Kumar Purnima rituals - The Sakala

କୁମାରୀ କନ୍ୟାମାନେ କାହିଁକି କରିଥାନ୍ତି କୁମାର ପୂର୍ଣ୍ଣିମା ବ୍ରତ
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରା ଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜା- ଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି। ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି ।

ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।

ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ରପୂଜା ମଧ୍ୟ କରିଥାନ୍ତି।ଏହାସହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦା- ପନା ମଧ୍ୟ କରିଥାନ୍ତି। ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ । ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି । ତେଣୁ କୁମାର ପୂର୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ । ସେହିପରି ଭଗବାନ ଶିବଙ୍କର ପୁଅ କାର୍ତ୍ତିକେୟ ଈଶ୍ୱରମାନଙ୍କ ମଧ୍ୟରେ ସବୁଠାରୁ ସୁନ୍ଦର ବୋଲି ପୁରାଣରେ କଥିତ ଅଛି । ସେ ଏହି ଦିନ ତାଡ଼କାସୁର ସହିତ ଯୁଦ୍ଧ ଆରମ୍ଭ କରିଥିଲେ । ତାଡ଼କାସୁରକୁ ପରାଜିତ କରିଥିବାରୁ ତାଙ୍କୁ ଯୁଦ୍ଧର ଦେବତା ଭାବେ ମଧ୍ୟ ଜଣାଯାଏ ।

ଏହି ଦିନ ଘରର କୁମାରୀମାନେ ଭୋରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି । ଏହି ବିଧିକୁ ଆଞ୍ଜୁଳା ଟେକା ବିଧି କୁହାଯାଏ । ତେବେ ଓଡ଼ିଶାର କେତେକ ଅଞ୍ଚଳରେ ଏହି ଆଞ୍ଜୁଳା ଟେକା ବିଧି ପାଳନ କରାଯାଏ ନାହିଁ । ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି । ଏହିଦିନ କୁମାରୀ ତଥା ବିବାହିତା ମହିଳାମାନେ ପାଦରେ ଅଳତା ଲଗାଇଥାନ୍ତି।ଅଳତା ହେଉଛି ଭାରତୀୟପରମ୍ପରା ରେ ଅହିସୁଲକ୍ଷଣୀ ହେବାର ପ୍ରତୀକ । ପ୍ରତ୍ୟକ ପୂଜା ପର୍ବରେ ଭାରତୀୟ ନାରୀମାନେ ଅଳତା ଲଗାଇ ନିଜ ଜୀବନସାଥୀର ଦୀର୍ଘଜୀବନ କାମନା କରିଥାନ୍ତି । ସନ୍ଧ୍ୟା ସମୟରେ କୁମାରୀମାନେ ପୁଣି ନୂତନବସ୍ତ୍ର ପରିଧାନ କରି ଚନ୍ଦ୍ର ଓ ଚଉରାଙ୍କୁ ପୂଜା କରିଥାନ୍ତି।

ଭୋଗ ପାଇଁ ଖଇ, ନଡ଼ିଆ, କଦଳୀ, ଛେନା, ଦହି, କ୍ଷୀର, କାକୁଡ଼ି, ତାଳସଜ, ମହୁ, ଅଦା, ଘିଅ, ଆଖୁ, ଗଜା ମୁଗ, ସେଓ, ଚିନି ଇତ୍ୟାଦି ପଡ଼ି ଏକ ଚକଟା ପ୍ରସ୍ତୁତ କରାଯାଇଥାଏ । ଏହି ଚକଟାକୁ ଚାନ୍ଦ ଚକଟା କୁହାଯାଏ । ଏହି ପର୍ବରେ ତିଆରି କରାଯାଉଥିବା ମଣ୍ଡା ପିଠା ଓଡ଼ିଶାର ମୁଖ୍ୟ ଆକର୍ଷଣମାନଙ୍କ ମଧ୍ୟରୁ ଅନ୍ୟତମ । ପୂଜା ସମୟରେ ଚାନ୍ଦ ଚକଟା ଓ ମଣ୍ଡା ପିଠା ଭୋଗ ଚଉରା ଏବଂ ଚନ୍ଦ୍ରଙ୍କୁ ଅର୍ପଣ କରି ସେମାନଙ୍କୁ ଶଙ୍ଖ ଓ ହୁଳହୁଳି ସହ ଦୀପରେ ବନ୍ଦାଇ ଦିଆଯାଏ । ଯେଉଁ ଘରେ କୌଣସି କୁମାରୀ କନ୍ୟା ନଥାନ୍ତି, ସେ ଘରେ ବିବାହିତା ସ୍ତ୍ରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି କାମନା କରି ଚଉରା ଓ ଚନ୍ଦ୍ର ପୂଜା କରିଥାନ୍ତି । ପୂଜା ସରିଲା ପରେ ଭୋଗ ଖାଇ କୁମାରୀ କନ୍ୟାମାନେ ନିଜର ସାରା ଦିନର ଉପବାସ ଭାଙ୍ଗିଥାନ୍ତି । ଗାଁ ଗହଳିର ଝିଅମାନେ କୁଆଁର ପୁନେଇ ଜହ୍ନ ଗୋ ଫୁଲ ବଉଳ ବେଣୀ, କୁଆଁରୀ ଝିଅଙ୍କ ଅପୂର୍ବ ଆନନ୍ଦ ପୁଚି ଖେଳିବାକୁ ମନ ଗୋ ଫୁଲ ବଉଳ ବେଣୀ….ଗୀତ ଗାଇ ପୁଚି ଖେଳିଥାନ୍ତି । ପୁଅମାନେ ପଶା ଓ ତାସ୍ ଖେଳି ମନୋରଞ୍ଜନ କରିଥାନ୍ତି।କେତେକ ଅଞ୍ଚଳରେ ଏହିଦିନ ଘରର ଜ୍ୱାଇଁମାନଙ୍କୁ ମଧ୍ୟ ବିଭିନ୍ନ ପ୍ରକାରର ଉପହାର ଦିଆଯାଇଥାଏ।