High Court odisha - The Sakala

ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ OTET ବାଧ୍ୟତାମୂଳକ ନୁହେଁ: ହାଇକୋର୍ଟ
କଟକ: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ( OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟ କହିଛନ୍ତି ଯେ, ଓଟିଇଟି କେବଳ ଦରମା ବୃଦ୍ଧି ପାଇଁ ଆବଶ୍ୟକ।

ଜଣେ ଗଣଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ମିଶ୍ରଙ୍କ ଚାକିରିକୁ ରାଜ୍ୟ ସରକାର ଓଟିଇଟି ଯୋଗ୍ୟତା ନ ଥିବା ଦର୍ଶାଇ ନିୟମିତ କରିବାକୁ ମନା କରିଦେଇଥିଲେ। ଏହା ବିରୁଦ୍ଧରେ ସନ୍ଧ୍ୟାରାଣୀ ମିଶ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ୍ ଡି.କେ. ଶ୍ରୀପଦ ଆବେଦନକାରିଣୀଙ୍କୁ ନିୟମିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଅଦାଲତ ଦର୍ଶାଇଛନ୍ତି ଯେ, ନିଯୁକ୍ତି ନିୟମିତ ପାଇଁ ଓଟିଇଟି ବାଧ୍ୟତାମୂଳକ ନୁହେଁ। ଅଧିକାରୀମାନଙ୍କ ତ୍ରୁଟି ଯୋଗୁଁ ଆବେଦନକାରିଣୀଙ୍କୁ ୮ ବର୍ଷର ସେବା ସୁବିଧା ନ ଦେବା ଅସାମ୍ବିଧାନିକ। ଜିଲାପାଳଙ୍କ ଯାଞ୍ଚ ରିପୋର୍ଟକୁ ଅଣଦେଖା କରିବା ଭୁଲ ଥିଲା। ଏଥିସହ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ଆବେଦନକାରିଣୀଙ୍କୁ ୨୦୦୮ ମସିହା ଫେବ୍ରୁଆରୀ ୨ ତାରିଖରୁ ନିୟମିତ ବୋଲି ଧରାଯାଉ ଏବଂ ସମସ୍ତ ଆର୍ଥିକ ଲାଭ ତିନି ମାସ ମଧ୍ୟରେ ପ୍ରଦାନ କରାଯାଉ।

ଉପର ପଡିଆରେ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା, ହାଇକୋର୍ଟ ଦେଲେ ଅନୁମତି...
କଟକ: ଉପର ପଡିଆରେ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା। ତଳ ପଡ଼ିଆ ସହ ଉପରପଡ଼ିଆରେ ମଧ୍ୟ ବାଲିଯାତ୍ରା ହେବ। ଉଭୟ ପଡ଼ିଆରେ ଗାଇଡ଼ଲାଇନ ଭିତ୍ତିରେ ହେବ ବାଲିଯାତ୍ରା। ଓଡିଶା ହାଇକୋର୍ଟ ଏ ନେଇ ଅନୁମତି ଦେଇଛନ୍ତି। ହାଇକୋର୍ଟରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଛି ସତ୍ୟପାଠ। ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ। କିଛିଦିନ ତଳେ ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଆଜି ୯ ତାରିଖ ହାଇକୋର୍ଟରେ ମାମଲାର ଶୁଣାଣି ହୋଇଛି।

ଦୁଷ୍କର୍ମ ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ଦୁଷ୍କର୍ମ ନୁହେଁ
କଟକ : ଦୁଷ୍କର୍ମ ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଆସିଛି । ବିବାହର ପ୍ରତିଶ୍ରୁତି ଦେଇ ପ୍ରାପ୍ତ ବୟସ୍କ ମହିଳାଙ୍କ ସହିତ ଶାରୀରିକ ସଂପର୍କ ରଖିବା ଦୁଷ୍କର୍ମ ଅପରାଧ ପରିସରଭୁକ୍ତ ନୁହେଁ । କେତେକ କ୍ଷେତ୍ରରେ ମହିଳାମାନେ ସ୍ୱଇଚ୍ଛାରେ ସଂପର୍କ ରଖୁଛନ୍ତି । ତେଣୁ ଏଭଳି ଘଟଣାରେ ଦୁଷ୍କର୍ମ ସଂକ୍ରାନ୍ତୀୟ ଆଇନ ବ୍ୟବହାର ହେବା ଉଚିତ ନୁହେଁ । ଆଇପିସିର ଦଫା ୩୭୫ ଅନୁସାରେ ପୀଡ଼ିତାଙ୍କ ସହିତ ଘଟିଥିବା ନିର୍ଦ୍ଦିଷ୍ଟ ଯୌନ ନିର୍ୟାତନା ପ୍ରସଙ୍ଗକୁ ଦୁଷ୍କର୍ମ ଅପରାଧ ପରିସରଭୁକ୍ତ କରାଯାଇଛି । କିନ୍ତୁ ବିବାହର ପ୍ରଲୋଭନ ଦେଇ ଶାରୀରିକ ସଂପର୍କ ରଖିବା ଘଟଣା ଏହାର ଅନ୍ତର୍ଭୁକ୍ତ ନୁହେଁ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ।

ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ଦୁଷ୍କର୍ମ ମାମଲାରେ ଜାମିନ ଆବେଦନର ଶୁଣାଣି କରି ଏପରି ରାୟ ଦେଇଛନ୍ତି। ଏଥି ସହିତ ଆବେଦନକାରୀ ଅଭିଯୁକ୍ତକୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପାଇଁ ନିମ୍ନ ଅଦାଲତଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜାମିନରେ ଛାଡ ପାଇବା ପରେ ଅଭିଯୁକ୍ତ ଏସ.କେ.ନାୟକ ତଦନ୍ତରେ ସହଯୋଗ କରିବେ, ପୀଡିତାଙ୍କୁ ଧମକ ଦେବେ ନାହିଁ ଓ ଜାମିନର ଦୁ‌ରୁପୋଯୋଗ କରିବେ ନାହିଁ ବୋଲି ସର୍ତ୍ତାରୋପ କରାଯାଇଛି। ହାଇକୋର୍ଟଙ୍କ ରାୟରେ ବିଭିନ୍ନ ଘଟଣାକୁ ନେଇ ପ୍ରଦାନ କରାଯାଇଥିବା ଟିପ୍ପଣୀ ନିମ୍ନ ଅଦାଲତରେ ମାମଲାର ଶୁଣାଣିକୁ ପ୍ରଭାବିତ କରିବ ନାହିଁ ବୋଲି ପ୍ରକାଶିତ ରାୟରେ ସ୍ପଷ୍ଟ କରାଯାଇଛି।

କୋର୍ଟ କହିଛନ୍ତି, ମହିଳା ମାନେ ସ୍ୱଇଚ୍ଛାରେ ସମ୍ପର୍କ ରଖିଥିବା କ୍ଷେତ୍ରରେ ଦୁଷ୍କର୍ମ ଆଇନର ବ୍ୟବହାର ହେବା ଉଚିତ୍ ନୁହେଁ। ତେବେ ଉଦବେଗଜନକ ପ୍ରସଙ୍ଗ ହେଉଛି ବହୁ ଅଭିଯୋଗକାରୀ ସାମାଜିକ ଅନଗ୍ରସର, ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଓ ଗ୍ରାମାଞ୍ଚଳର। ସେମାନଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ପୁରୁଷମାନେ ସେମାନଙ୍କ ସହ ଶାରୀରିକ ସଂପର୍କ ରଖୁଛନ୍ତି। କିନ୍ତୁ ଦୁଷ୍କର୍ମ ସମ୍ପର୍କିତ ଆଇନ ଅଧିକାଂଶ କ୍ଷେତ୍ରରେ ପୀଡିତାଙ୍କ ଦୁର୍ଦ୍ଦଶାକୁ ଏଡ଼ାଇବାରେ ସଫଳ ହୋଇପାରୁ ନାହିଁ। ଆଇପିସିର ଧାରା ୩୭୫ ଅନୁସାରେ ପୀଡ଼ିତାଙ୍କ ସହିତ ଘଟିଥିବା ନିର୍ଦ୍ଦିଷ୍ଟ ଯୌନ ନିର୍ଯ୍ୟାତନାକୁ ଦୁଷ୍କର୍ମ ଅପରାଧ ପରିସର ଭୁକ୍ତ କରାଯାଇଛି। କିନ୍ତୁ ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ରଖିବା ଭଳି ଘଟଣା ଗୁଡ଼ିକ ଏହାର ଅନ୍ତର୍ଭୁକ୍ତ ନୁହେଁ। ଏହିଭଳି ଘଟଣାଗୁଡ଼ିକୁ ଦୁଷ୍କର୍ମ ଭାବେ ଗ୍ରହଣ କରିବା ଭୁଲ୍ ହେବ।

ଓଡ଼ିଶା ହାଇକୋର୍ଟର ଜଷ୍ଟିସ ଡକ୍ଟର ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଯେଉଁ ମାମଲା ଉପରେ ଏହି ରାୟ ପ୍ରକାଶ କରିଥିଲେ ସେହି ମାମଲାର ବିବରଣୀରୁ ପ୍ରକାଶ ଯେ ପ୍ରାପ୍ତବୟସ୍କା ପୀଡ଼ିତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅଭିଯୁକ୍ତ ୨୦୨୦ ଜାନୁଆରି ୧୨ରେ ସାଙ୍ଗରେ ନେଇ ଭୁବନେଶ୍ବର ଯାଇଥିଲା। ସେଠାରେ ଅଭିଯୁକ୍ତ ପୀଡିତାଙ୍କ ସହିତ ବାରମ୍ବାର ଶାରୀରିକ ସଂପର୍କ ରଖିଥିଲା। କିଛି ଦିନ ପରେ ସେ ପୀଡ଼ିତାଙ୍କୁ ଛାଡି ପଳାଇଥିଲା। ଖବର ପାଇ ପୀଡ଼ିଙ୍କ ପରିବାର ସଦସ୍ୟ ତାଙ୍କୁ ଉଦ୍ଧାର କରିଥିଲେ। ଏ ନେଇ ନିମାପଡ଼ା ଥାନାରେ ଅଭିଯୋଗ ପରେ ପୁଲିସ ଆଇପିସିର ଦଫା ୩୪୪, ୩୭୬(୨)(ଏନ), ୫୦୬, ୧୦୯ରେ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ନିମ୍ନ ଅଦାଲତରେ ଜାମିନ ଖାରଜ ହେବା ପରେ ଅଭିଯୁକ୍ତ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଦେବସ୍ନାନ ଦାସ ମାମଲା ପରିଚାଳନା କରୁଥିଲେ।