Mandia Divas - The Sakala

ଆଜି ମାଣ୍ଡିଆ ଦିବସ
ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟକୁ ଅଧିକ ଲୋକପ୍ରିୟ କରିବା ପାଇଁ ଓଡ଼ିଶା ସରକାର ୨୦୨୨ ମସିହା ମାର୍ଗଶୀର ମାସର ପ୍ରଥମ ଗୁରୁବାର(ନଭେମ୍ବର ୧୦ ତାରିଖ)କୁ ‘ମାଣ୍ଡିଆ ଦିବସ’ ଭାବେ ପାଳନ ଆରମ୍ଭ କରିଥିଲେ। ଏହାକୁ ସମ୍ମାନ ଜଣାଇ ସାରା ଓଡ଼ିଶାରେ ଚଳିତବର୍ଷ ନଭେମ୍ବର ୧୦ ତାରିଖରେ ମାଣ୍ଡିଆ ଦିବସ ପାଳନ କରାଯାଉଛି। ମାଣ୍ଡିଆ ଚାଷର ପ୍ରଚାର ଏବଂ ପ୍ରସାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମିଲେଟ୍‌ର ପ୍ରଚାରପ୍ରସାର ତଥା ଖାଦ୍ୟ ଥାଳିରେ ଲଘୁଶସ୍ୟକୁ ସାମିଲ କରିବା ପାଇଁ ୨୦୧୭ ମସିହାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଓଡ଼ିଶା ମିଲେଟ୍‌ ମିଶନ୍’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ କୃଷି ବିଭାଗ ଦ୍ବାରା ରାଜ୍ୟର ୧୯ଟି ଜିଲ୍ଲାରେ ଏହା କାର୍ଯ୍ୟକାରୀ ହୋଇଛି।

ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ମିଲେଟ୍ ଉତ୍ପାଦନ ତଥା ବ୍ୟବହାର ପାଇଁ ପ୍ରଚାରପ୍ରସାର କ୍ଷେତ୍ରରେ ଓଡ଼ିଶା ଆଗରେ ରହିଛି। ଏଥିରେ ମାଣ୍ଡିଆରୁ ପ୍ରସ୍ତୁତ ସୁଆଦିଆ ଖାଦ୍ୟ ପ୍ରତି ରାଜ୍ୟ ତଥା ଦେଶ ବିଦେଶରେ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ପଦକ୍ଷେପ ନିଆଯାଉଛି।  ହିତକର ଶସ୍ୟ ମାଣ୍ଡିଆର ବହୁଳ ଉତ୍ପାଦନ ଓ ପ୍ରସାରକୁ ଗୁରୁତ୍ବ ଦେବା ଉଦ୍ଦେଶ୍ୟରେ ମାଣ୍ଡିଆ ଦିବସ ପାଳନ କରାଯାଉଛି । ମାଣ୍ଡିଆକୁ ଦୈନନ୍ଦିନ ଖାଦ୍ୟରେ ସାମିଲ କରିବା ତଥା ମାଣ୍ଡିଆ ଚାଷୀଙ୍କ ଜୀବନ ଓ ଜୀବିକାର ବିକାଶ ଦିଗରେ ସହାୟ ହେବା, ଏହି ଦିବସ ପାଳନର ଉଦ୍ଦେଶ୍ୟ। ଓଡ଼ିଶା ମିଲେଟ୍‌ ମିଶନ ପକ୍ଷରୁ ମାଣ୍ଡିଆର ପ୍ରଚାର ପ୍ରସାର ନିମନ୍ତେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନଙ୍କୁ ଯୋଡ଼ା ଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ମିଲେଟ୍‌ ଶକ୍ତି ଆଉଟ୍‌ଲେଟ୍‌ ଓ ମିଲେଟ୍‌ କାଫେ ଖୋଲାଯାଉଛି। ଜାତିସଂଘ ଦ୍ବାରା ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ଘୋଷଣା କରାଯାଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ‘ମାଣ୍ଡିଆ ଦିବସ’: ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟକୁ ନେଇ ସ୍ୱତନ୍ତ୍ର ମେଳା ଅନୁଷ୍ଠିତ
ସୁନ୍ଦରଗଡ଼: ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟକୁ ଅଧିକ ଲୋକପ୍ରିୟ କରିବା ପାଇଁ ରାଜ୍ୟ ସରକାର ମାର୍ଗଶୀର ମାସର ପ୍ରଥମ ଗୁରୁବାରକୁ ‘ମାଣ୍ଡିଆ ଦିବସ’ ଭାବେ ପାଳନ କରିଛନ୍ତି। ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟକୁ ନେଇ ସ୍ୱତନ୍ତ୍ର ମେଳା ସହିତ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଛି।

ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଯେଉଁସବୁ ଜିଲ୍ଲାରେ ମାଣ୍ଡିଆ ଚାଷ କରାଯାଉଛି ସେଥିମଧ୍ୟରେ ସୁନ୍ଦରଗଡ଼ ହେଉଛି ଏକ ପ୍ରମୁଖ ଜିଲ୍ଲା। ତେଣୁ ‘ମାଣ୍ଡିଆ ଦିବସ’ ଅବସରରେ ସୁନ୍ଦରଗଡ଼ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସହିତ ମାଣ୍ଡିଆ ଚାଷ ହେଉଥିବା ୧୨ଟି ବ୍ଳକରେ ମଧ୍ୟ ଅନୁରୂପ କାର୍ଯ୍ୟକ୍ରମ କରାଯାଇଛି। ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମକୁ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ଏବଂ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ ଉଦଘାଟନ କରିଥିଲେ।

ମାଣ୍ଡିଆ ଦିବସ ଉପଲକ୍ଷେ ଜିଲ୍ଲା ଏବଂ ବ୍ଲକ ସ୍ତରରେ ସ୍ୱତନ୍ତ୍ର ଖାଦ୍ୟ ମେଳା ଆୟୋଜନ କରାଯାଇଥିଲା। ଏଠାରେ ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଭଳିକି ଭଳି ସୁଆଦିଆ ଖାଦ୍ୟର ପସରା ଖୋଲିଥିଲା। ସେଥିମଧ୍ୟରେ ରହିଥିଲା ମାଣ୍ଡିଆ ଲଡ଼ୁ, କେକ୍, ଆରିସା ପିଠା, ବରା, ଆଳୁଚପ, ସିଙ୍ଗଡ଼ା, ଗୁପଚୁପ, ଖିରି ଭଳି ଖାଦ୍ୟ। ସ୍ଥାନୀୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଏହି ସ୍ୱାଦିଷ୍ଟ ଖାଦ୍ୟ ପ୍ରସ୍ତୁତ କରିଥିଲେ।

ଏହି ମେଳା ବୁଲିବାକୁ ଆସିଥିବା ସାଧାରଣ ଲୋକେ ଏହିସବୁ ଖାଦ୍ୟର ମଜା ନେଇଥିଲେ। ତା’ଛଡ଼ା ସୁନ୍ଦରଗଡ଼ ଜିଲ୍ଲା କାରାଗାରର ଅନ୍ତେବାସୀମାନଙ୍କୁ ମଧ୍ୟ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ ବଣ୍ଟନ କରାଯାଇଥିଲା।

ସୁନ୍ଦରଗଡ଼ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଭିତରେ ମାଣ୍ଡିଆର ପୁଷ୍ଟିକର ଗୁଣ ବିଷୟରେ ସଚେତନତା ସୃଷ୍ଟି କରିବା ଲାଗି ଏକ ସ୍ଲୋଗାନ ପ୍ରତିଯୋଗିତା କରାଯାଇଥିଲା। ‘ମାଣ୍ଡିଆ ଦିବସ’ ଅବସରରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଏହି କାର୍ଯ୍ୟକ୍ରମରେ ଭାଗନେଇ ଛାତ୍ରଛାତ୍ରୀମାନେ ବିଭିନ୍ନ ସର୍ଜନାତ୍ମକ ସ୍ଲୋଗାନ ଲେଖି ପଢ଼ିଥିଲେ।

ଏହି ପ୍ରତିଯୋଗିତାରେ ଲହୁଣୀପଡ଼ାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସାରଦା ସାହୁ ପ୍ରଥମ ହୋଇଥିଲେ। ସେହିପରି କୁଆରମୁଣ୍ଡା ବ୍ଳକ କୁମଝରିଆ ହାଇସ୍କୁଲର ଛାତ୍ରୀ ଅମ୍ରିତା ପତି ଦ୍ୱିତୀୟ ଏବଂ କୁତ୍ରା ବ୍ଲକ ତରକେରା ହାଇସ୍କୁଲର ଛାତ୍ରୀ ପ୍ରିୟଙ୍କା ମେହେର ତୃତୀୟ ସ୍ଥାନ କରିଥିଲେ। ଏହି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା।

ଜିଲ୍ଲାସ୍ତରୀୟ ‘ମାଣ୍ଡିଆ ଦିବସ’ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବୀରେନ୍ଦ୍ର କୁମାର ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରବାସିନୀ ଚକ୍ର, ଡିଏମଏଫ ସିଇଓ ରିତା ଡାଙ୍ଗ, ଓଡ଼ିଶା ପୁଷ୍ଟିଶସ୍ୟ ମିଶନର ଜିଲ୍ଲା ସଂଯୋଜିକା ନିଖିତା ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ବିଭିନ୍ନ ବ୍ଲକସ୍ତରରେ ହୋଇଥିବା କାର୍ଯ୍ୟକ୍ରମରେ ସ୍ଥାନୀୟ ବିଡିଓଙ୍କ ସହିତ ଓଡ଼ିଶା ପୁଷ୍ଟିଶସ୍ୟ ମିଶନର ବ୍ଲକ ସଂଯୋଜକମାନେ ଉପସ୍ଥିତ ଥିଲେ।

ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର ୧୨ଟି ବ୍ଳକରେ ମାଣ୍ଡିଆ ଏବଂ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରାଯାଉଛି। ବର୍ତ୍ତମାନ ଜିଲ୍ଲାର ନୂଆଗାଁ, ଲାଠିକଟା, କୁଆରମୁଣ୍ଡା, ଲହୁଣୀପଡ଼ା, ଗୁରୁଣ୍ଡିଆ, ବଣାଇଁ, କୁତ୍ରା, ବାଲିଶଙ୍କରା, ରାଜଗାଙ୍ଗପୁର, ଟାଙ୍ଗରପାଲି, ଲେଫ୍ରିପଡ଼ା ଏବଂ ହେମଗିର ବ୍ଲକରେ ଏହି ଚାଷ କରାଯାଉଛି। ସେଥିମଧ୍ୟରୁ ୮ଟି ବ୍ଲକ ଲାଗି ଜିଲ୍ଲା ଖଣିଜ ପ୍ରତିଷ୍ଠାନ ଆର୍ଥିକ ସହାୟତା ଯୋଗାଇ ଦେଉଛି। ଏହି ଚାଷ ପାଇଁ ପ୍ରଶାସନ ପକ୍ଷରୁ ଚାଷୀମାନଙ୍କୁ ସାର ବିହନ ସହିତ ଆବଶ୍ୟକ କୃଷି ଯନ୍ତ୍ରପାତି ଯୋଗାଇ ଦିଆଯାଉଥିବାରୁ ଚାଷୀମାନେ ବିଶେଷ ଆଗ୍ରହ ଦେଖାଉଛନ୍ତି।

ସ୍ଥାନୀୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ଏହି କାର୍ଯ୍ୟକ୍ରମରେ ଯୋଡ଼ାଯାଇ ସେମାନଙ୍କ ଜୀବିକା ସୁନିଶ୍ଚିତ କରାଯାଉଛି। ଏସଏଚଜି ମା’ମାନେ ମିଲେଟ ଶକ୍ତି ଟିଫିନ ସେଣ୍ଟର କରି ଭଲ ଦି’ପଇସା ରୋଜଗାର କରିପାରୁଛନ୍ତି। ଏହି ଟିଫିନ ସେଣ୍ଟର ପରିଚାଳନା ସହିତ ବିଭିନ୍ନ ଖାଦ୍ୟ ପ୍ରସ୍ତୁତି ଲାଗି ସେମାନଙ୍କୁ ପ୍ରଶାସନ ପକ୍ଷରୁ ତାଲିମ ଦିଆଯାଉଛି। ବର୍ତ୍ତମାନ ଜିଲ୍ଲାର ବିଭିନ୍ନ ସ୍ଥାନରେ ୨୧ଟି ଟିଫିନ ସେଣ୍ଟର ରହିଥିବା ବେଳେ ରାଉରକେଲାରେ ଗୋଟିଏ ‘ମିଲେଟ୍ ଶକ୍ତି କାଫେ’ ରହିଛି। ସେହିପରି ନୂଆଗାଁ ଓ କୁତ୍ରା ବ୍ଲକରେ ମିଲେଟ୍ସ ଅନ ହୁଇଲ ମାଧ୍ୟମରେ ପୁଷ୍ଟିଶସ୍ୟ ଖାଦ୍ୟକୁ ଲୋକପ୍ରିୟ କରାଯାଉଛି।

ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ପୁଷ୍ଟି ଯୋଗାଉଛି ମାଣ୍ଡିଆ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଣ୍ଡିଆ ଦିବସ ଅବସରରେ କହିଛନ୍ତି ।

ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି । ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ – ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ଆମେ ମିଲେଟ ମିଶନ ଆରମ୍ଭ କରିଛୁ । ଏଥିରେ ପାଞ୍ଚ ବର୍ଷରେ ଦୁଇ ହଜାର ଆଠ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଆମର ମିଲେଟ ମିଶନ ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି । ୟୁନାଇଟେ ନେସନ ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି । ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି । ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି । ଏବେ ଏହି ମିଶନ ସହ ୨ ଲକ୍ଷ ଚାଷୀ, ୮୨ଟି FPO ଓ ୧୨୦୦ ମିଶନ ଶକ୍ତି ଗ୍ରୁପ ସାମିଲ ହୋଇଛନ୍ତି । ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।

ମାର୍ଗଶୀର ମାସ ପ୍ରଥମ ଗୁରୁବାର ପାଳନ ହେବ ‘ମାଣ୍ଡିଆ ଦିବସ’
ଭୁବନେଶ୍ବର : ରାଜ୍ୟରେ ପାଳିତ ହେବ ମାଣ୍ଡିଆ ଦିବସ । ମାର୍ଗଶିର ମାସ ପ୍ରଥମ ଗୁରବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯିବ । ଚଳିତବର୍ଷ ନଭେମ୍ବର ୧୦ ତାରିଖରେ ପାଳନ ହେବ ଏହି ଦିବସ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି କୃଷି ସଚିବ ଅରବିନ୍ଦ ପାଢୀ । ପରିବେଶ ଓ ସ୍ବାସ୍ଥ୍ୟପାଇଁ ହିତକର ପୁଷ୍ଟିଶସ୍ୟର ବହୁଳ ପ୍ରଚାର ଓ ବ୍ଯବହାର ଏହାର ମୂଳ ଲକ୍ଷ୍ୟ ରଖାଯାଇଛି।

ଉଲ୍ଲେଖଯୋଗ୍ୟ ପୁଷ୍ଟିରେ ଭରପୁର ମାଣ୍ଡିଆ । ଏଥିରୁ ପ୍ରସ୍ତୁତ ବିସ୍କୁଟ, ମିକ୍ସଚର, ନିମିକି, ସେଓ, ପିଠା, ଛତୁଆ ଆଦି ସ୍ବାଦିଷ୍ଟ ଓ ଶରୀର ପାଇଁ ହିତକର । ମାଣ୍ଡିଆ ଉତ୍ପାଦନ ଓ ଏହାର ପ୍ରଚାର ପ୍ରସାରକୁ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ଏବେ ରାଜ୍ୟର ୧୯ଟି ଜିଲ୍ଲାରେ କାର୍ୟ୍ୟକାରୀ ହେଉଛି ମିଲେଟ ମିଶନ । ଓଡ଼ିଶା ମିଲେଟ ମିଶନ ଦ୍ବାରା ନିଆଯାଇଥିବା ପଦକ୍ଷେପକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସ୍ବୀକୃତି ମିଳିଛି ।କେନ୍ଦ୍ର ସରକାର ଓଡ଼ିଶା ମଡେଲକୁ ଆପଣାଇବାକୁ ବିଭିନ୍ନ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି । ନୀତି ଆୟୋଗ ମଧ୍ୟ ଏହାକୁ ଏକାଧିକ ଥର ପ୍ରଶଂସା କରିଛନ୍ତି । ମନ୍ତ୍ରଣାଳୟ ଓ ବିଭାଗରେ ହେବାକୁ ଥିବା ମିଟିଂ ଓ କ୍ୟାଣ୍ଟିନରେ ମାଣ୍ଡିଆ ପ୍ରସ୍ତୁତ ଲଡୁ, ମିକ୍ସଚର, ସ୍ନାକ୍ସ୍, ପୁରି, ଇଡିଲି, ଦୋଷା ଓ ବିସ୍କୁଟ୍ ପରଷିବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର ଖାଦ୍ୟ ମନ୍ତ୍ରଣାଳୟ ।

ମାନ୍ୟବର ମୁଖ୍ୟମନ୍ତ୍ରୀଂକ ଅନୁମୋଦନ କ୍ରମେ, ଆସନ୍ତା ମାର୍ଗଶୀର ମାସ ପ୍ରଥମ ଗୁରୁବାର ନଭେମ୍ବର ୧୦ ତାରିଖକୁ #ମାଣ୍ଡିଆଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ହୋଇଛି । ପରିବେଶ ଓ ସ୍ବାସ୍ଥ୍ୟପାଇଁ ହିତକର ପୁଷ୍ଟିଶସ୍ୟର ବହୁଳ ପ୍ରଚାର ଓ ବ୍ଯବହାର ଏହାର ମୂଳ ଲକ୍ଷ୍ୟ । #MilletsDivas #Odisha

— Arabinda K Padhee (@arvindpadhee) October 7, 2022

ଓଡ଼ିଶାରେ ଦିନକୁ ଦିନ ବଢୁଛି ମାଣ୍ଡିଆ ଚାହିଦା । ୨୦୧୮-୧୯ରେ ୫ ହଜାର ୭୪୦ ଜଣ ଚାଷୀ ମାଣ୍ଡିଆ ଚାଷ କରୁଥିବା ବେଳେ ୨୦୨୦-୨୧ରେ ୨୪ହଜାର ୩୨୪ ଚାଷୀ ମାଣ୍ଡିଆ ଚାଷ କରିଛନ୍ତି। ସେହିପରି ମାଣ୍ଡିଆ ଉତ୍ପାଦନ ବଢିଛି । ୨୦୧୮-୧୯ରେ ୧୮ ହଜାର କୁଇଣ୍ଟାଲ, ୨୦୧୯-୨୦ରେ ୯୪ ହଜାର କୁଇଣ୍ଟାଲ ଓ ୨୦୨୦-୨୧ ରେ ୧ଲକ୍ଷ ୯୪ ହଜାର ୪୮୦ କୁଇଣ୍ଟାଲ ମାଣ୍ଡିଆ ଉତ୍ପାଦନ ହୋଇଛି।

ମିଲେଟ ଉତ୍ପାଦନ ଓ ଏହାର ଚାଷକୁ ପ୍ରୋତ୍ସାହନ ଦେବା କ୍ଷେତ୍ରରେ ଓଡ଼ିଶାର ସମକକ୍ଷ କେହି ନୁହନ୍ତି। ଓଡ଼ିଶା ମିଲେଟ ମିଶନର ସଫଳତାକୁ ସ୍ୱୀକୃତି ମିଳିଛି। ଉତ୍ପାଦନ ଓ ଚାଷ ପାଇଁ ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାର ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପୋଷକ ଅନାଜ ପୁରସ୍କାର ମଧ୍ୟ ମିଳିଛି। ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ମିଲେଟ୍‍ ଉତ୍ପାଦନ ତଥା ବ୍ୟବହାର ପାଇଁ ପ୍ରଚାର ପ୍ରସାର କ୍ଷେତ୍ରରେ ଓଡ଼ିଶା ଆଗରେ ରହିଛି। କୃଷି ଓଡ଼ିଶାରେ ମିଲେଟ୍‍ ଏବେ ‘ମାସ୍କଟ’ ଭାବେ ପରିଚିତ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମିଲେଟ୍‍ର ପ୍ରଚାରପ୍ରସାର ଓ ଖାଦ୍ୟ ଥାଳିରେ ଲଘୁ କ୍ଷୁଦ୍ରଶସ୍ୟର ପୁନରୁଦ୍ଧାର ପାଇଁ ୨୦୧୭ ମସିହାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଓଡ଼ିଶା ମିଲେଟ୍‍ ମିଶନ୍‍’।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ କୃଷି ବିଭାଗ ଦ୍ୱାରା ରାଜ୍ୟର ୧୯ଟି ଜିଲ୍ଲାରେ ଏହା କାର୍ଯ୍ୟକାରୀ ହୋଇଛି। ଏହା ଚାଷୀଙ୍କ ଚାଷଜମି ଓ ଲୋକଙ୍କ ଦୈନିକ ଆହାରରେ ମିଲେଟ୍‍କୁ ପୁର୍ନଜୀବିତ କରି ଅନେକ ଚାଷୀଙ୍କ ଜୀବିକା ନିର୍ବାହ କରିବାରେ ସାହାଯ୍ୟ କରିଛି। ଏହି ମିଲେଟ୍‍ ମିଶନ୍‍ ମାଧ୍ୟମରେ ଗ୍ରାମୀଣ ତଥା ସହରାଞ୍ଚଳର ମହିଳା ରୋଜଗାରକ୍ଷମ ହୋଇପାରିଛନ୍ତି। କେବଳ ସେତିକି ନୁହେଁ, ମାଣ୍ଡିଆର ବ୍ୟବହାର ବଢ଼ାଇବା ପାଇଁ କୃଷି ବିଭାଗ ଅଧୀନରେ ଓଡ଼ିଶା ମିଲେଟ୍‍ ମିଶନ୍‍ ପକ୍ଷରୁ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ସହର ତଥା ଗ୍ରାମାଞ୍ଚଳର ମିଲେଟ୍‌ ଜାତୀୟ ଖାଦ୍ୟ ସାମଗ୍ରୀର ପ୍ରଚାରପ୍ରସାର ପାଇଁ ମିଶନ୍‍ ଶକ୍ତିର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଯାହାକି ଦେଶରେ ପ୍ରଥମ। ମିଲେଟ୍‍ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ଓଡ଼ିଶା ମିଲେଟ୍‍ ମିଶନ୍‍ ଦ୍ୱାରା ନିଆଯାଇଥିବ ପଦକ୍ଷେପକୁ ସର୍ବୋତ୍ତମ ମଡେଲ ମଧ୍ୟରୁ ଗୋଟିଏ ବୋଲି ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ସ୍ୱୀକୃତି ମିଳିଛି। ଏହାସହିତ ଭାରତ ସରକାର ମିଲେଟ୍‍ର ପ୍ରୋତ୍ସାହନ ପାଇଁ ଓଡ଼ିଶା ମଡେଲ୍‍କୁ ଆପଣାଇବା ପାଇଁ ଅନ୍ୟ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି।

ଅନ୍ୟପଟେ ଜାତିସଂଘ ଦ୍ୱାରା ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍‍ ବର୍ଷ ଭାବରେ ଘୋଷଣା କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ମିଲେଟ୍‍ ବର୍ଷକୁ ସକ୍ରିୟ ଭାବରେ ପାଳନ କରିବା ସହିତ ମିଲେଟ୍‍ ବ୍ୟବହାରର ପୁନଃମୂଲ୍ୟାୟନ ଦିଗରେ ପଦକ୍ଷେପ ନିଆଯାଇଛି। ଓଡ଼ିଶା ମିଲେଟ୍‍ ମିଶନ ପକ୍ଷରୁ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ମିଶନ୍‍ ଶକ୍ତି ଅନ୍ତର୍ଗତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ମାଧ୍ୟମରେ ମୂଲ୍ୟଯୁକ୍ତ ଉଦ୍ୟୋଗକୁ ପ୍ରୋତ୍ସାହିତ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ମିଲେଟ୍‍ ଶକ୍ତି ଆଉଲେଟ୍‌ ଓ କାଫେ ଖୋଲାଯାଉଛି। ସ୍ୱାସ୍ଥ୍ୟ ପାଇଁ ପୁଷ୍ଟିକର ହୋଇଥିବା ମାଣ୍ଡିଆ ତଥା କ୍ଷୁଦ୍ର ଶସ୍ୟରୁ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ ହେଉଛି। ଏହାସହିତ ଏହି ଲଘୁ କ୍ଷୁଦ୍ର ଖାଦ୍ୟ ଶସ୍ୟ(ମିଲେଟ୍‍)କୁ ପ୍ରୋସେସିଂ କରାଯାଇ ପ୍ୟାକେଜିଂ ମଧ୍ୟ କରୁଛନ୍ତି। ଏହାବ୍ୟତିତ ମିଲେଟ୍‍ର ପ୍ରୋସେସିଂ ପରେ ସେଥିରୁ ମାଣ୍ଡିଆ ପାଉଡର, ମାଣ୍ଡିଆ ଆରିଷା, ଏଣ୍ଡୁରୀ, କାକରା, ମାଣ୍ଡିଆ ଲଡ଼ୁ, ମିକ୍ସର, ପିଠା, ମୁଡ଼୍‍କି ଆଦି ଭଳି ଶୁଖିଲା ଓ ରନ୍ଧା ଖାଦ୍ୟ ପ୍ରସ୍ତୁତ କରୁଛନ୍ତି। ଏହାସହିତ ଏସ୍‍ଏଚ୍‍ଜି ମହିଳାମାନଙ୍କ ସହାୟତାରେ ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ଏହାର ପ୍ରଚାରପ୍ରସାର କରାଯାଉଛି।