krishi-odisha - The Sakala

ଚାଷୀଙ୍କ ସାଥିରେ ରହିଛି, ସେମାନଙ୍କ ପାଇଁ କାମ କରୁଛି : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଉଦଘାଟିତ ହେଲା କୃଷି ଓଡିଶା । ଭୁବନେଶ୍ୱର ବରମୁଣ୍ଡା ପଡିଆରେ ଉଦଘାଟିତ ହୋଇଯାଇଛି ରାଜ୍ୟସ୍ତରୀୟ ୫ ଦିନିଆ କୃଷି ପ୍ରଦର୍ଶନୀ । ୧୫ ମାର୍ଚ୍ଚରୁ ୧୯ ତାରିଖ ଯାଏଁ ଚାଲିବାକୁ ଥିବା ଏହି କୃଷି ମହାକୁମ୍ଭକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୃଷି ପ୍ରଦର୍ଶନୀ କୃଷି ଓଡିଶାକୁ ଭର୍ଚୁଆଲ ମୋଡ଼ରେ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ‘ଚାଷୀଙ୍କ ସାଥିରେ ରହିଛି , ସେମାନଙ୍କ ପାଇଁ କାମ କରୁଛି । ରାଜ୍ୟର ମିଲେଟ ମିଶନ ସାରା ଦେଶରେ ଉଦାହରଣ ସାଜିଛି । ଏହାସହ କଳାହାଣ୍ଡିର ମତ୍ସ୍ୟ ଚାଷୀ ଦେଶରେ ସ୍ବତନ୍ତ୍ର ପରିଚୟ ଲାଭ କରିଛନ୍ତି । ଚାକିରୀ ଛାଡି ଯୁବବର୍ଗ ଚାଷକୁ ଆପଣାଇ ଆତ୍ମନିର୍ଭର ହୋଇ ପାରୁଛନ୍ତି ବୋଲି କହିଛନ୍ତି।

କୃଷି ଓଡିଶା ଉଦଘାଟନ ଅବସରୋର ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କରୋନା ଆର୍ଥିକ ସ୍ଥିତି ବିଗାଡି ଦେଇଥିବାବେଳେ ସଞ୍ଜିବନୀ ଭାବେ ଉଭା ହୋଇଛି କୃଷି । କୃଷିଙ୍କ ଉନ୍ନୟନ ପାଇଁ ରାଜ୍ୟ ସରକାର ୨୦ ହଜାର କୋଟି ଋଣ ଯୋଗାଇଛନ୍ତି । ସରକାରୀ ଯୋଜନାର ସୁଯୋଗ ନେବା ସହ ନୂତନ ବୈଷୟିକ କୌଶଳର ଲାଭ ଉଠାଇବା ପାଇଁ ପରାମର୍ଶ ଦେଇଛନ୍ତି। କୃଷି ଓଡିଶା ଚାଷୀଙ୍କର ସମାବେଶ । ଚାଷୀଙ୍କ ଦକ୍ଷତା ବିକାଶ ପାଇଁ ଏହି ସମାବେଶ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଫିକି ଆନୁକୂଲ୍ୟରେ ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆୟୋଜିତ ଏହି ମେଗା କୃଷି ପ୍ରଦର୍ଶନୀ ମାର୍ଚ୍ଚ ୧୫ରୁ ୧୯ ଯାଏଁ ଚାଲିବ। ଏହି କାର୍ଯ୍ୟକ୍ରମରେ ୧୦ଟି ବିଷୟବସ୍ତୁକୁ ନେଇ ପାଠଶାଳା ଆୟୋଜନ କରାଯିବ। ଚାଷୀ, କୃଷି ଉଦ୍ୟୋଗୀ ଏବଂ କୃଷି ବିଜ୍ଞାନୀମାନଙ୍କୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ ହେବ। କୃଷି ଓଡ଼ିଶାରେ ଏଥର ୧୬୦ଟି ମଣ୍ଡପରେ କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ଜଳଛାୟା ମିଶନ, ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ଆଦି ବିଭାଗ ପକ୍ଷରୁ ପ୍ରଦର୍ଶନୀ କରାଯାଉଛି। ଏଥର କୃଷି ଓଡ଼ିଶାରେ ମିଲେଟ୍ ମିଶନ୍ ଏବଂ ମିଶନ ଶକ୍ତି ପକ୍ଷରୁ ସ୍ୱତନ୍ତ୍ର ପ୍ରଦର୍ଶନୀ କରାଯାଉଛି। ଏହି ପ୍ରଦର୍ଶନୀରେ ବିଭିନ୍ନ ଜିଲ୍ଲାରୁ ୫ ଶହ ଚାଷୀ ଯୋଗଦେଇଥିବା ବେଳେ ପ୍ରଦର୍ଶନୀରେ ୧୬୦ଟି କୃଷି ମଣ୍ଡପ ସ୍ଥାନ ପାଇଛି । ବୈଷୟିକ ଜ୍ଞାନକୌଶଳ, ନୂଆ ନୂଆ କୃଷି ଯନ୍ତ୍ରପାତି ଏବଂ ବଜାର ସୁବିଧା ସମ୍ପର୍କରେ ସୂଚନା ଦେବା ପାଇଁ ପ୍ରତିବର୍ଷ ‘କୃଷି ଓଡ଼ିଶା’ ଆୟୋଜନ କରାଯାଉଛି। ଏ ବର୍ଷ କୃଷି ଓଡ଼ିଶାର ଥିମ୍ – ସମନ୍ୱିତ ଚାଷ : ଚାଷୀଙ୍କ ବିକାଶ ରହିଥିବା ବେଳେ ମାସ୍କଟ୍ ରହିଛି ‘ପାଳଛତୁ’।