Kamala Pujari - The Sakala

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ
ଭୁବନେଶ୍ୱର:  ବିଶିଷ୍ଟ କୃଷିବିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତା ରେ କହିଛନ୍ତି ଯେ, ସ୍ବର୍ଗତ କମଳା ପୂଜାରୀ ଆମର ଶତାଧିକ ଦେଶୀ ଧାନ ବିହନ ଗୁଡିକର ପାରମ୍ପରିକ ପଦ୍ଧତିରେ ସଂରକ୍ଷଣ ଓ ଜୈବିକ ଚାଷ ପଦ୍ଧତି ବିଷୟରେ ସଚେତନତା ସୃଷ୍ଟି କରି ଭବିଷ୍ୟତରେ ଖାଦ୍ୟ ନିରାପତ୍ତା ସହିତ ପରିବେଶ ସୁରକ୍ଷା ଦିଗରେ ମହାନ ଅବଦାନ ରଖିଯାଇଛନ୍ତି। ତାଙ୍କ ବିୟୋଗ ସମାଜ ପାଇଁ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପପଟ୍ଟନାୟକ ଗଭୀର ସମବେଦନା ଜଣାଇଛନ୍ତି।

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ
ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ବର୍ଗତ ପୂଜାରୀଙ୍କ ପୁଅ ଟଙ୍କଧର ପୂଜାରୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ଶାନ୍ତ୍ବନା ଦେଇଛନ୍ତି। ଏଥିସହ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ବର୍ଗତ ପୂଜାରୀଙ୍କ ଶେଷକୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ, କଟକ SCBରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ
କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ହୋଇଛି । ଆଜି ସକାଳ ୫ଟାରେ କଟକ SCBରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଗତ ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ କମଳା ପୂଜାରୀଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।

ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ । ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା ।

ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ। କୋରାପୁଟ ଜିଲ୍ଲା ପାତ୍ରପୁଟ ଗ୍ରାମର କମଳା ପୂଜାରୀ ଲୋପ ପାଇଯାଉଥିବା ଶହେରୁ ଉର୍ଦ୍ଧ୍ୱ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି,ସେଗୁଡିକର ସଂରକ୍ଷଣ କରିପାରିଛନ୍ତି। ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ବେଶ୍ ଚର୍ଚ୍ଚାକୁ ଆସିଥିଲେ କମଳା ପୂଜାରୀ ।୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।

ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ, ମେଡିକାଲରେ ଚାଲିଛି ଚିକିତ୍ସା
ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀ ପୁଣିଥରେ ଅସୁସ୍ଥ ହୋଇପଡ଼ିଛନ୍ତି । ଶରୀର ବ୍ୟଥା ହେଉଥିବା ବେଳେ ସାମାନ୍ୟ ଜ୍ୱର ରହିଛି । ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶନିବାର ପୂର୍ବାହ୍ନ ୧୧ଟାରେ କୋରାପୁଟ ଜିଲ୍ଲା ଜୟପୁରସ୍ଥିତ ଜିଲ୍ଲା ଚିକିତ୍ସାଳୟ ଭର୍ତ୍ତି କରାଯାଇଛି । ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବାବେଳେ ତିନି ଜଣିଆ ଡାକ୍ତରୀ ଦଳ ତାଙ୍କର ଟିକିନିଖି ପରୀକ୍ଷା ସହିତ ଚିକିତ୍ସା କରୁଛନ୍ତି । ପଦ୍ମଶ୍ରୀ କମଳାଙ୍କୁ ଦୁଇଦିନ ହେଲାଣି ଜ୍ବର ଯୋଗୁଁ ଅସୁସ୍ଥତା ଅନୁଭବ କରିଥିଲେ। ଶନିବାର ପୂର୍ବାହ୍ନରେ ଜିଲ୍ଲା ଚିକିତ୍ସାଳୟରୁ ଏକ ଆମ୍ବୁଲେନ୍ସ ତାଙ୍କ ନିଜସ୍ବ ଗ୍ରାମରୁ ଜୟପୁର ବ୍ଲକ ଡଙ୍ଗରଛିଞ୍ଚି ଗ୍ରାମପଞ୍ଚାୟତର ପାତ୍ରପୁଟ ଗ୍ରାମକୁ ଯାଇ ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଏଠାରେ ଚିକିତ୍ସାଳୟ ସୁପରିଟେଣ୍ଡଣ୍ଟ ଡା. ରବିନ୍ଦ୍ରନାଥ ମିଶ୍ରଙ୍କ ପ୍ରତ୍ୟେକ୍ଷ ତତ୍ବାଧାନରେ ଡା. ସୁନିଲ କୁମାର ଭତ୍ରା, ଡା. ବିଭୂତି ଭୁଷଣ ଜେନା, ଡା.ରତିକାନ୍ତ ଖଟୁଆ, ଡା. ଶିବରଞ୍ଜନୀ ନାୟକ ପ୍ରମୁଖଙ୍କୁ ନେଇ ଗଠିତ ଟିମ୍ ଚିକିତ୍ସା କରୁଛନ୍ତି।

ଦୁଇଦିନ କାଳ ସାମାନ୍ୟ ଜ୍ବର ଯୋଗୁଁ ସେ ଅସୁସ୍ଥ ହୋଇଯାଇଥିଲେ। ଶନିବାର ଆମ୍ବୁଲେନ୍ସ ପାତ୍ରପୁଟ ଗ୍ରାମରେ ପହଞ୍ଚି ପଦ୍ମଶ୍ରୀ କମଳାଙ୍କୁ ଜୟପୁର ଜିଲ୍ଲା ଚିକିତ୍ସାଳୟକୁ ଅଣାଯାଇ ୬ନମ୍ବର ସ୍ବତନ୍ତ୍ର କକ୍ଷରେ ରଖାଯାଇ ଚିକିତ୍ସା କରାଯାଉଛି। ସୂଚନାଥାଉକି ଦୁଇ ମାସ ପୂର୍ବରୁ ସେ ଅସୁସ୍ଥ ହୋଇଥିଲେ। କିଡନୀ ଜନିତ ସମସ୍ୟା ଆଶଙ୍କା ନେଇ କଟକ ସ୍ଥିତ ଶ୍ରାରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ଚିକିତ୍ସା ହୋଇଥିଲେ। ଏହାପରି ତାଙ୍କୁ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ନେଇ ଜିଲ୍ଲା ଚିକିତ୍ସାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।