President Droupadi Murmu in odisha - The Sakala

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ
ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପରେ ବିମାନବନ୍ଦରରୁ ରାଜଭବନ ଅଭିମୁଖେ ଯାଉଛନ୍ତି ରାଷ୍ଟ୍ରପତି। ଆଜି ରାଜଭବନରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ସାମିଲ୍‌ ହେବେ ରାଷ୍ଟ୍ରପତି । । ଭୁବନେଶ୍ଵର ଜନତା ମୈଦାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଚାଲିଛି। ଆଜି ଦ୍ଵିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଆସନ୍ତାକାଲି ଉଦଯାପନୀ ଦିବସ ରହିଛି।

ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନରେ ସମ୍ବଲପୁର ଯିବେ ରାଷ୍ଟ୍ରପତି
ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ ଦିନ । ୪ ଦିନିଆ ଗସ୍ତର ଶେଷ ଦିନରେ ଆଜି ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ସେଠାରେ ସନ୍ଥକବି ଭୀମ ଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ । ସମ୍ବଲପୁର ମିନି ଷ୍ଟାଡିୟମରେ ମହିମା ସଂପ୍ରଦାୟର ଅନୁଗାମୀକୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ସକାଳ ୧୦ ଟା ୫୦ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚି ୧୧ଟା ୪୫ ମିନିଟରେ ରେଢ଼ାଖୋଲ କଦଳୀଗଡ ହାଇସ୍କୁଲ ପଡ଼ିଆରେ ପହଞ୍ଚିବେ ରାଷ୍ଟ୍ରପତି କ୍ଷ ଦିନ ୧୨ଟା ୧୦ମିନିଟରେ ସନ୍ଥ କବି ଭୀମ ଭୋଇଙ୍କ ଜନ୍ମସ୍ଥଳୀ ମଧୁପୁର ଯାଇ ଭୀମ ଭୋଇଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଳ ଅର୍ପଣ କରିବେ । ଏହାପରେ ପୁଣି ୧୨ ଟା ୪୫ରେ କନ୍ଧରାରେ ଥିବା ଭୀମଭୋଇଙ୍କ ଦିବ୍ୟ ଜ୍ୟୋତି ଦର୍ଶନ ଓ ଜ୍ଞାନ ପ୍ରାପ୍ତି ପୀଠକୁ ଯିବେ ମହାମହିମ ।

ଏହାପରେ ପୁଣି ରେଢ଼ାଖୋଲରେ ଥିବା କୁକୁଡ଼ା ବାହାଲିରେ ଥିବା ଭୀମ ଭୋଇଙ୍କ ଆଶ୍ରମକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରେଢ଼ାଖୋଲ ମିନି ଷ୍ଟାଡିୟମରେ ମହିମା ଧର୍ମାବଲମ୍ବୀ ଲୋକଙ୍କ ସହ ଆଲଚନା କରିବାର କାର୍ୟକ୍ରମ ରହିଛି । ଏହାପରେ କଦଳୀଗଡ ପୁଣି ଆସି ଫେରି ଯିବାର କାର୍ଯ୍ୟକ୍ରମ ରହିଛି ।

ଆଜି ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବ୍ରହ୍ମପୁର ଗସ୍ତ ରହିଛି। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର ବିମାନବନ୍ଦରରୁ ସ୍ଵତନ୍ତ୍ର ବିମାନ ଯୋଗେ ବ୍ରହ୍ମପୁର ହେଲିପ୍ୟାଡରେ ପହଞ୍ଚିବେ। ଏହାପରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରିବେ ରାଷ୍ଟ୍ରପତି। ୩୫ ଛାତ୍ରଛାତ୍ରୀଙ୍କୁ ଗୋଲ୍ଡ ମେଡାଲ ପ୍ରଦାନ ସହ ୪୩ ଛାତ୍ରଛାତ୍ରୀଙ୍କୁ ଡିଲିଟ୍ ଉପାଧି ପ୍ରଦାନ କରିବେ ରାଷ୍ଟ୍ରପତି। ଏହାପରେ ସମାବର୍ତ୍ତନ ଉତ୍ସବରେ ଉପସ୍ଥିତ ଛାତ୍ରଛ।ତ୍ରୀଙ୍କ ଉଦ୍ଦେଶ୍ୟରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ ରାଷ୍ଟ୍ରପତି।

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବ ପରେ ରାଷ୍ଟ୍ରପତି ବାୟୁସେନାର ସ୍ଵତନ୍ତ୍ର ବିମାନରେ ଭୁବନେଶ୍ବର ବିମାନ ବନ୍ଦର ଫେରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସଡ଼କ ପଥରେ ସେଠାରୁ କଟକରେ ବ୍ରହ୍ମାକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟର ସ୍ଵର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କଟକରେ ଏହି କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରି ଆସିବେ। ଆସନ୍ତାକାଲି ସମ୍ବଲପୁରରେ ରାଷ୍ଟ୍ରପତିଙ୍କ ଏକାଧିକ କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଦେଶକୁ ଆଗେଇ ନେବାରେ ଛାତ୍ରୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ବିଶ୍ବବିଦ୍ୟାଳୟ ଦୀକ୍ଷାନ୍ତ ଭବନରେ ଅନୁଷ୍ଠିତ  ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ଉତ୍କଳ ବିଶ୍ବବିଦ୍ୟାଳୟ ଦେଶର ଗୁରୁତ୍ବପୂର୍ଣ୍ଣ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହି ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ଥିବା ଜାଣି ଖୁସି ଲାଗୁଛି। ଛାତ୍ରୀମାନେ ପୂର୍ବରୁ ପଛରେ ଥିଲେ, ଏବେ ସେମାନେ ଆଗକୁ ବଢୁଛନ୍ତି। ଦେଶକୁ ଆଗେଇ ନେବାରେ ଅର୍ଥାତ ଆର୍ଥିକ, ସାମାଜିକ ଅଗ୍ରଗତି କ୍ଷେତ୍ରରେ ଛାତ୍ରୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ ବୋଲି ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଥିଲେ।

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି, ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରୀ ଭାବେ ମୁଁ ନିଜକୁ ଗୌରାବାନ୍ବିତ କରୁଛି। ଏହି ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ କେବଳ ଭାରତରେ ନୁହେଁ। ବିଶ୍ବରେ ମଧ୍ୟ ସୁନାମ ଆଣିଛନ୍ତି। କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଜ୍ଞାନପୀଠ ପୁରସ୍କାର ବିଜୟିନୀ ଡ. ପ୍ରତିଭା ରାୟ, ଭାରତ ସରକାରଙ୍କ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ ପ୍ରମୁଖ ଏହି ବିଶ୍ବବିଦ୍ୟାଳୟର ଛାତ୍ର ଥିଲେ।

ଏହା ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଥିଲେ, ମତେ ଲାଗୁଛି ମୁଁ ଯେପରି ମୋର ଘର ଅଗଣାରେ ବସିଛି। ଛାତ୍ରଛାତ୍ରୀଙ୍କ ପାଇଁ ଆଜି ଦିନଟି ସ୍ମରଣୀୟ ହୋଇ ରହିବ। ଆଜି ଯେଉଁ ଛାତ୍ରଛାତ୍ରୀମାନେ ଡିଗ୍ରୀ ଲାଭ କରିଛନ୍ତି, ସେମାନଙ୍କର ସଫଳତା ପଛରେ ନିଷ୍ଠା ଓ ପରିଶ୍ରମ ରହିଛି। କିନ୍ତୁ ସେମାନଙ୍କର ପିତାମାତା, ଅଭିଭାବକ ଓ ଅଧ୍ୟାପକମାନେ ମଧ୍ୟ ବହୁ ପରିଶ୍ରମ କରିଛନ୍ତି। ଗୌରବର କଥା ୧୯୫୮ ଜାନୁଆରି ୧ରେ ଭାରତର ପ୍ରଥମ ରାଷ୍ଟ୍ରପତି ରାଜେନ୍ଦ୍ର ପ୍ରସାଦ ଏହାର ଶିଳାନ୍ୟାସ କରିଥିଲେ। ୧୯୬୩ ମସିହାରେ ତତ୍‌କାଳୀନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକୃଷ୍ଣ ଏହି ବିଶ୍ବବିଦ୍ୟାଳୟର ଲୋକାର୍ପଣ କରିଥିଲେ।

କୁଳପତି ପ୍ରଫେସର ଆଚାର୍ଯ୍ୟ ସ୍ବାଗତ ଭାଷଣ ଦେଇଥିଲେ। ୧୬୬ଜଣଙ୍କୁ ପିଏଚ୍‌ଡି/ଡିଲିଟ୍‌ ଡିଗ୍ରି ପ୍ରଦାନ କରାଯାଇଥିଲା। ରାଷ୍ଟ୍ରପତି ୩ଜଣଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ସହ ୧୦ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିଥିଲେ। ସମାବର୍ତ୍ତନ ସମାରୋହରେ, ରାଜ୍ୟପାଳ ରଘୁବର ଦାସ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, କୁଳପତି ପ୍ରଫେସର ସବିତା ଆଚାର୍ୟ୍ୟ, ଛାତ୍ରଛାତ୍ରୀ ଓ ନିମନ୍ତ୍ରିତ ଅତିଥି ପ୍ରମୁଖ ଉପସ୍ଥିତ ଥିଲେ। କାର୍ୟ୍ୟକ୍ରମ ଶେଷରେ ରାଷ୍ଟ୍ରପତି ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ଛାଡ଼ି ରାଜଭବନ ଅଭିମୁଖେ ଯିବେ।

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଓଡ଼ିଶାର ମୟୂରଭଞ୍ଜରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଛନ୍ତି । ପରେ ଖିଚିଂରେ ମାଆ କିଚକେଶ୍ବରୀଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ରାଇରଙ୍ଗପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ଯାସ ଓ ଉଦଘାଟନ କରିବେ ରାଷ୍ଟ୍ରପତି। ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୧୫ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିଛନ୍ତି।

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାରେ ୨ଦିନ ରହଣୀ ସାଙ୍ଗକୁ କେନ୍ଦୁଝର, କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ସମ୍ୱଲପୁରଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଇରଙ୍ଗପୁରରେ ନିଜ ବାସଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ମାଟିର ଝିଅକୁ ସ୍ୱାଗତ ପାଇଁ ସାରା ମୟୂରଭଞ୍ଜ ଜିଲ୍ଲା ଚଳଚଞ୍ଚଳ ହୋଇଉଠିଛି।

୨୯ ତାରିଖରେ କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଆଲୋଚନାଚକ୍ରକୁ ଉଦ୍‌ଘାଟନ କରିବେ ରାଷ୍ଟ୍ରପତି। ଅପରାହ୍ଣ ୫ଟା ୨୦ରେ ରାଷ୍ଟ୍ରପତି ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ହେବେ। ୬ଟା ୫୪ରେ ସେ ରାଜଭବନରେ ପହଞ୍ଚି ସେଠାରେ ପହଞ୍ଚି ରାତ୍ରଭୋଜନ କରିବା ସହ ରହିବେ।

ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ଅପରାହ୍ଣ ୪ଟା ୫ରେ କଟକରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ।

୨ ତାରିଖ ସକାଳ ୧୦ଟା ୧୦‌ରେ ଝାଡ଼ସୁଗଡ଼ା ବିମାନବନ୍ଦରରେ ଓହ୍ଲାଇ ସିଧା ସମ୍ୱଲପୁର ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି। ସେଠାରେ ସନ୍ଥକବି ଭୀମଭୋଇଙ୍କ ଦିବ୍ୟଜ୍ୟୋତି ଦର୍ଶନ ସହ ବିଭିନ୍ନ ସ୍ଥାନ ପରିଭ୍ରମଣ କରିବେ। ଏହାସହ ସମ୍ବଲପୁର ମିନି ଷ୍ଟାଡିୟମରେ ମହିମା ସମ୍ପ୍ରଦାୟ ଅନୁଗାମୀଙ୍କ ସହ ଭେଟିବେ ବୋଲି କାର୍ଯ୍ୟସୂଚୀରେ ସ୍ଥିର କରାଯାଇଛି।

ଏମଏସସିବି ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ ରାଷ୍ଟ୍ରପତି: ୮ଜଣଙ୍କୁ ପ୍ରଦାନ କରାଯିବ ଡି.ଲିଟ/ଡିଏସସି ଉପାଧି
ବାରିପଦା: ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ (ଏମଏସସିବି) ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଆସନ୍ତାକାଲି ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ତଥା ଉଲ୍ଲେଖନୀୟ ଅବଦାନ ଥିବା ୮ଜଣ ବ୍ୟକ୍ତି ବିଶେଷଙ୍କୁ ଡିଲିଟ/ଡିଏସସି, ୯୦ଜଣ ଗବେଷକଙ୍କୁ ପିଏଚଡି ଉପାଧି ଓ ୩୪ଜଣ କୃତିଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯିବ।  ଏନେଇ ବିଶ୍ବବିଦ୍ୟାଳୟର ସିଣ୍ଡିକେଟ ବୈଠକର ସୁପାରିଶ ନାମ ବିଶ୍ବବିଦ୍ୟାଳୟର କୁଳାଧିପତି ରାଜ୍ୟପାଳ ପ୍ରଫେସର ଡ. ଗଣେଶୀଲାଲଙ୍କ ଅନୁମୋଦନ ଲାଭ କରିଛି । ୮ଜଣ ବ୍ୟକ୍ତିତ୍ବ ମାନେ ହେଲେ ରାଜ ଯୋଗିନୀ ବ୍ରହ୍ମକୁମାରୀ କମଳେଶ, କଣ୍ଠଶିଳ୍ପୀ ସ୍ବରୂପା ଚକ୍ରବର୍ତ୍ତୀ, ଆଦିବାସୀ ସଙ୍ଗୀତ ଗବେଷିକା ଡ ବୀଣାପାଣି ମହାନ୍ତ, ପ୍ରଶାସକ ତଥା ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, କଳାକାର ନନ୍ଦିତା ଦାସ ଓ ସଂଗ୍ରାମ କେଶରୀ ମହାନ୍ତି ଏବଂ ସାହିତ୍ୟିକ ଅର୍ଜୁନ ଚରଣ ହେମ୍ବ୍ରମ ରହିଛନ୍ତି । ସମସ୍ତଙ୍କୁ ବିଶ୍ବବିଦ୍ୟାଳୟର ଡିଲିଟ ଉପାଧି ମିଳିବାକୁ ଥିବା ବେଳେ ବୈଜ୍ଞାନିକ ଅଶୋକ କୁମାର ଦାସଙ୍କୁ ଡିଏସସି ଉପାଧି ମିଳିବ ।

ଶନିବାର ପୂର୍ବାହ୍ନରେ ବିଶ୍ବବିଦ୍ୟାଳୟ ଅଡିଟୋରିୟମରେ ବିଶ୍ବବିଦ୍ୟାଳୟର କୁଳାଧିପତି ରାଜ୍ୟପାଳ ପ୍ରଫେସର ଡ ଗଣେଶୀଲାଲଙ୍କ ପୌରହିତ୍ୟରେ ଅନୁଷ୍ଠିତ ହେବାକୁ ଥିବା ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ସମାବର୍ତ୍ତନ ଉତ୍ସବରେ ମୋଟ ୧୩୨ଜଣଙ୍କୁ ସମ୍ବର୍ଦ୍ଧିତ କରିଯିବାର କାର୍ଯ୍ୟକ୍ରମ ରହିଛି ।