Bankachuda Besha - The Sakala

ଆଜି ବାଙ୍କଚୂଡ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ
ପୁରୀ: ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥି। ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ବାଙ୍କଚୂଡ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ। ଏହି ବେଶରେ ଠାକୁର ସୁବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବା ସହ ଚୂଡା ମଧ୍ୟ ଧାରଣ କରିଥାନ୍ତି। ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଆଜି ରାତି ୩ଟା ୪୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ପରେ ଭୋର ୪ଟା ୪୦ରେ ମଙ୍ଗଳ ଆରତୀ, ପରେ ଅବକାଶ ନୀତି ବଢିବା ପରେ ଠାକୁରଙ୍କୁ ବାଙ୍କଚୂଡ ବେଶରେ ସଜ୍ଜିତ କରାଯିବ।

ଠାକୁରଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହି ପଞ୍ଚୁକ ଯାତ୍ରା ଅନ୍ୟତମ। ଆସନ୍ତାକାଲି ତ୍ରୟୋଦଶୀରେ ତ୍ରି ବିକ୍ରମ ବେଶ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀନୃସିଂହ ବେଶ ଏବଂ ପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କୁ ରାଜ ରାଜେଶ୍ୱର ବେଶ ବା ସୁନାବେଶରେ ସଜ୍ଜିତ କରାଯିବ। ବିଶ୍ବାସ ରହିଛି ଆଜିର ଦିନରେ ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ପ୍ରାପ୍ତି ହୋଇଥାଏ । ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ମର୍ଚ୍ଚିକୋଟ ଛକଠାରେ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପ୍ରବେଶ କରିବା ସହ ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରୁଛନ୍ତି।

ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁବିଧା ଓ ସୁରକ୍ଷାକୁ ନଜରରେ ରଖି ଜିଲ୍ଲା, ପୁଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷ କରି ପାନୀୟ ଜଳ, ଅସ୍ଥାୟୀ ଶୌଚାଳୟ ସହ ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ସେଡର ବ୍ୟବସ୍ଥା ମଧ୍ୟ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ୪୦ ପ୍ଲାଟୁନ ଫୋର୍ସ ସହ ୭ ଜଣ ଅତିରିକ୍ତ ଏସପି, ୧୫ ଡିଏସପି, ୧୫୦ ଅଧିକାରୀ, ୪୦ ରୁ ଉର୍ଦ୍ଧ ଇନ୍ସପେକ୍ଟର ଦାୟିତ୍ବରେ ରହିଛନ୍ତି। ଏଥିସହ ୫୦ରୁ ଉର୍ଦ୍ଧ ସ୍ବେଛାସେବୀ ମଧ୍ୟ ନିୟୋଜିତ ଅଛନ୍ତି।

ବାଙ୍କଚୁଡ଼ ବେଶରେ ମହାପ୍ରଭୁ; ଦର୍ଶନର ଲାଭ ଉଠାଉଛନ୍ତି ଭକ୍ତ
ପୁରୀ: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ସମସ୍ତ ନୀତିକାନ୍ତି ବଢ଼ି ଅବକାଶ ନୀତି ପରେ ମହାପ୍ରଭୁ ବାଙ୍କଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି । ତେବେ ଆଜିର ଦିନରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି, ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ ବୋଲି ବିଶ୍ୱାସ ରହିଛି ।

ଯେତେବେଳେ ଅକ୍ରୁର ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ ଗୋପପୁରକୁ ଯାଇଥିଲେ ସେ ସମୟରେ ବ୍ରଜ ଦାଣ୍ଡରେ ଶ୍ରୀକୃଷ୍ଣଙ୍କୁ ଏହି ବେଶରେ ଦର୍ଶନ କରିଥିଲେ ଅକ୍ରୁର । ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି । ଏହି ବେଶରେ ଠାକୁର ମାନେ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୁଡା ମଧ୍ୟ ଧାରଣ କରିଥାନ୍ତି । ମସ୍ତକରେ ଏହି ଚୁଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ । ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ ।