ଦୀପାବଳି ଠାରୁ ବଜାରରେ ଉପଲବ୍ଧ ହେବ ଜିଓଫୋନ ନେକ୍ସଟ: ମାତ୍ର ୧୯୯୯ ଟଙ୍କା ଦେଇ ସହଜ କିସ୍ତିରେ ଗ୍ରାହକ ପାଇପାରିବେ ଜିଓଫୋନ ନେକ୍ସଟ

The Sakala Picture
Published On

ଭୁବନେଶ୍ୱର: ଜିଓ ଏବଂ ଗୁଗୁଲ ଦ୍ୱାରା ମିଳିତ ଭାବରେ ବିକଶିତ ଶସ୍ତା ସ୍ମାର୍ଟଫୋନ ଜିଓଫୋନ ନେକ୍ସଟ ଦୀପାବଳି ଠାରୁ ଭାରତୀୟ ବଜାରରେ ଉପଲବ୍ଧ ହେବ ବୋଲି ଉଭୟ କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଛି। ରିଲାଏନ୍ସ ରିଟେଲର ବିସ୍ତୃତ ଜିଓମାର୍ଟ ଡିଜିଟାଲ ନେଟୱାର୍କ ସ୍ଥଳଗୁଡିକରେ ଏହା ଉପଲବ୍ଧ ହେବ। ଗ୍ରାହକ ମାନେ ଏହି ଫୋନ ମାତ୍ର ୧୯୯୯ ଟଙ୍କା ପଇଠ କରି ୧୮ କିମ୍ବା ୨୪ ମାସର ସହଜ କିସ୍ତିରେ ପାଇପାରିବେ | ଜିଓଫୋନ ନେକ୍ସଟ କୁ […]

ଭୁବନେଶ୍ୱର: ଜିଓ ଏବଂ ଗୁଗୁଲ ଦ୍ୱାରା ମିଳିତ ଭାବରେ ବିକଶିତ ଶସ୍ତା ସ୍ମାର୍ଟଫୋନ ଜିଓଫୋନ ନେକ୍ସଟ ଦୀପାବଳି ଠାରୁ ଭାରତୀୟ ବଜାରରେ ଉପଲବ୍ଧ ହେବ ବୋଲି ଉଭୟ କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଛି। ରିଲାଏନ୍ସ ରିଟେଲର ବିସ୍ତୃତ ଜିଓମାର୍ଟ ଡିଜିଟାଲ ନେଟୱାର୍କ ସ୍ଥଳଗୁଡିକରେ ଏହା ଉପଲବ୍ଧ ହେବ।

ଗ୍ରାହକ ମାନେ ଏହି ଫୋନ ମାତ୍ର ୧୯୯୯ ଟଙ୍କା ପଇଠ କରି ୧୮ କିମ୍ବା ୨୪ ମାସର ସହଜ କିସ୍ତିରେ ପାଇପାରିବେ | ଜିଓଫୋନ ନେକ୍ସଟ କୁ କମ୍ପାନୀ ପକ୍ଷରୁ ସ୍ୱତନ୍ତ୍ର ପ୍ଲାନ ସହିତ ବଂଡଲ କରି ଆକର୍ଷଣୀୟ ଅଫର ଦିଆଯାଉଛି ଯାହାଦ୍ୱାରା ଗ୍ରାହକ ପ୍ଲାନ ସହିତ ସହଜରେ ଫୋନର କିସ୍ତି ମଧ୍ୟ ପୁରଣ କରିପାରିବେ।

କିସ୍ତିରେ କିଣିବାକୁ ଇଛୁକ ଗ୍ରାହକଙ୍କ ଆବଶ୍ୟକତା ଅନୁଯାୟୀ କମ୍ପାନୀ ପକ୍ଷରୁ ମାସିକ ୩୦୦ ଟଙ୍କାରୁ ଆରମ୍ଭ କରି ୬୦୦ ଟଙ୍କା ପର୍ଯ୍ୟନ୍ତ ବିଭିନ୍ନ ବଂଡଲ ପ୍ଲାନ ଘୋଷଣା କରାଯାଇଛି |

ତେବେ ସହଜ କିସ୍ତି ବଦଳରେ ସିଧାସଳଖ ଜିଓଫୋନ ନେକ୍ସଟ କିଣିବାକୁ ଚାହୁଁଥିବା ଗ୍ରାହକ ଏକକାଳୀନ ୬୪୯୯ ଟଙ୍କାରେ ଏହା କିଣିପାରିବେ |

ଡୁଆଲ ସିମ ସୁବିଧା ରହିଥିବା ଜିଓଫୋନ ନେକ୍ସଟରେ ରହିଛି ଅନେକ ଅଭିନବ ଓ ଆକର୍ଷଣୀୟ ଫିଚର। ଏହି ଫୋନରେ ୫.୪୫ ଇଞ୍ଚର ଏଚଡ଼ି ଟଚସ୍କ୍ରିନ ସହିତ କର୍ଣ୍ଣର ଗରିଲା ଗ୍ଲାସ-୩ ରହିଛି। ଏଥିସହିତ ୨ ଜିବି ରାମ, ୬୪ ବିଟ ସିପିୟୁ ସହିତ କ୍ୱାଡ଼କୋର କ୍ୟୁଏମ୨୧୫ ଚିପସେଟ ଏବଂ ୩୨ ଜିବି ଅନ୍ତର୍ନିହିତ ମେମୋରୀ ସାଙ୍ଗକୁ ୫୧୨ ଜିବି ପର୍ଯ୍ୟନ୍ତ ବର୍ଦ୍ଧିତ ହୋଇପାରିବା ଭଳି ଏସଡ଼ି କାର୍ଡ ପାଇଁ ସ୍ୱତନ୍ତ୍ର ସ୍ଥାନ ରହିଛି।

ଜିଓଫୋନ ନେକ୍ସଟରେ ସବୁଠାରୁ ଭଲ ରହିଛି କ୍ୟାମେରା ଓ ବ୍ୟାଟେରୀ କ୍ଷମତା । ୧୩ ମେଗା ପିକ୍ସେଲ ପଛ କ୍ୟାମେରା ଓ ୮ ମେଗା ପିକ୍ସେଲ ସାମ୍ନା ସେଲ୍ଫି କ୍ୟାମେରା ସାଙ୍ଗକୁ ନାଇଟ ମୋଡ଼, ପୋଟ୍ରେଟ ମୋଡ଼ ତଥା ଏଚଡ଼ିଆର ମୋଡ଼ ଫିଚର ସହିତ ଦୀପାବଳି ଭଳି ଭାରତୀୟ ପର୍ବପର୍ବାଣି ପାଇଁ ସ୍ୱତନ୍ତ୍ର ଫିଲ୍ଟର ଉପଲବ୍ଧ ରହିଛି। ଏହି ଫୋନରେ ୩୫୦୦ ଏମଏଚ ର ବ୍ୟାଟେରୀ ରହିଛି ଯାହା ସାଧାରଣ ବ୍ୟବହାର କ୍ଷେତ୍ରରେ ଥରେ ସମ୍ପୂର୍ଣ୍ଣ ଚାର୍ଜରେ ୩୬ ଘଂଟା ଚାଲିପାରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି ।

ଜିଓ ଓ ଗୁଗୁଲ ପକ୍ଷରୁ ମିଳିତ ଭାବେ ବିକଶିତ ଏହି ଫୋନରେ ଜିଓ ଓ ଗୁଗୁଲର ସମସ୍ତ ଆପ୍ପ ଅପଟିମାଈଜ ହୋଇ ପ୍ରି-ଲୋଡେଡ଼ ରହିଛି | ଏଥିସହିତ ସ୍ୱୟଂଚାଳିତ ସଫ୍ଟୱେର ଅପଗ୍ରେଡ଼, ରିଡ଼ ଆଲଉଡ, ଭାଷାନୁବାଦ, ଭଏସ ଆସିଷ୍ଟାଣ୍ଟ ଭଳି ଅନେକ ସୁବିଧା ରହିଛି |

29 Oct 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର