Naba Das passed away - The Sakala

ଚାକିରିରୁ ବିଦା ହେଲେ ଗୋପାଳ : ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାରେ ଗିରଫ ପରେ ବରଖାସ୍ତ କଲେ ଝାରସୁଗୁଡ଼ା ଏସ୍‌ପି
ଝାରସୁଗୁଡା : ମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳି କରିଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ ଚାକରିରିରୁ ବରଖାସ୍ତ କରାଯାଇଛି। ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାରେ ଆଜି ତାଙ୍କୁ କ୍ରାଇମବ୍ରାଞ୍ଚ ଗରିଫ କରିବା ପରେ ଝାରସୁଗୁଡ଼ା ଏସ୍‌ପି ବ୍ରଜରାଜନଗର ଥାନା ଅଧିନରେ ଥିବା ଗାନ୍ଧୀଛକ ଆଉଟପୋଷ୍ଟର ASI ଗୋପାଳକୃଷ୍ଣ ଦାସଙ୍କୁ ଚାରକିରୁ ବରଖାସ୍ତ କରିଛନ୍ତି। ଭାରତର ସମ୍ବିଧାନର ଧାରା ୩୧୧ ଅନୁଯାୟୀ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ ବରଖାସ୍ତ କରାଯାଇଛି।

ଗତକାଲିଠୁ ଏହି ମାମଲାରେ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ ପଚରାଉଚୁରା କରୁଥିବା କ୍ରାଇମବ୍ରାଞ୍ଚ ଆଜି ତାଙ୍କୁ ଗିରଫ କରିଥିଲା। ପଚରାଉଚରା ପରେ ଆଜି ତାଙ୍କୁ ଗିରଫ କରାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସୂଚନା ଦେଇଛନ୍ତି। ଏହାସହ ଘଟଣାସ୍ଥଳର ଯାଞ୍ଚ କରାଯାଇଥିବାବେଳେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବାକୁ ଆବେଦନ କରାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି । ତେବେ କେଉଁ କାରଣ ପାଇଁ ଗୁଳି କଲେ ଓ ପୂର୍ବ ଶତ୍ରୁତା ଥିଲା କି ନାହିଁ ସେ ନେଇ ତଦନ୍ତ ଚାଲିଛି। ଏଥିସହ ଏଏସଆଇ ଗୋପାଳ ଦାସଙ୍କ ବନ୍ଧୁକରୁ ଗୁଳି ଫୁଟିଛି କି ନାହିଁ ତାହାକୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯାଇପାରେ। ନବ ଦାସଙ୍କ ସହ ଗୋପାଳଙ୍କର କୌଣସି ପୂର୍ବଶତ୍ରୁତା ଥିଲା କି ନାହିଁ ସେଦିଗରେ ମଧ୍ୟ ତଦନ୍ତ କରାଯାଉଛି ।ଯଦି ଶତୃତା ନଥିଲା ତେବେ କାହିଁକି ମନ୍ତ୍ରୀଙ୍କୁ ଗୁଳି କଲେ ସେନେଇ ପଚରା ଉଚରା କରାଯାଇଥିବାବେଳେ କୌଣସି ଉତ୍ତର ଗଣମାଧ୍ୟମକୁ ମିଳିନାହିଁ । ପରବର୍ତ୍ତୀ ସମୟରେ ଘଟଣାର ସିନ ରିକ୍ରିଏସନ କରାଯାଇପାରେ । ଗୋପାଳ ଦାସଙ୍କ ଫୋନ କଲ୍ ରେକର୍ଡ ଯାଞ୍ଚ ହେବ । ଅନ୍ୟ କେହି ବ୍ୟକ୍ତି ଏଥିରେ ସମ୍ପୃକ୍ତ କି ନାହିଁ ସେନେଇ ତଦନ୍ତ ହେବ ।

ଅନ୍ୟପଟେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା କହିଛନ୍ତି ଯେ, ଗୋପାଳ ଦାସ କେବେ ବି ନବ ଦାସଙ୍କ ପିଏସ୍ଓ ଦାୟିତ୍ୱରେ ନଥିଲେ ।  କିଛି ଗଣମାଧ୍ୟମରେ କୁହାଯାଉଥିଲାକି ପୁଲିସ ଏଏସଆଇ ଗୋପାଳ ଦାସ ପୂର୍ବରୁ ନବ ଦାସଙ୍କ ପିଏସ୍ଓ ଦାୟିତ୍ୱରେ ଥିଲେ। ତାହା ମିଥ୍ୟା ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ଗୋପାଳକୁ ଆଜି ଗିରଫ କରାଯାଇଥିବା ବେଳେ ଗୋପାଳଙ୍କୁ ଭିସିରେ(ଭିଡିଓ ମାଧ୍ୟମରେ) କୋର୍ଟରେ ହାଜର କରାଯିବ। ଗୋପାଳଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭିସିରେ ହାଜର କରାଯିବାର ସମ୍ଭାବନା ବଢିଛି । ଉଲ୍ଲେଖ ଥାଉ କି ଗତକାଲି ରାତିରେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସୁନ୍ଦରଗଡ଼ ଆସି ପୁଲିସ ବାରାକରେ ରଖା ଯାଇଥିବା ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୨ ଘଣ୍ଟା ପଚରାଉଚରା କରିଥିଲେ। ଗୋପାଳଙ୍କୁ ୫୦ରୁ ଅଧିକ ପ୍ରଶ୍ନ କରିଛନ୍ତି କ୍ରାଇମବ୍ରାଞ୍ଚ ଅଧିକାରୀ। ତେବେ ଗୋପାଳ ହତ୍ୟା ସମ୍ପର୍କରେ କଣ କହିଛନ୍ତି, ପ୍ରଶ୍ନଗୁଡ଼ିକର କି ଉତ୍ତର ରଖିଛନ୍ତି, ମନ୍ତ୍ରୀ ନବ ଦାସଙ୍କୁ କାହିଁକି ହତ୍ୟା କଲେ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ଗଣମାଧ୍ୟମ ଆଗରେ ମୁହଁ ଖୋଲି ନାହାନ୍ତି ଏଡିଜି ଅରୁଣ ବୋଥ୍ରା। ଘଟଣାର ତଦନ୍ତ ନସରିବା ଯାଏଁ କ୍ରାଇମବ୍ରାଞ୍ଚ ଟିମ୍‌ କୌଣସି ତଥ୍ୟ ରଖିବନି ବୋଲି କୁହାଯାଉଛି।

ଛଳଛଳ ଆଖିରେ ପ୍ରିୟ ନେତାଙ୍କୁ ବିଦାୟ ଦେଲେ ଜନତା : ଶେଷ ହେଲା ନବ ଦାସଙ୍କ ଅନ୍ତିମ ସଂସ୍କାର, ମୁଖାଗ୍ନି ଦେଲେ ପୁଅ ବିଶାଲ
ଝାରସୁଗୁଡା : ଝାରସୁଗୁଡା ଖେରୁଆଳରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତୋପ ସଲାମୀ ଦିଆଯିବା ସମୟରେ ନବ ଦାସ ଅମର ରହେ ଶବ୍ଦରେ ପ୍ରକମ୍ପିତ ହେଉଥିଲା ଖେରୁଆଳ ଅଞ୍ଚଳ । ଲକ୍ଷ ଲକ୍ଷ ସଂଖ୍ୟାରେ ପ୍ରଶଂସକଙ୍କ ସମେତ ସମସ୍ତ ଦଳର ନେତା ଓ ପ୍ରିୟଜନ ପରିବାର ସଦସ୍ୟ ଶେଷ ଦର୍ଶନ କରିବା ସହ ଅନ୍ତିମ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସମସ୍ତେ ଶୋକାକୁଳ ପରିସ୍ଥିତିରେ ନିଜର ପ୍ରିୟ ନେତାଙ୍କୁ ବିଦାୟ ଦେଇଛନ୍ତି । ହିନ୍ଦୁ ନୀତି ନିୟମ ଅନୁସାରେ କାର୍ଯ୍ୟ କରାଯିବା ପରେ ନବ ଦାସଙ୍କ ପୁଅ ବିଶାଲ ବାପାଙ୍କୁ ମୁଖାଗ୍ନି ଦେଇଥିଲେ ।

ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମନ୍ତ୍ରୀ ନବ ଦାସଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଆଜି ଝାରସୁଗୁଡାବାସୀ ତାଙ୍କର ପ୍ରିୟ ନେତାଙ୍କୁ ଅଶ୍ରୁଳ ବିଦାୟ ଜଣାଇଛନ୍ତି । ଛଳଛଳ ଆଖିରେ ନିଜ ନେତାଙ୍କୁ ବିଦାୟ ଦେଇଛନ୍ତି ଜନତା । ଚାରିଆଡେ ଖାଲି ଶୋକର ଛାୟା, ନବ ଦାସଙ୍କୁ ଝୁରୁଛି ଝାରସୁଗୁଡା । ନିଜ ଜନ୍ମମାଟିର ଖେରୁଆଲରେ ନବ ଦାସଙ୍କ ଅନ୍ତିମ ସଂସ୍କାର ବେଳେ ନବ ଦାସଙ୍କ ଶେଷଯାତ୍ରାରେ ସାମିଲ ହୋଇଥିଲେ ହଜାର ହଜାର ଶୁଭେଚ୍ଛୁ ଓ ସମର୍ଥକ । ଏହି ଅବସରରେ ରାଜ୍ୟ ସରକାରଙ୍କ ତିନି ମନ୍ତ୍ରୀ ଉପସ୍ଥିତ ରହିଥିଲେ। ଏଥି ସହିତ ବିଜେଡିର ବହୁ ବିଧାୟକ,ସାଂସଦ ଓ ବରିଷ୍ଠ ନେତା, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ୫ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଶେଷ ଯାତ୍ରାରେ ସାମିଲ ହୋଇଛନ୍ତି ।

ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ହୋଇଥିଲା।  ଭୁବନେଶ୍ୱର ଆପୋଲୋରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ଗୁରୁତର ଅବସ୍ଥାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଆପୋଲୋ ଆଣିବା ପରେ ଅସ୍ତ୍ରୋପଚାର କରିଥିଲେ ଡାକ୍ତର ଦେବାଶିଷ ନାୟକ । ନବ ଦାସଙ୍କୁ ଗୋଟିଏ ଗୁଳି ବାଜିଥିଲା । ବାମପଟ ଛାତିରେ ଗୁଳି ଫୁଟି ପିଠିପଟେ ବାହାରି ଯାଇଥିଲା । ଫଳରେ ହାର୍ଟ ଓ ବାମପଟ ଫୁସଫୁସରେ କ୍ଷତ ହୋଇଥିବା ବେଳେ ପ୍ରଚୁର ରକ୍ତସ୍ରାବ ହୋଇଥିଲା । ଅସ୍ତ୍ରୋପଚାର କରି ଡାକ୍ତର ଦେବାଶିଷ ସେହି କ୍ଷତକୁ ବନ୍ଦ କରିଦେଇଥିଲେ । ଡାକ୍ତରୀ ଦଳର ସବୁ ଉଦ୍ୟମ ସତ୍ୱେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ହାର୍ଟ କାମ କରିନଥିବା ଆପୋଲୋ ପକ୍ଷରୁ ସୂଚନା ଦିଆଯାଇଥିଲା।

ଉଲ୍ଲେଖ ଥାଉ କି ଗତକାଲି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଜଣେ ପୁଲିସ ଅଧିକାରୀ ଦିନ ଦି’ପହରେ (୧୨ଟା ୨୦ମିନିଟ୍) ସମସ୍ତଙ୍କ ସାମ୍ନାରେ ଗୁଳି କରି ହତ୍ୟା କରିଥିଲେ । ବ୍ରଜରାଜନଗରରେ ଏକ କାର୍ୟ୍ୟକ୍ରମରେ ଯୋଗଦେବାକୁ ଗଲା ବେଳେ କର୍ତ୍ତବ୍ୟରତ ପୁଲିସ ଏଏସ୍‌ଆଇ ଗୋପାଳ ଦାସ ନିଜ ସର୍ଭିସ ରିଭଲବରରେ ମନ୍ତ୍ରୀଙ୍କୁ ଅତି ନିକଟରୁ ଚାରି ରାଉଣ୍ଡ ଗୁଳି ମାରିଥିଲେ। ସେ ମଧ୍ୟରୁ ଗୋଟିଏ ଗୁଳି ସିଧା ଯାଇ ମନ୍ତ୍ରୀଙ୍କ ଛାତିରେ ବାଜିଥିଲା। ମନ୍ତ୍ରୀଙ୍କୁ ପ୍ରଥମେ ଝାରସୁଗୁଡା ଓ ପରେ ବିମାନ ଯୋଗେ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲେ ହେଁ ବିଳମ୍ବିତ ସନ୍ଧ୍ୟାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ନବ ଦାସଙ୍କ ମୃତଦେହକୁ ଭୁବନେଶ୍ୱର କ୍ୱାଟରକୁ ଅଣାଯାଇଥିଲା । ଏଠାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶେଷଦର୍ଶନ କରିବା ପରେ ଆଜି ତାଙ୍କ ମୃତଦେହକୁ ଝାରସୁଗୁଡାସ୍ଥିତ ବାସଭବନକୁ ଅଣାଯାଇଥିଲା । ଶୋଭାଯାତ୍ରାରେ ଝାରସୁଗୁଡ଼ାର ମନମୋହନ ଏମଇ ସ୍କୁଲ ପଡ଼ିଆକୁ ନିଆଯାଇଥିଲା । ସେଠାରେ ନବ ଦାସଙ୍କ ଶେ‌ଷ ଦର୍ଶନ ଲାଗି ସମର୍ଥକ ଓ ଶୁଭେଚ୍ଛୁମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଏହାପରେ ଖେରୁଆଲରେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଦିବଗଂତ ମନ୍ତ୍ରୀ ନବ କିଶୋର ଦାସଙ୍କର ଆଜି ହେବ ଶେଷକୃତ୍ୟ
ଭୁବନେଶ୍ୱର: ଦିବଗଂତ ମନ୍ତ୍ରୀ ନବ କିଶୋର ଦାସଙ୍କର ଆଜି ହେବ ଶେଷକୃତ୍ୟ । ଭୁବନେଶ୍ୱର ସରକାରୀ ବାସଭବନରେ ଶେଷ ଦର୍ଶନ ସହିତ ବିଜେଡି କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବେ ନେତା । ପରେ ଝାରସୁଗୁଡ଼ା ଅଭିମୁଖେ ଯିବ ମରଶରୀର । ହେଲିକପ୍ଟରରେ ପାର୍ଥୀବ ଶରୀରକୁ ଝାରସୁଗୁଡ଼ା ନିଆଯାଇ ଅନ୍ତିମ ସଂସ୍କାର କରାଯିବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ହେବ ଶେଷକୃତ୍ୟ । ମନ୍ତ୍ରୀଙ୍କ ବିୟୋଗରେ ରାଜ୍ୟବ୍ୟାପୀ ୩ ଦିନିଆ ଶୋକ ପାଳନ କରାଯିବ। ଆସନ୍ତାକାଲି ପର୍ଯ୍ୟନ୍ତ ଶୋକ ପାଳନ କରାଯିବ। ରାଜଧାନୀ ଭୁବନେଶ୍ୱର ଓ ଝାରସୁଗୁଡ଼ାରେ ଅର୍ଦ୍ଧନମିତ ହେବ ଜାତୀୟ ପତାକା । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ୩ ମନ୍ତ୍ରୀ ଉପସ୍ଥିତ ରହିବେ । ସଂସଦୀୟ ବ୍ୟାପର, ଅର୍ଥ, କୃଷି, ବାଣିଜ୍ୟ ଓ ପରିବହନ, ଜଳ ସଂପଦ ମନ୍ତ୍ରୀ ଅନ୍ତିମ ସଂସ୍କାର ସମୟରେ ଉପସ୍ଥିତ ରହିବେ ।

ଗୁଳିମାଡ଼ରେ ଗୁରୁତର ହୋଇ ଗତକାଲି ସନ୍ଧ୍ୟାରେ ରାଜଧାନୀର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମନ୍ତ୍ରୀ ନବ କିଶୋର ଦାସଙ୍କ ପରଲୋକ ହୋଇଥିଲା । ତାଙ୍କ ବାମ ପଟ ଛାତିରେ ଗୁଳି ବାଜିଥିଲା । ଡାକ୍ତର ଦେବାଶିଷ ନାୟକଙ୍କ ନେତୃତ୍ୱରେ ଡାକ୍ତରୀ ଟିମ୍‌ ଅପରେସନ୍‌ କରିଥିଲେ । ଗୁଳି ତାଙ୍କ ଛାତିରେ ବାଜି ପିଠି ଦେଇ ବାହାରକୁ ଚାଲି ଯାଇଥିଲା । ନବ କିଶୋର ଦାସଙ୍କ ହାର୍ଟ ଓ ବାମ ପଟ ଫୁସଫୁସରେ ଆଘାତ ସୃଷ୍ଟି ହୋଇଥିଲା । ଗୁଳିମାଡ଼ ଯୋଗୁଁ ପ୍ରବଳ ଅନ୍ତଃ ରକ୍ତସ୍ରାବ ହେଉଥିଲା । ଏଥିପାଇଁ ଜରୁରୀକାଳୀନ ଆଇସିୟୁ ଚିକିତ୍ସା ଦିଆଯାଇଥିଲା । ଡାକ୍ତରଙ୍କ ଅକ୍ଳାନ୍ତ ପରିଶ୍ରମ ପରେ ବି ନବକିଶୋର ଦାସଙ୍କୁ ବଞ୍ଚାଇ ପାରିନଥିଲେ । ଚିକିତ୍ସାଧୀନ ଅବସ୍ଥାରେ ୬୧ବର୍ଷ ବୟସରେ ନବକିଶୋର ଦାସଙ୍କ ପରଲୋକ ହୋଇଛି । ପରେ କ୍ୟାପିଟାଲ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ ପରେ ବିଧାନସଭା ପରିସରକୁ ନିଆଯାଇଥିଲା ମରଶରୀର । ସେଠାରେ ସବୁ ଦଳର ନେତା ଓ ବିଧାୟକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସେଠାରୁ ନବ କିଶୋରଙ୍କ ସରକାରୀ ବାସଭବନକୁ ଅଣାଯାଇଥିଲା ମରଶରୀର । ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହେବ ।

ନବ ଦାସଙ୍କ ଅକାଳ ବିୟୋଗ ରାଜ୍ୟ ପାଇଁ ଏହା ଅପୂରଣୀୟ କ୍ଷତି, ସରକାର ଓ ଦଳରେ ତାଙ୍କ ଭୂମିକା ସର୍ବଦା ସ୍ମରଣୀୟ ରହିବ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅକାଳ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବ ଦାସଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ ଗଭୀର ମର୍ମାହତ ହୋଇଛନ୍ତି। ସ୍ବର୍ଗତ ଶ୍ରୀ ଦାସଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନବ ଦାସ ଉଭୟ ସରକାର ଓ ଦଳ ପାଇଁ ମୂଲ୍ୟବାନ ଥିଲେ। ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରମାନେ ପ୍ରବଳ ଉଦ୍ୟମ କରିଥିଲେ। କିନ୍ତୁ ପ୍ରଗାଢ଼ ଚେଷ୍ଟା ସତ୍ତ୍ବେ ମେଡିକାଲ ବିଶେଷଜ୍ଞ ଟିମ୍‌ ବଞ୍ଚାଇ ପାରି ନଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ଥିବା କାଳରେ ନବ ଦାସ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ବିଜେଡିକୁ ମଜବୁତ କରିବାରେ ତାଙ୍କର ଅବଦାନ ଅତୁଳନୀୟ ଥିଲା। ଦଳମତ ନିର୍ବିଶେଷରେ ତାଙ୍କୁ ସମସ୍ତେ ଭଲ ପାଉଥିଲେ।

ସମଗ୍ର ରାଜ୍ୟ ପାଇଁ ଏହା ଅପୂରଣୀୟ କ୍ଷତି। ସରକାର ଓ ଦଳରେ ତାଙ୍କ ଭୂମିକା ସର୍ବଦା ସ୍ମରଣୀୟ ରହିବ।ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବାକୁ ସ୍ୱାସ୍ଥ୍ୟ ବିଭାଗରେ ସେ ଅନେକ ଅଭିନବ କାର୍ଯ୍ୟ କରିଛନ୍ତି। ଏଥିସହ ଜଣେ ନେତା ଭାବେ ବିଜୁ ଜନତା ଦଳକୁ ଆହୁରି ମଜବୁତ କରିବାରେ ତାଙ୍କର ବିରାଟ ଯୋଗଦାନ ରହିଛି। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ଜୀବନ ସଂଗ୍ରାମରେ ହାରିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ
ଭୁବନେଶ୍ବର : ଚାଲିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଜୀବନ ଓ ମୃତ୍ୟୁ ସହିତ କେଇ ଘଣ୍ଟା ପର୍ଯ୍ୟନ୍ତ ଲଢ଼େଇ କରିବା ପରେ ଶେଷରେ ଜୀବନ ସଂଗ୍ରାମରେ ହାରିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ। ଭୁବନେଶ୍ବର ଆପୋଲେ ହସ୍ପିଟାଲରେ ରାଜ୍ୟର ଜଣାଶୁଣା ବିଶେଷଜ୍ଞ ଡାକ୍ତରମାନଙ୍କ ଏକ ଦଳ ବହୁ ଉଦ୍ୟମ କରିଥିଲେ ମଧ୍ୟ ତାଙ୍କୁ ବଞ୍ଚାଇ ପାରିନାହାନ୍ତି।

ଆଜି ମଧ୍ୟାହ୍ଣରେ ସେ ଏକ କାର୍ଯ୍ୟକ୍ରମରେ ବ୍ରଜରାଜନଗର ଯାଇଥିବା ବେଳେ ସ୍ଥାନୀୟ ଗାନ୍ଧୀଛକ ଫାଣ୍ଡିର ପୁଲିସ ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡ଼ ପରେ ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା ଓ ଆପୋଲୋ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ଗୁରୁତର ନବ ଦାସଙ୍କୁ ବଞ୍ଚାଇବା ପାଇଁ ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଡାକ୍ତରୀ ଟିମ୍‌ ବହୁ ଉଦ୍ୟମ କରି ଶେଷରେ ବିଫଳ ହୋଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହେଉଥିଲା। ଏହି ଘଟଣାରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।

ନବ କିଶୋର ଦାସ ୧୯୬୨ ମସିହା ଜାନୁଆରି ୭ ତାରିଖରେ ସମ୍ବଲପୁରରେ ଜନ୍ମଗ୍ରହଣ କରିଥିଲେ। ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା ନବ ଦାସ ସମ୍ବଲପୁର ଜିଏମ୍ କଲେଜର ଛାତ୍ର ସଂସଦ ସଭାପତି ଥିଲେ। ପରେ କଂଗ୍ରେସର ସକ୍ରିୟ ନେତା ଭାବେ କାର୍ଯ୍ୟ କରି ଆସୁଥିଲେ। ଗତ ୨୦୦୪ ରେ ସେ ଝାରସୁଗୁଡ଼ା ବିଧାନସଭା ଆସନରୁ କଂଗ୍ରେସ ଟିକଟରେ ଲଢି ପରାଜିତ ହୋଇଥିଲେ। ହେଲେ ୨୦୦୯ ଏବଂ ୨୦୧୪ରେ କଂଗ୍ରେସ ଟିକଟରେ ଜିତି ବିଧାୟକ ହୋଇଥିଲେ। ଆଉ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସେ ବିଜେଡିରେ ସାମିଲ ହୋଇଥିଲେ। ୨୦୧୯ରେ ବିଜେଡି ଟିକେଟରେ ବିପୁଳ ଭୋଟରେ ବିଜୟ ଲାଭ କରି ବର୍ତ୍ତମାନ ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ଦାୟିତ୍ବ ତୁଳାଇଥିଲେ। ତାଙ୍କ ନେତୃତ୍ୱରେ ବ୍ରଜରାଜନଗର ଉପ ନିର୍ବାଚନରେ ବିଜେଡିକୁ ବୃହତ ସଫଳତା ମିଳିଥିଲା। ରାଜ୍ୟରେ କୋଭିଡର ସଫଳ ମୁକାବିଲା ସାଙ୍ଗକୁ ବିରାଟ ସ୍ବାସ୍ଥ୍ୟ ଭିତ୍ତିଭୂମି ଛିଡା କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା।

ସୂଚନାଯୋଗ୍ୟ ଆଜି ମଧ୍ୟାହ୍ନରେ ମନ୍ତ୍ରୀ ନବ ଦାସ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବାହାରିଥିଲେ। କାର୍ୟ୍ୟକ୍ରମସ୍ଥଳରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଅତର୍କିତ ଭାବେ ପୁଲିସ କର୍ମଚାରୀ ଗୋପାଳ ଦାସ ଗୁଳିମାଡ଼ କରିଥିଲେ। ହଜାର ହଜାର ଲୋକ ଉପସ୍ଥିତ ଥିଲେ ମଧ୍ୟ ହଠାତ୍ କେହି କିଛି ଜାଣି ପାରି ନଥିଲେ। ଗୁଳି ଛାତିରେ ବାଜିବା ପରେ ସେ ଗାଡିଭିତରେ ପଡ଼ିଯାଇଥିଲେ। ଏହା ପରେ ତାଙ୍କୁ ଉଠାଇ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ  ଭୁ‌ବନେଶ୍ବର ଏୟାରଲିଫ୍ଟ କରାଯାଇଥିଲା।ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଏୟାର ଆମ୍ବୁଲାନ୍ସ ପହଞ୍ଚିଲା ପରେ ନବ ଦାସଙ୍କୁ ଡାକ୍ତରଖାନାରେ ପହଞ୍ଚାଇବା ପାଇଁ ଗ୍ରିନ୍‌ କରିଡର କରାଯାଇଥିଲା। ବିମାନବନ୍ଦରରୁ ଅଳ୍ପ ସମୟ ମଧ୍ୟରେ ଆପଲୋ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା।

ନବ ଦାସଙ୍କୁ ବଞ୍ଚାଇବା ପାଇଁ ଡାକ୍ତରମାନେ ଶତ ଚେଷ୍ଟା କରିଥିଲେ । ନବ ଦାସଙ୍କ ବାମ ଛାତିରେ ଗୁଳି ବାଜିଥିଲା। ଗୁଳି ମାଡ଼ରେ ତାଙ୍କ ହୃତପିଣ୍ଡ ଓ ଫୁସ୍‌ଫୁସ୍‌ କ୍ଷତିଗ୍ରସ୍ତ ହୋଇଥିଲା। ଫଳରେ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଆପୋଲୋ ହସ୍‌ପିଟାଲ୍‌ରେ ଡାକ୍ତର ଦେବାଶିଷ ନାୟକଙ୍କ ନେତୃତ୍ୱରେ ଏକ ଟିମ୍ ତାଙ୍କର ଅସ୍ତ୍ରୋପଚାର କରିଥିଲେ। ଏସସିବି ମେଡିକାଲ କଲେଜ, ଆପୋଲୋ ହସ୍ପିଟାଲ ଓ କ୍ୟାପିଟାଲ ହସ୍ପିଟାଲର ଖ୍ୟାତନାମା ସ୍ପେଶାଲିଷ୍ଟ ନବ ଦାସଙ୍କ ଚିକିତ୍ସାରେ ନିୟୋଜିତ ରହିଥିଲେ। ଶରୀରର କ୍ଷତିଗ୍ରସ୍ତ ଅଙ୍ଗଗୁଡ଼ିକୁ ଅସ୍ତ୍ରୋପଚାର ଦ୍ୱାରା ଠିକ୍ କରାଯାଇଥିଲା ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆଣିବା ପାଇଁ ପ୍ରୟାସ କରାଯାଇଥିଲା। ତେବେ ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ନବ ଦାସ ଜୀବନ ଯୁଦ୍ଧରେ ହାରି ଯାଇଥିଲେ।

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ, ଗୁଳିମାଡ ପରେ ଚିକିତ୍ସାଧୀନ ଅବସ୍ଥାରେ ହୋଇଛି ଦେହାନ୍ତ
ଭୁବନେଶ୍ବର : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ହୋଇଯାଇଛି। ଗୁଳିମାଡ ପରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଆପୋଲୋ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଘଣ୍ଟାର ସଂଘର୍ଷ ପରେ ହାରିଯାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଆପୋଲୋ ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀଦଳ ଚିକିତ୍ସା କରୁଥିବା ବେଳେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ନବ କିଶୋର ଦାସ।

ଆଜି ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଯାଉଥିବା ବେଳେ ବାଟରେ କର୍ମୀମାନ ତାଙ୍କୁ ସ୍ୱାଗତ କରିଥିଲେ । ଆଉ ଭିଡର ସୁଯୋଗ ନେଇ ପୁଲିସ ଏଏସଆଇ ଗୋପାଳ ମନ୍ତ୍ରୀଙ୍କୁ ଗୁଳିମାଡ କରିଥିଲା। ଗୁଳିମାଡ କରି ଫେରାର ହୋଇଯାଇଥିଲା ବେଳେ ପୁଲିସ ତାକୁ କାବୁ କରିନେଇଥିଲା। ପରେ ଗୁରୁତର ଆହତ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗ ହସପିଟାଲକୁ ନିଆଯାଇଥିଲା । କିନ୍ତୁ ଅବସ୍ଥା ଏତେ ସଂକଟାପନ୍ନ ଥିଲା ଯେ ତାଙ୍କୁ ତୁରନ୍ତ ଏୟାର ଲିପ୍ଟ କରାଯାଇ ଭୁବନେଶ୍ୱର ଆପୋଲୋ ହସପିଟାଲକୁ ଅଣାଯାଇଥିଲା । ଭୁବନେଶ୍ୱର ବିମାନବନ୍ଦରରୁ ଆପୋଲୋ ପର୍ୟ୍ୟନ୍ତ ଗ୍ରୀନ କରିଡର କରାଯାଇଥିଲା । ଖୁବ କମ ସମୟ ଭିତରେ ଅପୋଲୋ ପହଁଚାଯାଇଥିଲା ।

ଆପୋଲୋର ବିଶେଷଜ୍ଞ ଡାକ୍ତରୀ ଟିମ୍ ତୁରନ୍ତ ଚିକିତ୍ସା ଆରମ୍ଭ କରିଥିଲେ । କଟକ ଏସସିବି ମେଡିକାଲ ଓ କ୍ୟାପିଟାଲ୍ ହସପିଟାଲର ଡାକ୍ତରୀ ଟିମ୍ ଆପୋଲୋରେ ପହଁଚିଥିଲେ । ହେଲେ ଦୀର୍ଘ ଘଣ୍ଟାର ଚିକିତ୍ସା ପରେ ଶେଷରେ ବିଫଳ ହୋଇଥିଲେ ଡାକ୍ତରୀ ଟିମ ଆଉ ଆଖି ବୁଜିଥିଲେ ମନ୍ତ୍ରୀ ନବ ଦାସ ।