cyber police - The Sakala

ମ୍ୟୁଲ୍ ଆକାଉଣ୍ଟରେ ଆସୁଛି ସାଇବର ଠକେଇ ଟଙ୍କା, ଓଡ଼ିଶାରୁ ଗୁଜରାଟ-ଆସାମ-କୋଲକାତା ଯାଏଁ ଲିଙ୍କ୍
ଭୁବନେଶ୍ୱର: ହାଣ୍ଡିଆ ଦେଇ ଖୋଲୁଛନ୍ତି ମ୍ୟୁଲ୍ ଆକାଉଣ୍ଟ, ଟଙ୍କା ଲୁଟୁଛନ୍ତି ସାଇବର ଠକ । ମ୍ୟୁଲ୍ ଆକାଉଣ୍ଟରେ ଆସୁଛି ସାଇବର ଠକେଇ ଟଙ୍କା, ଆକାଉଣ୍ଟ ଖୋଲିଦେଇ ମୋଟା ଅଙ୍କର କମିଶନ ନେଉଛନ୍ତି ଠକଙ୍କ ସହଯୋଗୀ। ଏଭଳି ଏକ ବଡ଼ ସାଇବର ଠକେଇ ଚେନକୁ କାବୁ କରୁଛି ସାଇବର ଥାନା ପୋଲିସ। ମୟୂରଭଞ୍ଜରୁ ମ୍ୟୁଲ୍ ଆକାଉଣ୍ଟ ଚଳାଉଥିବା ରାଜେନ୍ଦ୍ର ସିଂକୁ ଗିରଫ କରିଛି ପୋଲିସ। ବାଲେଶ୍ୱର ଅଞ୍ଚଳରେ ମ୍ୟୁଲ୍ ଆକାଉଣ୍ଟ ଚଳାଇ ସାଇବର ଠକଙ୍କୁ ଠକେଇ ଟଙ୍କା ଲେଣଦେଣରେ ସହଯୋଗ କରୁଥିଲା ଅଭିଯୁକ୍ତ।

୨୦୨୫ରେ ଖଣ୍ଡଗିରି ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଫୋନ୍ କରି ଠକିଥିଲେ ସାଇବର ଠକ। ପରେ ହ୍ୱାଟ୍ସଆପ୍‌ରେ ଆପ୍ ପଠାଇ ପ୍ରାୟ ୯ ଲକ୍ଷ ଟଙ୍କା ହଡ଼ପ କରିଥିଲେ। ଏହି ଠକେଇ ଟଙ୍କା ମ୍ୟୁଲ୍ ଆକାଉଣ୍ଟ ଜରିଆରେ ଟ୍ରାନ୍ସଫର କରାଯାଇଥିଲା। ବରିଷ୍ଠ ନାଗରିକ ଓ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କୁ ଟାର୍ଗେଟ କରୁଥିଲେ ଠକ। ଲୋଭନୀୟ ଅଫର ଓ ବିଭିନ୍ନ ପ୍ରଲୋଭନ ଦେଖାଇ ଲୋକଙ୍କୁ ଫସାଇବା ପରେ ଆକାଉଣ୍ଟ ଖାଲି କରୁଥିଲେ।

ଓଡ଼ିଶା ସମେତ ଗୁଜରାଟ, ଆସାମ ଓ କୋଲକାତାରେ ଏହି ଠକେଇ ଚେନ୍‌ର ଲିଙ୍କ୍ ରହିଛି। ଏପର୍ଯ୍ୟନ୍ତ ୧୫ ଲକ୍ଷରୁ ଅଧିକ ଟଙ୍କା ଠକେଇ ହୋଇଥିବା ବେଳେ ଏହି ବଡ଼ ନେଟୱର୍କର ମାଷ୍ଟରମାଇଣ୍ଡକୁ ଧରିବାକୁ ତଦନ୍ତ ଚଳାଇଛି ସାଇବର ପୋଲିସ। ଅଭିଯୁକ୍ତ ରାଜେନ୍ଦ୍ର ଗିରଫ ପରେ ଏବେ ପୋଲିସର ଟାର୍ଗେଟରେ ଅନ୍ୟ ମୁଲ୍ ଆକାଉଣ୍ଟଧାରୀ ଓ ମାଷ୍ଟରମାଇଣ୍ଡ। ଏହି ସାଇବର ଠକେଇ ଚେନ୍‌ରେ ଆଉ କେତେ ଜଣ ସାମିଲ ଅଛନ୍ତି, ସେନେଇ ଖୋଳତାଡ଼ ଜାରି ରହିଛି।

ନାବାଳିକାଙ୍କ ଅଶ୍ଲୀଳ ଭିଡିଓ ଭାଇରାଲ ଅଭିଯୋଗରେ ଯୁବକ ଗିରଫ
କଟକ: ଏକାଧିକ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ୍ କରିବା ଅଭିଯୋଗରେ ଗିରଫ ହେଲେ ଯୁବକ । ଗିରଫ ଯୁବକଜଣକ  ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଧାନବାଦ ଅଞ୍ଚଳର ମୁକେଶ ବାରିକ ବୋଲି ଜଣାପଡିଛି । ସମ୍ପୃକ୍ତ ଯୁବକ ନିଜ ମୋବାଇଲରେ ନିୟମିତ ଅଶ୍ଳୀଳ ଭିଡିଓ ଡାଉନଲୋଡ କରି ରଖୁଥିଲା । ପରେ ସେହି ଭିଡ଼ିଓ ଗୁଡ଼ିକୁ ବିଭିନ୍ନ ଫୋନକୁ ଫରୱାର୍ଡ କରୁଥିଲା । ଏମିତି ଏକାଧିକ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ୍ କରୁଥିଲା ଯୁବକଜଣକ । ଏ ନେଇ ସାଇବର ଥାନାରେ ଅଭିଯୋଗ ଆସିଥିଲା । ଅଭିଯୋଗ ପାଇବା ପରେ ସାଇବର ଥାନା ପୋଲିସ ତଦନ୍ତ ଆରମ୍ଭ କରିଥିଲେ । ପ୍ରଥମେ ଯେଉଁ ମୋବାଇଲରୁ ଭିଡିଓ ଗୁଡ଼ିକ ଫରଓ୍ବାର୍ଡ କରାଯାଉଥିଲା ସେହି ମୋବାଇଲକୁ ଟ୍ରାକ୍ କରିଥିଲା ସାଇବର ଥାନା ପୋଲିସ । ମୋବାଇଲର ଆଇପି ଆଡ୍ରେସରୁ ଫୋନ ଲୋକେସନ ସଂଗ୍ରହ କରିବା ପରେ ସଂପୃକ୍ତ ଯୁବକଜଣକ ଯାଜପୁରରେ ରହୁଥିବା ସାଇବର ଥାନା ପୋଲିସ ଜାଣିବାକୁ ପାଇଥିଲା । ସେଠାରେ ଚଢ଼ାଉ କରି ସଂପୃକ୍ତ ଯୁବକକୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି ପୋଲିସ ।

ସାଇବର ପୁଲିସକୁ ବଡ଼ ସଫଳତା: ନଭେମ୍ବର ମାସରେ ଅଦୃଶ୍ୟ ଠକଙ୍କ କବଜାରୁ ଫେରିଲାଣି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା
ଭୁବନେଶ୍ୱର: ଭୁବନେଶ୍ୱର ସହରାଞ୍ଚଳ ପୁଲିସର ସାଇବର୍ କ୍ରାଇମ ହେଲ୍ପ ଡେସ୍କରେ ଗତ ନଭେମ୍ବର ମାସ ମଧ୍ୟରେ ହେଲ୍ପଲାଇନ ନମ୍ବର-୭୪୪୦୦୦୬୭୦୯ ମାଧ୍ୟମରେ ସର୍ବମୋଟ ୩୬୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ କେବଳ ଭୁବନେଶ୍ୱର ସହର ମଧ୍ୟରୁ କଲ ମାଧ୍ୟମରେ ୩୪୦ଟି ଅଭିଯୋଗ ଆସିଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରୁ ୨୫ଟି ଅଭିଯୋଗ କଲ ଗ୍ରହଣ କରାଯାଇଥିଲା । କେବଳ ଭୁବନେଶ୍ୱରରୁ ୧୩୧ଟି UPI ଠକେଇ ଜନିତ ଅଭିଯୋଗ, ୭୮ଟି Credit/Debit Card ଠକେଇ ଜନିତ ଅଭିଯୋଗ ଓ ୬୪ଟି ସାମାଜିକ ଗଣମାଧ୍ୟମ ଜନିତ ଠକେଇ ଅଭିଯୋଗ ଗ୍ରହଣ କରିଥିବା ବେଳେ ମୋଟ ୬୭ଟି ଅନ୍ୟାନ୍ୟ ଅନଲାଇନ ଜନିତ ଠକେଇ ଅଭିଯୋଗ ଏହି ସାଇବର କ୍ରାଇମ ହେଲ୍ପ ଡ଼େସ୍କ ଗ୍ରହଣ କରିଥିଲେ।

ଗତ ମାସ ମଧ୍ୟରେ ଭୁବନେଶ୍ୱର ସହରାଞ୍ଚଳ ଜିଲ୍ଲାରେ ବିଭିନ୍ନ ଅଭିଯୋଗ ମାଧ୍ୟମରେ ମୋଟ ୧,୧୭,୯୧,୦୮୧/-ଟଙ୍କାର ଠକେଇ ଜନିତ ଅଭିଯୋଗ ଆସିଥିଲା । ଗତ ମାସରେ ଆସିଥିବା ଠକେଇ ଅଭିଯୋଗ ଗୁଡିକ ମଧ୍ୟରୁ ମୋଟ ୦୭ଗୋଟି ମାମଲା ଭୁବନେଶ୍ୱରର ସାଇବର କ୍ରାଇମ୍ ଓ ଅର୍ଥନୈତିକ ଅପରାଧ ଥାନାରେ ପଞ୍ଜୀକୃତ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଗତ ନଭେମ୍ବର ମାସରେ ଠକେଇର ଶୀକାର ହୋଇଥିବା ଅଭିଯୋଗକାରୀ ମାନଙ୍କୁ ମୋଟ ୧୦,୯୭,୪୬୬/-ପରିମାଣର ଟଙ୍କା ଫେରସ୍ତ କରାଯାଇପାରିଥିବା ବେଳେ ମୋଟ ୯,୮୮,୨୦୯/- ପରିମାଣର ଟଙ୍କାକୁ ବ୍ଲକ/ଫ୍ରିଜ କରାଯାଇ ପାରିଛି । ଏହିପରି ଭାବେ ମୋଟ ୨୦,୮୫,୬୭୫ଟଙ୍କା ସାଇବର ଠକଙ୍କ କବଜାକୁ ଯିବା ପୂର୍ବରୁ ସୁରକ୍ଷିତ କରାଯାଇପାରିଛି ।