jajapur - The Sakala

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବ୍ୟାସନଗର ମ୍ୟୁନିସିପାଲିଟିର ମିଶନ ଶକ୍ତି ମା’
ଭୁବନେଶ୍ୱର: ଯାଜପୁର ବ୍ୟାସନଗର ମୁନିସିପାଲଟି ଅଞ୍ଚଳର ମିଶନ ଶକ୍ତି ମା'ମାନେ ଶନିବାର ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ  ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକଙ୍କୁ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ।  ସବୁ ଆହ୍ୱାନର ସାମ୍ନା କରି ଦୃଢ଼ ମନୋବଳ ସହ ନିଜର ଆର୍ଥିକ ଉନ୍ନତି ପାଇଁ କାମ ଜାରି ରଖିବାକୁ ଶ୍ରୀ ପଟ୍ଟନାୟକ ମିଶନ ଶକ୍ତି ମାମାନଙ୍କୁ ପରାମର୍ଶ ଦେଇଥିଲେ।

୫ଟି ସଚିବଙ୍କ ୩ ଦିନିଆ ଯାଜପୁର ଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ହେବ ସମୀକ୍ଷା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଆଜିଠାରୁ ୩ ଦିନିଆ ଯାଜପୁର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ୫ଟି ସଚିବ ଅଗଷ୍ଟ ୨୯, ୩୧ ଓ ସେପ୍ଟେମ୍ବର ୧ ତାରିଖରେ ଯାଜପୁର ଜିଲ୍ଲାର ସମସ୍ତ ୭ଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସାମିଲ ହେବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ମନ୍ଦିର ପରିଦର୍ଶନ କରିବେ। ତେବେ ୫ଟି ସଚିବ ଆଜି ଗସ୍ତର ପ୍ରଥମ ଦିନରେ ପୂର୍ବାହ୍ନ ୧୦ ଘଟିକା ସମୟରେ କୋରାଇ ନିର୍ବାଚନ ମଣ୍ଡଳୀର ଚାନ୍ଦମା ଖେଳ ପଡ଼ିଆରେ ଆୟୋଜିତ ମିଶନ ଶକ୍ତି ସଭାରେ ଯୋଗ ଦେବେ।‌ ପରେ ମଧ୍ୟାହ୍ନରେ ଯାଜପୁର ଟାଉନ୍ ଠାରେ ଆୟୋଜିତ ଅନ୍ୟ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭୁବନେଶ୍ଵରର ପ୍ରତ୍ୟାବର୍ତ୍ତନ କରିବେ। ସେହିପରି ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖ ଦିନ ୫ଟି ସଚିବ ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ମାରାଥନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ୫ଟି ସଚିବଙ୍କ ୩ ଦିନିଆ ଯାଜପୁର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସମଗ୍ର ଜିଲ୍ଲାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

କାମ କରୁଥିବାବେଳେ ବିଦ୍ୟୁତ୍‌ ଆଘାତରେ ୨ଶ୍ରମିକ ମୃତ
ଯାଜପୁର: ଯାଜପୁର ରୋଡ଼ ଥାନା ଅନ୍ତର୍ଗତ ବ୍ୟାସ ସରୋବର ପୀଠରେ ଅଘଟଣ ଘଟିଛି। ଫେବ୍ରିକେସନ୍ କାର୍ଯ୍ୟ କରୁଥିବା ସମୟରେ ବିଦ୍ୟୁତ ଆଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ୨ ଜଣ ବିହାରର ହୋଇଥିବା ଜଣାପଡିଛି। ମୃତକ ଦ୍ବୟ ପଶ୍ଚିମବଙ୍ଗ ମାଲଦା ଅଞ୍ଚଳର ରେଜାବୁଲ ସେଖ୍ ଓ ଇନ୍ଦ୍ରଜିତ ମଣ୍ଡଳ ହୋଇଥିବା ସୂଚନା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ଲୁଗା ସଫା କରୁଥିବାବେଳେ ମହିଳାଙ୍କୁ ଟାଣିନେଲା କୁମ୍ଭୀର, ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର
ଯାଜପୁର: କୁମ୍ଭୀର ପାଟିରେ ଗଲା ମହିଳାଙ୍କଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ବରୀ ବ୍ଳକ ଅମଠପୁର ଦେଇ ପ୍ରବାହିତ ବିରୂପା ନଦୀରେ । ମୃତ ମହିଳା ହେଲେ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମର ଅନାମ ଜେନାଙ୍କ ପତ୍ନୀ ଜ୍ୟୋତ୍ସ୍ନା। ସେ ନଦୀ କୂଳରେ ବସି ଲୁଗା ସଫା କରୁଥିବା ସମୟରେ ଏକ କୁମ୍ଭୀର ତାଙ୍କୁ ନଦୀ ଭିତରକୁ ଟାଣି ନେଇଥିଲା। ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେବା ପରେ ମହିଳାଙ୍କ ମୁଣ୍ଡ ଓ ଗୋଟିଏ ଗୋଡ଼ ବିହୀନ ମୃତ ଶରୀର ଉଦ୍ଧାର କରାଯାଇଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ଯାଜପୁର ଜିଲ୍ଲା ମହୋତ୍ସବ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଯାଜପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩କୁ ଉଦ୍‌ଘାଟନ କରିଛନ୍ତି । ଏହି ଜିଲ୍ଲା ମହୋତ୍ସବ ୬ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନେକ ଧର୍ମ, ଆଧ୍ୟାତ୍ମକ ଓ ଦର୍ଶନ ତତ୍ତ୍ବର ସଙ୍ଗମ  ସ୍ଥଳ ହେଉଛି ଯାଜପୁର। ଯାଜପୁରର ସଂସ୍କୃତିରେ ବିଭିନ୍ନ ତତ୍ତ୍ବର ପ୍ରତିଫଳନ ଦେଖିବାକୁ ମିଳିଥାଏ। ଯାଜପୁର ଦିନେ ଓଡିଶାର ରାଜଧାନୀ ଥିଲା । ଧର୍ମ, ସାହିତ୍ୟ ଓ ସଂସ୍କୃତିର କେନ୍ଦ୍ର ଥିଲା। ହିନ୍ଦୁ ଧର୍ମ ପରି ବୌଦ୍ଧ ଧର୍ମର ମଧ୍ୟ ବିକାଶ ହୋଇଥିଲା ।

ରତ୍ନଗିରି, ଲଳିତଗିରି ଓ ଉଦୟଗିରି ଏବେ ସାରା ବିଶ୍ବର ବୌଦ୍ଧ ମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମା’ ବିରଜାଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ହେଉଛି ଶକ୍ତି ପୀଠ। ଏହାର ଗୌରବମୟ ଇତିହାସ ରହିଛି । ସ୍ବାଧୀନତା ସଂଗ୍ରାମ ଠାରୁ ଆରମ୍ଭ କରି କଳା, ସାହିତ୍ୟ, ସଂସ୍କୃତି, କୃଷି, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଯାଜପୁରର ସ୍ବତନ୍ତ୍ର ପରିଚୟ ରହିଛି । ଯାଜପୁର ତାର ଐତିହ୍ୟକୁ ସାଥିରେ ନେଇ ଆଜି ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପ, ନିଯୁକ୍ତି ଓ ଭିତ୍ତିଭୂମି ଆଜି ଯାଜପୁରର ନୂଆ ପରିଚୟ ହୋଇଛି। ମୋର ଦୃଢ ବିଶ୍ବାସ, ଯାଜପୁର ରାଜ୍ୟର ଏକ ନମ୍ବର ଜିଲ୍ଲା ହୋଇ ସମସ୍ତଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷା  ନଳିନୀପ୍ରଭା ଜେନା, ବିଧାୟକ ସୁନନ୍ଦା ଦାସ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ ବିକାଶ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ । ବିଧାୟକ  ପ୍ରଣବ ପ୍ରକାଶ ଦାସ ନିଜର ଅଭିଭାଷଣ ରଖି କହିଥିଲେ ଯେ ଯାଜପୁର ପ୍ରତି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଆଶୀର୍ବାଦ ଓ ଭଲପାଇବା ଅଛି। ଯାଜପୁର ଆଜି ବିକାଶ କ୍ଷେତ୍ରରେ ସୁନାମ କରିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଯାଜପୁରରେ କଳିଙ୍ଗ ନଗର ଷ୍ଟିଲ କମ୍ପ୍ଲେକ୍‌ସ ଓ ମେଡିକାଲ କଲେଜ ହେବା ସହିତ ଯୋଗାଯୋଗ କ୍ଷେତ୍ରରେ ଯାଜପୁରର ଦ୍ରୁତ ବିକାଶ ହୋଇପାରିଛି ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଂଜନ ଘଡାଇ, ବିଧାୟକ ଅମର ପ୍ରସାଦ ଶତପଥୀ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ  ଅଶୋକ ବଳ ପ୍ରମୁଖ ଯୋଗ ଦେଇଥିଲେ।

ଆଜି ବଲିଉଡ କଣ୍ଠଶିଳ୍ପୀ ସୁନିଧି ଚୌହ୍ୱାନ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ମହୋତ୍ସବରେ ପ୍ରତିଦିନ ଓଲିଉଡ ଓ ବଲିଉଡ କଳାକାର ମାନେ ଯୋଗଦେବେ। ଏହାସହ ପଲ୍ଲିଶ୍ରୀ ମେଳାରେ ପଡୁଛି ସ୍ବୟଂସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ୧୫୦ରୁ ଉର୍ଦ୍ଧ୍ୱ ଷ୍ଟଲ। ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ଆୟୋଜିତ ଏହି ମହୋତ୍ସବକୁ ଉପଭୋଗ କରିବା ପାଇଁ ଜିଲା ଓ ଜିଲା ବାହାରର ଲକ୍ଷାଧିକ ଦର୍ଶକଙ୍କ ଭିଡ ହେବାର ସମ୍ଭାବନା ରହିଛି । ଏହି ଅବସରରେ ଜିଲ୍ଲାର କଳା,ସଂସ୍କୃତି ଓ ପର୍ଯ୍ୟଟନର ପ୍ରଚାର ପ୍ରସାର କରାଯିବ।