ସାରା ଓଡ଼ିଶାର ୧୭ଟି ସହରରେ ପହଞ୍ଚିଲା ଜିଓର ଟ୍ରୁ-୫ଜି ସେବା

The Sakala Picture
Published On

ଭୁବନେଶ୍ୱର/ ମୁମ୍ବାଇ: ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଓ ଖୋର୍ଦ୍ଧା ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଆଜି ଘୋଷଣା କରାଯାଇଛି । ଏଥି ସହିତ ଟ୍ରୁ-୫ଜିର ଲାଭ ସାରା ଓଡ଼ିଶାର ୧୭ଟି ସହରରେ ପହଂଚିପାରିଛି । ଜିଓ ପକ୍ଷରୁ ପୂର୍ବରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର, ନାଲ୍‌କୋ-ଅନୁଗୁଳ, ତାଳଚେର ସହରରେ ଟ୍ରୁ ୫ଜି ସେବାର ଶୁଭାରମ୍ଭ କରାଯାଇଥିଲା । ଜାତୀୟ […]

ଭୁବନେଶ୍ୱର/ ମୁମ୍ବାଇ: ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଓ ଖୋର୍ଦ୍ଧା ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଆଜି ଘୋଷଣା କରାଯାଇଛି । ଏଥି ସହିତ ଟ୍ରୁ-୫ଜିର ଲାଭ ସାରା ଓଡ଼ିଶାର ୧୭ଟି ସହରରେ ପହଂଚିପାରିଛି । ଜିଓ ପକ୍ଷରୁ ପୂର୍ବରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର, ନାଲ୍‌କୋ-ଅନୁଗୁଳ, ତାଳଚେର ସହରରେ ଟ୍ରୁ ୫ଜି ସେବାର ଶୁଭାରମ୍ଭ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଜାତୀୟ ସ୍ତରରେ ୧୦ଟି ରାଜ୍ୟ/ କେନ୍ଦ୍ରଶାସିତ ଅଂଚଳର ୩୪ଟି ଅଧିକ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ବିଷୟରେ ଆଜି ରିଲାଏନ୍ସ ଜିଓ ପକ୍ଷରୁ ଘୋଷଣା କରାଯାଇଛି ଯାହା ମଧ୍ୟରେ ଓଡ଼ିଶାର ୪ଟି ସହର ରହିଛି । ଏହି ସବୁ ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଟେଲିକମ୍ ଅପରେଟର ଭାବେ ଭବିଷ୍ୟତଧର୍ମୀ ଓ ଯୁଗାନ୍ତକାରୀ ଟ୍ରୁ ୫ଜି ସେବା ପ୍ରଦାନ କରି ଭାରତର ଡିଜିଟାଲ୍ ରୂପାନ୍ତରଣ ଦିଗରେ ଜିଓ କାର୍ଯ୍ୟ କରୁଛି । ଆଜିଠାରୁ ଏହି ସହରଗୁଡ଼ିକର ଜନତା ଓ ବ୍ୟବସାୟ ପାଇଁ ହାଇ ସ୍ପିଡ୍‌, ଲୋ-ଲାଟେନ୍‌ସି, ଷ୍ଟାଣ୍ଡ୍‌-ଏଲୋନ୍ ଟ୍ରୁ-୫ଜି ସେବାର ଉନ୍ନତ ପ୍ରଯୁକ୍ତି ଉପଲବ୍ଧ ହୋଇଛି ଯାହା ଏହି ଅଂଚଳର ପର୍ଯ୍ୟଟନ, ମାନୁଫାକ୍‌ଚରିଂ, ଏସ୍‌ଏମ୍‌ଇ, ଇ-ଗଭର୍ଣ୍ଣାସ୍‌, ଶିକ୍ଷା, ସ୍ୱାସ୍ଥ୍ୟ ସେବା, କୃଷି, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ ଓ ଆଇଟି ଭଳି କ୍ଷେତ୍ରରେ ନୂଆ ଅଭିବୃଦ୍ଧିର ସୁଯୋଗକୁ ଉନ୍ମୁକ୍ତ କରିଛି।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ମାମଲା ରଫାଦଫା ପାଇଁ ଫେଭର ମାଗିବା; ବଦଳିଲେ ଖଣ୍ଡପଡାର ବିବାଦୀୟ SDPO

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ଏହି ସହରଗୁଡ଼ିକରେ ଜିଓ ଟ୍ରୁ ୫ଜିର ଶୁଭାରମ୍ଭ କରିଥିବାରୁ ଆମେ ଗର୍ବିତ । ଏହି ସହରଗୁଡ଼ିକର ନିୟୁତାଧିକ ଜିଓ ବ୍ୟବହାରକାରୀମାନଙ୍କ ଲାଗି ଏହା ଆମର କୃତଜ୍ଞତା ସଦୃଶ ଯେଉଁଠାରେ ଜିଓ ଟ୍ରୁ-୫ଜି ପ୍ରଯୁକ୍ତିର ଲାଭକୁ ସେମାନେ ଉପଭୋଗ କରିବେ । ପ୍ରତି ଭାରତୀୟଙ୍କୁ ଟ୍ରୁ-୫ଜି ସେବା ପ୍ରଦାନ କରିବା ଲାଗି ଜିଓର ଇଞ୍ଜିନିୟରମାନେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଛନ୍ତି ଯାହା ଦ୍ୱାରା ଏହି ପ୍ରଯୁକ୍ତିର ରୂପାନ୍ତରିତ ଶକ୍ତି ଓ ଉଲ୍ଲେଖନୀୟ ଲାଭକୁ ଦେଶର ପ୍ରତିଟି ନାଗରିକ ଅନୁଭବ କରିପାରିବେ ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

୨୦୨୩ ଡିସେମ୍ବର ସୁଦ୍ଧା ଦେଶର ପ୍ରତିଟି ସହରରେ ଜିଓ ଟ୍ରୁ-୫ଜି ସେବା ପହଂଚିବ । ଭାରତକୁ ଏକ ଡିଜିଟାଲ୍ ସମାଜରେ ରୂପାନ୍ତରିତ କରିବା ଲାଗି ଜିଓର ରହିଥିବା ପ୍ରତିବଦ୍ଧତା ପ୍ରତି ଏହା ହେଉଛି ସ୍ୱୀକୃତି । ଏହି ଅଂଚଳଗୁଡ଼ିକୁ ଡିଜିଟାଇଜ୍ କରିବା ଲାଗି ସହଯୋଗ ପ୍ରଦାନ କରିଥିବାରୁ ଆମେ ଉକ୍ତ ରାଜ୍ୟଗୁଡ଼ିକର ସରକାର ଓ ପ୍ରଶାସନ ନିକଟରେ କୃତଜ୍ଞ ହୋଇରହିବୁ ।’’

ଜିଓ ଟ୍ରୁ-୫ଜିର ତିନି ପ୍ରକାର ବିଶେଷ ଲାଭ ରହିଛି ଯାହା ଏହାକୁ ଭାରତରେ ଏକମାତ୍ର ଟ୍ରୁ-୫ଜି ନେଟୱର୍କ କରି ଗଢିତୋଳିଛି:

୧. ୪ଜି ନେଟୱର୍କ ଉପରେ ଶୂନ୍ୟ ନିର୍ଭରଶୀଳତା ସହିତ ଷ୍ଟାଣ୍ଡ୍‌-ଏଲୋନ ୫ଜି ସଂରଚନା ।

୨. ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ, ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ସର୍ବବୃହତ ଏବଂ ସର୍ବୋତମ ୫ଜି ସ୍ପେକ୍ଟ୍ରମର ସମ୍ମିଶ୍ରଣ।

୩. କ୍ୟାରିୟର ଆଗ୍ରିଗେସନ୍ ଭଳି ଏକ ନୂତନ ଅତ୍ୟାଧୁନିକ ପ୍ରଯୁକ୍ତି ଉପଯୋଗରେ ପ୍ରତିବନ୍ଧକଶୂନ୍ୟ ଭାବରେ ଏହା ୫ଜି ଫ୍ରିକ୍ୱେନ୍ସିଗୁଡିକୁ ଗୋଟିଏ ମଜଭୁତ ‘ଡାଟା ହାଇୱେ’ରେ ପରିଣତ କରୁଛି।

ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ର ଅସୀମିତ ଡାଟାର ଅନୁଭୂତି ହାସଲ କରିବା ଲାଗି ୨୦୨୩ ମାର୍ଚ୍ଚ ୧୫ଠାରୁ ଏହି ୩୪ଟି ସହରରେ ଜିଓ ବ୍ୟବହରକାରୀମାନଙ୍କୁ ଜିଓ ୱେଲକମ୍ ଅଫରରେ ଆମନ୍ତ୍ରଣ କରାଯିବ।

15 Mar 2023 By The Sakala

ସାରା ଓଡ଼ିଶାର ୧୭ଟି ସହରରେ ପହଞ୍ଚିଲା ଜିଓର ଟ୍ରୁ-୫ଜି ସେବା

ଭୁବନେଶ୍ୱର/ ମୁମ୍ବାଇ: ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଓ ଖୋର୍ଦ୍ଧା ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଆଜି ଘୋଷଣା କରାଯାଇଛି । ଏଥି ସହିତ ଟ୍ରୁ-୫ଜିର ଲାଭ ସାରା ଓଡ଼ିଶାର ୧୭ଟି ସହରରେ ପହଂଚିପାରିଛି । ଜିଓ ପକ୍ଷରୁ ପୂର୍ବରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର, ନାଲ୍‌କୋ-ଅନୁଗୁଳ, ତାଳଚେର ସହରରେ ଟ୍ରୁ ୫ଜି ସେବାର ଶୁଭାରମ୍ଭ କରାଯାଇଥିଲା ।

ଜାତୀୟ ସ୍ତରରେ ୧୦ଟି ରାଜ୍ୟ/ କେନ୍ଦ୍ରଶାସିତ ଅଂଚଳର ୩୪ଟି ଅଧିକ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ବିଷୟରେ ଆଜି ରିଲାଏନ୍ସ ଜିଓ ପକ୍ଷରୁ ଘୋଷଣା କରାଯାଇଛି ଯାହା ମଧ୍ୟରେ ଓଡ଼ିଶାର ୪ଟି ସହର ରହିଛି । ଏହି ସବୁ ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଟେଲିକମ୍ ଅପରେଟର ଭାବେ ଭବିଷ୍ୟତଧର୍ମୀ ଓ ଯୁଗାନ୍ତକାରୀ ଟ୍ରୁ ୫ଜି ସେବା ପ୍ରଦାନ କରି ଭାରତର ଡିଜିଟାଲ୍ ରୂପାନ୍ତରଣ ଦିଗରେ ଜିଓ କାର୍ଯ୍ୟ କରୁଛି । ଆଜିଠାରୁ ଏହି ସହରଗୁଡ଼ିକର ଜନତା ଓ ବ୍ୟବସାୟ ପାଇଁ ହାଇ ସ୍ପିଡ୍‌, ଲୋ-ଲାଟେନ୍‌ସି, ଷ୍ଟାଣ୍ଡ୍‌-ଏଲୋନ୍ ଟ୍ରୁ-୫ଜି ସେବାର ଉନ୍ନତ ପ୍ରଯୁକ୍ତି ଉପଲବ୍ଧ ହୋଇଛି ଯାହା ଏହି ଅଂଚଳର ପର୍ଯ୍ୟଟନ, ମାନୁଫାକ୍‌ଚରିଂ, ଏସ୍‌ଏମ୍‌ଇ, ଇ-ଗଭର୍ଣ୍ଣାସ୍‌, ଶିକ୍ଷା, ସ୍ୱାସ୍ଥ୍ୟ ସେବା, କୃଷି, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ ଓ ଆଇଟି ଭଳି କ୍ଷେତ୍ରରେ ନୂଆ ଅଭିବୃଦ୍ଧିର ସୁଯୋଗକୁ ଉନ୍ମୁକ୍ତ କରିଛି।

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ଏହି ସହରଗୁଡ଼ିକରେ ଜିଓ ଟ୍ରୁ ୫ଜିର ଶୁଭାରମ୍ଭ କରିଥିବାରୁ ଆମେ ଗର୍ବିତ । ଏହି ସହରଗୁଡ଼ିକର ନିୟୁତାଧିକ ଜିଓ ବ୍ୟବହାରକାରୀମାନଙ୍କ ଲାଗି ଏହା ଆମର କୃତଜ୍ଞତା ସଦୃଶ ଯେଉଁଠାରେ ଜିଓ ଟ୍ରୁ-୫ଜି ପ୍ରଯୁକ୍ତିର ଲାଭକୁ ସେମାନେ ଉପଭୋଗ କରିବେ । ପ୍ରତି ଭାରତୀୟଙ୍କୁ ଟ୍ରୁ-୫ଜି ସେବା ପ୍ରଦାନ କରିବା ଲାଗି ଜିଓର ଇଞ୍ଜିନିୟରମାନେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରୁଛନ୍ତି ଯାହା ଦ୍ୱାରା ଏହି ପ୍ରଯୁକ୍ତିର ରୂପାନ୍ତରିତ ଶକ୍ତି ଓ ଉଲ୍ଲେଖନୀୟ ଲାଭକୁ ଦେଶର ପ୍ରତିଟି ନାଗରିକ ଅନୁଭବ କରିପାରିବେ ।

୨୦୨୩ ଡିସେମ୍ବର ସୁଦ୍ଧା ଦେଶର ପ୍ରତିଟି ସହରରେ ଜିଓ ଟ୍ରୁ-୫ଜି ସେବା ପହଂଚିବ । ଭାରତକୁ ଏକ ଡିଜିଟାଲ୍ ସମାଜରେ ରୂପାନ୍ତରିତ କରିବା ଲାଗି ଜିଓର ରହିଥିବା ପ୍ରତିବଦ୍ଧତା ପ୍ରତି ଏହା ହେଉଛି ସ୍ୱୀକୃତି । ଏହି ଅଂଚଳଗୁଡ଼ିକୁ ଡିଜିଟାଇଜ୍ କରିବା ଲାଗି ସହଯୋଗ ପ୍ରଦାନ କରିଥିବାରୁ ଆମେ ଉକ୍ତ ରାଜ୍ୟଗୁଡ଼ିକର ସରକାର ଓ ପ୍ରଶାସନ ନିକଟରେ କୃତଜ୍ଞ ହୋଇରହିବୁ ।’’

ଜିଓ ଟ୍ରୁ-୫ଜିର ତିନି ପ୍ରକାର ବିଶେଷ ଲାଭ ରହିଛି ଯାହା ଏହାକୁ ଭାରତରେ ଏକମାତ୍ର ଟ୍ରୁ-୫ଜି ନେଟୱର୍କ କରି ଗଢିତୋଳିଛି:

୧. ୪ଜି ନେଟୱର୍କ ଉପରେ ଶୂନ୍ୟ ନିର୍ଭରଶୀଳତା ସହିତ ଷ୍ଟାଣ୍ଡ୍‌-ଏଲୋନ ୫ଜି ସଂରଚନା ।

୨. ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ, ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ସର୍ବବୃହତ ଏବଂ ସର୍ବୋତମ ୫ଜି ସ୍ପେକ୍ଟ୍ରମର ସମ୍ମିଶ୍ରଣ।

୩. କ୍ୟାରିୟର ଆଗ୍ରିଗେସନ୍ ଭଳି ଏକ ନୂତନ ଅତ୍ୟାଧୁନିକ ପ୍ରଯୁକ୍ତି ଉପଯୋଗରେ ପ୍ରତିବନ୍ଧକଶୂନ୍ୟ ଭାବରେ ଏହା ୫ଜି ଫ୍ରିକ୍ୱେନ୍ସିଗୁଡିକୁ ଗୋଟିଏ ମଜଭୁତ ‘ଡାଟା ହାଇୱେ’ରେ ପରିଣତ କରୁଛି।

ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ର ଅସୀମିତ ଡାଟାର ଅନୁଭୂତି ହାସଲ କରିବା ଲାଗି ୨୦୨୩ ମାର୍ଚ୍ଚ ୧୫ଠାରୁ ଏହି ୩୪ଟି ସହରରେ ଜିଓ ବ୍ୟବହରକାରୀମାନଙ୍କୁ ଜିଓ ୱେଲକମ୍ ଅଫରରେ ଆମନ୍ତ୍ରଣ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର