Birsa Munda International Hockey Stadium - The Sakala

ଆଜିଠାରୁ ପୁରୁଷ ହକି ମହାକୁମ୍ଭ: ରାଉରକେଲାରେ ଆଜି ମ୍ୟାଚ୍‌ ଦେଖିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ଆଜି ଠାରୁ ଆରମ୍ଭ ହେବ ଏଫ୍‌‌ଆଇଏଚ୍‌‌ ପୁରୁଷ ହକି ବିଶ୍ୱକପ। କଟକର ବାରବାଟୀ ଷ୍ଟାଡିୟମ୍‌‌ରେ ବୁଧବାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଏହି ମେଗା ଟୁର୍ଣ୍ଣାମେଣ୍ଟର ଉଦ୍‌‌ଘାଟନ ପରେ ଏବେ ହକି ଷ୍ଟାଡିୟମ୍‌‌କୁ ଫେରିଛି ସମସ୍ତଙ୍କ ନଜର। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମ୍‌‌ରେ ଆର୍ଜେଣ୍ଟିନା ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ମ୍ୟାଚ୍‌‌ ଦିନ ୧ଟାରେ ଓ ଅଷ୍ଟ୍ରେଲିଆ ଫ୍ରାନ୍ସ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍‌‌ ଅପରାହ୍ଣ ୩ଟାରେ ଖେଳାଯିବ। ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଇଂଲଣ୍ଡ ଓ ୱେଲ୍ସ ଅପରାହ୍ଣ ୫ଟାରେ ପ୍ରଥମ ମ୍ୟାଚ୍‌‌ ଖେଳିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାରେ ଭାରତ ଓ ସ୍ପେନ୍‌‌ ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚରେ ଉପସ୍ଥିତ ରହି ଖେଳାଳିଙ୍କୁ ଉତ୍ସାହିତ କରିବେ। ମ୍ୟାଚ୍‌‌ ପରେ ସେ ଖେଳାଳିଙ୍କ ଲାଗି ନିର୍ମାଣ କରାଯାଇଥିବା କ୍ରୀଡ଼ାଗ୍ରାମ୍‌‌ (ଗେମ୍ସ ଭିଲେଜ) ରେ ମୁଖ୍ୟମନ୍ତ୍ରୀ ରାତ୍ରିଯାପନ କରିବେ।

ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍‌‌ ଓ ରାଉରକେଲାର ନବନିର୍ମିତ ତଥା ଅତ୍ୟାଧୁନିକ ବିର୍ସାମୁଣ୍ଡା ହକି ଷ୍ଟାଡିୟମ୍‌‌ରେ ଏକସଙ୍ଗେ ଖେଳ ଅନୁଷ୍ଠିତ ହେବ। ବିଶ୍ୱର ଶ୍ରେଷ୍ଠ ୧୬ଟି ଦଳ ଜାନୁଆରୀ ୧୩ରୁ ୨୯ ତାରିଖ ଯାଏ ହେବାକୁ ଥିବା ଏହି ହକି ମହାସମରରେ ସେମାନଙ୍କ କ୍ରୀଡ଼ା କୌଶଳ ପ୍ରଦର୍ଶନ କରିବେ। ଏଥିରେ ମୋଟ ୪୪ଟି ମ୍ୟାଚ୍‌‌ ଖେଳାଯିବାକୁ ଥିଲାବେଳେ କଳିଙ୍ଗରେ ୨୪ଟି ଓ ରାଉରକେଲାରେ ୨୦ଟି ମ୍ୟାଚ୍‌‌ ଅନୁଷ୍ଠିତ ହେବ।

ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍‌‌ରେ ଅତ୍ୟନ୍ତ ସଫଳତାର ସହ ୨୦୧୮ରେ ଏଫ୍‌‌ଆଇଏଚ୍‌‌ ପୁରୁଷ ହକି ବିଶ୍ୱକପ୍‌‌ ଆୟୋଜିତ ହେବା ପରେ ଦ୍ୱିତୀୟ ଥର ଏହାକୁ ଆୟୋଜନ କରିବାର ଅଧିକାର ହାସଲ କରିଛି। ଏଥିଲାଗି ଭୁବନେଶ୍ୱର ବ୍ୟତୀତ ରାଉରକେଲାରେ ଆଉ ଏକ ଅତ୍ୟାଧୁନିକ ତଥା ଏଫ୍‌‌ଆଇଏଚ୍‌‌ ଲେଭଲ-୧ ମାନ୍ୟତାପ୍ରାପ୍ତ ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌‌ ନିର୍ମାଣ କରାଯାଇଛି। ହକି ଖେଳକୁ ଏବଂ ଚଳିତ ବିଶ୍ୱକପ୍‌‌କୁ ଲୋକପ୍ରିୟ କରାଇବାକୁ ଅନେକ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି। ବିଶ୍ୱକପ୍‌‌ ଟ୍ରଫି ଭ୍ରମଣ, ବିଶ୍ୱ ତଥା ଭାରତୀୟ କିମ୍ବଦନ୍ତୀ ଖେଳାଳିଙ୍କୁ ବିଶ୍ୱକପ୍‌‌ ଦେଖିବା ଲାଗି ଆମନ୍ତ୍ରଣ, ବିଭିନ୍ନ ପ୍ରକାର ସାସ୍କୃତିକ କାର୍ଯ୍ୟକ୍ରମ (ଡଟ୍‌‌ଫେଷ୍ଟ ଆଦି) ଆୟୋଜନ କରାଯାଇ ଏହି ଟୁର୍ଣ୍ଣାମେଣ୍ଟକୁ ଏକ ମହୋତ୍ସବରେ ପରିଣତ କରିଛନ୍ତି। ଏହା ଫଳରେ ଓଡ଼ିଶା ବିଶ୍ୱରେ ଅନ୍ୟ ଦେଶମାନଙ୍କ ଲାଗି ଏକ ଉଦାହରଣ ସୃଷ୍ଟି କରିବାରେ ସମର୍ଥ ହୋଇଛି।

ଉଦଘାଟିତ ହେଲା ବିଶ୍ୱର ସର୍ବବୃହତ ହକି ଷ୍ଟାଡିୟମ, ହକି ବିଶ୍ବକପରେ ସାମିଲ ହେବାକୁ ସମସ୍ତଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ
ରାଉରକେଲା: ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ବିଶ୍ଵ କ୍ରୀଡା ଇତିହାସରେ ଯୋଡି ହୋଇଛି ଏକ ସ୍ଵର୍ଣ୍ଣିମ ଅଧ୍ୟାୟ । ମାତ୍ର ପନ୍ଦର ମାସ ସମୟ ମଧ୍ୟରେ ଏହି ଷ୍ଟାଡିୟମ୍ ନିର୍ମିତ ହୋଇଛି ।

ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳୀ, ସାଧାରଣ ଜନତା, ଓଡିଶାର ହକିପ୍ରେମୀ ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିଅମକୁ ମୁଁ ଉତ୍ସର୍ଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ହକିକୁ ଭଲ ପାଉଥିବା ସମସ୍ତଙ୍କୁ ହକି ବିଶ୍ଵ କପ୍ ଭବ୍ୟ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଥିଲେ। ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ଏକ କୋଟି ଟଙ୍କା ଦିଆଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯ। ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ବିଶ୍ବର ସବୁଠାରୁ ବଡ ଷ୍ଟାଡିଅମ ଓଡିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିଅମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳି ମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିଆନ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

ମହାପ୍ରଭୁ ଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସଦିଚ୍ଛା ଓ ଭଲପାଇବା ଯୋଗୁ ଆମର ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ସବୁକ୍ଷେତ୍ରରେ ଶ୍ରେଷ୍ଠ ହେବାର ଉଦ୍ୟମର ଏହା ପ୍ରତିଫଳନ। ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିଅମ ଓଡିଶାର ଛବିକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରୁ କହିଥିଲେ ଯେ, ଆଗାମୀ ଅନେକ ଯୁଗ ପର୍ଯ୍ୟନ୍ତ ଏହି ଷ୍ଟାଡିଅମ ଆମର ମୁକୁଟମଣି ହୋଇ ହକି ପ୍ରତି ଭାରତୀୟ ମାନଙ୍କର ଭାବାବେଗ ଓ ଭଲପାଇବାକୁ ପରିପ୍ରକାଶ କରିଚାଲିବ। ଏହା ଭାରତୀୟ ହକିର ଏନ୍ତୁଡିଶାଳା ହୋଇ ରହିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ତଥା କିମ୍ବଦନ୍ତୀ ପୁରୁଷ ବିର୍ସା ମୁଣ୍ଡାଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରା ,ହକି ଇଣ୍ଡିଆର ସଭାପତି ଶ୍ରୀ ଦିଲୀପ ତିର୍କୀ , ୫ଟି ସଚିବ ଭିକେ ପାଣ୍ଡିଆନ୍ ଓ ହକି ଇଣ୍ଡିଆର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ଇଣ୍ଡିଆ A ଓ ଇଣ୍ଡିଆ B team ମଧ୍ୟରେ ଉଦଘାଟନୀ ମ୍ଯାଚକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦଘାଟନ କରିଥିଲେ।

ମୁଖ୍ୟମନ୍ତ୍ରୀ ଆଜି ରାଉରକେଲାରେ ପହଞ୍ଚିବା ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ପରିଦର୍ଶନ କରି ସେଠାରେ ଭାରତୀୟ ହକି ଟିମ୍‌ର ଖେଳାଳୀ ମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ମେଡିକାଲ କଲେଜ ଉଦ୍‌ଘାଟନ କରିବା ସହିତ ସୁନ୍ଦରଗଡ ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଉରକେଲା ସହରରେ ମୋ ବସ୍‌ ଚଳାଚଳର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହାପରେ ସେ ହକି ଷ୍ଟାଡିଅମ ଉଦ୍‌ଘାଟନ କରିଥିଲେ।

ଆଜି ଅନ୍ତର୍ଜାତୀୟ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ଉଦ୍‌‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
ରାଉରକେଲା/ଭୁବନେଶ୍ୱର: ରାଉରକେଲା ସହିତ ପୂରା ସୁନ୍ଦରଗଡ଼ ଜିଲ୍ଲା ଇତିହାସରେ ବିକାଶର ଏକାଧିକ ନୂଆ ଫର୍ଦ୍ଦ ଯୋଡ଼ିହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ରାଉରକେଲା ଗସ୍ତ କରିବା ସହ ସେଠାରେ ନିର୍ମିତ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌‌କୁ ଉଦ୍‌‌ଘାଟନ କରିବେ। ଏହାସହ ରାଉରକେଲାରେ ‘ମୋ ବସ୍‌‌’ ସେବା, ସୁନ୍ଦରଗଡ଼ରେ ନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜକୁ ମଧ୍ୟ ଉଦ୍‌‌ଘାଟନ କରିବେ। ନିଜର ଗସ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୧୧୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ଏକାଧିକ ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି। ରାଉରକେଲାରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌‌ ହକିର ଆୟୋଜନ ସହ ବିଶ୍ୱ ମାନଚିତ୍ରରେ ରାଉରକେଲାର ଚମକ ଦ୍ୱିଗୁଣିତ ହେବାକୁ ଥିବାବେଳେ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପ ଜିଲ୍ଲାବାସୀଙ୍କ ଖୁସିକୁ ବହୁଗୁଣିତ କରିଛି।

ସୂଚନା ଅନୁଯାୟୀ, ରାଉରକେଲାରେ ନବନିର୍ମିତ ଏୟାରପୋର୍ଟରେ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ୧୨ଟା ୧୫ ମିନିଟ ସମୟରେ ପହଞ୍ଚିବେ। ଏଠାରୁ ସେ ସିଧାସଳଖ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ଯିବେ। ସେଠାରେ ସେ ବିଶ୍ୱକପ୍‌‌ କହି ଖେଳାଳିଙ୍କ ରହିବା ଲାଗି ନିର୍ମିତ ୨୨୫ଟି ଆଡ଼ମ୍ୱରପୂର୍ଣ୍ଣ କୋଠରି(ସ୍ପୋର୍ଟ ଭିଲେଜ) ଉଦ୍‌‌ଘାଟନ କରିବା ସହ ଭାରତୀୟ ହକି ଖେଳାଳିଙ୍କୁ ଭେଟି ଆଲୋଚନା କରିବେ ବୋଲି ସୂଚନା ମିଳିଛି। ମଧ୍ୟାହ୍ନ ଭୋଜନ ପରେ ମୁଖ୍ୟମନ୍ତ୍ରୀ ରାଉରକେଲାସ୍ଥିତ ଡିଏଭି ପୁଷ୍କରିଣୀ ନିକଟରେ ଆୟୋଜିତ ସଭାରେ ଡିଜିଟାଲ ମାଧ୍ୟମରେ ରାଉରକେଲା ତଥା ସୁନ୍ଦରଗଡ଼ ଜିଲ୍ଲା ପାଇଁ ୧୧୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ଲୋକାର୍ପଣ କରିବେ। ଏହାପରେ ୪ଟା ୨୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ବହୁ ପ୍ରତୀକ୍ଷିତ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ଉଦ୍‌‌ଘାଟନ କରିବେ।

ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ହକି ଷ୍ଟାଡିୟମ ସହ ୧୧ କୋଟି ୯୯ ଲକ୍ଷ ବ୍ୟୟରେ ନିର୍ମିତ ରାଉରକେଲା ବାସନ୍ତୀ କଲୋନୀ ଡିଏଭି ପୋଖରୀଠାରେ ୱାଟର ପାର୍କ ଉଦ୍‌‌ଘାଟନ କରିବେ। ଏହାପରେ ୧୪୬ କୋଟି ୫୫ ଲକ୍ଷରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ବିର୍ସା ମୁଣ୍ଡା ଫୁଟବଲ୍‌‌ ଷ୍ଟାଡିୟମ୍‌‌, ମଲ୍ଟି କାର୍‌‌ ପାର୍କିଂ ବ୍ୟବସ୍ଥା, ହନୁମାନ ବାଟିକା ଛକରୁ ଆରଏସ୍‌‌ପି ମୁଖ୍ୟ ଫାଟକ ପର୍ଯ୍ୟନ୍ତ ୧୭ କୋଟି ୯୩ ଲକ୍ଷ ଟଙ୍କା ବ୍ୟୟରେ ହୋଇଥିବା ରିଂ ରୋଡ୍‌‌ର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ, ପ୍ରସିଦ୍ଧ ଶୈବପୀଠ ବେଦବ୍ୟାସରେ ୧୬ କୋଟି ୭ ଲକ୍ଷ ଟଙ୍କାର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପକୁ ମଧ୍ୟ ଉଦ୍‌‌ଘାଟନ କରିବେ।

ଏତଦ୍‌‌ବ୍ୟତୀତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାର ୧୭ଟି ବ୍ଲକରେ ହକି ଆଷ୍ଟ୍ରୋଟର୍ଫ, ଟ୍ରାଫିକ୍‌‌ ଛକ ନିକଟ ସେନ୍ସରି ପାର୍କ, ରଘୁନାଥପାଲୀ ଭେଣ୍ଡିଂ ଜୋନ୍‌‌, ପାନ୍‌‌ପୋଷ ଏନ୍‌‌ଏସି ମାର୍କେଟ ତଥା ହକି ଛକର ସୌନ୍ଦର୍ଯ୍ୟକରଣ ଆଦି ପ୍ରକଳ୍ପ ଉଦ୍‌‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପୁଲିସ ପକ୍ଷରୁ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଉଭୟ ବିର୍ସାମୁଣ୍ଡା ଷ୍ଟାଡିୟମ୍‌‌ ଓ ଡିଏଭି ପୁସ୍କରଣୀ ନିକଟରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ ଯେ ଆସନ୍ତା ୧୩ ତାରିଖରେ ରାଉରକେଲାରେ ବିଶ୍ୱକପ୍‌‌ ଉଦ୍‌‌ଘାଟନୀ ମ୍ୟାଚ୍‌‌ ଖେଳାଯିବାକୁ ଥିବାବେଳେ ମୋଟ ୨୦ଟି ମ୍ୟାଚ୍‌‌ ଏହି ଷ୍ଟାଡିୟମରେ ଖେଳାଯିବ।

ଜାନୁୟାରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତ
ଭୁବନେଶ୍ୱର: ଜାନୁୟାରୀ ୫ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତ। ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବା ସହ ରାଉରକେଲା ସହରରୁ ମୋ ବସ ସେବା ଉଦଘାଟନ କରିବେ। ଏହାସହ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଉଦଘାଟନ କରିଵାର କାର୍ଯ୍ୟକ୍ରମ ରହିଛି। ଜାନୁଆରୀ ୭ ତାରିଖ ଠାରୁ ରାଉରକେଲାରୁ ଭୁବନେଶ୍ୱର କମର୍ସିଆଲ ଫ୍ଲାଇଟ ଚଳାଚଳ ଆରମ୍ଭ କରିବ। ଜାନୁଆରୀ ୧୪ ତାରିଖ ଠାରୁ ରାଉରକେଲା ସିଟି ଫେଷ୍ଟ ଆରମ୍ଭ ହେବ। ବିଭିନ୍ନ ମାର୍କେଟ ସହିତ ଖାଦ୍ୟ, ସେଲିବ୍ରିଟି ନାଇଟ ଅନୁଷ୍ଠିତ ହେବ। ରାଉରକେଲା ମହାନଗର ନିଗମ କମିଶନର ଶୁଭଙ୍କର ମହାପାତ୍ରଙ୍କ ସୂଚନା।