ୍ଭାବ୍ୟ ସହରାଞ୍ଚଳ ବନ୍ୟା ନିୟନ୍ତ୍ରଣ ନିମନ୍ତେ ବଡ଼ ବଡ଼ ସହରମାନଙ୍କରେ ଥିବା ଡ୍ରେନ୍ ଓ ଜଳ ନିଷ୍କାସନ ବ୍ୟବସ୍ଥାକୁ ସଠିକ୍ ଭାବେ ସଂଯୋଜିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୃହ ଓ ନଗର ଉନ୍ନୟନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଡ଼୍ରେନ୍ ଗୁଡିକ ଉପରୁ ଜବର ଦଖଲ ହଟାଇବା, ଡ୍ରେନ୍ ପ୍ରଶସ୍ତିକରଣ ଏବଂ ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ କରିବା ପାଇଁ କୁହାଯାଇଥିଲା ।

ବନ୍ୟା ପ୍ରବଣ ଅଞ୍ଚଳମାନଙ୍କରେ ଅଧିକ ବନ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ବାରମ୍ବାର ବନ୍ୟାରେ ପ୍ରଭାବିତ ହେଉଥିବା ଏବଂ ଆବଶ୍ୟକ ପରିମାଣର ଆଶ୍ରୟସ୍ଥଳୀ ନଥିବା ଗ୍ରାମମାନଙ୍କୁ ଚିହ୍ନଟ କରି ସେଠାରେ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବରି, ଧାମନଗର, ଗୋପ ଆଦି ବନ୍ୟା ପ୍ରବଣ ଅଞ୍ଚଳର ବନ୍ୟା ଘେରିବନ୍ଧକୁ ଅଧିକ ଉଚ୍ଚ ଓ ଦୃଢ଼ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଥିଲା ।

ବିପର୍ଯ୍ୟୟ ପରିଚାଳନା ଦକ୍ଷତା ଅବିବୃଦ୍ଧି ବାବଦରେ ପ୍ରାୟ ୪୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡିଥିଲା । ଜରୁରୀ ରିଲିଫ୍, ମରାମତି, ପୁନଃ ସ୍ଥାପନ ଏବଂ ପ୍ରଭାବିତ ଲୋକଙ୍କୁ ବିଭିନ୍ନ ପ୍ରକାର ସହାୟତା ବଣ୍ଟନ ଆଦି ବାବଦରେ ବିଭାଗମାନଙ୍କୁ ଦିଆଯାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଦାଖଲ କରିବା ପାଇଁ ମଧ୍ୟ ଉନ୍ନୟନ କମିଶନର ଶ୍ରୀ ଜେନା ନିର୍ଦ୍ଦେଶ ଦେଇଥିଲେ ।

ବିପର୍ଯ୍ୟୟ ପରବର୍ତ୍ତୀ ଆବଶ୍ୟକତା ଆକଳନ (ପି.ଡ଼ି.ଏନ୍.ଏ) ବିଷୟ ବୈଠକର ଆଲୋଚନାରେ ସ୍ଥାନ ପାଇଥିଲା । ଗତ ଅଗଷ୍ଟ ମାସରେ ହୋଇଥିବା ପ୍ରବଳ ବର୍ଷା ଏବଂ ବନ୍ୟାର ପି.ଡ଼ି.ଏନ୍.ଏ କରିବା ପାଇଁ ନିଷ୍ପତ୍ତି ହୋଇଥିଲା । ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରତିଷ୍ଠାନଙ୍କ ବୈଷୟିକ ସହଯୋଗିତାରେ ଏହି ଆକଳନ କରିବା ପାଇଁ ଉନ୍ନୟନ କମିଶନର ଶ୍ରୀ ଜେନା ପରାମର୍ଶ ଦେଇଥିଲେ । ମୁଖ୍ୟତଃ ବାସଗୃହ, ଆଶ୍ରୟସ୍ଥଳୀ, ପୁନର୍ବାସ, ପାନୀୟ ଜଳଯୋଗାଣ, ସ୍ୱାସ୍ଥ୍ୟ ସେବା ଓ ଶିକ୍ଷାନୁଷ୍ଠାନ ଆଦି ସର୍ବସାଧାରଣ ସଂପତ୍ତି, ରାସ୍ତା ଓ ପୋଲ ଆଦି ସ୍ଥାନୀୟ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଆବଶ୍ୟକତା ଆଦି ଭିତ୍ତିରେ ଏହି ବିପର୍ଯ୍ୟୟ ପରବର୍ତ୍ତୀ ଆକଳନ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡିଥିଲା । ଆସନ୍ତା ୧ ମାସ ମଧ୍ୟରେ ଏହି କାମ ସଂପୂର୍ଣ୍ଣ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ପୁଲିସ୍ ମହାନିର୍ଦ୍ଦେଶକ ସୁନିଲ୍ କୁମାର ବଂଶଲ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ସ୍ୱତନ୍ତ୍ର ରିଲିଫ୍ କିମଶନର ଶ୍ରୀ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସଂପଦ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ଗ୍ରାମ ଉନ୍ନୟନ ଏବଂ ସୂଚନା ଓ ଲୋକସେବା ସଂପର୍କ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ପଂଚାୟତି ରାଜ ଏବଂ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ସୁଶିଲ୍ କୁମାର ଲୋହାନିଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।